ଚିଙ୍ଗୁଡ଼ିଘେରିକୁ କେନ୍ଦ୍ର କରି ବୋମାମାଡ଼

ବ୍ରହ୍ମଗିରି,୬।୮(ଡି.ଏନ୍‌.ଏ.): କୃଷ୍ଣପ୍ରସାଦ ବ୍ଲକ ବ୍ରହ୍ମଗିରି ଥାନା ଅନ୍ତର୍ଗତ ଏକ ଚିଙ୍ଗୁଡି ଘେରିକୁ ନେଇ ସିଆରା ଗ୍ରାମରେ ଶୁକ୍ରବାର ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ସହ ବୋମା ମାଡ ହୋଇଛି। ଏହି ସଂଘର୍ଷରେ ୩ଜଣ ଆହତ ହେବା ସହିତ ପୋଲିସ ୪ ଜଣଙ୍କୁ ଅଟକ ରଖିଛି। ମିଳିଥିବା ସୂଚନା ଅନୁଯାୟୀ, ଉକ୍ତ ଥାନା ଅନ୍ତର୍ଗତ ସିଆରା ଗ୍ରାମ ନିକଟରେ ସାତମାଣ ଖାର ନାମକ ଏକ ଚିଙ୍ଗୁଡି ଘେରି ରହିଛି । ଏହି ଘେରିଟି ୩.୩୦ ଏକର ବିଶିଷ୍ଟ। ଉକ୍ତ ଘେରିରେ ୧୮ ପରିବାରଙ୍କ ମାଲିକାନା ରହିଛି। କିନ୍ତୁ ଏହି ୧୮ଟି ପରିବାର ରାଜନୈତିକ ବିବାଦକୁ ନେଇ ଦୁଇ ଗୋଷ୍ଠୀରେ ବିଭକ୍ତ ହୋଇଛନ୍ତି । ଗୋଟିଏ ଗୋଷ୍ଠୀରେ ୪ଟି ପରିବାର ରହିଥିବା ସମୟରେ ଅନ୍ୟ ଗୋଷ୍ଠୀରେ ୧୪ ପରିବାର ରହିଛନ୍ତି । ଏମାନଙ୍କ ମଧ୍ୟରେ ବିବାଦ ଥିବା ସମୟରେ ୪ ପରିବାର ବିଶିଷ୍ଟ ଗୋଷ୍ଠୀ ପ୍ରଥମେ ଏହି ଘେରିରେ ଚିଙ୍ଗୁଡି ଚାଷ କରିବା ପାଇଁ କିଳାପାଡି କରି ଶୁଭ ଦେଇଥିଲେ। ପରବର୍ତ୍ତୀ ସମୟରେ ୧୪ ପରିବାର ଗୋଷ୍ଠୀ ଏହି ଘେରିରେ ଶୁଭ ଦେବାରେ ଗୁରୁବାର ବିବାଦ ଉପୁଜିଥିଲା। ପୁନର୍ବାର ଏହି ଘଟଣାକୁ ନେଇ ଶୁକ୍ରବାର ଦୁଇ ଗୋଷ୍ଠୀ ମଧ୍ୟରେ ଆକ୍ରମଣ ଓ ପ୍ରତିଆକ୍ରମଣ ହୋଇ ଶେଷରେ ବୋମାମାଡ ହୋଇଥିଲା। ଏହି ବୋମା ମାଡ ଓ ଆକ୍ରମଣ ଯୋଗୁ ୩ ଜଣ ଆହାତ ହୋଇଛନ୍ତି। ଜଣଙ୍କ ଅବସ୍ଥା ଗୁରୁତର ଥିବାରୁ ପୁରୀ ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଯାଇଛି। ଖବର ପାଇ ବ୍ରହ୍ମଗିରି ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ପରିସ୍ଥିତ ନିୟନ୍ତ୍ରଣ କରିବା ସହିତ ୪ ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି। ଗାଁରେ ଏକ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ମଣ୍ଡିରୁ ଆସିଲା ଚିନ୍ତାଜନକ ଚିତ୍ର: ବିକ୍ରି ଧାନରୁ ବାହାରିଲାଣି ଗଜା, ଚାଷୀଙ୍କୁ ମିଳିନି ପ୍ରାପ୍ୟ; କଟନୀ-ଛଟନୀ…

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଗତମାସ ୩୦ତାରିଖରୁ ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ସରିଯାଇଛି। କିନ୍ତୁ ବିଭାଗୀୟ ଅବ୍ୟବସ୍ଥା ଯୋଗୁ ଏପର୍ଯ୍ୟନ୍ତ ଧାନ କିଣାବିକାରେ ଚାଷୀଙ୍କ ଦୁଃଖ…

ଗଜପତି ଜିଲା ଭାରତୀୟ ଜନତା ପାର୍ଟି ଯୁବମୋର୍ଚ୍ଚାର ନୂଆ ଟିମ ଘୋଷିତ

ମୋହନା,୨।୭,( ମନ୍ମଥ ମିଶ୍ର ): ଭାରତୀୟ ଜନତା ପାର୍ଟିର ରାଜ୍ୟ ଯୁବ ମୋର୍ଚ୍ଚା ସଭାପତି ଅଭିଳାଷ ପଣ୍ଡାଙ୍କ ସୁପାରିଶ ଓ ଗଜପତି ଜିଲା ସଭାପତି ନବ କିଶୋର…

ଜୁଆ ଖେଳୁଥିବା ସମୟରେ ବାଲାଜୀ ରାଇସ ମିଲରେ ପୋଲିସର ଚଢ଼ାଉ

ରିଷିଡା, ୨।୭,(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ଅନ୍ତର୍ଗତ ଗଜବାହଲ ପଞ୍ଚାୟତ ସ୍ଥିତ ବାଲାଜୀ ରାଇସ ମିଲ ଭିତରେ ଗୁରୁବାର କୌଣସି ସୂତ୍ରରୁ ଖବର ପାଇ…

ଘରେ ପାଠ ପଢିବାକୁ କହିବାରୁ ରାଜି ନ ହୋଇ ଚରମ ପଦକ୍ଷେପ ନେଲେ ନାବାଳିକା

ଦାରିଙ୍ଗବାଡି, ୨।୭, (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଘଟିଯାଇଛି ବଡ଼ ଅଘଟଣ ଜଣେ ଯୁକ୍ତ ୨ ପଢୁଥିବା ଛାତ୍ରୀ ପାଠ ପଢିବାକୁ…

ଜାତୀୟ ରାଜପଥର ଫୁଟ୍‌ପାଥରୁ ଲୁହା ରେଲିଂ କାଟି ନେଇଗଲେ ଦୁର୍ବୃତ୍ତ, ଠିକାସଂସ୍ଥାର ପ୍ରକଳ୍ପ ଅଧିକାରୀ କହିଲେ…

ଦାରିଙ୍ଗବାଡ଼ି,୨ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଦେଇ ଯାଇଥିବା ଗୋପାଳପୁରଠାରୁ ରାଇପୁର ରାସ୍ତାର ସିମନବାଡ଼ି ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ନିକଟରେ ରାଜପଥର ଫୁଟ୍‌ପାଥରେ ଲାଗିଥିବା ଲୁହା ରେଲିଂଗୁଡିକୁ…

ଅଙ୍ଗନଓ୍ବାଡ଼ି ପାଚିକାଙ୍କୁ ରୋଷେଇ କରିବାକୁ ବିରୋଧ, ଅଭିଯୋଗ ଆଣି କହିଲେ ମୋ’ ହାତରୁ…

ଝାରବନ୍ଧ,୨ା୭(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ଥାନା ଅନର୍ଗତ ଦଓ୍ବୋନପାଲି ଗ୍ରାମରେ ଜାତିବାଦକୁ ନେଇ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଅଭିଯୋଗ ଅନୁଯାୟୀ, ଦଓ୍ବୋନପାଲି ଗ୍ରାମରେ…

ପ୍ରଦୂଷିତ ହେଉଛି ସହର, ସବୁଠି ଗଛ ଲଗାଇବାକୁ ଆହ୍ବାନ ଦେଲେ…

ଭଞ୍ଜନଗର,୨ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡସ୍ତରୀୟ ବନ ମହୋତ୍ସବ ସପ୍ତାହ ଗାଲେରୀ ରେଞ୍ଜ ସାମରଡ଼ା ବନ ସୁରକ୍ଷା ସମିତି ଅଞ୍ଚଳରେ ପାଳିତ ହୋଇଯାଇଛି।…

ହାଇଓ୍ବା ଧକ୍କାରେ ସ୍କୁଟିଚାଳକ ମୃତ: ୪ ଲକ୍ଷ ଟଙ୍କାର ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପୁରୁଷୋତ୍ତମପୁର,୨ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟରାସ୍ତାର ଭାଟକୁମରଡ଼ା କଲେଜ ନିକଟରେ ଏକ ହାଇଓ୍ବା ଟ୍ରକ୍‌କୁ ଦ୍ରୁତଗତିରେ ଆସି ଜଣେ ବାଇକ୍‌କୁ ଧକ୍କା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri