ବୋମାମାଡ଼ ଘଟଣା, ଆଉ ଜଣେ ଗିରଫ

ଦିଗପହଣ୍ଡି,୧୫ା୧୧(ଅଶେଷ ନାଥ ମିଶ୍ର): ସାନଖେମୁଣ୍ଡି ଓ ଦିଗପହଣ୍ଡି ଅଞ୍ଚଳରେ ଗତ କିଛିଦିନ ହେଲା ବୋମାମାଡ଼ କରି ଆତଙ୍କ ଚଳାଇଥିବା ଅପରାଧୀ ଗ୍ୟାଙ୍ଗର ଜଣେ ଯୁବକଙ୍କୁ ପୋଲିସ ଗିରଫ କରି ଶୁକ୍ରବାର କୋର୍ଟ ଚାଲାଣ କରିଛି। ସେ ହେଲେ ଦିଗପହଣ୍ଡି ଅଞ୍ଚଳ କଲୋନୀରେ ରହୁଥିବା ମୌଳାଭଞ୍ଜା ଗ୍ରାମର ସୁନୀଲ ସେଠୀ। ସେ ହାତବୋମା ପ୍ରସ୍ତୁତ କରି ଏକ ନିର୍ଦ୍ଦିଷ୍ଟ ଅପରାଧୀ ଗୋଷ୍ଠୀଙ୍କୁ ନିୟମିତ ବ୍ୟବଧାନରେ ଯୋଗାଇ ଦେଉଥିଲେ ବୋଲି ଥାନା ଏସ.ଆଇ ଜ୍ୟୋତି ରଞ୍ଜନ ବେହେରା କହିଛନ୍ତି। ଥାନା ମାମଲା ନଂ.୪୨୦/୨୪ ଅନୁଯାୟୀ ଜାମିନ ଆବେଦନ ଖାରଜ ହେବାରୁ ତାଙ୍କୁ ଦିଗପହଣ୍ଡି ସବ ଜେଲ ହାଜତକୁ ପଠାଇ ଦିଆଯାଇଛି। ସୂଚନାଯୋଗ୍ୟ, ଗତ ୨୬ ତାରିଖରେ ସନ୍ଧ୍ୟାରେ କୁଶପଡ଼ା ଗ୍ରାମର ଗାଡ଼ିଚାଳକ ଶତ୍ରୁଘ୍ନ ବିଷୋୟୀଙ୍କୁ ଲକ୍ଷ୍ୟକରି କେତେଜଣ ଦୁର୍ବୃତ୍ତ ପୃଥକ ଦୁଇଟି ସ୍ଥାନରେ ବୋମାମାଡ଼ କରିଥିଲେ। ସେ କୌଶଳକ୍ରମେ ଖସିଯିବାରୁ ବର୍ତ୍ତି ଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତର ଏକତା ଓ ପ୍ରଗତି ପାଇଁ ସମର୍ପିତ ଏକ ଜୀବନ

ରାଷ୍ଟ୍ରବାଦ ଓ ନିଃସ୍ବାର୍ଥ ସେବାର ଆଦର୍ଶରେ ବିଶ୍ୱାସ କରୁଥିବା ଅଗଣିତ ଲୋକଙ୍କ ପାଇଁ ଆଜିର ଦିନ, ୬ ଜୁଲାଇର ବିଶେଷ ମହତ୍ତ୍ୱ ରହିଛି। ଆମେ ଡକ୍ଟର ଶ୍ୟାମା…

ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି

କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…

ଗୁରଗାଁଓରେ ଚାଞ୍ଚଲ୍ୟ: ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ନବବିବାହିତା ମହିଳା

ଗୁରଗାଁଓ,୫ା୭: ନିଖୋଜ ହେବାର ୨ ଦିନ ପରେ ଜଣେ ୨୧ ବର୍ଷୀୟ ଯୁବକଙ୍କ ମୃତଦେହ ରଓ୍ବୋରୀସ୍ଥିତ କେନାଲରୁ ମିଳିବା ପରେ ତାଙ୍କୁ ନବବିବାହିତା ସ୍ତ୍ରୀ ଓ ତାଙ୍କ…

ସମୁଦ୍ରରେ ଫସିଥିବା ମତ୍ସ୍ୟଜୀବୀ ଉଦ୍ଧାର

ପୁରୀ,୫ା୭(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର କରାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

ଚିଠା ଭୋଟର ତାଲିକା ପ୍ରକାଶ, ବଲାଙ୍ଗୀର ଜିଲାରୁ ବାଦ ପଡ଼ିଲେ…

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (Special Intensive Revision – SIR) ପ୍ରକ୍ରିୟାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ…

କାଳ ବୈଶାଖୀରେ ଉଡ଼ିଯାଇଥିଲା ଟିଣ, ଛପର, ହେଉନି ମରାମତି

ମୋହନା,୫।୭(ମନ୍ମଥ ମିଶ୍ର): କାଳବୈଶାଖୀରେ ଉଡ଼ିଯାଇଥିଲା ବିଦ୍ୟାଳୟର ଟିଣ ଛପର। ହେଲେ ବର୍ତ୍ତମାନ ସୁଦ୍ଧା ଏହା ମରାମତି ହୋଇନାହିଁ। ଫଳରେ ବାଧ୍ୟହୋଇ ଦୁଇଟି ଶ୍ରେଣୀ ଗୃହରେ ପ୍ରଥମରୁ ଅଷ୍ଟମ…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri