Posted inଜାତୀୟ

ବୋମା ପଡ଼ିଲେ ଶବ୍ଦ ହୁଏ, ସର୍ଜିକାଲ ଷ୍ଟ୍ରାଇକର ପ୍ରମାଣ ଦିଅ: ଚନ୍ନିଙ୍କ ମନ୍ତବ୍ୟକୁ ନେଇ ତେଜିଲା ରାଜନୀତି

ଶ୍ରୀନଗର,୩/୫:ଜମ୍ମୁ-କଶ୍ମୀରର ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ ସମସ୍ତଙ୍କ ନଜର ସରକାରଙ୍କ କାର୍ଯ୍ୟାନୁଷ୍ଠାନ ଉପରେ ରହିଛି। ଏହି ପରିପ୍ରେକ୍ଷୀରେ ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କଂଗ୍ରେସ ସାଂସଦ ଚରଣଜିତ ସିଂ ଚନ୍ନି କେନ୍ଦ୍ର ସରକାରଙ୍କଠାରୁ ୨୦୧୬ରେ ହୋଇଥିବା ସର୍ଜିକାଲ ଷ୍ଟ୍ରାଇକର ପ୍ରମାଣ ମାଗିଛନ୍ତି। କଂଗ୍ରେସ କାର୍ଯ୍ୟକାରୀ କମିଟି (CWC) ବୈଠକରେ ଯୋଗ ଦେବା ପରେ ସେ କହିଛନ୍ତି, ଆମ ଦେଶରେ କୌଣସି ବୋମା ପଡ଼ିଲେ ଜଣାପଡ଼େ ନାହିଁ କି? ସେମାନେ କହୁଛନ୍ତି ଆମେ ପାକିସ୍ତାନରେ ସର୍ଜିକାଲ ଷ୍ଟ୍ରାଇକ କରିଛୁ, କିଛି ହୋଇ ନାହିଁ। କେଉଁଠି ସର୍ଜିକାଲ ଷ୍ଟ୍ରାଇକ ଦେଖାଗଲା ନାହିଁ, କାହାକୁ ଜଣା ନାହିଁ।

 

କଂଗ୍ରେସ ସାଂସଦ ଆହୁରି ମଧ୍ୟ କହିଛନ୍ତି, ମୁଁ ତ ସର୍ଜିକାଲ ଷ୍ଟ୍ରାଇକର ପ୍ରମାଣ ସବୁବେଳେ ମାଗୁଛି। ପହଲଗାମ ଆକ୍ରମଣ ପରେ ସରକାରଙ୍କ କ୍ଷମତା ଉପରେ ପ୍ରଶ୍ନ ଉଠୁଛି। ଆଜି ଦେଶର ଲୋକଙ୍କ କ୍ଷତ ଉପରେ ମଲମ ଲଗାଇବାର ଆବଶ୍ୟକତା ରହିଛି। ସମଗ୍ର ଦେଶ ଅପେକ୍ଷା କରୁଛି ଯେ ପାକିସ୍ତାନକୁ କେବେ ଜବାବ ଦିଆଯିବ। ଆଜି ୧୦ ଦିନ ହେଲାଣି, ସରକାର କ’ଣ କରୁଛନ୍ତି?” ଚନ୍ନିଙ୍କ ବୟାନ ପରେ ଦେଶରେ ପୁଣି ଥରେ ରାଜନୀତି ଜୋରଦାର ହୋଇଛି।

 

ଭାଜପା ମୁଖପାତ୍ର ପ୍ରଦୀପ ଭଣ୍ଡାରୀ ଚନ୍ନିଙ୍କ ବୟାନ ପରେ କଂଗ୍ରେସ ଉପରେ ବର୍ଷିଛନ୍ତି । ସେ ଏକ୍ସରେ ପୋଷ୍ଟ କରି କହିଛନ୍ତି, ରାହୁଲ ଗାନ୍ଧୀଙ୍କ କଂଗ୍ରେସ ପାକିସ୍ତାନୀ ଆତଙ୍କବାଦର ସମର୍ଥନ ଜାରି ରଖିଛି। ଏବେ ଚରଣଜିତ ସିଂ ଚନ୍ନି ଆମ ସେନା ଉପରେ ପ୍ରଶ୍ନ ଉଠାଉଛନ୍ତି। ଏହି ଗୁରୁତ୍ଵପୂର୍ଣ୍ଣ ସମୟରେ କଂଗ୍ରେସ ଆମ ସେନାର ମନୋବଳ କାହିଁକି ଭାଙ୍ଗୁଛି? କଂଗ୍ରେସ ସିଧାସଳଖ ପାକିସ୍ତାନରୁ ନିର୍ଦ୍ଦେଶ ନେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ନିଆଁ ସହ ଖେଳୁଛି ଭାଜପା, ପରିଣାମ ଭୟଙ୍କର ହେବ: ନିଆଁବାଣ ହେଲେ ମମତା

କୋଲକାତା,୨।୪: ପଶ୍ଚିମବଙ୍ଗର ମୁର୍ଶିଦାବାଦରେ ଏକ ରାଲିରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସାମ୍ପ୍ରତିକ ମାଲଦା ଘଟଣା ଉପରେ କେନ୍ଦ୍ର ସରକାର ଏବଂ ଭାଜପାକୁ ଟାର୍ଗେଟ୍‌ କରିଛନ୍ତି। ରାଜ୍ୟର ପରିସ୍ଥିତି…

୧୬ ନଂ ଜାତୀୟ ରାଜପଥରେ ଜଳିଗଲା ହାଇୱା, ହୁତୁହୁତୁ….

ଭଦ୍ରକ,୨ା୪(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଭଦ୍ରକ ନଳାଙ୍ଗ ନିକଟରେ ହୁତୁହୁତୁ ହୋଇ ଜଳିଲା ହାଇଓ୍ବା । ଏକ ହାଇୱା ଗୁରୁବାର ମଧ୍ୟାହ୍ନରେ ହୁତୁହୁତୁ ହୋଇ…

ଭୟରେ ଏମିତି କାମ କରିଦେଲେ ଅକ୍ଷୟ କୁମାର

ବହୁପ୍ରତୀକ୍ଷିତ ହରର କମେଡି ‘ଭୂତ ବଙ୍ଗଳା’ ଖୁବ୍‌ଶୀଘ୍ର ପରଦାକୁ ଆସିବ। ଦର୍ଶକ ମଧ୍ୟ ଫିଲ୍ମକୁ ନେଇ ବେଶ୍‌ ଉତ୍ସାହିତ ଅଛନ୍ତି। ‘ଭୂତ ବଙ୍ଗଳା’ର ଟିଜର ସାଉଁଟିଛି ଚର୍ଚ୍ଚା।…

ଏପ୍ରିଲ ୨୦ରେ ଐତିହାସିକ ଚନ୍ଦନ ଯାତ୍ରା, ଠାକୁରଙ୍କ ନୌବିହାର ପାଇଁ ଆସିଲା ଡ଼ଙ୍ଗା

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ କରଣ ସାହି ସ୍ଥିତ ଶ୍ରୀଶ୍ରୀ ମଦନ ମୋହନ ଗୋପାଳ ସ୍ୱାମୀଙ୍କ ପୀଠରେ ଚଳିତ ମାସ ରୁ ଆରମ୍ଭ ହେବ…

ମୁହାଁମୁହିଁ ଧକ୍କା ହୋଇ ଓଲଟିପଡିଲା ଅଟୋ, ଦୁଇ ଯାତ୍ରୀ….

ନନ୍ଦପୁର,୨।୪(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ହାଣ୍ଡିପୁଟ ସଂଯୋଗୀ ଏମଡିଆର ୫୫ ରାସ୍ତାର ହିକିମପୁଟ-ମାରଡା ଛକ ମଧ୍ୟରେ ଗୁରୁବାର ସକାଳେ ଏପି୩୯ ଟିଏମ ୦୦୬୫ ଓ ଓଡ଼ି ୧୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri