ବିଓଏମ୍‌ର ୩ୟ ତ୍ରୈମାସିକ ଫଳାଫଳ

ନୂଆଦିଲ୍ଲୀ,୧୪।୨: ବ୍ୟାଙ୍କ ଅଫ୍‌ ମହାରାଷ୍ଟ୍ର (ବିଓଏମ୍‌) ପକ୍ଷରୁ ଚଳିତ ଆର୍ଥିକ ବର୍ଷର ୩ୟ ତ୍ରୈମାସିକ ଫଳାଫଳ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ୨୦୨୨-୨୩ ଆର୍ଥିକ ବର୍ଷର ୩ୟ ତ୍ରୈମାସ ଶେଷ ସୁଦ୍ଧା ବିଓଏମର ଅଭିବୃଦ୍ଧି ୧୩୯ % ହାରରେ ୭୭୫ କୋଟି ଟଙ୍କା ଲାଭ ହୋଇଥିବା ଜଣାପଡିଛି। ଅପରପକ୍ଷରେ ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡିକ କ୍ଷେତ୍ରରେ ୬୫% ଅଭିବୃଦ୍ଧି ଘଟି ୨୯,୧୭୫ କୋଟି ଟଙ୍କା ଲାଭ ହୋଇପାରିଛି। ଲାଭର ପ୍ରତିଶତ ଅନୁଯାୟୀ ବ୍ୟାଙ୍କ ଅଫ୍‌ ମହାରାଷ୍ଟ୍ର ଶ୍ରେଷ୍ଠ ପ୍ରଦର୍ଶନକାରୀ ବ୍ୟାଙ୍କ ରୂପେ ପରିଗଣିତ ହୋଇଛି। ବିଓଏମ୍‌ର ପୁଣେ ମୁଖ୍ୟ କାର୍ଯ୍ୟାଳୟର ସୂଚନା ଅନୁସାରେ ଏହି ଫଳାଫଳ ଘୋଷଣା କରାଯାଇଛି। ଏପରିକି ଚଳିତ ଆର୍ଥିକ ବର୍ଷର ୩ୟ ତ୍ରୈମାସ ଶେଷ ସୁଦ୍ଧା ସମସ୍ତ ୧୨ଟି ରାଷ୍ଟ୍ରାୟତ୍ତ ବ୍ୟାଙ୍କ ଏକତ୍ରିତ ଭାବେ ୬୫% ଅଭିବୃଦ୍ଧି ହାରରେ ୨୯,୧୭୫କୋଟି ଟଙ୍କା ଲାଭ କରିଛନ୍ତି। ଯାହା ପୂର୍ବବର୍ଷ ଏହି ସମୟରେ ୧୭,୭୨୯କୋଟି ଟଙ୍କା ଥିଲା। ଡିସେମ୍ବର ଶେଷ ସୁଦ୍ଧା ବ୍ୟାଙ୍କ ଅଫ୍‌ ମହାରାଷ୍ଟ୍ରର ପୁଞ୍ଜି ସ୍ବଚ୍ଛଳତା ହାର ୧୭.୫୩ % ରହିଥିବା ସହ ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡିକ ମଧ୍ୟରେ ଏହା ସର୍ବାଧିକ ଅଟେ। ୨୦୨୨ଡିସେମ୍ବର ଶେଷ ସୁଦ୍ଧା ବ୍ୟାଙ୍କର ଗ୍ରସ୍‌ ଏନ୍‌ପିଏ ୨.୯୪% କୁ ହ୍ରାସ ପାଇଥିଲା ବେଳେ ନେଟ୍‌ ଏନ୍‌ପିଏ ହ୍ରାସ ପାଇ ୦.୪୭% ରେ ପହଞ୍ଚିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୋହନ ସରକାରଙ୍କ ଅମଳରେ ପଛେଇଗଲା ଓଡ଼ିଶା, ବେକାରୀ ବୃଦ୍ଧି: ବିଜେଡିର ସାଂଘାତିକ ଅଭିଯୋଗ

ଭୁବନେଶ୍ୱର,୨୨।୧୨: ଓଡ଼ିଶାରେ ଶାସନ କରୁଥିବା ଭାଜପା ସରକାରଙ୍କୁ ଅର୍ଥନୈତିକ ବିଫଳତା ପ୍ରସଙ୍ଗରେ ଘେରିଛି ବିରୋଧୀ ବିଜୁ ଜନତା ଦଳ (ବିଜେଡି)। ରାଜ୍ୟର ଅଭିବୃଦ୍ଧି ହାର କମିବା...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

ଭଞ୍ଜନଗର ଏନ୍‌ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍‌ଏସି ମାନ୍ୟତା ମିଳିଛି। ଆଜି...

ଦିନକ ପରେ ବରଗଡ଼ ଧନୁଯାତ୍ରା: ମହୋତ୍ସବକୁ ନେଇ ଏମିତି କହିଲେ ଜିଲାପାଳ

ବରଗଡ,୨୨।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ୭୮ତମ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ଦିନେ ବାକି। ଆସନ୍ତା ୨୪ତାରିଖରୁ ଏହି ମହୋତ୍ସବ ଆରମ୍ଭ ହେବ।...

ଲିକ୍‌ ହୋଇ ଫାଟିଲା ରନ୍ଧନ ଗ୍ୟାସ୍‌ ସିଲିଣ୍ଡର, ଘରେ ଥିଲେ…

କୋକସରା,୨୨।୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଟେମରା ଗ୍ରାମରେ ରନ୍ଧନ ଗ୍ୟାସ୍‌ ଲିକେଜ ହୋଇ ନିଆଁ ଲାଗି ଯିବାରୁ ୪ ଜଣ ଗୁରୁତର...

ଟି-୨୦ ବିଶ୍ୱକପ ପାଇଁ ଚୟନ ହୋଇଥିବା ଭାରତୀୟ ଦଳ ଉପରେ ପ୍ରଶ୍ନ ଉଠାଇଲେ ୱାସିମ ଜାଫର, କହିଲେ ଇଶାନ-ୱାଶିଂଟନଙ୍କ ବଦଳରେ…

ନୂଆଦିଲ୍ଲୀ,୨୨।୧୨: ୨୦୨୬ ଟି୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ସୂର୍ଯ୍ୟକୁମାର ଯାଦବଙ୍କ ଅଧିନାୟକତ୍ୱରେ ଇଶାନ କିଷାନ ଦଳକୁ ଫେରିଛନ୍ତି। ଉପ-ଅଧିନାୟକ ଶୁବମନ ଗିଲ...

ପ୍ରଚେଷ୍ଟା ରହିଲେ ସଫଳତା ନିଶ୍ଚିତ ମିଳିବ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ସେଣ୍ଟ ଆନ୍ସ ଇଂଗ୍ରାଜୀ ମିଡିୟମ ସ୍କୁଲର ୧୯ ତମ ବାର୍ଷିକ ଉତ୍ସବ ସୋମବାର ସନ୍ଧ୍ୟାରେ ପାଳିତ ହୋଇଯାଇଛି। ଆୟୋଜିତ ଉତ୍ସବରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri