ମିଳିଲାନି ଜାମିନ: ୨୬ ଅକ୍ଟୋବର ପର୍ଯ୍ୟନ୍ତ ଜେଲରେ ରହିବେ ଆର୍ଯ୍ୟନ

ମୁମ୍ବାଇ,୨୧ ।୧୦: କ୍ରୁଜ ଡ୍ରଗ୍ସ ମାମଲାରେ ଫସି ଥିବା ବଲିଉଡ୍ ବାଦଶାହା ଶାହାରୁଖ ଖାଁଙ୍କ ପୁଅ ଆର୍ଯ୍ୟନ ଖାଁଙ୍କ ଅଡୁଆ ବଢି ବଢି ଚାଲିଛି । ଗୁରୁବାର ତାଙ୍କ ଜାମିନ ଆବେଦନର ଶୁଣାଣି ଥିବା ବେଳେ ଏହାକୁ ପୁଣିଥରେ ୨୬ ଅକ୍ଟୋବରକୁ ଘୁଞ୍ଚାଇ ଦିଆଯାଇଛି । ଏବେ ଅକ୍ଟୋବର ୨୬ ପର୍ଯ୍ୟନ୍ତ ସେ ଜେଲରେ ରହିବେ । ମଙ୍ଗଳବାର ବମ୍ବେ ହାଇକୋର୍ଟରେ ଏହାର ଶୁଣାଣି କରାଯିବ । ଜାମିନ ନ ମିଳିବା ପର୍ଯ୍ୟନ୍ତ ଆର୍ଯ୍ୟନ ଜେଲରେ ହିଁ ରହିବେ । ସୂଚନାଯୋଗ୍ୟ, ଆର୍ଯ୍ୟନ ଖାଁ, ଅରବାଜ ମର୍ଚାଣ୍ଟ ଓ ମୁନମୁନ ଧମେଚାଙ୍କୁ ମାଦକ ଦ୍ରବ୍ୟ ରଖିବା, ସେବନ କରିବା ଓ କାରବାର କରିବା ଅଭିଯୋଗରେ ଏନ୍‌ସିବି ଅକ୍ଟୋବର ୩ରେ ଗିରଫ କରିଥିଲା । ଦୀର୍ଘ ପ୍ରାୟ ୧୭ ଦିନ ପରେ ଗୁରୁବାର ଆର୍ଯ୍ୟନଙ୍କ ପିତା ଶାହାରୁଖ ତାଙ୍କୁ ଦେଖା କରିବାକୁ ଜେଲ ଯାଇଥିଲେ । ସୂଚନାଯୋଗ୍ୟ, ବୁଧବାର ବିଶେଷ ଏନ୍‌ଡିପିଏସ୍ କୋର୍ଟ ଆର୍ଯ୍ୟନଙ୍କ ସମେତ ଅନ୍ୟ ଅଭିଯୁକ୍ତଙ୍କ ଜାମିନ ଆବେଦନକୁ ଖାରଜ କରି ଦେଇଥିଲେ । ଏହାପରେ ଆର୍ଯ୍ୟନଙ୍କ ଓକିଲ ତୁରନ୍ତ ବମ୍ବେ ହାଇକୋର୍ଟରେ ଅପିଲ କରି ତଳ କୋର୍ଟଙ୍କୁ ଚ୍ୟାଲେଞ୍ଜ ଦେଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଉଠାଜଳସେଚନ ପ୍ରକଳ୍ପ କାର୍ଯ୍ୟରେ ନାବାଳକ ଶ୍ରମିକ: ଡିପ୍‌ ବୋର୍‌ୱେଲ ପ୍ରକଳ୍ପ ଅଧା

ଅମରପାଲି,୨୨ା୮(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଏକ କୃଷିପ୍ରଧାନ ଅଞ୍ଚଳ ହୋଇଥିଲେ ମଧ୍ୟ ଏଠାରେ ଜଳସେଚନର ବିଶେଷ ସୁବିଧା ନାହିଁ। ଚାଷୀଙ୍କ ଜମିକୁ ଜଳସେଚନ ସୁବିଧା ଯୋଗାଇବା…

୨୦୨୭ ଲଢେଇ ଜିତିବାକୁ ଭାଜପାର ବଡ଼ ପ୍ଲାନ: ଟାର୍ଗେଟ୍‌ରେ Gen G-Gen Z

ନୂଆଦିଲ୍ଲୀ,୨୨।୮: ନୂତନ ଜାତୀୟ ଟିମ୍‌ ଘୋଷଣା ପରେ ଭାଜପା ନେତା ନୀତିନ ନବୀନ ଶନିବାର ପଦାଧିକାରୀଙ୍କ ସହ ଏକ ବୈଠକ କରିଛନ୍ତି। ଦିଲ୍ଲୀରେ ଥିବା ଭାଜପା ମୁଖ୍ୟାଳୟରେ…

LKG ଛାତ୍ରଙ୍କୁ ଚାପୁଡ଼ା ମାରିଲେ ଶିକ୍ଷୟିତ୍ରୀ: ହଠାତ୍‌ ଘଟିଗଲା ଏମିତି କିଛି, ଦେଖନ୍ତୁ ଛାତିଥରା VIDEO

ବିଶାଖାପାଟଣା,୨୨।୮: ବିଶାଖାପାଟଣାର ଏକ ସ୍କୁଲର ହୃଦୟ ବିଦାରକ ସିସିଟିଭି ଫୁଟେଜ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଜଣେ ନିର୍ଦ୍ଦୋଷ ୬ ବର୍ଷର ଶିଶୁକୁ ଜଣେ ଶିକ୍ଷୟିତ୍ରୀ ତା’ର…

ରାହୁଲଙ୍କ କାର୍ଯ୍ୟକ୍ରମ ପୂର୍ବରୁ ଉତ୍ତେଜନା; NSUI-ABVP ସମର୍ଥକଙ୍କ ମଧ୍ୟରେ ହାତାହାତି

ନୂଆଦିଲ୍ଲୀ,୨୨।୮: ଅଗଷ୍ଟ ୨୧ରେ ପୁଣେରେ ଲୋକ ସଭାରେ ବିରୋଧୀ ଦଳ ନେତା ଏବଂ କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀଙ୍କୁ ନେଇ ‘ଛତ୍ରୋଂ କି ଗୁଞ୍ଜ’ (ଛାତ୍ରଙ୍କ ପ୍ରତିଧ୍ୱନି)…

କୁଲଦୀପଙ୍କୁ ପ୍ଲେଇଂ ଇଲେଭେନରୁ ବାଦ ଦେବା ନେଇ ଚର୍ଚ୍ଚା; ଭାରତୀୟ କୋଚ ଦେଲେ ବଡ଼ ବୟାନ

ନୂଆଦିଲ୍ଲୀ,୨୨।୮: କୁଲଦୀପ ଯାଦବଙ୍କୁ ନେଇ ଖୁବ ଆଲୋଚନା ହେଉଛି, ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ସେ ଖେଳିବେ କି ନାହିଁ ସେ ବିଷୟରେ ପ୍ରଶ୍ନ ବାକି ରହିଛି।…

ଆଉ ମିଳିବନି ବ୍ରାଣ୍ଡେଡ କମ୍ପାନୀର ପିଜା-ବର୍ଗର! McDonald’s ସମତେ ୭ ଫୁଡ ଆଉଟଲେଟର ଲାଇସେନ୍ସ ରଦ୍ଦ

ମୁମ୍ବାଇ,୨୨।୮: ଖାଦ୍ୟ ସୁରକ୍ଷା ଏବଂ ପରିଷ୍କାର ପରିଚ୍ଛନ୍ନତା ମାନଦଣ୍ଡର ଉଲ୍ଲଂଘନ ଅଭିଯୋଗରେ ମହାରାଷ୍ଟ୍ର ଖାଦ୍ୟ ଏବଂ ଔଷଧ ପ୍ରଶାସନ (FDA) ରାଜ୍ୟବ୍ୟାପୀ ୧୩ଟି ଖାଦ୍ୟ ଦୋକାନର ଲାଇସେନ୍ସକୁ…

କେନ୍ଦ୍ରମନ୍ତ୍ରୀଙ୍କ ବଡ଼ ଘୋଷଣା: ଦେଶର ମେଗା ପୋର୍ଟ ହେବ ପାରାଦୀପ

ପାରାଦୀପ, ୨୨।୮(ଶରତ ରାଉତ):କେନ୍ଦ୍ର ସରକାରଙ୍କ ବନ୍ଦର, ଜାହାଜ ଚଳାଚଳ ଓ ଜଳପଥ ମନ୍ତ୍ରଣାଳୟ ବିଭାଗ ମନ୍ତ୍ରୀ ସର୍ବାନନ୍ଦ ସୋନୱାଲ ଶୁକ୍ରବାର ପାରାଦୀପ ଗସ୍ତ କରିଥିଲେ। ଏହି ଅବସରରେ…

ଷ୍ଟେଜ ଉପରେ କାହିଁକି ହଠାତ ନାଚିଲେ ଟ୍ରମ୍ପ? ସାମ୍ନାକୁ ଆସିଲା ଭିଡ଼ିଓ

ଓ୍ବାଶିଂଟନ,୨୨।୮: ଦକ୍ଷିଣ କାରୋଲିନାର ପ୍ରସିଦ୍ଧ ରିସର୍ଟ ସହର ମର୍ଟଲ ବିଚରେ ଏକ କାର୍ଯ୍ୟକ୍ରମରେ ଡୋନାଲ୍ଡ ଟ୍ରମ୍ପ ନାଚିଥିବାର ଦେଖାଯାଇଥିଲା। ଏହି କାର୍ଯ୍ୟକ୍ରମ ଶୁକ୍ରବାର ରାତିରେ ଅନୁଷ୍ଠିତ ହୋଇଥିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri