ବନ୍ୟଜନ୍ତୁ ଶିକାର ପାଇଁ ଖଞ୍ଜା ଯାଇଥିଲା ବୋମା: ଚକଡ଼ି ଦେଲେ ଘୁଷୁରୀ ଚରାଇବାକୁ ଯାଇଥିବା ଯୁବକ, ପରେ…

ଦିଗପହଣ୍ଡି,୧|୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମଥୁରା ଗ୍ରାମ ପୋଖରୀ ନିକଟରେ କେହି ଶିକାରୀ ବନ୍ୟଜନ୍ତୁ ଶିକାର ପାଇଁ ହାତ ବୋମା ଖଞ୍ଜିଥିଲେ। ଉକ୍ତ ବୋମାଟିକୁ ଚକଡ଼ି ଦେବାରୁ ବିସ୍ଫୋରଣରେ ଘୁଷୁରୀ ଚରାଇବାକୁ ଯାଇଥିବା ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ ନୂଆ ମଳାଭଞ୍ଜା ଗ୍ରାମ ମେନ୍ ରୋଡ଼ ବନ୍ଧସାହିର ଜି.ରାଜା(୨୮)।

ସୋମବାର ମଧ୍ୟାହ୍ନରେ ଦିଗପହଣ୍ଡି ପୋଲିସ ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ କରାଇବା ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଥିଲ। ଅପରାହ୍ନରେ ଶୋକାକୁଳ ପରିବେଶ ମଧ୍ୟରେ ଗାଁ ଶ୍ମଶାନରେ ତାଙ୍କ ଶେଷକୃତ୍ୟ କରାଯାଇଛି।

ଗତ ରବିବାର ସକାଳ ପ୍ରାୟ ୧୦ ଟାରେ ଜି.ରାଜା ତାଙ୍କ ଘୁଷୁରୀ ପଲକୁ ଚରାଇବାକୁ ମଥୁରା ଗାଁ ନିକଟ ପୋଖରୀ ସଂଲଗ୍ନ ଚାଷଜମିକୁ ଯାଇଥିଲେ। ସେଠାରେ ସେ ଘୁଷୁରୀ ଚରାଉଥିବା ବେଳେ ଜମିରେ ପଡ଼ିଥିବା ବୋମାକୁ ଚକଡି ଦେବାରୁ ବିସ୍ଫୋରଣ ହୋଇଥିଲା। ରାଜାଙ୍କ ଗୋଡ଼,ଜଙ୍ଘ ଓ ଅଣ୍ଟା ତଳକୁ ଭୀଷଣ ଆଘାତ ଲାଗିଥିଲା। ଖବର ପାଇ ପରିବାର ଲୋକେ ସ୍ଥାନୀୟ କିଛି ବ୍ୟକ୍ତିଙ୍କ ସହାୟତାରେ ତାଙ୍କୁ ଦିଗପହଣ୍ଡି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ ସଙ୍କଟାପନ୍ନ ଅବସ୍ଥାରେ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା। ଅପରାହ୍ନ ପ୍ରାୟ ୪ ଟାରେ ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିଲା। ରାଜାଙ୍କ ବାପା ଜି.କ୍ରିଷ୍ଣା ସୋମବାର ସକାଳେ ଏନେଇ ଦିଗପହଣ୍ଡି ଥାନାରେ ଏତଲା ଦେବାପରେ ପୋଲିସ ମକଦ୍ଦମା ରୁଜୁକରି ତଦନ୍ତ ଚଳାଇଛନ୍ତି।

ଦିଗପହଣ୍ଡି ବନାଞ୍ଚଳରେ ଦିନକୁ ଦିନ ଅବାଧ ବନ୍ୟଜନ୍ତୁ ଶିକାର ବଢ଼ି ବଢ଼ି ଚାଲିଛି। ଗତ ୨୦୨୪ ଅଗଷ୍ଟ ୮ରେ ବନ ବିଭାଗ କର୍ମଚାରୀମାନେ  ସାନଖେମୁଣ୍ଡି ବ୍ଲକ ମଥୁରା ଗ୍ରାମ ନିକଟ ନୁଆଗୁମ୍ମା ଗ୍ରାମରେ ଚଢ଼ାଉ କରି ଜଣେ ବନ୍ୟଜନ୍ତୁ ଶିକାରୀ ଅମିର ଦାସଙ୍କୁ ଗିରଫ କରି ତାଙ୍କ ନିକଟରୁ ପ୍ରାୟ ୫ କିଲୋ ବାରହା ମାଂସ ଏବଂ ଶିକାରରେ ବ୍ୟବହୃତ ଫାସ ଜବତ କରିଥିଲେ। ବନ ବିଭାଗ ମାମଲା ନଂ.୮୦/୨୪-୨୫ ଅନୁଯାୟୀ ଅଭିଯୁକ୍ତଙ୍କୁ  ଦିଗପହଣ୍ଡି କୋର୍ଟକୁ ଚାଲାଣ କରାଯାଇଥିଲା।

ସେହିପରି ବନ୍ୟଜନ୍ତୁ ବାରହା ଶିକାର ପାଇଁ ବିଦ୍ୟୁତ ତାର ବିଛାଇବା ଦ୍ଵାରା ଗତ ଜାନୁୟାରୀ ୨ ଓ ୩୦ ତାରିଖରେ ଢେପାଗୁଡ଼ା ଗ୍ରାମ ଓ ଭୀମନଗର ଗ୍ରାମ ନିକଟ  ଜଙ୍ଗଲରେ  ୨ ହାତୀଙ୍କ ମୃତ୍ୟୁ ଘଟିଥିଲା । ସମ୍ପୃକ୍ତ ଅଭିଯୁକ୍ତ ମାନଙ୍କୁ ବନବିଭାଗ  ଗିରଫ କରି କୋର୍ଟ ଚାଲାଣ କରିଥିଲେ। ଏନେଇ ଦିଗପହଣ୍ଡି ରେଞ୍ଜର ଦିବ୍ୟ ରଞ୍ଜନ ସାହୁଙ୍କୁ ପଚାରିବାରୁ ଏହି ବୋମା ବିସ୍ଫୋରଣ ଘଟଣାରେ ଯୁବକଙ୍କ ମୃତ୍ୟୁ ସମ୍ପର୍କରେ ତାଙ୍କ ନିକଟରେ କୌଣସି ସୂଚନା ନାହିଁ। ଏହା ଏକ ଅତ୍ୟନ୍ତ ସମ୍ବେଦନଶୀଳ ଘଟଣା ବୋଲି ତାଙ୍କ ପ୍ରତିକ୍ରିୟାରେ ସେ କହିଛନ୍ତି। ସମ୍ପୃକ୍ତ ଅଞ୍ଚଳରେ ବନ କର୍ମଚାରୀ ମାନଙ୍କ ପକ୍ଷରୁ ନିୟମିତ ଭାବେ ପାଟ୍ରୋଲିଂ କରାଯାଉଛି। ଆଖପାଖ ଗ୍ରାମାଞ୍ଚଳ ମାନଙ୍କରେ ବନ୍ୟପ୍ରାଣୀଙ୍କ ସୁରକ୍ଷା ସାଙ୍ଗକୁ ବନ୍ୟପ୍ରାଣୀ ଶିକାର ଏକ ଧର୍ତ୍ତବ୍ୟ ଅପରାଧ ବୋଲି ସଚେତନତା ସଭା ମଧ୍ୟ କରାଯାଉଛି। ତେଣୁ ଏ ନେଇ ସ୍ଥାନୀୟ ଜନସାଧାରଣ ଅଧିକ ସଚେତନ ହେବା ସହ ବନ୍ୟପ୍ରାଣୀ ଶିକାର କରୁଥିବା ଦୁର୍ବୃତ୍ତ ମାନଙ୍କ ସମ୍ପର୍କରେ ଲୋକେ ବନବିଭାଗ କର୍ମଚାରୀ ମାନଙ୍କୁ ଗୁପ୍ତ ସୂଚନା ଦେବାକୁ ସେ ନିବେଦନ କରିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କଫ୍‌ ସିରଫ ଚାଲାଣ ବେଳେ ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୫।୯(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ପୋଲିସ ଶନିବାର ବେଆଇନ କଫ୍‌ ସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

୨୧ ଦିନ ପରେ ଶିକ୍ଷକ ଆନ୍ଦୋଳନ ସ୍ଥଗିତ, ସରକାରଙ୍କ ସହ ସଫଳ ବୈଠକ ପରେ…

ଭୁବନେଶ୍ୱର,୫।୯: ଶିକ୍ଷକ ଓ କର୍ମଚାରୀଙ୍କ ଅହୋରାତ୍ର ଆନ୍ଦୋଳନ ୨୧ଦିନ ପରେ ସ୍ଥଗିତ ହୋଇଛି। ଶନିବାର ରାତି ପ୍ରାୟ ୮ଟାରେ ଭୁବନେଶ୍ୱର ଲୋୟର ପିଏମ୍‌ଜିସ୍ଥିତ ଧାରଣାସ୍ଥଳରେ ଆଠଟି ସଂଗଠନର…

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ରାସ୍ତା ପାର୍‌ ହେଉଥିବା ବେଳେ ଧକ୍କା ଦେଲା ଅଜଣା ଗାଡ଼ି, ଚାଲିଗଲା ବୃଦ୍ଧଙ୍କ ଜୀବନ,ପୋଲିସ୍‌ର…

ଦିଗପହଣ୍ଡି,୫/୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ରାୟଗଡ଼ା ୩୨୬ ନମ୍ବର ଜାତୀୟ ରାଜପଥ ଧର୍ମପୁର ଗ୍ରାମ ମୁଖ୍ୟରାସ୍ତାରେ ଶନିବାର ସନ୍ଧ୍ୟାରେ ଏକ ଅଭାବନୀୟ ସଡ଼କ ଦୁର୍ଘଟଣା…

ନେପାଳ ବନ୍ୟା: ୧୩ ଶହ ଟପିଲା ମୃତ୍ୟୁ ସଂଖ୍ୟା, ଏବେ ବି ୫,୦୦୦ ନିଖୋଜ

କାଠମାଣ୍ଡୁ,୫ା୯: ନେପାଳ ବନ୍ୟା ମୃତ୍ୟୁସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଶନିବାର ସୁଦ୍ଧା ମୃତ୍ୟୁ ସଂଖ୍ୟା ୧,୩୪୪ରେ ପହଞ୍ଚିଛି। ବନ୍ୟା କ୍ଷତିଗ୍ରସ୍ତ ୮ ଜିଲାରୁ ଅଧିକରୁ ଅଧିକ…

ଚାପୁଡ଼ାର ପ୍ରତିଶୋଧ ନେବାକୁ ଆକ୍ରମଣ! ଗ୍ରାମ୍ୟକମିଟି ସଭ୍ୟଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ, ୪ ଗିରଫ, ରକ୍ତଭିଜା ଖଣ୍ଡା…

ଦିଗପହଣ୍ଡି,୫। ୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମଳାଭଞ୍ଜା ପଞ୍ଚାୟତ ତିଳେଶ୍ୱର ଗ୍ରାମର ଗ୍ରାମ୍ୟକମିଟି ସଭ୍ୟ ବନମାଳୀ ବିଷୋୟୀଙ୍କ ପୁଅ ପ୍ରେମା ଓରଫ ପ୍ରେମାନନ୍ଦ…

ବରଗଡ଼ରେ ଠିକାଦାରଙ୍କୁ ଅପହରଣ ଘଟଣା: ୪୮ ଘଣ୍ଟାରେ ଅଭିଯୁକ୍ତଙ୍କୁ ଗିରଫ ଦାବି କଲା ବିଜେଡି, ନହେଲେ ଆନ୍ଦୋଳନ…

ବରଗଡ଼,୫।୯ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ନିର୍ବାଚନମଣ୍ଡଳୀରେ ଜଣେ ଠିକାଦାରଙ୍କୁ ଅପହରଣ ଓ ଟେଣ୍ଡର ପ୍ରକ୍ରିୟାକୁ ନେଇ ଉପୁଜିଥିବା ଘଟଣାକୁ ନେଇ ବିଜେଡି ପକ୍ଷରୁ ଶନିବାର…

‘ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ବଞ୍ଚୋ/ଆନନ୍ଦପୁର,୫ା୯(ପ୍ରଦୋଷ ବିଶ୍ୱାଳ/ଶ୍ରୀଧର ମହାରଣା): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଗୁରୁଦିବସ ପାଳିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ହରିହର ଦଳେଇଙ୍କ ନେତୃତ୍ୱରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri