‘ବିଶ୍ୱପ୍ରସିଦ୍ଧ ଶ୍ରୀଗୁଣ୍ଡିଚା ମହୋତ୍ସବ’ ପୁସ୍ତକ ଲୋକାର୍ପିତ

ଭୁବନେଶ୍ୱର,୯।୭(ବ୍ୟୁରୋ) : ପବିତ୍ର ସନ୍ଧ୍ୟାଦର୍ଶନ ଅବସରରେ ଲୋକସମ୍ପର୍କ ଭବନରେ ଶୁକ୍ରବାର ରଥଯାତ୍ରାର ମହତ୍ତ୍ବ ଓ ବିଭିନ୍ନ ତଥ୍ୟ ସମ୍ବଳିତ ‘ବିଶ୍ୱପ୍ରସିଦ୍ଧ ଶ୍ରୀଗୁଣ୍ଡିଚା ମହୋତ୍ସବ’ ପୁସ୍ତକ ଲୋକାର୍ପିତ ହୋଇଯାଇଛି। ଓଡ଼ିଆ ଜାତିର ଅସ୍ମିତା ଓ ସ୍ବାଭିମାନର ମହାବିଗ୍ରହ ଦାରୁବ୍ରହ୍ମ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ଏକ ବିଶ୍ୱପ୍ରସିଦ୍ଧ ଆଧ୍ୟାତ୍ମିକ ମହାପର୍ବ। ରଥଯାତ୍ରା ସମ୍ପର୍କରେ ଗବେଷଣା, ଅଧ୍ୟୟନ ଓ ଆଲୋଚନା ଅବ୍ୟାହତ ରହିଥିବାବେଳେ ଉକ୍ତ ଗ୍ରନ୍ଥଟି ସେହି କ୍ରମରେ ଏକ ଚମତ୍କାର ସଂଯୋଜନା ବୋଲି ସୂଚନା ଓ ଲୋକସମ୍ପର୍କ ବିଭାଗର ନିର୍ଦ୍ଦେଶକ ଇନ୍ଦ୍ରମଣି ତ୍ରିପାଠୀ ଏବଂ ‘ଉତ୍କଳ ପ୍ରସଙ୍ଗ’ ଓ ‘ଓଡ଼ିଶା ରିଭ୍ୟୁ’ର ସମ୍ପାଦକ ଡ. ଲେନିନ୍‌ ମହାନ୍ତି ପୁସ୍ତକର ଲୋକାର୍ପଣ ଅବସରରେ କହିଛନ୍ତି। ଶ୍ରୀଗୁଣ୍ଡିଚା ଯାତ୍ରାର ବିଭିନ୍ନ ବିଭବ ନେଇ ୨୬ଜଣ ବୁଦ୍ଧିଜୀବୀ ଓ ଗବେଷକଙ୍କ ଉପାଦେୟ ଆଲେଖ୍ୟରେ ସମୃଦ୍ଧ ଏହି ପୁସ୍ତକଟି ବିଶିଷ୍ଟ ଜଗନ୍ନାଥ ଗବେଷକ ଡ. ଭାସ୍କର ମିଶ୍ର, ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ସୁଶାନ୍ତ ଦାଶ ଓ ଭାରତୀୟ ରାଜସ୍ବ ସେବା ଅଧିକାରୀ ଅଭୟ ଚରଣ ରାଉତଙ୍କ ଦ୍ୱାରା ସମ୍ପାଦିତ ହୋଇଛି। ପୁସ୍ତକର ସମ୍ପାଦକବୃନ୍ଦ ବକ୍ତବ୍ୟ ରଖି ଏପରି ପ୍ରକାଶନ ମହାପ୍ରଭୁଙ୍କ ଗୁଣ୍ଡିଚା ଯାତ୍ରା ସମ୍ପର୍କରେ ତଥ୍ୟ ଓ ଶାସ୍ତ୍ରୀୟ ଉପସ୍ଥାପନକୁ ବ୍ୟାପକ କରିବାରେ ସହାୟକ ହେବ ବୋଲି ଆଶା ପ୍ରକଟ କରିଥିଲେ। ଶ୍ରୀ ପୁରୁଷୋତ୍ତମ ସଦ୍‌ଗ୍ରନ୍ଥାଳୟ ପ୍ରକାଶିତ ୩୮୬ ପୃଷ୍ଠାର ଏହି ପୁସ୍ତକର ପ୍ରଥମ କପି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅଧିଷ୍ଠିତ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପାଦପଦ୍ମରେ ସମର୍ପିତ ହୋଇଛି। କାର୍ଯ୍ୟକ୍ରମରେ ବହୁ ବୁଦ୍ଧିଜୀବୀ, ସରକାରୀ ଅଧିକାରୀ ଉପସ୍ଥିତ ଥିବାବେଳେ ବିଭାଗର ସହକାରୀ ନିର୍ଦ୍ଦେଶକ (କ୍ଷେତ୍ର) ସୁଚେତା ପ୍ରିୟଦର୍ଶିନୀ ସଂଯୋଜନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri