ଭୁବନେଶ୍ୱର, ୨୩।୧୦: ବନ୍ଧନ ବ୍ୟାଙ୍କ ପକ୍ଷରୁ ଚଳିତ ଆର୍ଥିକ ବର୍ଷର ୨ୟ ତ୍ରୈମାସିକ ଫଳାଫଳ ନିକଟରେ ଘୋଷଣା କରାଯାଇଛି। ଉଲ୍ଲେଖଯୋଗ୍ୟ, ୨୦୨୩-୨୪ ଆର୍ଥିକ ବର୍ଷର ଦ୍ୱିତୀୟ ତ୍ରୈମାସିକରେ ବ୍ୟାଙ୍କର ଜମା ପୂର୍ବ ବର୍ଷର ସମାନ ତ୍ରୈମାସିକ ତୁଳନାରେ ୧୨.୮% ବୃଦ୍ଧି ପାଇଛି। ଏପରିକି ମୋଟ ଜମା ବର୍ତ୍ତମାନ ୧.୧୨ ଲକ୍ଷ କୋଟି ଟଙ୍କା ରହିଛି। ଚଳନ୍ତି (କରେଣ୍ଟ) ଓ ସଞ୍ଚୟ ଖାତା ପୁସ୍ତିକା (କାସା) ମୋଟ ଜମାର ୩୮.୫% ରହିଛି। ସେହିପରି ମୋଟ ଅଗ୍ରିମ ବର୍ତ୍ତମାନ ୧.୦୮ ଲକ୍ଷ କୋଟି ଟଙ୍କା ରହିଛି। ବ୍ୟାଙ୍କ ସ୍ଥିରତାର ସଙ୍କେତ ଭାବେ ବିଚାର କରାଯାଉଥିବା ପୁଞ୍ଜି ସ୍ବଚ୍ଛତା ଅନୁପାତ (ସିଏଆର୍) ୧୯.୨% ରହିଛି, ଯାହା ନିୟାମକ ଆବଶ୍ୟକତା ତୁଳନାରେ ଅଧିକ ରହିଛି, ଏପରିକି ବ୍ୟାଙ୍କର ବିବିଧୀକରଣ ଏଜେଣ୍ଡା ଅନୁସାରେ ବନ୍ଧନ ବ୍ୟାଙ୍କର ରିଟେଲ୍ ଋଣ ବୁକ୍ରେ ସୁସ୍ଥକର ୮୦% ବୃଦ୍ଧି ଘଟିଛି। ବ୍ୟାଙ୍କର ମୋଟ ଜମାରେ ରିଟେଲ୍ର ଭାଗ ବର୍ତ୍ତମାନ ୭୪% ରହିଛି। ଏହି ସମୟରେ ବ୍ୟାଙ୍କର ମୋଟ ବ୍ୟବସାୟ ୨.୨୦ ଲକ୍ଷ କୋଟି ଟଙ୍କାରୁ ଅଧିକ ହୋଇଛି। ବନ୍ଧନ ବ୍ୟାଙ୍କର ଏମ୍ଡି ତଥା ସିଇଓ ଚନ୍ଦ୍ରଶେଖର ଘୋଷ କହିଛନ୍ତି, ଦ୍ୱିତୀୟ ତ୍ରୈମାସିକର କାରବାର ବ୍ୟାଙ୍କ ପାଇଁ ବେଶ୍ ଉତ୍ସାହଜନକ ତ୍ରୈମାସିକ ହୋଇଛି। ଏପରିକି ବ୍ୟାଙ୍କର ବିବିଧୀକରଣ ଏଜେଣ୍ଡା ଅନୁସାରେ ବ୍ୟାଙ୍କ ତା’ର ରିଟେଲ୍ ବ୍ୟାଙ୍କିଙ୍ଗ ପୋର୍ଟଫୋଲିଓକୁ ଆହୁରି ବଢ଼ାଇବା ଉପରେ ଗୁରୁତ୍ୱାରୋପ କରୁଛି, ଗତ କିଛି ତ୍ରୈମାସିକରେ ଶୁଭାରମ୍ଭ କରାଯାଇଥିବା ନୂଆ କାରବାର କ୍ଷେତ୍ରକୁ ନେଇ ଚଳିତ ଆର୍ଥିକ ବର୍ଷର ପ୍ରଦର୍ଶନ ଭଲ ରହିବ ବୋଲି ଆମର ବିଶ୍ୱାସ ରହିଛି।
ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…
ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...
ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…
ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...
ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍ଆଇ, ମାଡିବସିଲା ଭିଜିଲାନ୍ସ
ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...
୮ମ ବେତନ କମିଶନ ଉପରେ ଆସିଲା ବଡ଼ ଅପଡେଟ୍: ଉପକୃତ ହେବେ ଏତିକି କର୍ମଚାରୀ ଓ ପେନସନଭୋଗୀ
ନୂଆଦିଲ୍ଲୀ,୮।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଅଷ୍ଟମ ବେତନ କମିଶନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିଛି। କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟର...
ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା
ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...
ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…
ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...
ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…
ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...
ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା
ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ...
Archives


