ଭୁବନେଶ୍ୱର,୬।୨: ବ୍ୟାଙ୍କ ଅଫ୍ ମହାରାଷ୍ଟ୍ର (ବିଓଏମ୍)ର ନିର୍ଦ୍ଦେଶକମଣ୍ଡଳୀ ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ବ୍ୟାଙ୍କର କାରବାର ଓ ଆଗାମୀ କାର୍ଯ୍ୟକଳାପ ସମ୍ପର୍କରେ ବିସ୍ତୃତ ଆଲୋଚନା ସହ ଚଳିତ ଆର୍ଥିକ ବର୍ଷର ତୃତୀୟ ତ୍ରୈମାସିକ ଫଳାଫଳ ଘୋଷଣା କରାଯାଇଥିଲା। ଏପରିକି ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡିକ ମଧ୍ୟରେ ବିଓଏମ୍ ଶ୍ରେଷ୍ଠ ପ୍ରଦର୍ଶନକାରୀ ବ୍ୟାଙ୍କ ଭାବେ ପରିଗଣିତ ହୋଇଛି। ବିଶେଷ କରି ଜମା କ୍ଷେତ୍ରରେ ବ୍ୟାଙ୍କ ୧୭.୮୯% ଅଭିବୃଦ୍ଧି ହାର ହାସଲ କରି ୩ୟ ତ୍ରୟ ମାସରେ ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡ଼ିକ ମଧ୍ୟରେ ସବୁଠାରୁ ଶୀର୍ଷ ସ୍ଥାନ ହାସଲ କରିଛି। ସେହିଭଳି ବ୍ୟାଙ୍କର ଚଳନ୍ତି ଖାତା ଏବଂ ସଞ୍ଚୟ ଖାତା (କାସା) ଜମା କ୍ଷେତ୍ରରେ ମଧ୍ୟ ୫୦.୧୯% ହାରରେ ବିଓଏମ୍ ଶୀର୍ଷ ସ୍ଥାନ ବଜାୟ ରଖିଥିଲାବେଳେ ବ୍ୟାଙ୍କର ଗ୍ରସ୍ ଏନ୍ପିଏ ୨.୦୪% ଏବଂ ନେଟ୍ ଏନ୍ପିଏ ୦.୨୨% ରହିଛି। ଅପରପକ୍ଷରେ ବ୍ୟାଙ୍କର ପୁଞ୍ଜି ସ୍ବଚ୍ଛଳତା ହାର ୧୬.୮୫% ରହିଛି।
ପୁଣି ସର୍ବସାଧାରଣରେ ଅପମାନ ପାଇଲା ପାକିସ୍ତାନ, ଟିମ ଇଣ୍ଡିଆ କଲା ଏମିତି କାମ
ନୂଆଦିଲ୍ଲୀ,୧୪।୯: ଭାରତୀୟ ଦଳ ଶ୍ରୀଲଙ୍କାକୁ ପରାସ୍ତ କରି ମହିଳା ଏସିଆ କପ ୨୦୨୬ର ଟାଇଟଲ ଜିତିଛି। ଫାଇନାଲ ମ୍ୟାଚରେ ଭାରତୀୟ ଦଳ ୭୨ ରନରେ ବିଜୟୀ ହୋଇଥିଲା,…
ମାଡ଼ ମାରି ଭାଉଜଙ୍କ ହାତ ଭାଙ୍ଗିଦେଲେ ଦିଅର, ଆଉ ତା’ପରେ…
ଦିଗପହଣ୍ଡି,୧୩।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଣ୍ଡଦେଉଳି ଗ୍ରାମର ବନିତା ପ୍ରଧାନଙ୍କୁ ରବିବାର ତାଙ୍କ ଦିଅର ପଦ୍ମ ଲୋଚନ ପ୍ରଧାନ ଆକ୍ରମଣ କରି ବାମ…
ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ବାଲ୍ୟବନ୍ଧୁ, BJP ବିଧାୟକଙ୍କୁ ନେଇ ଆଣିଲେ ବଡ଼ ଅଭିଯୋଗ! ଛାନିଆ ହୋଇଗଲେ….
ମୁମ୍ବାଇ,୧୩।୯: ମହାରାଷ୍ଟ୍ରର ଭାୟନ୍ଦରରେ ଜମି ବିବାଦକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାଲ୍ୟବନ୍ଧୁ ଅସଗରଅଲି ଭୋରା ତାଙ୍କୁ ଭେଟିଛନ୍ତି । ୮ ସେପ୍ଟେମ୍ବରରେ ୮୧ ବର୍ଷୀୟ ଭୋରା…
ପଶ୍ଚିମବଙ୍ଗରେ ବନ୍ଦ ହେଲା ୨୫୨ ମଦ୍ରାସା
କୋଲକାତା,୧୩ା୯: ପଶ୍ଚିମବଙ୍ଗ ସରକାର ରାଜ୍ୟରେ ଚାଲୁଥିବା ଇସ୍ଲାମୀୟ ଶିକ୍ଷାନୁଷ୍ଠାନଗୁଡ଼ିକର ସମୀକ୍ଷା କରିବା ପରେ ୨୫୨ ମଦ୍ରାସାକୁ ବନ୍ଦ କରିବା ପାଇଁ ନୋଟିସ ଜାରି କରିଛନ୍ତି। ଯାଞ୍ଚ ପ୍ରକ୍ରିୟାର…
ବ୍ୟବସାୟିକ ଜାହାଜ ଉପରେ ଆକ୍ରମଣ: ଭାରତୀୟ ନାବିକ ନିଖୋଜ
ନୂଆଦିଲ୍ଲୀ,୧୩ା୯: ଓମାନ ଉପକୂଳରେ ବ୍ୟବସାୟିକ ଜାହାଜ ଏମ୍ଟି ଏଲ୍ ଗାଇଆ ଉପରେ ଆକ୍ରମଣ ହେବାରୁ ଜଣେ ଭାରତୀୟ ନାବିକ ନିଖୋଜ ହୋଇଥିବା ବହିର୍ବ୍ୟାପାର ମନ୍ତ୍ରଣାଳୟ ରବିବାର ସ୍ପଷ୍ଟ…
ଖଟିଆରେ ଗର୍ଭବତୀଙ୍କୁ ବୁହାହେବା ଘଟଣା, ନବଜାତ ଶିଶୁ-ମା’ଙ୍କୁ ଭେଟିଲେ ସିଡିପିଓ
ଗୁଡାରି,୧୩।୯(ପ୍ରମୋଦ କୁମାର ପତି): ଶନିବାର ଦିନ ବ୍ଳକର ଶିରିଗୁଡା ଗ୍ରାମପଂଚାୟତ ଅନ୍ତର୍ଗତ ସାଡାକଣା ଗ୍ରାମର ଗର୍ଭବତୀ ମହିଳାଙ୍କୁ ଖଟିଆରେ ୩ କିଲୋମିଟର ବୋହିବା ପରେ ଆମ୍ବୁଲାନ୍ସ ଯୋଗେ…
ତାତିଲେ ମହିଳା, ଭାଙ୍ଗିଲେ ମଦ ଭାଟି
ମୋହନ,୧୩।୯(ମନ୍ମଥ ମିଶ୍ର): ଗାଁରେ ଚାଲିଥିଲା ମଦ ଭାଟି। ଏନେଇ ଗାଁରେ ଅଶାନ୍ତ ପରିବେଶ ସୃଷ୍ଟି ହେବା ଯୁବପିଢୀ ପଥଭ୍ରଷ୍ଟ ହେଉଥିଲେ। ବାରମ୍ବାର ଅଭିଯୋଗ ପରେ ବି କାହାର…
ସନତ ସଭାପତି, ଉମାକାନ୍ତ ସାଧାରଣ ସମ୍ପାଦକ ନିର୍ବାଚିତ
ବରଗଡ଼,୧୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ହାବିଲଦାର, କନେଷ୍ଟବଲ ଆସୋସିଏଶନ ନିର୍ବାଚନ ଫଳାଫଳ ରବିବାର ଘୋଷଣା ହୋଇଛି। ଏଥିରେ ସଭାପତି ସନତ କୁମାର ହୋତା ସଭାପତି ନିର୍ବାଚିତ ହୋଇଛନ୍ତି।…

