Posted inଜାତୀୟ

ବୋମା ପଡ଼ିଲେ ଶବ୍ଦ ହୁଏ, ସର୍ଜିକାଲ ଷ୍ଟ୍ରାଇକର ପ୍ରମାଣ ଦିଅ: ଚନ୍ନିଙ୍କ ମନ୍ତବ୍ୟକୁ ନେଇ ତେଜିଲା ରାଜନୀତି

ଶ୍ରୀନଗର,୩/୫:ଜମ୍ମୁ-କଶ୍ମୀରର ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ ସମସ୍ତଙ୍କ ନଜର ସରକାରଙ୍କ କାର୍ଯ୍ୟାନୁଷ୍ଠାନ ଉପରେ ରହିଛି। ଏହି ପରିପ୍ରେକ୍ଷୀରେ ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କଂଗ୍ରେସ ସାଂସଦ ଚରଣଜିତ ସିଂ ଚନ୍ନି କେନ୍ଦ୍ର ସରକାରଙ୍କଠାରୁ ୨୦୧୬ରେ ହୋଇଥିବା ସର୍ଜିକାଲ ଷ୍ଟ୍ରାଇକର ପ୍ରମାଣ ମାଗିଛନ୍ତି। କଂଗ୍ରେସ କାର୍ଯ୍ୟକାରୀ କମିଟି (CWC) ବୈଠକରେ ଯୋଗ ଦେବା ପରେ ସେ କହିଛନ୍ତି, ଆମ ଦେଶରେ କୌଣସି ବୋମା ପଡ଼ିଲେ ଜଣାପଡ଼େ ନାହିଁ କି? ସେମାନେ କହୁଛନ୍ତି ଆମେ ପାକିସ୍ତାନରେ ସର୍ଜିକାଲ ଷ୍ଟ୍ରାଇକ କରିଛୁ, କିଛି ହୋଇ ନାହିଁ। କେଉଁଠି ସର୍ଜିକାଲ ଷ୍ଟ୍ରାଇକ ଦେଖାଗଲା ନାହିଁ, କାହାକୁ ଜଣା ନାହିଁ।

 

କଂଗ୍ରେସ ସାଂସଦ ଆହୁରି ମଧ୍ୟ କହିଛନ୍ତି, ମୁଁ ତ ସର୍ଜିକାଲ ଷ୍ଟ୍ରାଇକର ପ୍ରମାଣ ସବୁବେଳେ ମାଗୁଛି। ପହଲଗାମ ଆକ୍ରମଣ ପରେ ସରକାରଙ୍କ କ୍ଷମତା ଉପରେ ପ୍ରଶ୍ନ ଉଠୁଛି। ଆଜି ଦେଶର ଲୋକଙ୍କ କ୍ଷତ ଉପରେ ମଲମ ଲଗାଇବାର ଆବଶ୍ୟକତା ରହିଛି। ସମଗ୍ର ଦେଶ ଅପେକ୍ଷା କରୁଛି ଯେ ପାକିସ୍ତାନକୁ କେବେ ଜବାବ ଦିଆଯିବ। ଆଜି ୧୦ ଦିନ ହେଲାଣି, ସରକାର କ’ଣ କରୁଛନ୍ତି?” ଚନ୍ନିଙ୍କ ବୟାନ ପରେ ଦେଶରେ ପୁଣି ଥରେ ରାଜନୀତି ଜୋରଦାର ହୋଇଛି।

 

ଭାଜପା ମୁଖପାତ୍ର ପ୍ରଦୀପ ଭଣ୍ଡାରୀ ଚନ୍ନିଙ୍କ ବୟାନ ପରେ କଂଗ୍ରେସ ଉପରେ ବର୍ଷିଛନ୍ତି । ସେ ଏକ୍ସରେ ପୋଷ୍ଟ କରି କହିଛନ୍ତି, ରାହୁଲ ଗାନ୍ଧୀଙ୍କ କଂଗ୍ରେସ ପାକିସ୍ତାନୀ ଆତଙ୍କବାଦର ସମର୍ଥନ ଜାରି ରଖିଛି। ଏବେ ଚରଣଜିତ ସିଂ ଚନ୍ନି ଆମ ସେନା ଉପରେ ପ୍ରଶ୍ନ ଉଠାଉଛନ୍ତି। ଏହି ଗୁରୁତ୍ଵପୂର୍ଣ୍ଣ ସମୟରେ କଂଗ୍ରେସ ଆମ ସେନାର ମନୋବଳ କାହିଁକି ଭାଙ୍ଗୁଛି? କଂଗ୍ରେସ ସିଧାସଳଖ ପାକିସ୍ତାନରୁ ନିର୍ଦ୍ଦେଶ ନେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମହାରାଷ୍ଟ୍ର ପୌର ନିର୍ବାଚନ: ମହାମେଣ୍ଟର ବଡ଼ ବିଜୟ

ମୁମ୍ବାଇ,୨୧ା୧୨: ମହାରାଷ୍ଟ୍ର ନଗର ପରିଷଦ ଓ ପଞ୍ଚାୟତ ନିର୍ବାଚନରେ ଶାସକ ମହାମେଣ୍ଟ ବିପୁଳ ବିଜୟ ଲାଭ କରିଥିବା ବେଳେ ଭାଜପା ଏକକ ସଂଖ୍ୟାଗରିଷ୍ଠ ଦଳ ହୋଇଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

ମୁହାଁମୁହିଁ ଧକ୍କା ହେଲା ବୋଲେରୋ-କାର୍, ରାସ୍ତାରେ ଦେଖାଗଲା…

ବଲାଙ୍ଗିର,୨୧/୧୨ (ସୁନିଲ ମହାନ୍ତି): ବଲାଙ୍ଗିର ସହର ସଦର ବ୍ଳକ ଛକ ନିକଟରେ ଏକ ବୋଲେରୋ ଓ କାର୍ ମୁହାଁ ମୁହଁ ଧକ୍କା ହୋଇଥଲା । ଦୁଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri