Posted inଖେଳ

ବୁନ୍‌ଙ୍କ ୫ ଗୋଲ: କ୍ୱାର୍ଟରରେ ବେଲଜିୟମ

ରାଉରକେଲା ଅଫିସ/ଭୁବନେଶ୍ୱର (କ୍ରୀଡ଼ା ପ୍ରତିନିଧି), ୨୧।୧: ଗତଥରର ଚାମ୍ପିୟନ ବେଲଜିୟମ ଏଥର ମଧ୍ୟ ପ୍ରଭାବୀ ପ୍ରଦର୍ଶନ ଜାରି ରଖି ହକି ବିଶ୍ୱକପର କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛି। ଶୁକ୍ରବାର ବିର୍ସାମୁଣ୍ଡା ଷ୍ଟାଡିୟମରେ ଅନୁଷ୍ଠିତ ପୁଲ୍‌ ‘ବି’ର ଏକ ମ୍ୟାଚରେ ଏହି ଦଳ ୭-୧ ଗୋଲରେ ଏସୀୟ ଦଳ ଜାପାନକୁ ପରାସ୍ତ କରିଛି। ତାରକା ଖେଳାଳି ଟମ୍‌ ବୁନ୍‌ ୨୧, ୨୬, ୨୭, ୫୦ ଓ ୫୫ତମ ମିନିଟରେ ଏକାକୀ ୫ଟି ଗୋଲ ଦେଇ ବେଲଜିୟମକୁ ବୃହତ୍‌ ବିଜୟ ଦେବାରେ ମୁଖ୍ୟ ଭୂମିକା ତୁଲାଇଥିଲେ। ସେ ୪ଟି ଫିଲ୍ଡ ଗୋଲ ଦେଇଥିବାବେଳେ ୫୫ତମ ମିନିଟରେ ଜାପାନ ଖେଳାଳିଙ୍କ ବିପଜ୍ଜନକ ପ୍ରଦର୍ଶନ ଯୋଗୁ ବେଲଜିୟମକୁ ମିଳିଥିବା ପେନାଲ୍ଟି ଷ୍ଟ୍ରୋକ୍‌ ସୁଯୋଗର ସଦ୍‌ବ୍ୟବହାର କରିଥିଲେ। ବିଜୟୀ ଦଳ ପକ୍ଷରୁ ସେଡ୍ରିକ ଚାର୍ଲେର ୧୭ ଏବଂ ସେବାଷ୍ଟିଆନ ଡୋକେର ୫୧ତମ ମିନିଟରେ ଅନ୍ୟ ୨ଟି ଗୋଲ ଦେଇଥିଲେ। ଜାପାନ ପକ୍ଷରୁ କେନ୍ତାରୋ ଫୁକୁଡା ୪୫ତମ ମିନିଟରେ ଗୋଟିଏ ଗୋଲ ପରିଶୋଧ କରିଥିଲେ। ୩ ମ୍ୟାଚରୁ ୨ ବିଜୟ ଓ ୧ ଡ୍ର ସହ ୭ ପଏଣ୍ଟ ପାଇ ବେଲ୍‌ଜିୟମ ସିଧାସଳଖ କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛି। ଜର୍ମାନୀ ସମାନ ୭ ପଏଣ୍ଟ ପାଇଥିଲେ ହେଁ ଗୋଲ ବ୍ୟବଧାନ ଦୃଷ୍ଟିରୁ ଦ୍ୱିତୀୟ ସ୍ଥାନରେ ରହିଛି। ବେଲଜିୟମର ଗୋଲ ବ୍ୟବଧାନ +୧୧ ଥିବାବେଳେ ଜର୍ମାନୀର +୮ ରହିଛି। ଫଳରେ ଜର୍ମାନୀ ଦ୍ୱିତୀୟ ଏବଂ ଦକ୍ଷିଣ କୋରିଆ ୩ ପଏଣ୍ଟ ସହିତ ତୃତୀୟ ସ୍ଥାନରେ ରହି କ୍ରସ୍‌ ଓଭର ଖେଳିବାକୁ ଯୋଗ୍ୟତା ପାଇଛନ୍ତି। ଅନ୍ୟପକ୍ଷରେ ଜାପାନ ୩ ମ୍ୟାଚରୁ ତୃତୀୟ ବିଜୟ ସହ ବିଦାୟ ନେଇଛି। ଏବେ ଏହି ଦଳ କ୍ଲାସଫିକେଶନ ମ୍ୟାଚ ଖେଳିବ। ବେଲଜିୟମ ପ୍ରଥମ ମ୍ୟାଚରେ ୫-୦ରେ ଦକ୍ଷିଣ କୋରିଆକୁ ହରାଇଥିବାବେଳେ ଜର୍ମାନୀ ବିପକ୍ଷ ଦ୍ୱିତୀୟ ମ୍ୟାଚକୁ ୨-୨ ଗୋଲରେ ଡ୍ର ରଖିଥିଲା। ତୃତୀୟ ମ୍ୟାଚରେ ବୃହତ୍‌ ବିଜୟ ହାସଲ କରି ଏହି ଦଳ ସିଧାସଳଖ କ୍ୱାର୍ଟର ଫାଇନାଲରେ ପ୍ରବେଶ କରି ଟାଇଟଲ ବଜାୟ ରଖିବା ଦିଗରେ ଗୋଟିଏ ପାଦ ଆଗକୁ ବଢ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲାର ବିଭିନ୍ନ ବିଦ୍ୟାଳୟର ଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ ରାଜ୍ୟସ୍ତରୀୟ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

ମୁଜାଗଡ଼ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ, ସାନକୋଦଣ୍ଡାକୁ ହରାଇ ବୋଇରାଣୀ ଚାମ୍ପିୟନ

ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ରେ ଆଜକୁ ଏକ ସପ୍ତାହ ଧରି ଚାଲିଥିବା ମୁଜାଗଡ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ୍ ମଙ୍ଗଳବାର ସାନକୋଦଣ୍ଡା ଓ...

ଆଇସିସି ମହିଳା ର଼୍ୟାଙ୍କିଙ୍ଗରେ ଦୀପ୍ତି ନମ୍ବର ଓ୍ବାନ୍‌

ଦୁବାଇ, ୩୦ା୧୨: ଆଇସିସି ଅନ୍ତର୍ଜାତୀୟ ଟି୨୦ ପ୍ଲେୟର୍ସ ର଼୍ୟାଙ୍କିଙ୍ଗ ତାଲିକାରେ ଭାରତର ବିସ୍ଫୋରକ ଓପନର ଶେଫାଳୀ ବର୍ମା ୬ଷ୍ଠ ସ୍ଥାନକୁ ଉନ୍ନୀତ ହୋଇଛନ୍ତି। ଏହି ୨୧...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

ଗୋପାଳଙ୍କ ଉପରେ ଭରସା କଲେ ନବୀନ: ଦେଲେ ଗୁରୁଦାୟିତ୍ୱ, ବିଜେଡିର ନିଶ୍ଚୟ ବିଜୟ କହିଲେ…

କେସିଙ୍ଗା,୩୦।୧୨(ତୁମେଶ୍ୱର ସାହୁ): ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ ନାମ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ  ଘୋଷଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri