ବାଇକ୍‌ରେ ଆସି ବୋମାମାଡ଼ କଲେ ଦୁର୍ବୃତ୍ତ, ଖସିଲା ଘରର ଛାତ

ଦିଗପହଣ୍ଡି,୧ା୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ୧ନଂ.ଓ୍ବାର୍ଡ ମୁକ୍ତେଶର ଶୈବପୀଠ ସଂଲଗ୍ନ କେନାଲ ସାହିରେ ଦୁର୍ବୃତ୍ତମାନେ ପୁଣି ବୋମାମାଡ଼ କରିଥିବା ଅଭିଯୋଗ ହୋଇଛି। ଗୁରୁବାର ବିଳମ୍ବିତ ରାତିରେ କେନାଲ ସାହିରେ କୁସିଆଁ ମହାନ୍ତିଙ୍କ ଘରେ ଭଡ଼ାରେ ରହୁଥିବା ରାଜେନ୍ଦ୍ର ସେଠୀଙ୍କ ଘରକୁ ଲକ୍ଷ୍ୟକରି ବୋମାମାଡ଼ କରାଯାଇଛି। ବୋମାମାଡ଼ରେ କେହି ମୃତାହତ ହୋଇ ନ ଥିଲେ ମଧ୍ୟ ଘର ଛାତର ସିମେଣ୍ଟ ପଲସ୍ତରା ଭାଙ୍ଗି ଯାଇଛି। ଦୁର୍ବୃତ୍ତମାନେ ବାଇକ୍‌ରେ ଆସି ରାଜେନ୍ଦ୍ରଙ୍କ ଘରକୁ ଲକ୍ଷ୍ୟ କରି ଲଗାତର ୨ଟି ବୋମା ଫିଙ୍ଗି ଚମ୍ପଟ ମାରିଥିଲେ। ଶୁକ୍ରବାର ସକାଳେ ପୋଲିସ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ସବିଶେଷ ତଦନ୍ତ କରି ବୋମା ଖଣ୍ଡ ସଂଗ୍ରହ କରିବା ସହ ସ୍ଥାନୀୟ ଲୋକଙ୍କୁ ପଚରାଉଚରା କରି ଫେରିଛନ୍ତି। ରାଜେନ୍ଦ୍ର ଦିଗପହଣ୍ଡି ଥାନାରେ ପହଞ୍ଚି ପୋଲିସକୁ ସବିଶେଷ ସୂଚନା ଦେବାସହ ଏତଲା ଦେଇଛନ୍ତି।

ଗତ ୨୬ ତାରିଖ ଶନିବାର ସନ୍ଧ୍ୟାରେ ପ୍ରଥମେ ଦିଗପହଣ୍ଡି-ଚିକିଟି ମୁଖ୍ୟରାସ୍ତାର ପଦ୍ମନାଭପୁର ଶ୍ରୀ ଶନି ମନ୍ଦିର ନିକଟରେ କୁଶପଡ଼ା ଗ୍ରାମର ଗାଡ଼ି ଚାଳକ ଶତ୍ରୁଘ୍ନ ବିଷୋୟୀଙ୍କୁ ଏକାଧିକ ଦୁର୍ବୃତ୍ତ ବାଇକ୍‌ରେ ଗୋଡ଼ାଇ ବୋମାମାଡ଼ କରିଥିଲେ। ସେ ଖସିଯିବାରୁ ତାଙ୍କୁ ପିଛା କରି ଦିଗପହଣ୍ଡି-ବ୍ରହ୍ମପୁର ମୁଖ୍ୟରାସ୍ତା କଡ଼ରେ ଥିବା ଏକ ବ୍ୟାଙ୍କ ଏବଂ ଘରୋଇ ଫାଇନାନ୍ସ କାର୍ଯ୍ୟାଳୟ ନିକଟରେ ଶତ୍ରୁଘ୍ନ ଠିଆ ହୋଇଥିବା ବେଳେ ଦୁର୍ବୃତ୍ତମାନେ ବାଇକ୍‌ରେ ଆସି ତାଙ୍କୁ ଲକ୍ଷ୍ୟ କରି ୨ଟି ବୋମାମାଡ଼ କରିଥିଲେ। ସେ ଦୌଡ଼ି ପଳାଇବାରୁ ଅଳ୍ପକେ ବର୍ତ୍ତିଯାଇଥିଲେ। ଦୁର୍ବୃତ୍ତମାନେ କ୍ଷଣକ ମଧ୍ୟରେ ଚମ୍ପଟ ମାରିଥିଲେ। ଏହି ଘଟଣାରେ ଶତ୍ରୁଘ୍ନଙ୍କ ଏତଲାକ୍ରମେ ପୋଲିସ ସମ୍ପୃକ୍ତ ଜଗା ସେଠୀ, ବଳି ସେଠୀ,ଚନ୍ଦନ ସେଠୀ ଏବଂ କୃଷ୍ଣ ସେଠୀଙ୍କ ନାଁରେ ୪୨୦/୨୪ ଅନୁଯାୟୀ ମୋକଦ୍ଦମା ରୁଜୁ କରିଥିଲେ। ଗିରଫ ଭୟରେ ସେମାନେ ଫେରାର ଥିବା ପୋଲିସ କହିଛି। ଆପରାଧିକ କାର୍ଯ୍ୟକଳାପରେ ଲିପ୍ତ ସହରର ୨ ଗୋଷ୍ଠୀ ଯୁବକଙ୍କ ମଧ୍ୟରେ ଲାଗି ରହିଥିବା ଶତ୍ରୁତାରୁ ଉଭୟେ ଉଭୟ ଗୋଷ୍ଠୀର ଯୁବକଙ୍କୁ ହତ୍ୟା ପାଇଁ କ୍ରମାଗତ ବୋମାମାଡ଼ କରୁଥିବା ଜଣାପଡିଛି। ଗୁରୁବାର ବିଳମ୍ବିତ ରାତିରେ ରାଜେନ୍ଦ୍ରଙ୍କ ପୁଅ ଜଗା ସେଠୀଙ୍କୁ ଭୟଭୀତ କରିବା ପାଇଁ ତାଙ୍କ ଘର ଉପରକୁ ବୋମାମାଡ଼ କରାଯାଇଛି।

ଶାନ୍ତିପୂର୍ଣ୍ଣ ଦିଗପହଣ୍ଡି ସହରରେ ଭାଇଗିରି ପାଇଁ ୨ ଆପରାଧିକ ଗୋଷ୍ଠୀ ପକ୍ଷରୁ ଛକାପଞ୍ଝା ଲାଗିରହିଛି। ଏହାକୁ ନେଇ ସାଧାରଣରେ ଆତଙ୍କ ପ୍ରକାଶ ପାଇଛି। ପୋଲିସର ଢିଲା ପଣ ଯୋଗୁ ସହରରେ ଆତଙ୍କରାଜ ଦିନକୁ ଦିନ ବଢି ଚାଲିଛି। ବ୍ରହ୍ମପୁର ଏସ୍‌ପି ଏଥିପ୍ରତି ଦୃଷ୍ଟିଦେଇ କଡ଼ା କାର୍ଯ୍ୟାନୁଷ୍ଠାନ ପାଇଁ ବିଭିନ୍ନ ସଙ୍ଗଠନ ପକ୍ଷରୁ ଦାବି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଇତିହାସ ରଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ୨୮ ଡିସେମ୍ବରରେ…

ନୂଆଦିଲ୍ଲୀ, ୨୭।୨୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୮ ଡିସେମ୍ବରରେ ଭାରତୀୟ ନୌସେନାର ଏକ ପନଡୁବ୍ବୀରେ ସମୁଦ୍ର ଯାତ୍ରା କରିବେ। ଏହି ଯାତ୍ରା କର୍ନାଟକର କାରବାର...

ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ

ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ବିଶ୍ୱ ରେକର୍ଡ ସୃଷ୍ଟି କଲା ଚାଇନା ଟ୍ରେନ୍‌

ବେଜିଂ,୨୭ା୧୨: ଚାଇନାର ସବୁଠୁ ଦ୍ରୁତଗାମୀ ମାଗଲେଭ୍‌ ଟ୍ରେନ୍‌ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଏହି ଟ୍ରେନ୍‌ ମାତ୍ର ୨ ସେକେଣ୍ଡରେ ଘଣ୍ଟାପ୍ରତି ୭୦୦ କି.ମି....

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ଥାଇଲାଣ୍ଡ-କାମ୍ବୋଡ଼ିଆ ମଧ୍ୟରେ ବଡ଼ ଚୁକ୍ତି: ବନ୍ଦ ହେବ ଯୁଦ୍ଧ

ବ୍ୟାଙ୍କକ୍‌,୨୭ା୧୨: ଥାଇଲାଣ୍ଡ ଏବଂ କାମ୍ବୋଡ଼ିଆ ମଧ୍ୟରେ ସୀମା ବିବାଦକୁ ନେଇ ଗତ କିଛି ସପ୍ତାହ ହେଲା ସଂଘର୍ଷ ଲାଗି ରହିଛି। ଏହାକୁ ବନ୍ଦ କରିବା ପାଇଁ...

ପାରମ୍ପରିକ ‘ଟୋକି ପର୍ବ’ ପାଇଁ  ଚଳଚଞ୍ଚଳ କଳାହାଣ୍ଡି:  ସଜାଗ ଅଛନ୍ତି ପର୍ବ ପାଳନ କମିଟି, ଜାନୀ-ଦିଶାରୀଙ୍କ ନେତୃତ୍ୱରେ…

ଥୁଆମୂଳ ରାମପୁର, ୨୮ା୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ଆଦିବାସୀ ଅଞ୍ଚଳରେ ଆସନ୍ତାକାଲି ଅର୍ଥାତ ରବିବାର କନ୍ଧ ସମ୍ପ୍ରଦାୟର ଗଣପର୍ବ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri