ଏସ୍‌ସିବିରେ ପୂର୍ବତନ ବିଧାୟକ ଜାକବଙ୍କ ଶରୀରରେ ଅସ୍ଥିମଜ୍ଜା ପ୍ରତିରୋପଣ

କଟକ ଅଫିସ,୩୧।୩: ଏସ୍‌ସିବି ମେଡିକାଲ କଲେଜରେ ବୁଧବାର ଜି.ଉଦୟଗିରି ପୂର୍ବତନ ବିଧାୟକ ଜାକବ ପ୍ରଧାନଙ୍କ ଶରୀରରେ ୧୦୦ତମ ଅସ୍ଥିମଜ୍ଜା ପ୍ରତିରୋପଣ କରାଯାଇଛି। ସେ ରକ୍ତକର୍କଟ ରୋଗ ସହ ଏକାଧିକ ରୋଗରେ ଆକ୍ରାନ୍ତ ଥିବାରୁ ଗତ ୧୫ ତାରିଖରେ ସେ ଏସ୍‌ସିବି ମେଡିକାଲରେ ଭର୍ତ୍ତି ହୋଇଥିଲେ। ୨୦୨୧ ମେ ୨୧ରେ ଏକ ଘରୋଇ ହସ୍ପିଟାଲରେ ତାଙ୍କର ଅସ୍ତ୍ରୋପଚାର କରାଯାଇଥିଲା। ଗତ ଫେବୃୟାରୀରେ ସେ ୯ଥର କେମୋ ନେବା ପରେ ତାଙ୍କୁ ଏସ୍‌ସିବିକୁ ଅସ୍ଥିମଜ୍ଜା ପ୍ରତିରୋପଣ ପାଇଁ ପଠାଯାଇଥିଲା । ଅସ୍ଥିମଜ୍ଜା ପ୍ରତିରୋପଣର ସମସ୍ତ ପ୍ରକ୍ରିୟା ୨୫ ତାରିଖଠୁ ଆରମ୍ଭ ହେବା ସହ ୨୯ ତାରିଖରେ ହାଇ ଡୋଜ୍‌ କେମୋ ଦିଆଯାଇଥିଲା। ବୁଧବାର ଷ୍ଟେମ୍‌ ସେଲ୍‌ ସଂଗ୍ରହ କରାଯାଇ ପ୍ରତିରୋପଣ କରାଯାଇଛି। ଆସନ୍ତା ୨ ସପ୍ତାହ ପର୍ଯ୍ୟନ୍ତ ସେ ଚିକିତ୍ସା ଭିତରେ ରହିବେ ବୋଲି ହେମାଟୋଲୋଜି ବିଭାଗ ପକ୍ଷରୁ କୁହାଯାଇଛି। ଭାରତରେ କୌଣସି ସରକାରୀ ମେଡିକାଲ୍‌ କଲେଜରେ ଏହା ପ୍ରଥମ ଘଟଣା ଓ ପୂର୍ବ ଭାରତରେ ଟାଟା ମେଡିକାଲ୍‌ ସେଣ୍ଟର ପରେ ଏହା ଦ୍ୱିତୀୟ ସର୍ବାଧିକ ପ୍ରତିରୋପଣ କେନ୍ଦ୍ର ଭାବେ ପରିଚୟ ପାଇଛି। ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ପ୍ରତିରୋପଣ ସମ୍ପର୍ଣ୍ଣ ଭାବେ ମାଗଣାରେ କରାଯାଉଥିବା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ା ହେମାଟୋଲୋଜି ବିଭାଗର ମୁଖ୍ୟ ପ୍ରଫେସର ଡାକ୍ତର ରବୀନ୍ଦ୍ର କୁମାର ଜେନାଙ୍କ ନେତୃତରେ ହୋଇଥିବା ଏହି ପ୍ରତିରୋପଣରେ ଡାକ୍ତର ଏସ୍‌. ସେଠୀ, ଆର୍‌. କେ. ନାୟକ, ଏମ୍‌. ଏମ୍‌. ବିଶ୍ୱାଳ, ଡି. ଜେ. ପୃଷ୍ଟିଙ୍କ ସମେତ ପ୍ରଫେସର ଡାକ୍ତର ସ୍ମିତା ମହାପାତ୍ର, ଏମ୍‌. ଆର. ପଟ୍ଟନାୟକ, ସତ୍ୟ ରାଉତରାୟ, ଶରତ କୁମାର ପରିଡ଼ା ପ୍ରମୁଖ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ନୀତି ମାମଲାରେ ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କୁ ୪ବର୍ଷ ସଶ୍ରମ କାରାଦଣ୍ଡ

ବରଗଡ଼,୨୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଭିଜିଲାନ୍ସର ସ୍ୱତନ୍ତ୍ର ବିଚାରପତି ପଦମପୁର ବ୍ଲକ ଅଧୀନ ପୁରେନା ଗ୍ରାମପଞ୍ଚାୟତର ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀ (PEO) ଛବିଳ ବାରିହାଙ୍କୁ ଦୁର୍ନୀତି ମାମଲାରେ…

ନାବାଳକଙ୍କ ବାର୍‌ହା ସହ ଦୁଇ ଘଣ୍ଟା ଧରି  ଲଢ଼େଇ: ଶେଷରେ ଜୀବନ ବଞ୍ଚାଇବା ପାଇଁ…

ବାଙ୍କୀ, ୨୫।୮ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଗୋପାଳପୁର ପଞ୍ଚାୟତରେ ବାର୍‌ହା ଆତଙ୍କରେ ଭୟଭୀତ ଲୋକେ। ମଙ୍ଗଳବାର ସକାଳ ପ୍ରାୟ ସାଢ଼େ ୭ଟା ସମୟରେ ଗୋପାଳପୁର ପଞ୍ଚାୟତର ୧…

ଚନ୍ଦନପୁରରେ ଗୋଷ୍ଠୀ ସଂଘର୍ଷ, ପୋଲିସର ଫ୍ଲାଗମାର୍ଚ

ପୁରୀ,୨୫।୮: ପୁରୀ ଜିଲା ଚନ୍ଦନପୁର ଥାନା ଉତରଣା ମଠସାହିରେ ମଙ୍ଗଳବାର ଗୋଷ୍ଠୀ ସଂଘର୍ଷ ହୋଇଛି। ଗାଁର ଏକ ପୋଖରୀର ଦଳ ସଫା ଏବଂ ମାଛ ମରାକୁ କେନ୍ଦ୍ର…

ପାଣି ପକାଉଥିବା ବେଳେ ମାରିଲା କରେଣ୍ଟ, ଚାଲିଗଲା ବଳରାମଙ୍କ ଜୀବନ

ପୁରୁଷୋତ୍ତମପୁର,୨୫ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ବିଦ୍ଯୁତ ଆଘାତରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ…

୧୫ ଦିନ ହେଲା ନିଖୋଜ ଥିଲେ ଯୁବକ, ପରିତ୍ୟକ୍ତକୁ ଘରୁ ମିଳିଲା…

କଟକ,୨୫।୮(ପ୍ରଭୁ କଲ୍ୟାଣ ପାଲ୍‌): ବାରଙ୍ଗ ଥାନା ଗୋଡ଼ିସାହିର ଏକ ପରିତ୍ୟକ୍ତ ଘରୁ ମଙ୍ଗଳବାର ପୋଲିସ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଜବତ କରିଛି। ଯୁବକ ଜଣକ ବାରଙ୍ଗ…

ବିଧିର ବିଚିତ୍ର ବିଧାନ: ରାତିରେ ଶୋଇଥିଲେ ଅଜା- ନାତି ସକାଳକୁ ଦେଖିଲାବେଳକୁ ….

ବଣାଇଁ, ୨୫।୮ (ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ଟିକାୟତପାଲୀ ଥାନା ଅନ୍ତର୍ଗତ ତିଲେଇମାଳ ଗ୍ରାମରେ ବିଷାକ୍ତ ସାପ କାମୁଡ଼ାରେ ଅଜା ଓ ନାତିଙ୍କ ମୃତ୍ୟୁ ଘଟିଛି। ଏହି…

ଗୁଣିଆଙ୍କ ଔଷଧ ଖାଇ ଚାଲିଗଲା ନିଃସନ୍ତାନ ଦମ୍ପତିଙ୍କ ଜୀବନ

ଫୁଲବାଣୀ,୨୫।୮: କନ୍ଧମାଳ ଜିଲା ଗୋଚ୍ଛାପଡ଼ା ଥାନା ନେଡ଼ିପଙ୍ଗାରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଗୁଣିଆଙ୍କ ନିକଟରୁ ଔଷଧ ଖାଇ ନିଃସନ୍ତାନ ଦମ୍ପତିଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି।…

ପନିର ଅପମିଶ୍ରଣ ନେଇ କଟକରେ ରେଡ୍‌ ପରେ ଏବେ ପାହାଳ ପାଳି: ମିଠା କିଣୁଥିଲେ ଜାଣି ରଖନ୍ତୁ….

ଭୁବନେଶ୍ୱର,୨୫।୮: ପାର୍ବଣ ପୂର୍ବରୁ ରାଜଧାନୀ ଭୁବନେଶ୍ୱରରେ ଛେନା ଓ ପନିରର ଗୁଣବତ୍ତାକୁ ନେଇ ଚିନ୍ତା ବଢ଼ିଛି। ନକଲି ଓ ଅପମିଶ୍ରିତ ଛେନା-ପନିର ବିକ୍ରି ଅଭିଯୋଗକୁ ନେଇ BMC…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri