Posted inଜାତୀୟ

୬ ଦିନରେ ୭୦ରୁ ଅଧିକ ବିମାନକୁ ଦିଆଗଲାଣି ବୋମା ଧମକ, ଏଥିରେ ରହିଛି…

ନୂଆଦିଲ୍ଲୀ,୧୯ା୧୦: ଏୟାରଲାଇନ୍‌ ପ୍ରତି ବିପଦ ବଢୁଛି। କିଛିଦିନ ଧରି ଲଗାତର ବିମାନକୁ ବୋମା ଧମକ ମିଳୁଛି। ଶନିବାର ୫ଟି ଇଣ୍ଡିଗୋ ବିମାନକୁ ବୋମା ପକାଇ ଉଡ଼ାଇ ଦେବାକୁ ଧମକ ବି ମିଳିଛି। ଆକାସା ଏୟାରଲାଇନ୍ସର ୫ ବିମାନକୁ ମଧ୍ୟ ବୋମା ଧମକ ଦିଆଯାଇଛି। ଇଣ୍ଡିଗୋ କହିଛି, ମୁମ୍ବାଇରୁ ଇସ୍ତାନବୁଲ ପର୍ଯ୍ୟନ୍ତ ବିମାନ ନମ୍ବର 6E-17 ସହ ଜଡ଼ିତ ପରିସ୍ଥିତି ବିଷୟରେ ଅବଗତ ଅଛି।

ଏହାପୂର୍ବରୁ ଶୁକ୍ରବାର ବିଳମ୍ବିତ ରାତିରେ ଅନ୍ତର୍ଜାତୀୟ ବିମାନକୁ ବୋମା ଧମକ ମିଳିଥିଲା। ଏୟାର ଇଣ୍ଡିଆ ଏକ୍ସପ୍ରେସ ଫ୍ଲାଇଟ IX-196ରେ ଇମେଲ ମାଧ୍ୟମରେ ଏକ ବୋମା ଧମକ ମିଳିଥିଲା, ଯେଉଁଥିରେ ୧୮୯ ଜଣ ଯାତ୍ରୀ ଥିଲେ। ଏହି ବିମାନଟି ଜୟପୁର ଅନ୍ତର୍ଜାତୀୟ ବିମାନବନ୍ଦରରେ ରାତି ୧:୨୦ରେ ଅବତରଣ କରିଥିଲା। ତେବେ ବିମାନର ପୁଙ୍ଖାନୁପୁଙ୍ଖ ଅନୁସନ୍ଧାନ ପରେ କୌଣସି ସନ୍ଦେହଜନକ ସାମଗ୍ରୀ କିମ୍ବା ତଥ୍ୟ ମିଳି ନ ଥିଲା।

ଏହାପୂର୍ବରୁ ତିନୋଟି ଅନ୍ତର୍ଜାତୀୟ ବିମାନରେ ବୋମା ଧମକ ମିଳିଥିଲା, ଯାହା ପରେ ମିଥ୍ୟା ହୋଇଥଲା। ସତର୍କତା ଅବଲମ୍ବନ କରି ଏକ ବିମାନ ଫ୍ରାଙ୍କଫର୍ଟକୁ ପଠାଯାଇଥିଲା। ରିପୋର୍ଟ ଅନୁଯାୟୀ, ଦିଲ୍ଲୀରୁ ଉଡ଼ାଣ କରିବାକୁ ଥିବା ୩ଟି ବିମାନ ସୁରକ୍ଷା ପ୍ରତି ଶୁକ୍ରବାର ସୋସିଆଲ ମିଡିଆରେ  ବିପଦ ଆସିଥିଲା, ଯାହା ପରେ ପ୍ରୋଟୋକଲ ଅନୁଯାୟୀ ସମସ୍ତ ସମ୍ପୃକ୍ତ ଅଧିକାରୀଙ୍କୁ ତୁରନ୍ତ ସତର୍କ କରାଯାଇଥିଲା।

ଅଧିକାରୀମାନେ କହିଛନ୍ତି, ଜାତୀୟ ରାଜଧାନୀରୁ ଲଣ୍ଡନ, ପ୍ୟାରିସ୍‌ ଏବଂ ହଂକଂକୁ ବିମାନରେ ବୋମା ଧମକ ମିଳିଥିଲା, ଯାହା ପରେ ମିଥ୍ୟା ବୋଲି ଜଣାପଡ଼ିଛି।

କମ୍ପାନୀ କହିଛି, ଯାତ୍ରୀ ଏବଂ କର୍ମଚାରୀଙ୍କ ସୁରକ୍ଷା ଆମର ସର୍ବୋଚ୍ଚ ପ୍ରାଥମିକତା ଏବଂ ଆମେ ସମ୍ପୃକ୍ତ ଅଧିକାରୀଙ୍କ ସହ ଯୋଗାଯୋଗରେ ରହିଛୁ। ନିର୍ଦ୍ଦେଶାବଳୀ ଅନୁଯାୟୀ ଆମେ ସମସ୍ତ ସତର୍କତା ଅବଲମ୍ବନ କରୁଛୁ। ଅନ୍ୟ ଏକ ବିବୃତ୍ତିରେ ଇଣ୍ଡିଗୋ କହିଛି, ଦିଲ୍ଲୀରୁ ଇସ୍ତାନବୁଲ ଅଭିମୁଖେ ଯାତ୍ରା କରୁଥିବା ବିମାନ 6E-11 ସହ ଜଡ଼ିତ ପରିସ୍ଥିତି ବିଷୟରେ ଆମେ ଅବଗତ। ସୋମବାର ଠାରୁ ୭୦ରୁ ଅଧିକ ବିମାନକୁ ବୋମା ଧମକ ଆସିସାରିଲାଣି ବୋଲି ଅଧିକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫୁଟ୍‌ବଲ ମ୍ୟାଚ୍‌ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ ହେଲେ ଆଦିତ୍ୟ: ଖେଳିଗଲା ଖୁସିର ଲହରୀ

ଗୁଡାରି, ୨୧/୯ (ପ୍ରମୋଦ କୁମାର ପତି): ସ୍ଥାନୀୟ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ସପ୍ତମ ଶ୍ରେଣୀ ଛାତ୍ର ଆଦିତ୍ୟ ନାରାୟଣ ଗୌଡ଼ ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ…

ମଙ୍ଗଳବାର ସୁଦ୍ଧା ଗଭୀର ଅବପାତ: ଘଣ୍ଟା ପ୍ରତି ଏତିକି କି.ମି. ବେଗରେ ପବନ, ୨୪ ଘଣ୍ଟାରେ… 

ଭୁବନେଶ୍ୱର, ୨୧।୯(ବନ୍ଦନା ସେଠୀ): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଥିବା ଲଘୁଚାପ ଆହୁରି ଘନୀଭୂତ ହୋଇ ସୋମବାର ସକାଳ ୮ଟା ୩୦ରେ ପଶ୍ଚିମ-କେନ୍ଦ୍ରୀୟ ଓ ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ…

ବାପାଙ୍କୁ ପିଟିପିଟି ମାରିଲେ ପୁଅ: ଘରୋଇ ଝଗଡା ହେଲା କାଳ

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧିନ ବ୍ରାହ୍ମଣଗାଁ ଗ୍ରାମପଞ୍ଚାୟତ ତାଳବନ୍ଦ ବୁରୁଡି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳିକୁ ନେଇ…

ଶୋକାକୁଳ ପରିବେଶରେ ଅବକାରୀ ବିଭାଗର ଅଧିକାରୀଙ୍କୁ ଶେଷ ବିଦାୟ: ବଜ୍ରପାତରେ…

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଶ୍ରାନିକେତା ଗାଁର ଯୁବ ସରକାରୀ ଅଧିକାରୀ ବୌଦ୍ଧ ଜିଲାରେ ରବିବାର ବଜ୍ରପାତରେ ମୃତ୍ୟୁବରଣ କରିଥିଲେ। ସୋମବାର ତାଙ୍କ…

ଦୀପାବଳି ପୂର୍ବରୁ ମାଲାମାଲ ହେବେ ଚାଷୀ! ଆସିବାକୁ ଯାଉଛି…

ନୂଆଦିଲ୍ଲୀ, ୨୧।୯: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (PM-KISAN) ଯୋଜନାର ୨୪ତମ କିସ୍ତିକୁ ଦେଶର କୋଟି କୋଟି ଚାଷୀ ଅପେକ୍ଷା କରିଛନ୍ତି। ଏହି ଯୋଜନାର ୨୩ତମ କିସ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?