ବିଓଏମ୍‌ର ୪ର୍ଥ ତ୍ରୈମାସିକ ଫଳାଫଳ

ଭୁବନେଶ୍ୱର,୧।୫: ବ୍ୟାଙ୍କ ଅଫ୍‌ ମହାରାଷ୍ଟ୍ର (ବିଓଏମ୍‌)ର ନିର୍ଦ୍ଦେଶକ ମଣ୍ଡଳୀ ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ବ୍ୟାଙ୍କର କାରବାର ଓ ଆଗାମୀ କାର୍ଯ୍ୟକଳାପ ସହ ୨୦୨୩-୨୪ ଆର୍ଥିକ ବର୍ଷର ୪ର୍ଥ ତ୍ରୈମାସିକ ଫଳାଫଳ ମଧ୍ୟ ଘୋଷଣା କରାଯାଇଛି। ସେହିଭଳି ଜାନୁଆରୀରୁ ମାର୍ଚ୍ଚ ତ୍ରୈମାସରେ ବ୍ୟାଙ୍କ ମୋଟ ୪୫% ଅଭିବୃଦ୍ଧି ହାର ହାସଲକରି ୧,୨୧୮କୋଟି ଟଙ୍କାର ନେଟ୍‌ ଲାଭ ସଂଗ୍ରହ କରିପାରିଥିଲାବେଳେ ବ୍ୟାଙ୍କର ନେଟ୍‌ ସୁଧ ଆୟ ଓ ଅଣ-ସୁଧ ଆୟରେ ବୃଦ୍ଧି ଏବଂ ନିମ୍ନତମ ଟ୍ୟାକ୍ସ ବ୍ୟବସ୍ଥା ଦ୍ୱାରା ଏହି ଅଭିବୃଦ୍ଧି ସମ୍ଭବ ହୋଇପାରିଛି।
ସେହିଭଳି ବ୍ୟାଙ୍କ ଚଳିତ ଆର୍ଥିକ ବର୍ଷ ମଧ୍ୟରେ ପ୍ରତି ଇକ୍ୟୁଟି ଶେୟାର ପାଇଁ ୧.୪୦ର ଲାଭାଂଶ ଘୋଷଣା କରିଥିବାବେଳେ ୨୦୨୪-୨୫ ଆର୍ଥିକ ବର୍ଷରେ ଇକ୍ୟୁଟି ଇସ୍ୟୁ କରିବା ସହ ୭,୫୦୦କୋଟିର ପୁଞ୍ଜି ବୃଦ୍ଧି ପାଇଁ ଅନୁମତି ପ୍ରଦାନ କରିଛି।
ଏ ସମ୍ପର୍କରେ ବ୍ୟାଙ୍କର ପରିଚାଳନା ନିର୍ଦ୍ଦେଶକ ତଥା ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ନିଧୁ ସକ୍ସେନା କହିଛନ୍ତି, ବ୍ୟାଙ୍କ ଲଗାତର ୧୫ଟି ତ୍ରୈମାସ ଧରି ଲାଭପ୍ରଦ ରହିଥିବାବେଳେ ନିଜର ଅଭିବୃଦ୍ଧି ବଜାୟ ରଖିପାରିଛି। ଏପରିକି ବ୍ୟାଙ୍କର ନେଟ୍‌ ସୁଧ ଆୟ ୧୮% ଅଭିବୃଦ୍ଧି ହାର ହାସଲକରି ୨,୫୮୪ କୋଟି ଟଙ୍କାରେ ପହଞ୍ଚତ୍ଛି। ବ୍ୟାଙ୍କର ନେଟ୍‌ ଇଣ୍ଟରେଷ୍ଟ ମାର୍ଜିନ୍‌ (ଏନ୍‌ଆଇଏମ୍‌) ୩.୯୨% କୁ ବୃଦ୍ଧି ପାଇଛି। ବ୍ୟାଙ୍କର ଗ୍ରସ୍‌ ଏନ୍‌ପିଏ କିମ୍ବା ଅନାଦେୟ ଋଣ ୧.୮୮%କୁ ହ୍ରାସ ପାଇଥିବାବେଳେ ନେଟ୍‌ ଏନ୍‌ପିଏ ୦.୨୦%କୁ ହ୍ରାସ ପାଇଛି। ବ୍ୟାଙ୍କର ଗ୍ରସ୍‌ ଅଗ୍ରିମ ଆର୍ଥିକ ବର୍ଷ ୨୦୨୪ ମାର୍ଚ୍ଚ ଶେଷ ସୁଦ୍ଧା ୧୬.୩୦% ବୃଦ୍ଧି ପାଇ ୨,୦୩,୬୬୪ କୋଟି ଟଙ୍କାରେ ପହଞ୍ଚତ୍ଛି। ବ୍ୟାଙ୍କର ସମୁଦାୟ ଜମା ୨୦୨୪ ମାର୍ଚ୍ଚ ଶେଷ ସୁଦ୍ଧା ୧୫.୬୬% ବୃଦ୍ଧି ପାଇ ୨,୭୦,୭୪୭ କୋଟି ଟଙ୍କାରେ ପହଞ୍ଚତ୍ଛି। ସକ୍ସେନା କହିଛନ୍ତି, ବ୍ୟାଙ୍କ ଆର୍ଥିକ ବର୍ଷ ୨୦୨୫ରେ ଅଗ୍ରିମ ଏବଂ ଜମା ରାଶିରେ ଯଥାକ୍ରମେ ୧୬ ରୁ ୨୦% ଓ ୧୨ ରୁ ୧୫% ବୃଦ୍ଧିର ଆଶା ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲ ପରୀକ୍ଷା ଦେବାକୁ ଯାଇ ଯୁକ୍ତ ୨ ଛାତ୍ରୀ ନିଖୋଜ, ଜଣେ ଯୁବକ ଅପହରଣ କରିନେଇଥିବା ନେଇ…

ଗଜପତି,୧୦।୨ (ଗିରିଧାରୀ ପରିଛା)-ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡି ସହରର ଆଦର୍ଶ ଥାନା ସମ୍ମୁଖ ମାଧିକା ସାହିର ଜଣେ ଯୁକ୍ତ ଦୁଇ ଛାତ୍ରୀ ନିଖୋଜ ଥିବା ବେଳେ ତାଙ୍କୁ…

ଝଡାଫୁଙ୍କା ବାହାନାରେ ନାବାଳିକାଙ୍କୁ ବଳାତ୍କାର, ସୋନପୁର ଜେଲକୁ ଗଲେ…

ଡୁଙ୍ଗୁରିପାଲି, ୧୦ା୨(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ରାମପୁର ଥାନା ଅଞ୍ଚଳରେ ଝଡାଫୁଙ୍କା ବାହାନା କରି ଜଣେ ମାନସିକ ବିକାରଗ୍ରସ୍ତ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ପୀଡିତା…

ଖୁଣ୍ଟାପୁର ଗ୍ରାମରେ ଡକାୟତି: ଫେରାର ହେବାକୁ ଉଦ୍ୟମ ବେଳେ ଜଣଙ୍କୁ ମାଡ଼ି ବସି ନିର୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସ…

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ଖୁଣ୍ଟାପୁର ଗ୍ରାମରେ ମଙ୍ଗଳବାର ସା ୭.୩୦ ସମୟରେ ୬ ଜଣ ଦୁର୍ବୃତ୍ତ ଡକାୟତି ଉଦ୍ଦେଶ୍ୟରେ ଚିନ୍ମୟ ମିଶ୍ରଙ୍କ…

ଯାଜପୁରରେ କୃମି ଔଷଧ ଖାଇ ୩୮ ଛାତ୍ରୀଛାତ୍ର ଅସୁସ୍ଥ

କଳିଙ୍ଗନଗର,୧୦।୨(ଶୁଭାଶିଷ ରାଉତ): ଯାଜପୁର ଜିଲା କୋରେଇ ବ୍ଲକ ଅନ୍ତର୍ଗତ ପଥରପଦା ପଞ୍ଚାୟତର ଓଚିନ୍ଦା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜାତୀୟ କୃମି ନାଶକ ଦିବସ ଅବସରରେ…

ଅପରାହ୍ନରେ ସଚେତନତା, ସନ୍ଧ୍ୟାରେ ନିଆଁ; ହୁତୁହୁତୁ ହୋଇ ଜଳୁଛି ସୋରଦେବି ଜଙ୍ଗଲ…

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ ଘୁମୁସର ଉତ୍ତର ବନଖଣ୍ଡର ଲାଲସିଂ ନର୍ସରୀ ପରିସରରେ ମଙ୍ଗଳବାର ସକାଳୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ବନଖଣ୍ଡସ୍ତରୀୟ ବନାଗ୍ନୀ ପ୍ରଶମନ ସଚେତନତା…

Rare Solar Eclipse: ୧୦୦ବର୍ଷ ପରେ ଅତି ବିରଳ ସୂର୍ଯ୍ୟ ପରାଗ, ଦିନ ୧୨ଟାରେ ଭାରତରେ ଘୋଟିଯିବ କିଟକିଟ ଅନ୍ଧାର! ପକ୍ଷୀମାନେ କରିବେ…

ଆଗକୁ ଏକ ଏମିତି ସୂର୍ଯ୍ୟପରାଗ ଆସୁଛି ଯାହା ସମସ୍ତଙ୍କୁ ଚମକାଇ ଦେବ । ଦିନ ୧୨ଟାରେ ସବୁକିଛି ଅନ୍ଧାର ହୋଇଯିବ । ଦିନ ହଠାତ୍ ରାତିରେ ପରିଣତ…

୧୦ ଉଇକେଟରେ ଜିତିଲା ନ୍ୟୁଜିଲାଣ୍ଡ

ଚେନ୍ନାଇ,୧୦ା୨- ଟି୨୦ ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ୧୦ ଉଇକେଟରେ ୟୁଏଇକୁ ପରାସ୍ତ କରିଛି। ୟୁଏଇ ଦ୍ୱାରା ଧାର୍ଯ୍ୟ ୧୭୪ ରନ୍‌ର ଟାର୍ଗେଟ୍‌କୁ ଟିମ୍‌ ସିଫର୍ଟ…

ଭାରତରେ କଠୋର ହେଲା AI ନିୟମ: ୩ ଘଣ୍ଟା ମଧ୍ୟରେ ହଟାଯିବ ଏସବୁ ପୋଷ୍ଟ

ନୂଆଦିଲ୍ଲୀ,୧୦।୨: AI ଏବଂ ଡିପଫେକ୍’ର ଅପବ୍ୟବହାର ରୋକିବା ପାଇଁ ଭାରତ ସରକାର ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ନୂତନ ଆଇଟି ନିୟମ ଅନୁଯାୟୀ, ସୋସିଆଲ ମିଡିଆ ପ୍ଲାଟଫର୍ମଗୁଡ଼ିକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri