Posted inଫୁରସତ

ବହିର ଗାଁ: ଯୁଆଡ଼େ ଚାହିଁବେ ସେଠି କେବଳ ବହି

ମହାରାଷ୍ଟ୍ରର ସତାରା ଜିଲାରେ ରହିଛି ଭିଲାର ନାମକ ଏକ ଗାଁ। ଏହି ଗାଁ ବହିର ଗାଁ ଭାବେ ଏବେ ବେଶ୍‌ ଲୋକପ୍ରିୟ। କାରଣ ଏଠାରେ ଯୁଆଡ଼େ ଚାହିଁବେ ସେଠି ଆପଣଙ୍କୁ କେବଳ ବହି ହିଁ ବହି ଦେଖାଯିବ। ଅର୍ଥାତ୍‌ ସ୍ଥାନୀୟ ଅଞ୍ଚଳର ଅଧିକାଂଶ ଘର, ବିଦ୍ୟାଳୟ, ରେଷ୍ଟ ହାଉସ୍‌ ଇତ୍ୟାଦିକୁ ସ୍ଥାନୀୟ ସରକାର ଗୋଟିଏ ଗୋଟିଏ ଲାଇବ୍ରେରୀରେ ପରିବର୍ତ୍ତନ କରିଦେଇଛନ୍ତି। ସରଳରେ କହିବାକୁ ଗଲେ, ଏହି ସବୁ ସ୍ଥାନରେ ସରକାରଙ୍କ ତରଫରୁ ସମ୍ପୂର୍ଣ୍ଣ ମାଗଣାରେ ହଜାର ହଜାର ସଂଖ୍ୟାରେ ବହିକୁ ଯୋଗାଇ ଦିଆଯିବା ସହ ତାହାକୁ ଖୁବ୍‌ ସୁନ୍ଦର ଭାବେ ସଜାଇ ରଖିବାର ବ୍ୟବସ୍ଥା ମଧ୍ୟ କରି ଦିଆଯାଇଛି। ଏପରି କରିବା ପଛରେ ମୁଖ୍ୟ କାରଣ ହେଉଛି, ଯେହେତୁ ଭିଲାର ଷ୍ଟ୍ରବେରୀ ଚାଷ ପାଇଁ ପ୍ରସିଦ୍ଧ ଏବଂ ଏହା ଏକ ଲୋକପ୍ରିୟ ପର୍ଯ୍ୟଟନସ୍ଥଳୀ। ତେଣୁ ବର୍ଷକ ବାରମାସ ଏଠାକୁ ଦେଶବିଦେଶରୁ ବହୁ ସଂଖ୍ୟାରେ ପର୍ଯ୍ୟଟକ ବୁଲି ଆସିଥାନ୍ତି। ଆଉ ସେହି ପର୍ଯ୍ୟଟକଙ୍କୁ ଅଧିକ ଆକର୍ଷିତ କରିବା ଏବଂ ତାଙ୍କ ମନରେ ପଢିବା ପ୍ରତି ଆଗ୍ରହ ସୃଷ୍ଟି କରାଇବା ପାଇଁ ସ୍ଥାନୀୟ ସରକାରଙ୍କ ତରଫରୁ ଏଭଳି ଭିନ୍ନ ଉପାୟ ଅବଲମ୍ବନ କରାଯାଇଛି। ସେଥିପାଇଁ ଏଠାରେ ବିଭିନ୍ନ ବିଷୟବସ୍ତୁ ଉପରେ ପର୍ଯ୍ୟବସିତ ହଜାର ହଜାର ସଂଖ୍ୟାରେ ବହି ରଖାଯାଇଛି। ଆଉ ସବୁଠୁ ବଡ଼ କଥା ହେଉଛି ପାଠକେ ଏହି ବହଗୁଡ଼ିକୁ ବୁଲି ଦେଖିବା ସହ ସମ୍ପୂର୍ଣ୍ଣ ମାଗଣାରେ ପଢିପାରିବେ। ଏଥିସହିତ ଏଠାକାର ରାସ୍ତାଘାଟ, କାନ୍ଥବାଡ ତଥା ପାଚେରୀ ଆଦିରେ ମଧ୍ୟ ବିଭିନ୍ନ କଳା, ସଂସ୍କୃତିକୁ ନେଇ ଖୁବ୍‌ ସୁନ୍ଦର ସୁନ୍ଦର ପେଣ୍ଟିଂ ମଧ୍ୟ କରାଯାଇଛି। ସତରେ ବହି ପ୍ରିୟ ପର୍ଯ୍ୟଟକଙ୍କ ପାଇଁ ଏହା ଏକ ଅତ୍ୟନ୍ତ ସୁନ୍ଦର ସ୍ଥାନ ଭାବେ ଏବେ ଲୋକପ୍ରିୟତା ପାଇବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri