ବାଲି ଟ୍ରକ ଅଟକାଇ ଡକାୟତି ମାମଲା: ବୋମା, ଖଣ୍ଡା ଜବତ; ୨ ଅଭିଯୁକ୍ତ ଗଲେ ଜେଲ୍‌

ଦିଗପହଣ୍ଡି,୧୯ା୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ନିକଟ ଚାନ୍ଦପୁର ଛକ ପତ୍ରଚୁଡି ଗ୍ରାମ ନିକଟରେ ୨ଟି ବାଲି ବୋଝେଇ ଟ୍ରକକୁ ଅଟକାଇବା ସହ ଚାଳକଙ୍କୁ ମାଡ଼ ମାରି ଡକାୟତି ମାମଲାରେ କେ.ନୂଆଗାଁ ଥାନା ପୋଲିସ ବୁଧବାର ୨ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରିଛନ୍ତି। ଅଭିଯୁକ୍ତ ଦ୍ବୟ ହେଲେ କେ.ନୂଆଗାଁ ଥାନା ବଡ଼କେଳାଝରି ଗ୍ରାମରେ ରହୁଥିବା କୁମରଡ଼ା ଗ୍ରାମର ଜିତୁ ଓରଫ ଜିତେନ୍ଦ୍ର ପ୍ରଧାନ ଏବଂ କଳିଙ୍ଗଦଳା ଗ୍ରାମର ଚିନ୍ମୟ ପ୍ରଧାନ। କେସ୍‌ ନଂ.୧୭୫/୨୦ ଅନୁଯାୟୀ ଜାମିନ ଆବେଦନ ଖାରଜ ହୋଇଯିବାରୁ ଉଭୟ ଅଭିଯୁକ୍ତଙ୍କୁ ଦିଗପହଣ୍ଡି ସବଜେଲକୁ ପଠାଇ ଦିଆଯାଇଛି। ସେହିପରି ଏହି ମାମଲାରେ ସମ୍ପୃକ୍ତ ବଡ଼କେଳାଝରୀ ଗ୍ରାମର ଜଣେ ନାବାଳକଙ୍କୁ ବ୍ରହ୍ମପୁରସ୍ଥିତ ଜୁଭେନାଇଲ ଜଷ୍ଟିସ ବୋର୍ଡରେ ହାଜର କରାଯିବା ପରେ ତାଙ୍କୁ ବାଳସୁଧାର ଗୃହକୁ ପଠାଇ ଦିଆଯାଇଛି। ଅଭିଯୁକ୍ତ ଜିତେନ୍ଦ୍ରଙ୍କ ନିକଟରୁ ୨ଟି ବୋମା, ୨ଟି ମୋବାଇଲ ଜବତ କରାଯାଇଥିବା ବେଳେ ଚିନ୍ମୟଙ୍କ ନିକଟରୁ ଡକାୟତି ମାମଲାରେ ବ୍ୟବହୃତ ଟିଭିଏସ ବାଇକ୍‌ ନଂ. ଓଡି ୦୭ ବି ୨୦୨୩, ନଗଦ ୧୨ ଶହ ଟଙ୍କା ଏବଂ ନାବାଳକଙ୍କ ଠାରୁ ଖଣ୍ଡା,୧୬ ଶହ ଟଙ୍କା ଜବତ କରାଯାଇଥିବା ଆଇଆଇସି ମାଧବାନନ୍ଦ ନାୟକ କହିଛନ୍ତି।
ସୂଚନାଯୋଗ୍ୟ, ଗତ ୧୬ ତାରିଖ ରାତିରେ ଝାଡ଼ଖଣ୍ଡ ଛତ୍ରା ଜିଲା ଜାହୁରି ଗ୍ରାମର ଗାଡ଼ିଚାଳକ ଦୁର୍ଗେଶ ରାଣା ଏବଂ ତାଙ୍କ ସାଙ୍ଗ ଅନ୍ୟତମ ଗାଡ଼ିଚାଳକ ଛତ୍ରା ଥାନା ଜାରିଆଦୁ ଗ୍ରାମର ବୀରବଲ ସାହୁ ବାଲି ବୋଝେଇ ଟ୍ରକ ନେଇ ବଜ୍ରଗୁମ୍ମା ଗାଁରୁ ଚିକିଟି ଗ୍ରାମ ଅଭିମୁଖେ ଯାଉଥିବା ବେଳେ ପତ୍ରଚୁଡ଼ି ଗ୍ରାମ ନିକଟରେ ୨ଟି ଟ୍ରକକୁ ଅଭିଯୁକ୍ତମାନେ ଜବରଦସ୍ତ ଅଟକାଇ ୨୦ ହଜାର ଟଙ୍କା ମାଗିଥିଲେ। ଆମ ନିକଟରେ ଟଙ୍କା ନାହିଁ କହିବାରୁ ସେମାନେ ଉଭୟଙ୍କୁ ମାଡ଼ ମାରି ୨୮ ଶହ ଟଙ୍କା ଓ ୨ ଟି ମୋବାଇଲ ଛଡ଼ାଇ ଚମ୍ପଟ ମାରିଥିଲେ। ଏନେଇ ଏତଲା ହେବା ପରେ ଅଭିଯୁକ୍ତମାନଙ୍କ ବିରୋଧରେ ମକଦ୍ଦମା ରୁଜୁ କରାଯାଇଥିଲା ବୋଲି ଆଇଆଇସି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ପ୍ରେମ ବିବାହ କରିଥିବା ଯୁବକଙ୍କୁ ଅପହରଣ, ବାପାଙ୍କ ନାଁରେ ଥାନାରେ ଏତଲା ଦେଲେ ଝିଅ

ତୁମୁଡିବନ୍ଧ,୧୪ା୨(ଦୀପକ କୁମାର ପରାସେଠ)- ଭଲପାଇ ପ୍ରେମ ବିବାହ କରିଥିବା ଜଣେ ଯୁବକଙ୍କୁ ଅପହରଣ କରାଯାଇଛି। କନ୍ଧମାଳ ଜିଲାର ଏହି ଯୁବକ ପୁରୀ ଜିଲାର ଏକ ଗ୍ରାମରେ ଡାକ…

ଏପିଓଙ୍କୁ ତାଗିଦ କରିବାରୁ ବିଡିଓଙ୍କ ନାମରେ ଏତଲା, ତଦନ୍ତ ନିର୍ଦ୍ଦେଶ ଦେଲେ ଗଞ୍ଜାମ ଜିଲାପାଳ

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁ ଦୀର୍ଘଦିନ ହେଲା କାର୍ଯ୍ୟରେ ଅବହେଳା କରିଆସୁଛନ୍ତି।ନିଶାସକ୍ତ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ନାଇକସାହିରେ ବ୍ୟାପୁଛି ଜଣ୍ଡିସ: ୯ ବର୍ଷୀୟ ଶିଶୁ ମୃତ,ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ…

ବଞ୍ଚୋ, ୧୪ା୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଞ୍ଚୋ ପଞ୍ଚାୟତର ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଶୁକ୍ରବାର ୯ବର୍ଷୀୟ…

୮୦ ଲକ୍ଷ ବ୍ୟୟରେ ନିର୍ମିତ ପାନୀୟଜଳ ପ୍ରକଳ୍ପ ଅଚଳ, ଆନ୍ଦୋଳନ କରିବାକୁ ଚେତାବନୀ ଦେଲେ…

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ଫାସିବନ୍ଧ ଗ୍ରାମରେ ଗତ ୨୦୧୯-୨୦ ଆର୍ଥିକ ବର୍ଷରେ ବସୁଧା ଯୋଜନାରେ ପ୍ରାୟ ୮୦…

ଓଡ଼ିଶା ସୀମାନ୍ତ ଗ୍ରାମରେ ଆନ୍ଧ୍ର ପକ୍ଷରୁ କିଷାନ କାର୍ଡ ଲାଗି ଚାଲିଛି ସର୍ଭେ, ହାତ ବାନ୍ଧି ବସିଛି ପଟ୍ଟାଙ୍ଗି ବ୍ଲକ ପ୍ରଶାସନ  

ପଟ୍ଟାଙ୍ଗି,୧୪।୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ତଥା ଓଡିଶା ଅଧୀନରେ ରହିଥିବା କୋଟିଆ ପଞ୍ଚାୟତର ସୀମାନ୍ତ ମାଡକାର ଗ୍ରାମରେ ପଡୋଶୀ ଆନ୍ଧ୍ର କରୁଛି ପିଏମ୍…

କେନ୍ଦୁଝର ଜିଲାରେ ବ୍ୟାପୁଛି ଜଣ୍ଡିସ

ବଞ୍ଚୋ,୧୪।୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅଧୀନ ବଞ୍ଚୋ ପଞ୍ଚାୟତ ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରେ ଲାଗିଛି। ଏନେଇ ଗ୍ରାମବାସୀ ଭୟଭିତ ହୋଇପଡିଛନ୍ତି। ଅନ୍ୟପକ୍ଷେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri