ପୁସ୍ତକ ଜୀବନର ଗତିପଥ ବଦଳାଇଥାଏ

ଯାଜପୁର ଟାଉନ, ୨୪ା୧୨ (ଡି.ଏନ.ଏ.): ଅନନ୍ୟା ସାହିତ୍ୟ ସଂସଦ ଏବଂ ଯାଜପୁର ସଂସ୍କୃତି ପରିଷଦ ମିଳିତ ଆନୁକୂଲ୍ୟରେ ଦ୍ୱାଦଶ ଯାଜପୁର ରାଜ୍ୟସ୍ତରୀୟ ପୁସ୍ତକମେଳା ଶୁକ୍ରବାର ଉଦ୍‌ଘାଟିତ ହୋଇଯାଇଛି। ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ନିର୍ଦ୍ଦେଶକ ତଥା ଅତିରିକ୍ତ ଶାସନ ସଚିବ ରଞ୍ଜନ କୁମାର ଦାସ ମୁଖ୍ୟ ଅତିଥି ଭାବେ ଯୋଗଦେଇ ମେଳାକୁ ଉଦ୍‌ଘାଟନ କରିଥିଲେ। ଏହି ଅବସରରେ ସେ ପୁସ୍ତକ ହିଁ ଜୀବନର ଗତିପଥକୁ ଏକ ଭିନ୍ନ ମାର୍ଗରେ ପରିଚାଳିତ କରିଥାଏ ବୋଲି ପ୍ରକାଶ କରିବା ସହିତ ଆୟୋଜକଙ୍କୁ ଧନ୍ୟବାଦ ଦେଇଥିଲେ। ଯାଜପୁର ଡେପୁଟି କଲେକ୍ଟର ତିଳୋତମା ପୃଷ୍ଟି ଅତିଥିଙ୍କୁ ସ୍ବାଗତ କରିଥିଲେ। ପ୍ରଫେସର ଉଦୟ ନାରାୟଣ ପରିଡ଼ା ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ଅନନ୍ୟାର ସମ୍ପାଦକ ଡ. କାହ୍ନୁଚରଣ ମିଶ୍ର ପୁସ୍ତକ ମେଳା ସମ୍ପର୍କରେ ବିବରଣୀ ପ୍ରଦାନ କରିଥିଲେ। ଅନ୍ୟତମ ଅତିଥି ଭାବେ ଯାଜପୁର ପୂର୍ବତନ ପୌରପାଳ ଭବ ପ୍ରସାଦ ଦାସ ଯୋଗଦେଇ ପୁସ୍ତକ ହିଁ ଜ୍ଞାନର ମାର୍ଗ ଦର୍ଶନ କରିଥାଏ ବୋଲି କହିଥିଲେ। ମୁଖ୍ୟବକ୍ତାଭାବେ ଯାଜପୁର ଅତିରିକ୍ତ ଜିଲାପାଳ ଦୁଃଖବନ୍ଧୁ ନାୟକ ଯୋଗଦେଇ ବକ୍ତବ୍ୟ ରଖିଥିଲେ। ସମ୍ମାନିତ ଅତିଥିଭାବେ ଜିଲା ସଂସ୍କୃତି ଅଧିକାରୀ ଦୁର୍ଯ୍ୟୋଧନ ମଲ୍ଲିକ ଯୋଗଦେଇ ପୁସ୍ତକ ମେଳାର ସଫଳତା କାମନା କରିଥିଲେ। ସଭାପତି ସନ୍ତୋଷ ନନ୍ଦ ମା’ ବିରଜାଙ୍କର ପଦାରବିନ୍ଦରେ ପ୍ରଣତି ଜଣାଇ ପୁସ୍ତକ ମେଳା ୨ବର୍ଷ ପରେ ପୁଣି ଥରେ ଅନୁଷ୍ଠିତ ହୋଇଥିବାରୁ ଆନନ୍ଦ ପ୍ରକାଶ କରିଥିଲେ। ଉଦ୍‌ଘାଟନୀ ଉତ୍ସବରେ ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱ ବିଦ୍ୟାଳୟ ପକ୍ଷରୁ ଅତିଥିଙ୍କୁ ସ୍ବାଗତ କରାଯାଇଥିଲା। ଉପସଭାପତି ବିଭୂତି ମହାପାତ୍ର, ସମସ୍ତ କାର୍ଯ୍ୟକୁ ପରିଚାଳନା କରିଥିବା ବେଳେ ସଙ୍ଗୀତ ନିର୍ଦ୍ଦେଶକ କୈଳାସ ଚନ୍ଦ୍ର ବେହେରା ଓ ସାଥୀଙ୍କ ଦ୍ୱାରା ବନ୍ଦେ ଉତ୍କଳ ଜନନୀ ସଙ୍ଗୀତ ପରିବେଷଣ କରାଯାଇଥିଲା। ଡ. ହରିଶ୍ଚନ୍ଦ୍ର ପଣ୍ଡା ସ୍ତୋତ୍ର ପାଠ କରିଥିବାବେଳେ ତପସ୍ବିନୀ ମଲ୍ଲିକ ସ୍ବାଗତ ନୃତ୍ୟ ପରିବେଷଣ କରିଥିଲେ। ସଙ୍ଗଠନର ସମ୍ପାଦକ ହୃଷୀକେଶ ପତି ଧନ୍ୟବାଦ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ବାରବାଟୀ-କଟକ ନଚେତ ସାଲେପୁରରୁ ପ୍ରାର୍ଥୀ ହୋଇପାରନ୍ତି ଅରିନ୍ଦମ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଷ୍ଟାର୍‌ ପ୍ରଚାରକ ତାଲିକା ପ୍ରକାଶ ପାଇବା ପରେ ଏବେ ରୋଚକ ମୋଡ ନେବାରେ ଲାଗିଛି କଟକ...

ରୋଚକ ସ୍ଥିତିରେ ତ୍ରିମୁଖୀ ଲଢ଼େଇ

ନୟାଗଡ଼,୨୫।୪(ଲୋକନାଥ ମିଶ୍ର)ନୟାଗଡ଼ ବିଧାନସଭା କ୍ଷେତ୍ରରେ ବିଧାୟକ ଅରୁଣ କୁମାର ସାହୁଙ୍କ ଅପରାଜେୟ ରେକର୍ଡ ଭାଙ୍ଗିବାକୁ ଭାଜପା ଓ କଂଗ୍ରେସ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଅରୁଣ...

ଭାଜପାରୁ ପ୍ରାର୍ଥୀ ହେବେ ସୌମ୍ୟରଞ୍ଜନ!

ଘସିପୁରା(ନିରଞ୍ଜନ ସାହୁ)/ରାମଚନ୍ଦ୍ରପୁର (ଗଣେଶ୍ୱର ସା),୨୫।୪: କେନ୍ଦୁଝର ଜିଲା ଘଷିପୁରା ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ପୂର୍ବତନ ମନ୍ତ୍ରୀ ତଥା ବିଧାୟକ ବଦ୍ରି ନାରାୟଣ ପାତ୍ରଙ୍କୁ ପ୍ରାର୍ଥୀ କରିଥିବା...

ଖେଳିବା ବୟସରେ ହାତରେ ଭିକ୍ଷାଥାଳ

ରାଉରକେଲା,୨୫ା୪(ବିପ୍ଲବ ରଞ୍ଜନ ଦାଶ)ରାଉରକେଲାର ପ୍ରସିଦ୍ଧ ବେଦବ୍ୟାସ ପୀଠରେ କୋମଳମତି ପିଲାମାନେ ଭିକ୍ଷାଥାଳ ଧରି ଭିକ୍ଷାବୃତ୍ତି କରୁଛନ୍ତି। ଚିନ୍ତାର ବିଷୟ, ଯେଉଁ କୋମଳମତି ଶିଶୁମାନେ ଭିକ୍ଷାବୃତ୍ତି କରୁଛନ୍ତି...

ମେ ୧୦ରୁ ରବିଧାନ ସଂଗ୍ରହ

ସମ୍ବଲପୁର,୨୫ା୪(ପ୍ରମୋଦ ବହିଦାର)ଆସନ୍ତା ମେ ୧୦ରୁ ସମ୍ବଲପୁର ଜିଲାରେ ଚଳିତବର୍ଷ ରବିଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହେବ। ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ବୁଧବାର ଅନୁଷ୍ଠିତ ଧାନ ସଂଗ୍ରହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri