Posted inଜାତୀୟ

ବୋମ୍ମାଇ କଲେ ନାମାଙ୍କନ ପତ୍ର ଦାଖଲ, ସମ୍ପତ୍ତି ପରିମାଣ ୪୯.୭୦ କୋଟି…

ବେଙ୍ଗାଲୁରୁ,୧୫।୪ : କର୍ନାଟକ ମୁଖ୍ୟମନ୍ତ୍ରୀ ବାସଭରାଜ ବୋମ୍ମାଇ ଶନିବାର ମେ ’୧୦ରେ ରାଜ୍ୟରେ ହେବାକୁଥିବା ବିଧାନସଭା ନିର୍ବାଚନ ପାଇଁ ଶିଗଗାଓଁ ଆସନରୁ ଭଜପା ପ୍ରାର୍ଥୀ ଭାବରେ ନାମାଙ୍କନପତ୍ର ଦାଖଲ କରିଛନ୍ତି। ସର୍ବାଧିକ ଭୋଟ ସହ ପୁଣି ନିର୍ବାଚିତ ହେବାକୁ ସେ ଆତ୍ମବିଶ୍ୱାସ ପ୍ରକାଶ କରିଛନ୍ତି।

ବୋମ୍ମାଇଙ୍କ ସହ ଜନସମ୍ପର୍କ ମନ୍ତ୍ରୀ ସିସି ପାଟିଲ, ହାଭେରୀ ଗଡାଗ ଏମ୍‌ପି ଶିବକୁମାର ଉଦାସୀ ଏବଂ ପୁଅ ଭରତ ବୋମ୍ମାଇ ମଧ୍ୟ ଉପସ୍ଥିତ ଥିଲେ। ନାମାଙ୍କନ ଦାଖଲ କରିବା ପୂର୍ବରୁ ସେ ଶିଗଗାଓଁର ଧାମବ୍ବା ଦେବୀ ମନ୍ଦିରରେ ପୂଜାର୍ଚ୍ଚନା କରିଥିଲେ। ଶିଗଗାଓଁ ବିଧାନସଭା ନିର୍ବାଚନମଣ୍ଡଳୀରୁ ରିଟର୍ଣ୍ଣିଂ ଅଫିସରଙ୍କ ନିକଟରେ ଦାଖଲ କରିଥିବା ତାଙ୍କ ସତ୍ୟପାଠରେ ସେ ନିଜ ନାମରେ ୪୯.୭୦ କୋଟି ଟଙ୍କାର ସମ୍ପତ୍ତି ଥିବା ଉଲ୍ଲେଖ କରିଛନ୍ତି।

ପୁଞ୍ଜି ନିବେଶ ବିବରଣୀରୁ ଜଣାପଡିଛି, ତାଙ୍କର ୫,୯୮କୋଟି ଟଙ୍କା ମୂଲ୍ୟର ଚଳ ସମ୍ପତ୍ତି ଥିବାବେଳେ ସେ ହିନ୍ଦୁ ଅବିଭକ୍ତ ପରିବାରରୁ ୧,୫୭ କୋଟି ଟଙ୍କା ପାଇଛନ୍ତି। ତାଙ୍କ ସ୍ତ୍ରୀ ଚନ୍ନମା ୧.୧୪ କୋଟି ଟଙ୍କା ଏବଂ ଝିଅ ଆଦିତି ୧.୧୪ କୋଟି ଟଙ୍କା ନିବେଶ କରିଛନ୍ତି। ତାଙ୍କର ୪୨,୧୫ କୋଟି ଟଙ୍କା ମୂଲ୍ୟର ଅସ୍ଥାବର ସମ୍ପତ୍ତି ରହିଛି, ଯେଉଁଥିରେ ୧୯.୨ କୋଟି ଟଙ୍କା ମୂଲ୍ୟର ହିନ୍ଦୁ ଅବିଭାଜିତ ପରିବାର ସମ୍ପତ୍ତି ରହିଛି। ବୋମ୍ମାଇଙ୍କ ପାଖରେ ୫.୭୯ କୋଟି ଟଙ୍କାର ନଗଦ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ରିଜର୍ଭ ବ୍ୟାଙ୍କରେ ବମ୍ପର ନିଯୁକ୍ତି ସୁଯୋଗ, ଏହି ଦିନ ରହିଛି ଆବେଦନର ଶେଷ ତାରିଖ

ନୂଆଦିଲ୍ଲୀ,୮|୨: ଭାରତୀୟ ରିଜର୍ଭ ବ୍ୟାଙ୍କ ଆଇନ ଅଧିକାରୀ, ପରିଚାଳକ ଏବଂ ସହାୟକ ପରିଚାଳକ ସମେତ ଅନେକ ପଦବୀ ପାଇଁ ନିଯୁକ୍ତି ଘୋଷଣା କରିଛି। ଆଗ୍ରହୀ ଶିକ୍ଷାର୍ଥୀମାନେ ଫେବୃଆରୀ…

‘ଭାରତ-ମାଲେସିଆ ସହଭାଗୀତା ଐତିହାସିକ’, ଦ୍ୱିପାକ୍ଷିକ ଆଲୋଚନା ସମୟରେ କହିଲେ ପ୍ରଧାନମନ୍ତ୍ରୀ ମୋଦି

କୁଆଲାଲମ୍ପୁର,୮।୨: ରବିବାର ମାଲେସିଆର ପ୍ରଶାସନିକ ରାଜଧାନୀ ପୁତ୍ରଜାୟାରେ ଥିବା ପର୍ଦାନା ପୁତ୍ରଜାୟା ଭବନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଆନୁଷ୍ଠାନିକ ଭାବରେ ସ୍ବାଗତ କରାଯାଇଥିଲା ଏବଂ ଗାର୍ଡ ଅଫ…

ବଡ଼ ଧରଣର ଛଟେଇ ପରେ ଇସ୍ତଫା ଦେଲେ ୱାଶିଂଟନ ପୋଷ୍ଟର ସିଇଓ ୱିଲ ଲୁଇସ

ୱାଶିଂଟନ,୮।୨: ପ୍ରତିଷ୍ଠିତ ୱାଶିଂଟନ ପୋଷ୍ଟର ପ୍ରକାଶକ ଏବଂ ସିଇଓ ୱିଲ ଲୁଇସ ଇସ୍ତଫା ଦେଇଛନ୍ତି। ବହୁ ସଂଖ୍ୟାରେ କର୍ମଚାରୀ ଛଟେଇ ମଧ୍ୟରେ ଏହି ନିଷ୍ପତ୍ତି ଆସିଛି। ଲୁଇସ…

ଭାଲେଣ୍ଟାଇନ ସପ୍ତାହ, ୪ ରାଶିର ବ୍ୟକ୍ତିଙ୍କ ଜୀବନରେ ପ୍ରେମ…

ଭାଲେଣ୍ଟାଇନ୍ସ ସପ୍ତାହ ଫେବୃଆରୀ ୭ ତାରିଖରୁ ଆରମ୍ଭ ହୋଇଛି ଏବଂ ଫେବୃଆରୀ ୧୪ ତାରିଖ ପର୍ଯ୍ୟନ୍ତ ଚାଲିବ। ଭାଲେଣ୍ଟାଇନ୍ସ ସପ୍ତାହ ପ୍ରେମୀ, ବିବାହିତ ଦମ୍ପତି ଏବଂ ଅବିବାହିତମାନଙ୍କ…

‘ଭାରତ ହେଉଛି ବିଶ୍ୱାସର ସବୁଠାରୁ ଶକ୍ତିଶାଳୀ ମୁଦ୍ରା’, ପ୍ରଧାନମନ୍ତ୍ରୀ ମୋଦି

କୁଆଲାଲମ୍ପୁର,୮।୨: ଦୁଇ ଦିନିଆ ମାଲେସିଆ ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତକୁ ବିକାଶ ପାଇଁ ଏକ ନିର୍ଭରଯୋଗ୍ୟ ଅଂଶୀଦାର ଭାବରେ ବର୍ଣ୍ଣନା କରିଛନ୍ତି। ସେ କହିଛନ୍ତି…

USA ବିପକ୍ଷରେ ବିଜୟ ପରେ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ବଡ଼ ଖୁଲାସା, ୱାଶିଂଟନ୍ ସୁନ୍ଦର…..

ଟିମ୍ ଇଣ୍ଡିଆ ICC ଟି୨୦ ବିଶ୍ୱକପରେ ବିଜୟ ସହିତ ଅଭିଯାନ ଆରମ୍ଭ କରିଛି। ଭାରତୀୟ ଦଳ ତା’ର ପ୍ରଥମ ମ୍ୟାଚରେ ଆମେରିକା ଦଳକୁ ପରାସ୍ତ କରିଥିଲା। ଟିମ୍ ଇଣ୍ଡିଆର…

ସରିଲା ଗୋଲାପ ଦିଆନିଆ, ଆଜି ପ୍ରପୋଜ୍‌

ଭୁବନେଶ୍ୱର,୮।୨(ସୌମ୍ୟରଞ୍ଜନ ରାଉତ): ଭାଲାଣ୍ଟାଇନ୍‌ ଡେ’ର ପ୍ରଥମ ପାହାଚ ରୋଜ୍‌ ଡେ’ ପାଇଁ ଶନିବାର ଚଳଚଞ୍ଚଳ ହୋଇଉଠିଥିଲା ରାଜଧାନୀ। ପରସ୍ପରକୁ ଗୋଲାପ ଦେଇ ଶୁଭେଚ୍ଛା ଜଣାଇଥିଲେ ପ୍ରେମୀଯୁଗଳ। ହଷ୍ଟେଲ୍‌ଗୁଡିକରେ…

Video: ଦର୍ଶକଙ୍କ ମନ ଚୋରି କଲେ ନୋରା, ବାନ୍ଧି ରଖିଲେ ବାଦଶାହା

ନୂଆଦିଲ୍ଲୀ,୮।୨: ଟି-୨୦ ବିଶ୍ୱକପ ୨୦୨୬ ଶନିବାର, ଫେବୃଆରୀ ୭ରେ ଆରମ୍ଭ ହୋଇଥିଲା। ଟୁର୍ଣ୍ଣାମେଣ୍ଟର ପ୍ରଥମ ଦିନରେ ତିନୋଟି ମ୍ୟାଚ ଖେଳାଯାଇଥିଲା, ଯେଉଁଥିରେ ଟିମ ଇଣ୍ଡିଆ ଏବଂ ଆମେରିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri