ସମ୍ବଲପୁରରେ ବୋମା ମାଡ଼ ପରେ ଉତ୍ତେଜନା

ସମ୍ବଲପୁର,୨୬।୩: ପୁଣି ଅସାନ୍ତ ହୋଇପଡିଛି ସମ୍ବଲପୁର। ମଙ୍ଗଳବାର ସନ୍ଧ୍ୟାରେ ପୀରବାବା ଛକ ନିକଟସ୍ଥ ରାସ୍ତା ପାର୍ଶ୍ୱରେ ଏକ ବୁଲେଟ(ବାଇକ୍‌) ଛିଡ଼ା ହୋଇଥିଲା। ସେତିକିବେଳେ କେତେକ ଦୁର୍ବୃତ୍ତ ବୁଲେଟ୍‌ ଉପରକୁ ବୋମା ମାଡ଼ କରି ଫେରାର ହୋଇଯାଇଥିଲେ। ବୋମା ମାଡ଼ରେ ୨ଜଣ ଗୁରୁତର ଆହତ ହୋଇଥିବା ଜଣାପଡିଛି। ଆହତ ଦ୍ୱୟଙ୍କୁ ଉଦ୍ଧାର କରି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ବାମା ମାଡ଼ରେ ଗାଡ଼ିର ପଛ ସିଟ୍‌ ନଷ୍ଟ ହୋଇଯାଇଛି।

ଅନ୍ୟପକ୍ଷେ ଘଟଣାସ୍ଥଳରେ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି। ଖବର ପାଇ ଘଟଣା ସ୍ଥଳରେ ସମ୍ବଲପୁର ଏସ୍‌ପି, ଉତ୍ତରାଞ୍ଚଳ ପୋଲିସ ଆଇଜି ପହଞ୍ଚି ତନାଘନା ଆରମ୍ଭ କରିଛନ୍ତି। ସୁରକ୍ଷା ଦୃଷ୍ଟିରୁ ବ୍ୟାପକ ପୋଲିସ ଫୋର୍ସ ମୁତୟନ କରାଯାଇଛି। ତେବେ କିଏ ଓ କାହିଁକି ବୋମା ମାଡ଼ କରିଛନ୍ତି ତାହା ଜଣାପଡ଼ି ନାହିଁ। ପୋଲିସ ବିଭିନ୍ନ ଦିଗରୁ ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଘରେ ପଶି ମହିଳାଙ୍କୁ ଅସଦାଚରଣ ମାମଲା: ଅଭିଯୁକ୍ତଙ୍କୁ ଏମିତି ରାୟ ଶୁଣାଇଲେ….

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସିଭିଲ କୋର୍ଟ ସିନିୟର ଡିଭିଜନ କୋର୍ଟରେ ଏକ ମାମଲାର ଚୂଡାନ୍ତ ଶୁଣାଣି ହୋଇଛି। ଗତ ୨ ବର୍ଷ…

କାର ବାଇକ୍ ମୁହାମୁହିଁ ଧକ୍କା,ଦୁଇ ଗୁରୁତର

ଗୁଣପୁର,୧୪।୮( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଜଗନ୍ନାଥପୁର ରୋଡ ଠାରେ ବାଇକ୍ କାର ମୁହାଁ ମୁହିଁ ଯୋଗୁଁ ଦୁଇ ବାଇକ୍ ଆରୋହୀ ଗୁରୁତର ହୋଇ…

୩୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ

ମୋହନା,୧୪ା୮(ମନ୍ମଥ ମିଶ୍ର): ଗୋପଟିମା ଓ କୁଟିଗୁଡ଼ା ଗାଁ ମଧ୍ୟରେ ଥିବା ଜଙ୍ଗଲରୁ ମୋହନା ପୋଲିସ ୩ କୁଇଣ୍ଟାଲରୁ ଊର୍ଦ୍ଧ୍ୱ (୩୦୩ କିଲୋ ୬୦୦ ଗ୍ରାମ) ଗଞ୍ଜେଇ ଜବତ…

୧ ଟଙ୍କାରେ ମିଳୁଛି ସିମ: ନେବାକୁ ଚାହୁଁଥିଲେ…

ଭବାନୀପାଟଣା,୧୪।୮(ଉତ୍ତମ କୁମାର ଦାଶ): ଦେଶରେ ଦୁରସଞ୍ଚାର ସେବା ପ୍ରଦାନକାରୀ ସଂସ୍ଥା ଭାବରେ, ବିଏସଏନଏଲ୍ ସାରା ଦେଶରେ ନିର୍ଭରଯୋଗ୍ୟ, ସୁରକ୍ଷିତ, ସୁଲଭ ଭାବେ ଗଣନା ହେଉଥିବାବେଳେ ଏବେ ସମସ୍ତ…

ଓଡ଼ିଶାକୁ ପୁଣି ଫେରିଲା କୋଭିଡ୍‌: ଭୁବନେଶ୍ୱରରେ ଚିହ୍ନଟ ହେଲେ ଆକ୍ରାନ୍ତ, ଭୟରେ…

ଭୁବନେଶ୍ୱର, ୧୪।୮ ରାଜଧାନୀ ଭୁବନେଶ୍ୱରରେ ପୁଣି ଜଣେ କୋଭିଡ୍‌ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡ଼ିଛି। ବରମୁଣ୍ଡା ଅଞ୍ଚଳର ଜଣେ ୫୦ ବର୍ଷୀୟ ବ୍ୟକ୍ତି କୋଭିଡ୍‌ ସଂକ୍ରମିତ ହୋଇଥିବା…

ବିନୟତୋଷ ମିଶ୍ରଙ୍କୁ ମିଳିଲା ଓଡ଼ିଶାର ଅନ୍ତରୀଣ ଡିଜିପି ଦାୟିତ୍ୱ; ରଖିଲେ ଏଭଳି ପ୍ରତିକ୍ରିୟା…

ଭୁବନେଶ୍ୱର,୧୪।୮: ଓଡ଼ିଶାର ନୂତନ ଅନ୍ତରୀଣ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ବରିଷ୍ଠ ଆଇପିଏସ୍ ଅଧିକାରୀ ବିନୟତୋଷ ମିଶ୍ର। ବର୍ତ୍ତମାନ କ୍ରାଇମବ୍ରାଞ୍ଚ ଡିଜି ଭାବେ…

ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ମିଳିଲା ୱାର୍ଡରଙ୍କ ମୃତଦେହ, ଡ୍ୟୁଟିକୁ ନ ଯିବାରୁ ବଢ଼ିଲା …

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାହାସପୁର ଗ୍ରାମ ନିକଟ ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ଶୁକ୍ରବାର ସନ୍ଧ୍ୟାରେ ଜଣେ ଜେଲ ୱାର୍ଡରଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ…

ସୂର୍ଯ୍ୟ-ଗୁରୁଙ୍କ ଯୋଗରେ ୫ ରାଶି ପାଇଁ ଭାରି ଭଲ; ପ୍ରଚୁର ଧନଲାଭକୁ ଅମାପ ସମ୍ପତ୍ତି ମିଳିବ…

ଦ୍ରିକ ପାଞ୍ଜି ଅନୁସାରେ, ୨୩ ଅଗଷ୍ଟ, ୨୦୨୬ ରେ ସୂର୍ଯ୍ୟ ଏବଂ ବୃହସ୍ପତି କେବଳ ୧୮° ଦୂରତାରେ ଅବସ୍ଥିତ ହେବେ। ଜ୍ୟୋତିଷ ଶାସ୍ତ୍ରରେ ଏହାକୁ ଅଷ୍ଟଦଶ ଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri