ଆକାଶରୁ ବୋମା ବର୍ଷା, ୫୭୨ ତାଲିବାନ୍‌ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଲା..

କାବୁଲ,୮।୮: ଆଫଗାନିସ୍ତାନର କାନ୍ଧାହାର ଏବେ ଯୁଦ୍ଧକ୍ଷେତ୍ର ପାଲଟିଛି। ତାଲିବାନ ଆତଙ୍କବାଦୀ ଏବଂ ସରକାରୀ ସୈନ୍ୟ ବାହିନୀ ମୁହାଁମୁହିଁ ହୋଇଛନ୍ତି। ଫଳରେ ଭୟଙ୍କର ଯୁଦ୍ଧ ଆରମ୍ଭ ହୋଇଛି। ଆଫଗାନିସ୍ତାନ ସୈନ୍ୟ ବାହିନୀର ସହାୟତା କରିଛି ଆମେରିକାର ବାୟୁସେନା। ସ୍ଥାନୀୟ ଶେବର୍ନ ସହରରେ ଆମେରିକା ବାୟୁସେନା ପକ୍ଷରୁ ଆକାଶରୁ ବୋମା ବର୍ଷା କରାଯାଇଛି। ଏଥିରେ ୫୭୨ ଜଣ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଛି। ୩୦୯ ଜଣ ଆତଙ୍କବାଦୀ ଆହତ ହୋଇଥିବା ଆଫଗାନିସ୍ତାନ ପ୍ରତିରକ୍ଷା ମନ୍ତ୍ରଣାଳୟର ଅଧିକାରୀ ଫୱାଦ ଅମାନ ଟୁଇଟ୍‌ କରି ସୂଚନା ଦେଇଛନ୍ତି। ଗତ ୨୪ ଘଣ୍ଟାରେ ମଧ୍ୟରେ ଶେନବର୍ନ ସହରର ଜାଓ୍ବଜାନ ଅଞ୍ଚଳରେ ଆମେରିକାର ବି-୫୨ ବୋମାବର୍ଷୀ ବିମାନ ଦ୍ୱାରା ତାଲିବାନ ଶିବିରକୁ ଧ୍ୱଂସ କରାଯାଇଛି। ସନ୍ଧ୍ୟା ୬ଟା ୩୦ରେ ବୋମା ବର୍ଷା ଆରମ୍ଭ ହୋଇଥିବା ଫଓ୍ବାଦ କହିଛନ୍ତି।
ଆମେରିକାର ବାୟୁସେନା ଦ୍ୱାରା ହୋଇଥିବା ଏହି ଆକ୍ରମଣରେ ତାଲିବାନର ବହୁ କ୍ଷତି ହୋଇଛି। ନାଙ୍ଗରହାର, ଲଗମାନ, ଘଜନୀ, ପାକ୍ତିଆ, ପାକ୍ତିିକା, କାନ୍ଧାହାର, ଉରୁଜଗାନ, ହେରାତ, ଫରାହ, ଜୋଜଜାନ, ସର-ଇ-ପୋଲ, ଫରୟାବ, ହେଲମାଣ୍ଡ, ନିମରୁଜ୍‌, ତଖର, କୁନ୍ଦୁଜ ଆଦି ଅଞ୍ଚଳରେ ଥିବା ତାଲିବାନ ଶିବିର ଉପରେ ପ୍ରଚଣ୍ଡ ବୋମା ମାଡ଼ ହୋଇଛି।
ଏହି ଆକ୍ରମଣ ପୂର୍ବରୁ ଜଣେ ପାକିସ୍ତାନୀ ଆତଙ୍କବାଦୀଙ୍କୁ ଘଜନୀ ସହରର ଉପକଣ୍ଠରୁ ଆଫଗାନିସ୍ତାନ କମାଣ୍ଡୋମାନେ ଗିରଫ କରିଥିଲେ। ପାକିସ୍ତାନୀ ଆତଙ୍କବାଦୀ ଜଣକ ସାଧାରଣ ନାଗରିକଙ୍କୁ ହତ୍ୟା ଭଳି କାର୍ଯ୍ୟକଳାପରେ ଜଡିତ ଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ

ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…

ଶକ୍ତିଶାଳୀ ଭୂକମ୍ପ ଝଟକାରେ ଥରିଲା ଜାପାନ: ୨୩ ଆହତ, ଟୋକିଓରେ ବିଦ୍ୟୁତ୍ କାଟ୍, ଟ୍ରେନ୍ ଚଳାଚଳ ବ୍ୟାହତ

ଟୋକିଓ,୨୩ା୮: ପୂର୍ବ ଜାପାନର ବିଭିନ୍ନ ଅଞ୍ଚଳ ସମେତ ରାଜଧାନୀ ଟୋକିଓରେ ରବିବାର ସକାଳେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ପ୍ରାରମ୍ଭିକ ତୀବ୍ରତା…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

‘ନାରୀ ଶକ୍ତି ହେଉଛି ଦେଶର ଶକ୍ତି’, ମଞ୍ଚରେ ଏମିତି କହି ରାହୁଲ…

ନୂଆଦିଲ୍ଲୀ,୨୨ା୮: କଂଗ୍ରେସ ନେତା ତଥା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ମହାରାଷ୍ଟ୍ରର ପୁଣେରେ ‘ସ୍କୁଲ୍‌ସ ଇକୋ’ କାର୍ଯ୍ୟକ୍ରମରେ ଭାଷଣ ଦେବା ଅବସରରେ ନାରୀମାନଙ୍କୁ…

ନିଶାଦ୍ରବ୍ୟ ସେବନ ବିରୋଧରେ ଶପଥ, ପଥଭ୍ରଷ୍ଟ ଯୁବବର୍ଗଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ ପାଇଁ…

ଦିଗପହଣ୍ଡି/ଚିକିଟି,୨୨ା୮(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଆମ ପୋଲିସ ସମିତି ପକ୍ଷରୁ ନିଶାମୁକ୍ତ ଓଡ଼ିଶା ଅଭିଯାନ ଆନୁକୂଲ୍ୟରେ ଚିକିଟିଗଡ଼ ରାଜକବି ହାଇସ୍କୁଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri