ପୁସ୍ତକ ଜୀବନର ଗତିପଥ ବଦଳାଇଥାଏ

ଯାଜପୁର ଟାଉନ, ୨୪ା୧୨ (ଡି.ଏନ.ଏ.): ଅନନ୍ୟା ସାହିତ୍ୟ ସଂସଦ ଏବଂ ଯାଜପୁର ସଂସ୍କୃତି ପରିଷଦ ମିଳିତ ଆନୁକୂଲ୍ୟରେ ଦ୍ୱାଦଶ ଯାଜପୁର ରାଜ୍ୟସ୍ତରୀୟ ପୁସ୍ତକମେଳା ଶୁକ୍ରବାର ଉଦ୍‌ଘାଟିତ ହୋଇଯାଇଛି। ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ନିର୍ଦ୍ଦେଶକ ତଥା ଅତିରିକ୍ତ ଶାସନ ସଚିବ ରଞ୍ଜନ କୁମାର ଦାସ ମୁଖ୍ୟ ଅତିଥି ଭାବେ ଯୋଗଦେଇ ମେଳାକୁ ଉଦ୍‌ଘାଟନ କରିଥିଲେ। ଏହି ଅବସରରେ ସେ ପୁସ୍ତକ ହିଁ ଜୀବନର ଗତିପଥକୁ ଏକ ଭିନ୍ନ ମାର୍ଗରେ ପରିଚାଳିତ କରିଥାଏ ବୋଲି ପ୍ରକାଶ କରିବା ସହିତ ଆୟୋଜକଙ୍କୁ ଧନ୍ୟବାଦ ଦେଇଥିଲେ। ଯାଜପୁର ଡେପୁଟି କଲେକ୍ଟର ତିଳୋତମା ପୃଷ୍ଟି ଅତିଥିଙ୍କୁ ସ୍ବାଗତ କରିଥିଲେ। ପ୍ରଫେସର ଉଦୟ ନାରାୟଣ ପରିଡ଼ା ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ଅନନ୍ୟାର ସମ୍ପାଦକ ଡ. କାହ୍ନୁଚରଣ ମିଶ୍ର ପୁସ୍ତକ ମେଳା ସମ୍ପର୍କରେ ବିବରଣୀ ପ୍ରଦାନ କରିଥିଲେ। ଅନ୍ୟତମ ଅତିଥି ଭାବେ ଯାଜପୁର ପୂର୍ବତନ ପୌରପାଳ ଭବ ପ୍ରସାଦ ଦାସ ଯୋଗଦେଇ ପୁସ୍ତକ ହିଁ ଜ୍ଞାନର ମାର୍ଗ ଦର୍ଶନ କରିଥାଏ ବୋଲି କହିଥିଲେ। ମୁଖ୍ୟବକ୍ତାଭାବେ ଯାଜପୁର ଅତିରିକ୍ତ ଜିଲାପାଳ ଦୁଃଖବନ୍ଧୁ ନାୟକ ଯୋଗଦେଇ ବକ୍ତବ୍ୟ ରଖିଥିଲେ। ସମ୍ମାନିତ ଅତିଥିଭାବେ ଜିଲା ସଂସ୍କୃତି ଅଧିକାରୀ ଦୁର୍ଯ୍ୟୋଧନ ମଲ୍ଲିକ ଯୋଗଦେଇ ପୁସ୍ତକ ମେଳାର ସଫଳତା କାମନା କରିଥିଲେ। ସଭାପତି ସନ୍ତୋଷ ନନ୍ଦ ମା’ ବିରଜାଙ୍କର ପଦାରବିନ୍ଦରେ ପ୍ରଣତି ଜଣାଇ ପୁସ୍ତକ ମେଳା ୨ବର୍ଷ ପରେ ପୁଣି ଥରେ ଅନୁଷ୍ଠିତ ହୋଇଥିବାରୁ ଆନନ୍ଦ ପ୍ରକାଶ କରିଥିଲେ। ଉଦ୍‌ଘାଟନୀ ଉତ୍ସବରେ ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱ ବିଦ୍ୟାଳୟ ପକ୍ଷରୁ ଅତିଥିଙ୍କୁ ସ୍ବାଗତ କରାଯାଇଥିଲା। ଉପସଭାପତି ବିଭୂତି ମହାପାତ୍ର, ସମସ୍ତ କାର୍ଯ୍ୟକୁ ପରିଚାଳନା କରିଥିବା ବେଳେ ସଙ୍ଗୀତ ନିର୍ଦ୍ଦେଶକ କୈଳାସ ଚନ୍ଦ୍ର ବେହେରା ଓ ସାଥୀଙ୍କ ଦ୍ୱାରା ବନ୍ଦେ ଉତ୍କଳ ଜନନୀ ସଙ୍ଗୀତ ପରିବେଷଣ କରାଯାଇଥିଲା। ଡ. ହରିଶ୍ଚନ୍ଦ୍ର ପଣ୍ଡା ସ୍ତୋତ୍ର ପାଠ କରିଥିବାବେଳେ ତପସ୍ବିନୀ ମଲ୍ଲିକ ସ୍ବାଗତ ନୃତ୍ୟ ପରିବେଷଣ କରିଥିଲେ। ସଙ୍ଗଠନର ସମ୍ପାଦକ ହୃଷୀକେଶ ପତି ଧନ୍ୟବାଦ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri