ଚିଙ୍ଗୁଡ଼ିଘେରିକୁ କେନ୍ଦ୍ର କରି ବୋମାମାଡ଼

ବ୍ରହ୍ମଗିରି,୬।୮(ଡି.ଏନ୍‌.ଏ.): କୃଷ୍ଣପ୍ରସାଦ ବ୍ଲକ ବ୍ରହ୍ମଗିରି ଥାନା ଅନ୍ତର୍ଗତ ଏକ ଚିଙ୍ଗୁଡି ଘେରିକୁ ନେଇ ସିଆରା ଗ୍ରାମରେ ଶୁକ୍ରବାର ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ସହ ବୋମା ମାଡ ହୋଇଛି। ଏହି ସଂଘର୍ଷରେ ୩ଜଣ ଆହତ ହେବା ସହିତ ପୋଲିସ ୪ ଜଣଙ୍କୁ ଅଟକ ରଖିଛି। ମିଳିଥିବା ସୂଚନା ଅନୁଯାୟୀ, ଉକ୍ତ ଥାନା ଅନ୍ତର୍ଗତ ସିଆରା ଗ୍ରାମ ନିକଟରେ ସାତମାଣ ଖାର ନାମକ ଏକ ଚିଙ୍ଗୁଡି ଘେରି ରହିଛି । ଏହି ଘେରିଟି ୩.୩୦ ଏକର ବିଶିଷ୍ଟ। ଉକ୍ତ ଘେରିରେ ୧୮ ପରିବାରଙ୍କ ମାଲିକାନା ରହିଛି। କିନ୍ତୁ ଏହି ୧୮ଟି ପରିବାର ରାଜନୈତିକ ବିବାଦକୁ ନେଇ ଦୁଇ ଗୋଷ୍ଠୀରେ ବିଭକ୍ତ ହୋଇଛନ୍ତି । ଗୋଟିଏ ଗୋଷ୍ଠୀରେ ୪ଟି ପରିବାର ରହିଥିବା ସମୟରେ ଅନ୍ୟ ଗୋଷ୍ଠୀରେ ୧୪ ପରିବାର ରହିଛନ୍ତି । ଏମାନଙ୍କ ମଧ୍ୟରେ ବିବାଦ ଥିବା ସମୟରେ ୪ ପରିବାର ବିଶିଷ୍ଟ ଗୋଷ୍ଠୀ ପ୍ରଥମେ ଏହି ଘେରିରେ ଚିଙ୍ଗୁଡି ଚାଷ କରିବା ପାଇଁ କିଳାପାଡି କରି ଶୁଭ ଦେଇଥିଲେ। ପରବର୍ତ୍ତୀ ସମୟରେ ୧୪ ପରିବାର ଗୋଷ୍ଠୀ ଏହି ଘେରିରେ ଶୁଭ ଦେବାରେ ଗୁରୁବାର ବିବାଦ ଉପୁଜିଥିଲା। ପୁନର୍ବାର ଏହି ଘଟଣାକୁ ନେଇ ଶୁକ୍ରବାର ଦୁଇ ଗୋଷ୍ଠୀ ମଧ୍ୟରେ ଆକ୍ରମଣ ଓ ପ୍ରତିଆକ୍ରମଣ ହୋଇ ଶେଷରେ ବୋମାମାଡ ହୋଇଥିଲା। ଏହି ବୋମା ମାଡ ଓ ଆକ୍ରମଣ ଯୋଗୁ ୩ ଜଣ ଆହାତ ହୋଇଛନ୍ତି। ଜଣଙ୍କ ଅବସ୍ଥା ଗୁରୁତର ଥିବାରୁ ପୁରୀ ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଯାଇଛି। ଖବର ପାଇ ବ୍ରହ୍ମଗିରି ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ପରିସ୍ଥିତ ନିୟନ୍ତ୍ରଣ କରିବା ସହିତ ୪ ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି। ଗାଁରେ ଏକ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସେବାଶ୍ରମର ପ୍ରଥମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ, ବାହୁନି ବାହୁନି କାନ୍ଦୁଛି…

ନୂଆପଡ଼ା/କୋମନା,୨୧ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ବ୍ଲକ ସୋସେଙ୍ଗ ସେବାଶ୍ରମରେ ଶନିବାର ଜଣେ ପ୍ରଥମଶ୍ରେଣୀ ଛାତ୍ରଙ୍କ ଅସ୍ବାଭାବିକ ମୃତ୍ୟୁ ଘଟିଛି। ସେ ହେଲେ ଅଡାର...

ଅଡୁଆରେ ବବି, ହେବ ବଡ଼ କାର୍ଯ୍ୟାନୁଷ୍ଠାନ!

କାଏମା,୨୧ା୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ମଧୁପୁରଗଡ଼ ପଞ୍ଚାୟତସ୍ଥିତ ପନ୍ତୁରୀଠାରେ ସରକାରୀ ଜମି ଜବରଦଖଲ କରାଯାଇ ପୂର୍ୱତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଫାର୍ମ...

୧୦ ଟଙ୍କାରେ ଧାନ ବିକିଲେ ଚାଷୀ

ବିନିକା, ୨୧ା୧୨(ରାମ ଗୋପାଳ ବାଘ ): ସୁବର୍ଣ୍ଣପୁର ଜିଲାରେ ଗତ ୯ ତାରିଖରୁ ମଣ୍ଡି ଖୋଲିଛି। ହେଲେ ଟୋକନ ମିଳି ନ ଥିବାରୁ ଚାଷୀମାନେ ଧାନ...

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ପୋଲିସକୁ ଖୋଲା ଚ୍ୟାଲେଞ୍ଜ: ଗୋଟିଏ ରାତିରେ ଛତ୍ରପୁରର ୪ ମନ୍ଦିରରୁ ଚୋରି

ଛତ୍ରପୁର, ୨୦ା୧୨(ଦିଲୀପ ସାମଲ)- ପୁଣି ମନ୍ଦିରଗୁଡିକ ଉପରେ ଦୁର୍ବୃତ୍ତଙ୍କ ନଜର ପଡିଛି । ପୋଲିସ କଲୋନୀ ନିକଟରେ ଥିବା ୪ଟି ମନ୍ଦିରରୁ ଚୋରି କରି ପୋଲିସକୁ...

ଧକ୍କା ଦେଇ ଚାଲିଗଲା ଡାଲା ଅଟୋ: ଚାନ୍ଦପୁର ଗ୍ରାମର ୨ ଯୁବକ…

ଦିଗପହଣ୍ଡି, ୨୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଝାଟିପିଟିଆ ଗ୍ରାମ ହରିଜନ ସାହି ନିକଟ ମୁଖ୍ୟରାସ୍ତାରେ ଶନିବାର ସନ୍ଧ୍ୟାରେ ଏକ ଗାଡ଼ି ଧକ୍କାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri