ପୂର୍ବତନ ସମିତିସଭ୍ୟଙ୍କ ଘରକୁ ବୋମାମାଡ଼

କାମାକ୍ଷାନଗର,୧୦ା୪(ଡି.ଏନ୍‌.ଏ.): ରାଜନୈତିକ ଶତ୍ରୁତାକୁ କେନ୍ଦ୍ରକରି ଅଶାନ୍ତ ହୋଇଉଠିଛି ଢେଙ୍କାନାଳ ଜିଲା କାମାକ୍ଷାନଗର ବ୍ଲକ ତୁମୁସିଙ୍ଗା ଥାନା ଅଧୀନ କୋଟଗରା ଗ୍ରାମ। ଶନିବାର ମଧ୍ୟରାତିରେ ପୂର୍ବତନ ସମିତିସଭ୍ୟ ଅଶ୍ୱିନୀ କୁମାର ପରିଡ଼ାଙ୍କ ଘର ଉପରକୁ ବୋମାମାଡ଼ କରାଯାଇଥିବା ଅଭିଯୋଗ ହୋଇଛି। ଅଭିଯୁକ୍ତମାନେ ଗ୍ୟାରେଜରେ ଥିବା ତାଙ୍କ ଜିପ୍‌ ଜାଳି ଦେଇଛନ୍ତି। ପୋଲିସ ପହଞ୍ଚତ୍ ଦୁଇଟି ଅଫୁଟା ବୋମା ଜବତ କରିବା ସହ ତଦନ୍ତ ଆରମ୍ଭ କରିଛି।
ପୋଲିସ ନିକଟରେ ହୋଇଥିବା ଏତଲାରେ ଦର୍ଶାଯାଇଛି, ଶନିବାର ରାତି ପ୍ରାୟ ସାଢ଼େ ୧୧ଟାରୁ ୧୨ଟା ମଧ୍ୟରେ ଯୋଗୀଡ଼ିହ ଗ୍ରାମର କୃଷ୍ଣଚନ୍ଦ୍ର ଦାସ ଓରଫ୍‌ କୁଶିଆ, ଅମ୍ଳାନ ଜେନା, କୋଟଗରା ଉପର ଗୋଡ଼ିସାହିର ରଞ୍ଜିତ ପରିଡ଼ା ଏକ ବାଇକ୍‌ରେ ଆସି ଘର କବାଟ ବାଡ଼େଇଥିଲେ। ଅମ୍ଳାନ ଏକ ପିସ୍ତଲ ଏବଂ କୃଷ୍ଣ ଖଣ୍ଡା ଧରି ଘର ବାହାରେ ଆତଙ୍କ ସୃଷ୍ଟି କରିବା ସହ ଅସଭ୍ୟ ଭାଷାରେ ଗାଳିଗୁଲଜ କରିଥିଲେ। ଏଥିସହ ହତ୍ୟା କରିବାକୁ ଧମକ ଦେଇଥିଲେ। ସେମାନେ ଗ୍ୟାରେଜ୍‌ରେ ଥିବା ଜିପ୍‌ (ନଂ ଓଆର୍‌ ୦୫ ୧୫୫୬)କୁ ପେଟ୍ରୋଲ ଢାଳି ନିଅଁା ଲଗାଇ ଦେଇଛନ୍ତି। ଫଳରେ ଗାଡ଼ି ସମ୍ପୂର୍ଣ୍ଣ ଜଳିଯାଇଛି। ଭାଇ ଅରୁଣ କୁମାର ପରିଡ଼ା ଏହି ଘଟଣାର ସାକ୍ଷୀ ରହିଛନ୍ତି। ଏଭଳି କାଣ୍ଡ ଭିଆଇଥିବା ଅଭିଯୁକ୍ତଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଅଶ୍ୱିନୀ ପୋଲିସ ନିକଟରେ ଦାବି କରିଛନ୍ତି। ସୂଚନା ପାଇ ପୋଲିସ ପହଞ୍ଚତ୍ ତଦନ୍ତ ଆରମ୍ଭ କରିଛି। ଏ ସଂକ୍ରାନ୍ତରେ ଏସ୍‌ଡିପିଓ ରଞ୍ଜନ କୁମାର ଦେ କୁହନ୍ତି, ଅଭିଯୋଗ ଆଧାରରେ ତୁମୁସିଙ୍ଗା ଥାନାରେ ଏକ ମାମଲା ରୁଜୁ ହୋଇଛି। ଘଟଣାସ୍ଥଳରେ ପହଞ୍ଚତ୍ ପୋଲିସ ଛାନଭିନ୍‌ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ଶିଶୁ ବିଦ୍ୟାମନ୍ଦିରର ରଜତ ଜୟନ୍ତୀ ସମାରୋହ: କଳସ ଶୋଭାଯାତ୍ରା, ସାଧୁସନ୍ଥ ସମ୍ମିଳନୀ ଅନୁଷ୍ଠିତ

ଦିଗପହଣ୍ଡି,୨୨ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ୨୫ ତମ ପ୍ରତିଷ୍ଠା ଦିବସ ଅବସରରେ ତିନି ଦିନିଆ ରଜତ ଜୟନ୍ତୀ...

କେସିଙ୍ଗାରେ ‘ସୁଭଦ୍ରା ଶକ୍ତି କାଫେ’ ଉଦଘାଟିତ

କେସିଙ୍ଗା,୨୨ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତି କାର୍ଯ୍ୟାଳୟ ନିକଟରେ ନବନିର୍ମିତ ‘ସୁଭଦ୍ରା ଶକ୍ତି କାଫେ’ ସୋମବାର ସନ୍ଧ୍ୟାରେ ଆନୁଷ୍ଠାନିକ ଭାବେ ଉଦ୍ଘାଟିତ ହୋଇଯାଇଛି।...

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ

ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ...

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri