ବୁଲେଟରେ ଆସି ଯୁବକଙ୍କ ଉପରକୁ ବୋମା ଫିଙ୍ଗିଲେ ଦୁର୍ବୃତ୍ତ, ଆଉ ତା’ପରେ…

ଦିଗପହଣ୍ଡି,୨୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ମୁଖ୍ୟରାସ୍ତାରେ ଥିବା ଏକ ଘରୋଇ ଫାଇନାନ୍ସ କମ୍ପାନୀ ଶାଖା କାର୍ଯ୍ୟାଳୟ ଏବଂ ଜିମ୍‌ ନିକଟରେ ଶନିବାର ସନ୍ଧ୍ୟା ପ୍ରାୟ ୭ ଟାରେ ୨ଜଣ ଅଜଣା ଦୁର୍ବୃତ୍ତ ଏକ ବୁଲେଟରେ ଆସି ଜଣେ ଯୁବକଙ୍କୁ ଲକ୍ଷ୍ୟ କରି ଲଗାତାର ୨ଟି ବାମା ଫିଙ୍ଗି ଥିଲେ। ଯୁବକ ଜଣକ ଦୌଡ଼ି ପଳାଇବାରୁ ତାଙ୍କର କୌଣସି କ୍ଷତି ହୋଇନାହିଁ। କିନ୍ତୁ ରାସ୍ତାକଡରେ ଥିବା ଦିଗପହଣ୍ଡି ବଡ଼ବ୍ରାହ୍ମଣ ସାହିର ହିମାଂଶୁ ମହାରଣାଙ୍କ ଥର୍‌ ଜିପ କ୍ଷତିଗ୍ରସ୍ତ ହୋଇଥିବା ଜଣାପଡିଛି।

ବୋମା ଫୁଟିବା ପରେ ସ୍ଥାନୀୟ ଅଞ୍ଚଳରେ ଆତଙ୍କ ଖେଳି ଯାଇଥିଲା। ଖବର ପାଇ ଦିଗପହଣ୍ଡି ପୋଲିସ ଘଟଣାସ୍ଥଳରେ ପହଞ୍ଚି ବୋମା ଟୁକୁରା, ବୋମାରେ ବ୍ୟବହୃତ ଲୁହା କଣ୍ଟା, ଲୁହା ବଲ୍ସ, ଗୋଡ଼ି ଆଦି ଜବତ କରି ତଦନ୍ତ ଆରମ୍ଭ କରିଛି।

ମିଳିଥିବା ସୂଚନା ମୁତାବକ, ଉତ୍କଳ ଗ୍ରାମୀଣ ବ୍ୟାଙ୍କ ନିକଟରେ ଥିବା ଜିମ୍‌ରେ ୨ ଗୋଷ୍ଠୀଙ୍କ ମଧ୍ୟରେ ଝଗଡା ହୋଇଥିଲା। କିନ୍ତୁ କେଉଁମାନେ ବୋମା ମାଡ଼ କରିଛନ୍ତି ଓ କାହିଁକି କରିଛନ୍ତି ସେନେଇ ପୋଲିସ ତଦନ୍ତ ଆରମ୍ଭ କରିଥିବା ଥାନା ଆଇଆଇସି ପ୍ରଶାନ୍ତ କୁମାର ପାତ୍ର କହିଛନ୍ତି।

ଅପରପକ୍ଷେ ସାରେ ଦିଗପହଣ୍ଡି-ପଦ୍ମନାଭପୁର ମୁଖ୍ୟରାସ୍ତାରେ ଜଣେ ବାଇକ୍‌ ଆରୋହୀଙ୍କୁ ଲକ୍ଷ୍ୟ କରି କିଛି ଦୁର୍ବୃତ୍ତ ବୋମା ମାଡ଼ କରିଥିଲେ। ପରେ ସେମାନେ ଉକ୍ତ ବାଇକ୍‌ ଆରୋହୀଙ୍କୁ ପିଛା କରି ବୁଲେଟରେ ଆସି ଜିମ୍‌ ସମ୍ମୁଖରେ ବୋମା ମାଡ଼ କରି ଚମ୍ପଟ୍‌ ମାରିଥିବା ପୋଲିସର ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି। ଦୁର୍ବୃତ୍ତଙ୍କ ଟାର୍ଗେଟରେ ଥିବା ଯୁବକଙ୍କୁ ପୋଲିସ ପଚରାଉଚୁରା କରୁଛି। ତଦନ୍ତରେ ବ୍ୟାଘାତ ସୃଷ୍ଟି ହେବା ଆଶଙ୍କାରେ ପୋଲିସ ତାଙ୍କ ନାଁ ପ୍ରକାଶ କରିବାକୁ ମନା କରିଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟିମ୍ ଇଣ୍ଡିଆକୁ ବଡ଼ ଝଟ୍‌କା: ନ୍ୟୁଜିଲ୍ୟାଣ୍ଡ ସିରିଜ୍ ପୂର୍ବରୁ ଆହତ ହେଲେ ଷ୍ଟାର୍ ବୋଲର, CoEରେ ଚାଲିଛି…

ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍ ପରେ ଭାରତୀୟ କ୍ରିକେଟ୍ ଦଳ ନ୍ୟୁଜିଲ୍ୟାଣ୍ଡ ଗସ୍ତ କରିବ, ଯେଉଁଠାରେ ତିନୋଟିଯାକ ଫର୍ମାଟ୍‌ରେ ସିରିଜ୍ ଖେଳାଯିବ। ତେବେ ଏହି ଗୁରୁତ୍ୱପୂର୍ଣ୍ଣ…

IPL 2027: ଦିଲ୍ଲୀ କ୍ୟାପିଟାଲ୍ସର ନୂଆ ହେଡ୍ କୋଚ୍ ହେଲେ ସୌରଭ ଗାଙ୍ଗୁଲି, ହେମାଙ୍ଗ ବଦାନୀଙ୍କ ସ୍ଥାନ ନେଲେ ଦାଦା

ନୂଆଦିଲ୍ଲୀ,୬।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସିଜନ୍ ପାଇଁ ଦିଲ୍ଲୀ କ୍ୟାପିଟାଲ୍ସ (DC) ସୌରଭ ଗାଙ୍ଗୁଲିଙ୍କୁ ଟିମ୍‌ର ନୂଆ ହେଡ୍ କୋଚ୍ ଭାବେ ନିଯୁକ୍ତ କରିଛି।…

ପୁଣି ମହଙ୍ଗା ହେବ ମୋବାଇଲ ରିଚାର୍ଜ ପ୍ଲାନ! ଜାଣନ୍ତୁ କେବେଠୁ…

ନୂଆଦିଲ୍‌ଲୀ,୬।୧୦: ସାଧାରଣ ଲୋକଙ୍କୁ ପୁଣି ଥରେ ମହଙ୍ଗା ମାଡ଼ର ଝଟକା ଲାଗିପାରେ। ଏଥର ଏହି ଝଟକା ଟେଲିକମ କମ୍ପାନୀଗୁଡ଼ିକ ଦେଇପାରନ୍ତି। ଏକ ରିପୋର୍ଟ ଅନୁସାରେ, ଆଗାମୀ ୪ରୁ…

ଛାତ୍ର ସଂସଦ ନିର୍ବାଚନ ପାଇଁ ବାଜିଲା ବିଗୁଲ: ଚଳଚଞ୍ଚଳ ଗଞ୍ଜାମ ମହାବିଦ୍ୟାଳୟ, ୮ ବର୍ଷ ପରେ ଫେରିବ କ୍ୟାମ୍ପସ ରାଜନୀତି

ଗଞ୍ଜାମ, ୬।୧୦ (ବିଦ୍ୟାଧର ସାହୁ): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ରାଜ୍ୟରେ ପୁଣି ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଥିବାରୁ ଗଞ୍ଜାମ ମହାବିଦ୍ୟାଳୟ ପରିସର ଚଳଚଞ୍ଚଳ…

କ୍ୟାପଟେନ୍ ସ୍ମିତ ମଚ୍ଚାରଙ୍କର ମାସିକ ଦରମା କେତେ? ସିନିୟର କ୍ୟାପଟେନଙ୍କୁ ମିଳେ ଏସବୁ ସୁବିଧା…

ନୂଆଦିଲ୍ଲୀ,୬।୧୦: ଦୁବାଇରୁ ତେଲ ଆଭିଭ ଯାଉଥିବା ବିମାନରେ ଜଣେ ଓମାନୀ ସହ-ପାଇଲଟ (କୋ-ପାଇଲଟ) ଭାରତୀୟ ପାଇଲଟ ସ୍ମିତ ମଚ୍ଚାରଙ୍କ ଉପରେ ଆକ୍ରମଣ କରି ବିମାନକୁ କ୍ରାସ କରାଇବାକୁ…

ବସ୍‌ଷ୍ଟାଣ୍ଡରେ ବ୍ୟବସାୟୀଙ୍କୁ ଛୁରାମାଡ଼

କୋରାପୁଟ,୬।୧୦(ଅମିତାଭ ବେହେରା): କୋରାପୁଟ ବସ୍‌ଷ୍ଟାଣ୍ଡ ନିକଟରେ ମଙ୍ଗଳବାର ଜଣେ ମକା ବ୍ୟବସାୟୀଙ୍କୁ ଛୁରାମାଡ଼ ହୋଇଛି। ଜନଗହଳିପୂର୍ଣ୍ଣ ସ୍ଥାନରେ ଏହି ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି ହୋଇଛି। ଟିକିରା…

ମୁକୁଳା ଡ୍ରେନ୍‌ରେ ପଡ଼ିଛି ଗାଈ

ଗଞ୍ଜାମ, ୬ ।୧୦ (ବିଦ୍ୟାଧର ସାହୁ): ବିଳମ୍ବିତ ରାତିରେ ଗଞ୍ଜାମ ବ୍ଲକ ସମ୍ମୁଖରେ ଥିବା ଏକ ମୁକୁଳା ଡ୍ରେନରେ ଗୋଟିଏ ଗାଈ ଗଳି ପଡ଼ିଥିଲା। ରାସ୍ତା ଦେଇ…

କେତୁଙ୍କ ଗୋଚରରେ ଚମକିବ ୪ ରାଶିଙ୍କ ଭାଗ୍ୟ, ପ୍ରବଳ ଧନଯୋଗ ସହ ବଡ଼ କମ୍ପାନୀରୁ ଅଫର୍‌

କେତୁ ଗ୍ରହ ସର୍ୱଦା ବକ୍ରି ବା ଓଲଟା ଚଳନ କରନ୍ତି। ଆଜି କେତୁ ମଘା ନକ୍ଷତ୍ରର ଦ୍ୱିତୀୟ ପାଦରୁ ପ୍ରଥମ ପାଦକୁ ଗୋଚର କରିବାକୁ ଯାଉଛନ୍ତି। କେତୁଙ୍କର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?