Posted inଜାତୀୟ

ପୁଣି ଥରେ ଭାଜପା ଏମ୍‌ପିଙ୍କ ଘରେ ଫୁଟିଲା ବୋମା

କୋଲକାତା, ୧୪।୯: ଭାଜପାର ପଶ୍ଚିମବଙ୍ଗ ଏମ୍‌ପି ଅର୍ଜୁନ ସିଂଙ୍କ ଘର ଆଗରେ ମଙ୍ଗଳବାର ସକାଳ ୯ଟାରେ ବୋମା ମାଡ଼ କରାଯାଇଛି। ତେବେ ଭାଜପା ଏମ୍‌ପିଙ୍କ ଘର ଆଗରେ ବୋମା ମାଡ଼ କରାଯିବାର ଏହା ପ୍ରଥମ ଘଟଣା ନୁହେଁ। ଗତ ୮ ତାରିଖରେ ମଧ୍ୟ କୋଲକାତାଠାରୁ ୪୦ କିମି ଦୂର ଭାତପାରାସ୍ଥିତ ତାଙ୍କ ବାସଭବନ ଉପରେ ୩ ବୋମା ମାଡ଼ କରାଯାଇଥିଲା। ଏହି ଘଟଣାର ତଦନ୍ତ ପାଇଁ ଏନ୍‌ଆଇଏ(ଜାତୀୟ ତଦନ୍ତକାରୀ ଏଜେନ୍ସି)କୁ ସୋମବାର ନିର୍ଦ୍ଦେଶ ଦେଇଛି କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ।

ତଦନ୍ତ ନିର୍ଦ୍ଦେଶ ଦିଆଯିବାର ଦିନକ ପରେ ତାଙ୍କ ଘର ଆଗରେ ବୋମା ମାଡ଼ କରାଯାଇଛି। ଘଟଣା ସ୍ଥଳରେ ପୋଲିସ ଓ ବୋମା ନିଷ୍କ୍ରିୟ ସ୍କାଡ ପହଞ୍ଚିଥିଲେ। ବୋମା ମାଡ଼ ପଛରେ କିଏ ଜାଣିବା ପାଇଁ ସିସିଟିଭି ଫୁଟେଜ ଯାଞ୍ଚ କରାଯାଉଛି। ତେବେ ସରକାରରେ ଥିବା ତୃଣମୂଳ କଂଗ୍ରେସର ଗୁଣ୍ଡାମାନେ ବୋମା ମାଡ଼ କରିଥିବା ଭାଜପା ଏମ୍‌ପି ଅଭିଯୋଗ କରିଛନ୍ତି। କିନ୍ତୁ ଏହାକୁ ଖଣ୍ଡନ କରିବା ସହ ଭାଜପା ନେତା ଡ୍ରାମା କରୁଥିବା ଟିଏମ୍‌ସି ବିଧାୟକ ପାର୍ଥ ଭୋମିକ କହିଛନ୍ତି।

ଉଲ୍ଲେଖଯୋଗ୍ୟ, ଗତ ୮ ତାରିଖ ସକାଳ ୬ଟା ୩୦ରେ ବାରକପୁର ଏମ୍‌ପିଙ୍କ ବାସଭବନର ଗେଟ୍‌ ଉପରକୁ ୩ ବୋମା ମାଡ଼ କରାଯାଇଥିଲା। ସେତେବେଳେ ସେ ଦିଲ୍ଲୀରେ ଥିଲେ। କିନ୍ତୁ ଘରେ ଥିଲେ ତାଙ୍କ ପରିବାର ସଦସ୍ୟ। ତେବେ ବୋମା ମାଡ଼ରେ କେହି ଆହତ ହୋଇ ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓରାଙ୍ଗଉଟାନକୁ ପୁଣି ଜ୍ୱର: ଡାକ୍ତରୀ ଟିମ୍‌ ସଜାଗ

ବାରଙ୍ଗ,୧୪।୧୦(ଲିଙ୍ଗରାଜ ରାଉତ): ବାଲେଶ୍ବରରୁ ଉଦ୍ଧାର ହୋଇ ନନ୍ଦନକାନନକୁ ଆସିଥିବା ଓରାଙ୍ଗଉଟାନଙ୍କ ମଧ୍ୟରୁ ଜଣେ ଜ୍ବରରେ ଆକ୍ରାନ୍ତ ହୋଇଛି। ଉକ୍ତ ଓରାଙ୍ଗଉଟାନଟି ଆସିବା ଦିନଠାରୁ ଜ୍ବରରେ ଆକ୍ରାନ୍ତ ହୋଇଥିବାର…

ଭାଜପାକୁ ବଡ଼ ଝଟକା, ଦଳ ଛାଡି କଂଗ୍ରେସରେ ମିଶିଲେ ବିଧାୟକ

ବେଙ୍ଗାଲୁରୁ,୧୪।୯: ଭାଜପାର ପୂର୍ବତନ ବିଧାୟକ ତଥା ଦଳର ରାଜ୍ୟ ଓବିସି (OBC) ମୋର୍ଚ୍ଚା ସଭାପତି ଏନ.ଏଲ. ନରେନ୍ଦ୍ର ବାବୁ ରବିବାର କଂଗ୍ରେସରେ ଯୋଗ ଦେଇଛନ୍ତି। ‘ଭାରତ ଯୋଡ଼ୋ’…

ମହାନଦୀକୁ ଗାଧୋଇବାକୁ ଯାଇଥିଲେ ୩ ଯୁବକ, ହଠାତ୍‌ ଗଲେ ଭାସି: ଆଉ ତା’ପରେ…

ବାଙ୍କୀ,୧୪।୯(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ସୁବର୍ଣ୍ଣପୁର ପଞ୍ଚାୟତସ୍ଥିତ ଘୋଡାବର ଗ୍ରାମ ନିକଟସ୍ଥ ମହାନଦୀରେ ଗାଧୋଇବାକୁ ଯାଇ ୩ ଜଣ ଯୁବକ ଭାସି ଯାଇଥିବା ବେଳେ ଦୁଇଜଣ…

ଆସିଲା ବଡ଼ ଖବର: ପୁଣି ବଢ଼ିବ LPG ସିଲିଣ୍ଡର ଦାମ୍‌! ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ, ୧୪।୯: ସମଗ୍ର ବିଶ୍ୱ ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧର ପ୍ରଭାବ ବହନ କରୁଛି। ଶକ୍ତି ଯୋଗାଣରେ ବାଧା ସୃଷ୍ଟି ହେବା ଯୋଗୁଁ ଇନ୍ଧନ ମୂଲ୍ୟ…

ଗଣେଶ ଚତୁର୍ଥୀରେ ହଠାତ୍ କମିଗଲା ସୁନା ଦର, ରୁପା ବି ହେଲା ଶସ୍ତା

ନୂଆଦିଲ୍ଲୀ,୧୪ା୯: ସୁନା ଓ ରୁପା ଦରରେ ଗତ କିଛି ଦିନ ହେବ ଉତ୍‌ଥାନ-ପତନ ଲାଗି ରହିଛି । ସେପ୍ଟେମ୍ବର ୧୪, ଗଣେଶ ଚତୁର୍ଥୀ ଅବସରରେ ସୁନା କିଣିବାକୁ…

ପରିତ୍ୟକ୍ତ ଅବସ୍ଥାରେ ଜମ୍ବୁ ବ୍ରିଟିଶ ଲାଲ୍‌ କୋଠା, ଭୁଲ୍‌ କଲେ ଓଡ଼ିଶା ଲୋକଙ୍କୁ ଏଠାରେ ମିଳୁଥିଲା ଦଣ୍ଡ, ଆଉ ଏବେ…

ମହାକାଳପଡ଼ା,୧୪ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ବ୍ରିଟିଶ ଲାଲ କୋଠା ଏବେ ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି। ଏକଦା ଏହା ଓଡ଼ିଶାର ବ୍ରିଟିଶ ଶାସକମାନଙ୍କ…

ପ୍ରଥମ ଟି-୨୦ରେ ଅଭିଷେକଙ୍କ ବଡ଼ କାରନାମା, ଭାଙ୍ଗିଲେ ୩ ବଡ଼ ରେକର୍ଡ; ଭାରତୀୟଙ୍କ ମଧ୍ୟରେ ନମ୍ବର-୧

ନୂଆଦିଲ୍ଲୀ,୧୪।୯: ଆଫଗାନିସ୍ତାନ ବିପକ୍ଷ ପ୍ରଥମ ଟି-୨୦ ମ୍ୟାଚରେ ଭାରତ ୭ ଉଇକେଟ୍‌ରେ ଜିତିଛି। ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଭାରତ ସମ୍ମୁଖରେ ୧୫୭ ରନର ବିଜୟ ଲକ୍ଷ୍ୟ…

ମୁମ୍ବାଇର ‘ସବୁଠୁ ଧନୀ ଗଣେଶ’; ୬୬ କେଜି ସୁନାରେ ସଜ୍ଜିତ ଗଣପତି; ୭୦୩ କୋଟିରୁ ଅଧିକ ଟଙ୍କାର ବୀମା

ମୁମ୍ବାଇ,୧୪।୯: ମୁମ୍ବାଇର ଗଣେଶୋତ୍ସବ କଥା ଉଠିଲେ ଲାଲବାଗଚା ରାଜାଙ୍କ ନାଁ ନିଶ୍ଚିତ ଭାବେ ଆସେ। ତେବେ ମାୟାନଗରୀରେ ଆଉ ଜଣେ ଗଣପତି ଅଛନ୍ତି, ଯାହାଙ୍କ ଦରବାରରେ ଭକ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?