ଏସ୍‌ସିବିରେ ପୂର୍ବତନ ବିଧାୟକ ଜାକବଙ୍କ ଶରୀରରେ ଅସ୍ଥିମଜ୍ଜା ପ୍ରତିରୋପଣ

କଟକ ଅଫିସ,୩୧।୩: ଏସ୍‌ସିବି ମେଡିକାଲ କଲେଜରେ ବୁଧବାର ଜି.ଉଦୟଗିରି ପୂର୍ବତନ ବିଧାୟକ ଜାକବ ପ୍ରଧାନଙ୍କ ଶରୀରରେ ୧୦୦ତମ ଅସ୍ଥିମଜ୍ଜା ପ୍ରତିରୋପଣ କରାଯାଇଛି। ସେ ରକ୍ତକର୍କଟ ରୋଗ ସହ ଏକାଧିକ ରୋଗରେ ଆକ୍ରାନ୍ତ ଥିବାରୁ ଗତ ୧୫ ତାରିଖରେ ସେ ଏସ୍‌ସିବି ମେଡିକାଲରେ ଭର୍ତ୍ତି ହୋଇଥିଲେ। ୨୦୨୧ ମେ ୨୧ରେ ଏକ ଘରୋଇ ହସ୍ପିଟାଲରେ ତାଙ୍କର ଅସ୍ତ୍ରୋପଚାର କରାଯାଇଥିଲା। ଗତ ଫେବୃୟାରୀରେ ସେ ୯ଥର କେମୋ ନେବା ପରେ ତାଙ୍କୁ ଏସ୍‌ସିବିକୁ ଅସ୍ଥିମଜ୍ଜା ପ୍ରତିରୋପଣ ପାଇଁ ପଠାଯାଇଥିଲା । ଅସ୍ଥିମଜ୍ଜା ପ୍ରତିରୋପଣର ସମସ୍ତ ପ୍ରକ୍ରିୟା ୨୫ ତାରିଖଠୁ ଆରମ୍ଭ ହେବା ସହ ୨୯ ତାରିଖରେ ହାଇ ଡୋଜ୍‌ କେମୋ ଦିଆଯାଇଥିଲା। ବୁଧବାର ଷ୍ଟେମ୍‌ ସେଲ୍‌ ସଂଗ୍ରହ କରାଯାଇ ପ୍ରତିରୋପଣ କରାଯାଇଛି। ଆସନ୍ତା ୨ ସପ୍ତାହ ପର୍ଯ୍ୟନ୍ତ ସେ ଚିକିତ୍ସା ଭିତରେ ରହିବେ ବୋଲି ହେମାଟୋଲୋଜି ବିଭାଗ ପକ୍ଷରୁ କୁହାଯାଇଛି। ଭାରତରେ କୌଣସି ସରକାରୀ ମେଡିକାଲ୍‌ କଲେଜରେ ଏହା ପ୍ରଥମ ଘଟଣା ଓ ପୂର୍ବ ଭାରତରେ ଟାଟା ମେଡିକାଲ୍‌ ସେଣ୍ଟର ପରେ ଏହା ଦ୍ୱିତୀୟ ସର୍ବାଧିକ ପ୍ରତିରୋପଣ କେନ୍ଦ୍ର ଭାବେ ପରିଚୟ ପାଇଛି। ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ପ୍ରତିରୋପଣ ସମ୍ପର୍ଣ୍ଣ ଭାବେ ମାଗଣାରେ କରାଯାଉଥିବା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ା ହେମାଟୋଲୋଜି ବିଭାଗର ମୁଖ୍ୟ ପ୍ରଫେସର ଡାକ୍ତର ରବୀନ୍ଦ୍ର କୁମାର ଜେନାଙ୍କ ନେତୃତରେ ହୋଇଥିବା ଏହି ପ୍ରତିରୋପଣରେ ଡାକ୍ତର ଏସ୍‌. ସେଠୀ, ଆର୍‌. କେ. ନାୟକ, ଏମ୍‌. ଏମ୍‌. ବିଶ୍ୱାଳ, ଡି. ଜେ. ପୃଷ୍ଟିଙ୍କ ସମେତ ପ୍ରଫେସର ଡାକ୍ତର ସ୍ମିତା ମହାପାତ୍ର, ଏମ୍‌. ଆର. ପଟ୍ଟନାୟକ, ସତ୍ୟ ରାଉତରାୟ, ଶରତ କୁମାର ପରିଡ଼ା ପ୍ରମୁଖ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

କାହିଁକି ଅମିତ ଶାହା ପଚାରିଲେ ‘୨୦ ଲୋକସଭା ସିଟ୍‌ ଜିତିବା କି ନାହିଁ’ ?

ସୋନପୁର,୨୫।୪: ଓଡ଼ିଶାରୁ ସର୍ବାଧିକ ଲୋକ ସଭା ଆସନ ବିଜୟ ଲକ୍ଷ୍ୟରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ସୋନପୁରରୁ ପ୍ରଚାର ଆରମ୍ଭ କରିଛନ୍ତି। ଜୟ ଜଗନ୍ନାଥ, ଜୟ...

ନବୀନ ସରକାରକୁ ଉପାଡ଼ି ଭାଜପା ସରକାର ବନାନ୍ତୁ: ଶାହା

ସୋନପୁର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ା ବିମାନବନ୍ଦରରେ ପହଞ୍ଚିବା ପରେ ସୋନପୁର ଗସ୍ତ କରିଛନ୍ତି। ସେଠରେ ଆୟୋଜିତ ବିଶାଳ ଜନସଭାକୁ ସମ୍ବୋଧିତ...

ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ

ଭୁବନେଶ୍ୱର,୨୫।୪: ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ। ସୋନପୁର ସମାବେଶକୁ ଆସି ଗୁରୁବାର ବିଧିବଦ୍ଧ ଭାବେ ସେ ପଦ୍ମ ଧରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri