ବିଓଏମ୍‌ର ପ୍ରଥମ ତ୍ରୈମାସିକ ଫଳାଫଳ

ଭୁବନେଶ୍ୱର,୨୧।୭:ବ୍ୟାଙ୍କ ଅଫ୍‌ ମହାରାଷ୍ଟ୍ର(ବିଓଏମ୍‌)ର ନିର୍ଦ୍ଦେଶକ ମଣ୍ଡଳୀ ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ବିଓଏମ୍‌ର ପ୍ରଥମ ତ୍ରୈମାସିକ ଫଳାଫଳ ଘୋଷଣା କରାଯାଇଛି। ଖରାପ ଋଣରେ ହ୍ରାସ ଏବଂ ସୁଧ ଆୟରେ ବୃଦ୍ଧି ସହ ୯୫% ଅଭିବୃଦ୍ଧି ହାରରେ ବ୍ୟାଙ୍କ ମୋଟ ୮୮୨ କୋଟି ଟଙ୍କାର ନେଟ୍‌ ଲାଭ ସଂଗ୍ରହ କରିଛି। ଯାହା ପୂର୍ବ ବର୍ଷ ଏହି ସମୟ ମଧ୍ୟରେ ୪୫୨କୋଟି ଟଙ୍କା ରହିଥିଲା। ସେହିଭଳି ବ୍ୟାଙ୍କର ମୋଟ୍‌ ବ୍ୟବସାୟ ୨୪.୮୪% ବୃଦ୍ଧି ପାଇ ୪,୨୦,୦୪୧ କୋଟି ଟଙ୍କାରେ ପହଞ୍ଚତ୍ଛି। ଏପରିକି ବ୍ୟାଙ୍କର ଗ୍ରସ୍‌ ଅଗ୍ରିମ ୨୪.୯୮% ବୃଦ୍ଧି ପାଇ ୧,୭୫,୬୭୬ କୋଟି ଟଙ୍କାରେ ପହଞ୍ଚତ୍ଛି। ଚଳିତ ବର୍ଷ ଜୁନ୍‌ ମାସ ଶେଷ ସୁଦ୍ଧା ବ୍ୟାଙ୍କର ମୋଟ ଜମା ୨୪.୭୩% ବୃଦ୍ଧି ପାଇ ୨,୪୪,୩୬୫ କୋଟି ଟଙ୍କା ହୋଇଥିବା ବେଳେ ମୋଟ ଆୟ ବୃଦ୍ଧି ପାଇ ୫,୪୧୭ କୋଟି ଟଙ୍କାରେ ପହଞ୍ଚତ୍ଛି। ଯାହା ପୂର୍ବ ବର୍ଷ ଏହି ସମୟ ମଧ୍ୟରେ ୩,୭୭୪ କୋଟି ଟଙ୍କା ଥିଲା। ବ୍ୟାଙ୍କର ସୁଧ ଆୟରେ ମଧ୍ୟ ବୃଦ୍ଧି ଘଟି ୪,୭୮୯ କୋଟି ଟଙ୍କାରେ ପହଞ୍ଚତ୍ଛି। ଯାହା ପୂର୍ବ ବର୍ଷ ଏହି ସମୟ ମଧ୍ୟରେ ୩,୪୫୭ କୋଟି ଟଙ୍କା ଥିଲା। ବ୍ୟାଙ୍କର ନେଟ୍‌ ସୁଧ ଆୟ ୩୮.୮୦% ଅଭିବୃଦ୍ଧି ହାର ହାସଲ କରି ୨,୩୪୦ କୋଟି ଟଙ୍କାରେ ପହଞ୍ଚତ୍ଛି। ୨୦୨୩ ଜୁନ୍‌ ଶେଷ ସୁଦ୍ଧା ବିଓଏମର ଗ୍ରସ୍‌ ଏନ୍‌ପିଏ ୨.୨୮% ହ୍ରାସ ପାଇ ସମ୍ପତ୍ତିର ଗୁଣବତ୍ତାରେ ଉନ୍ନତି ପ୍ରଦର୍ଶନ ହୋଇଛି, ଯାହା ପୂର୍ବ ବର୍ଷ ଏହି ସମୟ ମଧ୍ୟରେ ୩.୭୪% ରହିଥିଲା। ବ୍ୟାଙ୍କର ନେଟ୍‌ ଏନ୍‌ପିଏ କିମ୍ବା ଅନାଦାୟ ଋଣ ୦.୨୪% କୁ ହ୍ରାସ ପାଇଛି, ଯାହା ପୂର୍ବ ବର୍ଷ ଏହି ସମୟ ମଧ୍ୟରେ ୦.୮୮% ରହିଥିଲା ବୋଲି ବ୍ୟାଙ୍କର ପରିଚାଳନା ନିର୍ଦ୍ଦେଶକ ଏବଂ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଏ.ଏସ୍‌.ରାଜୀବ ମତ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆପଣଙ୍କର ପାଖରେ ଅଛି କି ପୁରୁଣା ପାସ୍‌ବୁକ୍‌? ଡିସେମ୍ୱର ୩୧ ପୂର୍ବରୁ ଶୀଘ୍ର ବଦଳାନ୍ତୁ, ଆସିଲା ନୂଆ ନିୟମ…

ନୂଆଦିଲ୍ଲୀ,୨୨।୮: ଯଦି ଆପଣ ବି ବ୍ୟାଙ୍କିଙ୍ଗ୍ କାରବାର ପାଇଁ ଚେକ୍‌ବୁକ୍ (Chequebook) ବ୍ୟବହାର କରୁଛନ୍ତି, ତେବେ ଏହା ଆପଣଙ୍କ ପାଇଁ ଏକ ଅତ୍ୟନ୍ତ ଦରକାରୀ ଖବର। ବାସ୍ତବରେ,…

ସେପ୍ଟେମ୍ବରରୁ ବଦଳିଯିବ ନିୟମ! ଅଗଷ୍ଟ ଶେଷ ପୂର୍ବରୁ କରିନିଅନ୍ତୁ ଏହି ୪ କାମ…

ନୂଆଦିଲ୍ଲୀ,୨୧ା୮: ଅଗଷ୍ଟ ମାସ ଶେଷ ହେବାକୁ ଯାଉଛି। ଏହା ସହ କିଛି ଜରୁରୀ ଆର୍ଥିକ କାମର ସମୟସୀମା ମଧ୍ୟ ଶେଷ ହେଉଛି। ଯଦି ଆପଣ ଏହି କାମଗୁଡ଼ିକ…

ରାସନ କାର୍ଡ ପାଖରେ ନଥିଲେ ବି ମିଳିବ ରାସନ! ଜାଣନ୍ତୁ ସରକାରଙ୍କ ପୂରା ନିୟମ…

ନୂଆଦିଲ୍ଲୀ,୨୧ା୮: ସରକାର ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ଏବଂ ଅସହାୟ ଲୋକଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଯୋଜନା ଚଳାନ୍ତି। ଯଦି ଆପଣ ମଧ୍ୟ ସରକାରୀ ରାସନରୁ ଉପକୃତ ହେଉଛନ୍ତି, ତେବେ…

SBI ଗ୍ରାହକଙ୍କ ପାଇଁ ବଡ଼ ଅପଡେଟ୍‌, ଅକ୍ଟୋବର ୧ରୁ କ୍ୟାଶ୍‌ ଉଠାଇଲେ ଲାଗିବ ଏକ୍ସଟ୍ରା ଚାର୍ଜ

ନୂଆଦିଲ୍ଲୀ,୨୧ା୮: ଯଦି ଆପଣଙ୍କର ଆକାଉଣ୍ଟ ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (SBI) ରେ ଅଛି ଏବଂ ଆପଣ ମାସକୁ ଅନେକ ଥର ବ୍ୟାଙ୍କ ଶାଖା (ବ୍ରାଞ୍ଚ) କୁ…

ଆଉ ଶସ୍ତା ନୁହେଁ, ମହଙ୍ଗା ହୋଇପାରେ ପେଟ୍ରୋଲ-ଡିଜେଲ! ଜାଣନ୍ତୁ ଦାମ୍‌ ବଢ଼ିବାର ବଡ଼ କାରଣ

ନୂଆଦିଲ୍ଲୀ,୨୧। ୮: ପେଟ୍ରୋଲ-ଡିଜେଲ ଦାମକୁ ନେଇ ପୁଣି ବଢ଼ିପାରେ ସାଧାରଣ ଲୋକଙ୍କ ଚିନ୍ତା। ଅନ୍ତର୍ଜାତୀୟ ବଜାରରେ କ୍ରୁଡ ଅଏଲ ମୂଲ୍ୟରେ ହଠାତ୍‌ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି।…

ସୁନା ୪୩୦୦-ରୁପା ୧୦ହଜାର ମହଙ୍ଗା, ଜାଣନ୍ତୁ ଭୁବନେଶ୍ବରରେ କେତେ ରହିଛି ଦର

ନୂଆଦିଲ୍ଲୀ,୨୧।୮: ସୁନା ଓ ରୁପା ଦରରେ ଆଜି ବଡ଼ ଧରଣର ବୃଦ୍ଧି ଦେଖିବାକୁ ମିଳିଛି । ୨୪ କ୍ୟାରେଟ୍ ଶୁଦ୍ଧ ସୁନା ଦର ୪,୩୦୦ ଟଙ୍କା ବଢ଼ି…

ରୁଫ୍‌ଟପ୍ ସୋଲାର ସ୍ଥାପନରେ ଓଡ଼ିଶାର ବଡ଼ ସଫଳତା, ଦେଶରେ ୭ମ ସ୍ଥାନ

ଭୁବନେଶ୍ୱର, ୨୧।୮: ‘ପିଏମ୍‌ ସୂର୍ଯ୍ୟଘର ମୁଫ୍‌ତ ବିଜ୍‌ଲି’ ଯୋଜନା ଅଧୀନରେ ରୁଫ୍‌ଟପ୍‌ ସୋଲାର ସ୍ଥାପନ କ୍ଷେତ୍ରରେ ଓଡ଼ିଶା ଜାତୀୟସ୍ତରରେ ୧୩ତମ ସ୍ଥାନରୁ ୭ମ ସ୍ଥାନକୁ ଉନ୍ନୀତ ହୋଇଛି…

ସିମ୍‌ କାର୍ଡକୁ ନେଇ ନୂଆ ନିୟମ! ଆଉ ୪ଦିନ ପରେ ଏମାନଙ୍କର କଟିଯିବ କନେକ୍ସନ…

ନୂଆଦିଲ୍ଲୀ,୨୦ା୮: ଭାରତରେ ଜଣେ ବ୍ୟକ୍ତିଙ୍କ ନାମରେ ଥିବା ମୋବାଇଲ୍ କନେକ୍ସନ୍‌ର ସୀମାକୁ ସରକାର କଡ଼ାକଡ଼ି ଭାବେ ଲାଗୁ କରିବାକୁ ଯାଉଛନ୍ତି। ଅଗଷ୍ଟ ୨୪ ରୁ ଟେଲିକମ୍ ଅପରେଟରମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri