Posted inଜାତୀୟ

ଫ୍ଲାଇଟ୍‌ରେ ବୋମା, ବିମାନ ବନ୍ଦରକୁ ଆସିଲା ମେଲ୍‌

ନୂଆଦିଲ୍ଲୀ, ୧୮।୬: ରାଜଧାନୀ ଦିଲ୍ଲୀରୁ ମୁମ଼୍ବାଇ ଯିବାକୁ ଥିବା ଏକ ବିମାନରେ ବୋମା ଥିବା ନେଇ ଧମକ ମିଳିଥିବା ଖବର ସାମ୍ନାକୁ ଆସିଛି । ଜୁନ୍‌ ୧୭ ତାରିଖ ଅର୍ଥାତ ସୋମବାର ସକାଳ ୯.୩୫ ମିନିଟ୍‌ରେ ଦିଲ୍ଲୀ ଇନ୍ଦିରା ଗାନ୍ଧୀ ଆନ୍ତର୍ଜାତିକ ବିମାନ ବନ୍ଦରକୁ ଏକ ମେଲ୍‌ ଆସିଥିଲା । ଏଥିରେ ଦିଲ୍ଲୀ-ଦୁବାଇ ଫ୍ଲାଇଟ୍‌ରେ ବୋମା ରହିଥିବା ଲୋଖା ଯାଇଥିଲା । ମେଲ୍‌ ପାଇବା ପରେ ବିମାନ ବନ୍ଦର କର୍ତ୍ତୃପକ୍ଷ ସଙ୍ଗେସଙ୍ଗେ ବିମାନ ଚେକ୍‌ କରାଇଥିଲେ । ହେଲେ ଏଥିରୁ କୋଣସି ବି ବିପଦଜନକ ବସ୍ତୁ ମିଳିନଥିଲା ।

ସୂଚନା ଥାଉକି ଗତ ସପ୍ତାହରେ ଦିଲ୍ଲୀର କିଛି ମ୍ୟୁଜିୟମ୍‌ରେ ବୋମା ରହିଥିବା ଧମକପୂର୍ଣ୍ଣ ମେଲ୍‌ ଆସିଥିଲା । ଏହାପରେ ପୋଲିସ୍‌ ଆଲର୍ଟ ମେଡ୍‌କୁ ଆସି ଏହାର ଯାଞ୍ଚ କରିଥିଲା । କିନ୍ତୁ ଏହା ମିଛ ବୋଲି ପୋଲିସ୍‌ ଜଣାଇଥିଲା । ଅନ୍ୟପଟେ ଦିଲ୍ଲୀର ଶିକ୍ଷାନୁଷ୍ଠାନ ଏବଂ ଡାକ୍ତରଖାନାଗୁଡ଼ିକରେ ବୋମା ଆତଙ୍କ ନେଇ ବାରମ଼୍ବାର ଖବର ସାମ୍ନାକୁ ଆସୁଛି । ଦିଲ୍ଲୀ ଏନ୍‌ସିଆରର ପାଖାପାଖି ଅଞ୍ଚଳରେ ଥିବା ୧୦୦ ସ୍କୁଲକୁ ବୋମା ନେଇ ଧମକ ପୂର୍ବରୁ ଆସିସାରିଛି । ବାରମ଼୍ବାର ଏପରି ଧମକପୂର୍ଣ୍ଣ ମେଲ୍‌ ଆସୁଥିବାରୁ ଦିଲ୍ଲୀ ପୋଲିସ୍‌ ପାଇଁ ବଡ଼ ଚ୍ୟାଲେଞ୍ଜ ପାଲଟିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଥାନା ହାଜତରେ ରେଳ କର୍ମଚାରୀଙ୍କୁ ନିର୍ଯାତନା: ହାତ, ଗୋଡ଼ ଭାଙ୍ଗିଦେଲେ, ଯୌନାଙ୍ଗରେ…

ପୁରୁଣା ଭୁବନେଶ୍ୱର,୫ା୯(ସୁବାସ ଚନ୍ଦ୍ର ପ୍ରଧାନ): ବ୍ରହ୍ମପୁର ରେଳ ସୁରକ୍ଷା ବଳ (ଆର୍‌ପିଏଫ୍‌) ଦ୍ୱାରା ଅମାନୁଷିକତାର ସବୁ ସୀମା ଟପିଯାଇଛି। ଚୋରି ସନ୍ଦେହରେ ସୌମ୍ୟରଞ୍ଜନ ମିଶ୍ର ନାମକ ଜଣେ…

ହିନ୍ଦୁତ୍ୱ ଇନ୍‌ଫ୍ଲୁଏନ୍ସର ସ୍ବତନ୍ତ୍ର ଭରଦ୍ୱାଜ ଗିରଫ

ନୂଆଦିଲ୍ଲୀ,୫ା୯:ଦିଲ୍ଲୀର ଯନ୍ତରମନ୍ତରରେ ଗତ ଜୁଲାଇରେ କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ନେତୃତ୍ୱରେ ଛାତ୍ର ଆନ୍ଦୋଳନ ବେଳେ ଜଣେ ଛାତ୍ରୀଙ୍କ ବାପାଙ୍କୁ ଆକ୍ରମଣ କରିଥିବା ହିନ୍ଦୁତ୍ୱ ଇନ୍‌ଫ୍ଲୁଏନ୍ସର ସ୍ବତନ୍ତ୍ର…

ବିଡ଼ା ବିଡ଼ା ଟଙ୍କା ଗଣାଚାଲିଛି

ପୁରୀ,୫ା୯(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସ ଚଢ଼ାଉ କରି ବିପୁଳ ପରିମାଣର ଗଞ୍ଜେଇ ଜବତ କରିବା ସହ ଘଟଣାରେ ସମ୍ପୃକ୍ତ ୨ ଯୁବକଙ୍କୁ ଗିରଫ କରିଛି। ପୋଲିସ…

ଭୂପର୍ଯ୍ୟବେକ୍ଷକ ସାଟେଲାଇଟ୍‌ ଉତ୍‌କ୍ଷେପଣ କଲା ଇସ୍ରୋ

ଶ୍ରୀହରିକୋଟା,୫ା୯: ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋ) ଶୁକ୍ରବାର ଦେଶର ପ୍ରଥମ ଇମେଜିଂ ସାଟେଲାଇଟ୍‌କୁ ସଫଳତାର ସହ ଭୂସ୍ଥିର କକ୍ଷରେ ସ୍ଥାପନ କରି ଆଉ ଏକ ଇତିହାସ…

ଚାଷୀଙ୍କ ଶ୍ରମକୁ ଉଚିତ ସମ୍ମାନ ମିଳୁଛି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୫।୯ (ସୁନିତ୍‌ ମିଶ୍ର): ଜନ୍ମାଷ୍ଟମୀ ଅବସରରେ ରାଜ୍ୟର ଚାଷୀମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ଓୟୁଏଟିର କୃଷି ଶିକ୍ଷା ସଦନଠାରେ ସିଏମ୍‌ କିଷାନ ଯୋଜନାର…

ବୈଭବ ସୂର୍ଯ୍ୟବଂଶୀଙ୍କ ସହ ଓପନିଂ କରିବେ ସଞ୍ଜୁ? ବୋଲରଙ୍କ ମୁଣ୍ଡବିନ୍ଧାର କାରଣ ସାଜିବେ ଏହି ଯୋଡ଼ି

ନୂଆଦିଲ୍ଲୀ,୪।୮: ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ୍‌ ଶେଷ ହେବା ପରେ ଏବେ ପୁଣି ଥରେ ଟି-୨୦ ଫର୍ମାଟ୍‌ରେ ମଇଦାନକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଛି ଭାରତୀୟ ଦଳ। ଏହି…

୨୦୨୯ରେ ବିଜୟ ହେବେ PM ପ୍ରାର୍ଥୀ? TVK ଦଳର ବଡ଼ ଦାବି, କଂଗ୍ରେସ ଶିବିରରେ ହଇଚଇ!

ଚେନ୍ନାଇ,୪।୯: ୨୦୨୯ ସାଧାରଣ ନିର୍ବାଚନରେ ପ୍ରଧାନମନ୍ତ୍ରୀ ପଦ ଲାଗି ପ୍ରାର୍ଥୀ ଚୟନକୁ ନେଇ ତାମିଲନାଡୁର ଶାସକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’ (TVK) ଏବଂ ସହଯୋଗୀ ଦଳ…

ଚାକିରି ଦେବା ନାଁରେ ଠକେଇ: ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ ଗିରଫ

ଛତ୍ରପୁର,୪।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଯୁବପିଢ଼ିଙ୍କୁ ଚାକିରି କରାଇ ଦେବା ନାଁରେ ଠକେଇ ଅଭିଯୋଗରେ ଛତ୍ରପୁର ଥାନା ପୋଲିସ ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ ଜଣଙ୍କୁ ଗିରଫ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri