ଶ୍ରୀମନ୍ଦିରକୁ ବୋମା ଧମକ: ସୋସିଆଲ ମିଡିଆରେ ଧମକପୂର୍ଣ୍ଣ ମେସେଜ ପରେ…

ପୁରୀ,୨୨।୧: ଶ୍ରୀମନ୍ଦିରକୁ ବୋମା ଧମକ। ସୋସିଆଲ ମିଡିଆରେ ଧମକପୂର୍ଣ୍ଣ ମେସେଜ ମାମଲାରେ ଜଣକୁ ପୋଲିସ ଅଟକ ରଖିଛି । ଜୁଲି ରାଣୀ ପଣ୍ଡା ନାମକ ଏକ ଫେସବୁକ ଆଇଡିରେ ଶ୍ରୀମନ୍ଦିର ସମେତ ପୁରୀ ଗ୍ରାଣ୍ଡ ସେଣ୍ଟର ଓ ରାଜ୍ୟସଭା ଏମ୍‌ପି ଶୁଭାଶିଷ ଖୁଣ୍ଟିଆଙ୍କୁ ଧମକପୂର୍ଣ୍ଣ ମେସେଜ ଦିଆଯାଇଥିଲା । ପୁରୀ ଜଗନ୍ନାଥ ମନ୍ଦିରରେ ଖୁବଶୀଘ୍ର ବୋମା ପଡ଼ିବ ଏବଂ ଗ୍ରାଣ୍ଡ ସେଣ୍ଟରରେ ଗୁଳି ଫୁଟାଇ ଦିଆଯିବ ବୋଲି ଏଥିରେ ଲେଖାଯାଇଥିଲା । ଏପରିକି ଖୁବଶୀଘ୍ର ଶୁଭାଶିଷ ଖୁଣ୍ଟିଆଙ୍କୁ ଗୁଳିମାଡ ହେବ ବୋଲି ଧମକ ଦିଆଯାଇଥିଲା । ଯାହାକୁ ନେଇ ଏକ ଖବରଦାତା ସମ୍ମିଳନୀ ରାଜ୍ୟ ସଭା ଏମ୍‌ପି ଶୁଭାଶିଷ ଖୁଣ୍ଟିଆଙ୍କ ପକ୍ଷରୁ ଅନୁଷ୍ଠିତ ହୋଇଯାଇଛି। ଏହି ମାମଲାରେ ଜଣଙ୍କୁ ଅଟକ ରଖାଯାଇଛି। ତେବେ ଜୁଲି ରାଣୀ ପଣ୍ଡା କିଏ ଓ ସେ ଏଭଳି କାହିଁକି ପୋଷ୍ଟ କରିଛନ୍ତି ତାକୁ ନେଇ ଆଶଙ୍କା ବଢିଛି। ପୂର୍ବରୁ ଶ୍ରୀମନ୍ଦିରକୁ ଆତଙ୍କବାଦୀଙ୍କ ଆକ୍ରମଣର ଭୟ ଥିବା ଗୁଇନ୍ଦା ବିଭାଗ ତରଫରୁ ସ୍ପଷ୍ଟ ହୋଇଥିବା ବେଳେ, ଏହି ଧମକପୂର୍ଣ୍ଣ ମେସେଜକୁ ନେଇ ସାଧାରଣରେ ଭୟର ବାତାବରଣ ଦେଖାଦେଇଛି ।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗଣତନ୍ତ୍ର ଦିବସରେ ବଡ଼ ଆତଙ୍କବାଦୀ ଆକ୍ରମଣ ଯୋଜନା! ଟାର୍ଗେଟରେ ରାଜଧାନୀ ସମେତ ରାମ ମନ୍ଦିର, ଆଲର୍ଟରେ ଏଜେନ୍ସି

ନୂଆଦିଲ୍ଲୀ,୨୨।୧: ଗଣତନ୍ତ୍ର ଦିବସ (ଜାନୁଆରୀ ୨୬) ରେ ଏକ ବଡ଼ ଆତଙ୍କବାଦୀ ଆକ୍ରମଣ ହେବାର ସମ୍ଭାବନା ଥିବାରୁ ଭାରତର ବିଭିନ୍ନ ସହରରେ ସତର୍କତା ଜାରି କରାଯାଇଛି।...

ରେଳଯାତ୍ରୀଙ୍କୁ Indian Railwayର ବଡ଼ ଉପହାର! ଏହାର ଦାମ୍‌ କମାଇଲା…         

ନୂଆଦିଲ୍ଲୀ,୨୨।୧: ଭାରତୀୟ ରେଳ ବିଭାଗ ଯାତ୍ରୀଙ୍କୁ ଏକ ଛୋଟ କିନ୍ତୁ ମହତ୍ତ୍ୱପୂର୍ଣ୍ଣ ଉପହାର ଦେଇଛି। ଏବେ ଟ୍ରେନ ଓ ରେଳଷ୍ଟେଶନରେ ମିଳୁଥିବା ପ୍ୟାକେଜ୍ଡ ପାଣି ବୋତଲ...

BJD ରାଜ୍ୟସଭା ଏମପି ଶୁଭାଶିଷଙ୍କୁ ହତ୍ୟା ଧମକ, ୧୦ ଲକ୍ଷ ଟଙ୍କା ଦିଅ…

ପୁରୀ,୨୨।୧(ଅଜିତ୍‌ କୁମାର ମହାନ୍ତି)- ପୁରୀ ଜଗନ୍ନାଥ ମନ୍ଦିରରେ ଖୁବଶୀଘ୍ର ବୋମା ପଡ଼ିବ,ଖୁବଶୀଘ୍ର ପୁରୀ ଗ୍ରାଣ୍ଡ ସେଣ୍ଟରରେ ଗୁଳି ଫୁଟେଇବୁ ଏବଂ ରାଜ୍ୟ ସଭା ଏମପି ଶୁଭାଶିଷ...

ହିତାଧିକାରୀଙ୍କ ଆକାଉଣ୍ଟକୁ ସୁଭଦ୍ରା ଟଙ୍କା ପଠାଇଲେ ସରକାର

ଭୁବନେଶ୍ୱର,୨୨।୧: ଖାତାକୁ ଆସିଲା ସୁଭଦ୍ରା ଟଙ୍କା। ଗୁରୁବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୪ ଲକ୍ଷ ୫୭ ହଜାରରୁ ଅଧିକଙ୍କ ଆକାଉଣ୍ଟକୁ ଟଙ୍କା ପଠାଇଛନ୍ତି। ୩୧୫...

ଜୁଆର ମାଡକୁ ସହି ପାରୁନାହିଁ ଜିଓ ସିନ୍ଥେଟିକ ଟ୍ୟୁବୱାଲ, ଖସୁଛି ପଥର ପ୍ୟାକିଂ, ବର୍ଷା ପୂର୍ବରୁ କାମ ନ ହେଲେ…

କେନ୍ଦ୍ରାପଡ଼ା, ୨୨ା୧ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ଆଳି ବ୍ଲକ ଗୋବିନ୍ଦପୁର, ଡିମିରିପାଳ, ପେତପଡା, ସଂସିଧା, ଏରଡଙ୍ଗ, ଦେସାହି, ପାଳମୀ, କେତୁଆପାଳ ପଞ୍ଚାୟତକୁ କାଣୀ, ଖରସ୍ରୋତା,...

ଗୋଟିଏ ସ୍ବାମୀଙ୍କୁ ୨ ସ୍ତ୍ରୀ: ପଞ୍ଚାୟତ ନେଲା ବଡ଼ ନିଷ୍ପତ୍ତି, ଜଣଙ୍କ ସହ ୩ ଦିନ, ଅନ୍ୟ ଜଣଙ୍କ ସହ ୩ ଦିନ, ଆଉ ରବିବାରରେ…

ଲକ୍ଷ୍ନୌ,୨୨।୧: ଉତ୍ତର ପ୍ରଦେଶର ରାମପୁର ଜିଲାରୁ ଏକ ଅଜବ ମାମଲା ସାମ୍ନାକୁ ଆସିଛି। ଏଠାରେ ଏକ ଗାଁ ପଞ୍ଚାୟତ ଏପରି ନିଷ୍ପତ୍ତି ଜାରି କରିଛି ଯାହା...

‘ମୁଁ ବିବାହିତ’…ଗର୍ଲଫ୍ରେଣ୍ଡଙ୍କୁ ନେଇ ଏମିତି କହିଲେ ଆମିର ଖାନ

ମୁମ୍ବାଇ: ବଲିଉଡର ମିଷ୍ଟର ପରଫେକ୍ସନିଷ୍ଟ ଆମିର ଖାନ ପୁଣିଥରେ ତାଙ୍କ ବ୍ୟକ୍ତିଗତ ଜୀବନ ପାଇଁ ଖବରର ଶିରୋନାମା ପାଲଟିଛନ୍ତି। ସେ ନିକଟରେ ତାଙ୍କ ପ୍ରେମିକା ଗୌରୀ...

ଭୟଙ୍କର ଦୁର୍ଘଟଣା: ଓଭରବ୍ରିଜ୍‌ ନିକଟରେ କଣ୍ଟେନର-ଟ୍ରକ୍‌ ମୁହାଁମୁହିଁ ହେବାରୁ…

ଗଞ୍ଜାମ,୨୨ା୧(ଅନାଥ ତରାଇ): ଗଞ୍ଜାମସ୍ଥିତ ହୁମ୍ମା ଫାଣ୍ଡି ଅନ୍ତର୍ଗତ ଲକ୍ଷ୍ମୀପୁର ଓଭରବ୍ରିଜ ନିକଟ ୧୬ ନମ୍ବର ଜାତୀୟ ରାଜପଥରେ ବୁଧବାର ବିଲମ୍ବିତ ରାତିରେ ଏକ ଭୟଙ୍କର ସଡ଼କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri