ନେକ୍ସସ୍‌ ଏସ୍‌ପ୍ଲାନେଡ୍‌ରେ ବୁଷ୍ଟର ଡୋଜ୍‌

ଭୁବନେଶ୍ୱର,୨୩।୭(ବ୍ୟୁରୋ): ସ୍ମାର୍ଟସିଟିରେ ସଂକ୍ରମଣ ସଂଖ୍ୟା ବୃଦ୍ଧି ପାଉଥିବାରୁ ଉଭୟ ସରକାର ଓ ବିଏମ୍‌ସି କର୍ତ୍ତୃପକ୍ଷ ସବୁ ବର୍ଗର ଟିକାକରଣ ସାଙ୍ଗକୁ ବୁଷ୍ଟର ଡୋଜ୍‌ ଟିକା ପ୍ରଦାନକୁ ଗୁରୁତ୍ୱ ଦେଇଛନ୍ତି। ଏଭଳି ସମୟରେ ନେକ୍ସସ୍‌ ଏସ୍‌ପ୍ଲାନେଡ୍‌ ପୁଣି ଥରେ ସ୍ଥାନୀୟ ପ୍ରଶାସନକୁ ସହାୟତାର ହାତ ବଢ଼ାଇଛି। ଏହି ପରିପ୍ରେକ୍ଷୀରେ ଗୁରୁବାରଠାରୁ ବିଏମ୍‌ସି ଓ ନେକ୍ସସ୍‌ ଏସ୍‌ପ୍ଲାନେଡ୍‌ର ମିଳିତ ସହଯୋଗରେ ମଲ୍‌ ପରିସରରେ ଟିକାକରଣ ଆରମ୍ଭ ହୋଇଯାଇଛି। ଏହି ଅବସରରେ ଜୋନାଲ କମିଶନର ବିଏମ୍‌ସି ପ୍ରିୟବ୍ରତ ପାଢ଼ୀ ଏବଂ ସ୍ଥାନୀୟ କର୍ପୋରେଟର କୁମାରେନ୍ଦ୍ର ମହାପାତ୍ରଙ୍କ ସମେତ ମଲ୍‌ର ବରିଷ୍ଠ ଅଧିକାରୀଙ୍କ ଉପସ୍ଥିତିରେ ଟିକାକରଣର ଶୁଭାରମ୍ଭ କରାଯାଇଥିଲା। ସେହିଭଳି ବୁଷ୍ଟର ଡୋଜ୍‌ ପାଇଁ ମଲ୍‌ ପରିସରରେ ଏକ ଲମ୍ବା ଲାଇନ କରାଯାଇ ହିତାଧିକାରୀଙ୍କୁ ଟିକା ଦିଆଯାଇଥିଲା। ମଲ୍‌ ମ୍ୟାନେଜମେଣ୍ଟ ଓ ବିଏମ୍‌ସିର ମିଳିତ ସହଯୋଗ ସାଙ୍ଗକୁ ସ୍ଥାନୀୟ କର୍ପୋରେଟରଙ୍କ ଉପସ୍ଥିତିରେ ଟିକାକରଣକୁ ସୁବ୍ୟବସ୍ଥିତ ଢଙ୍ଗରେ ପ୍ରଦାନ କରାଯାଉଥିଲା ବୋଲି ବିଏମସି ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶସ୍ତା ହୋଇପାରେ ବିମାନ ଟିକେଟ୍‌

ଭୁବନେଶ୍ୱର,୨୯।୪(ଅନୁରାଧା ମହାରଣା):ବେସାମରିକ ବିମାନ ଚଳାଚଳ କ୍ଷେତ୍ର ନିୟାମକ (ଡିଜିସିଏ) ବିମାନ ସେବା ପାଇଁ ନୂତନ ନିର୍ଦ୍ଦେଶାବଳୀ ଜାରି କରିଛିି। ଏପ୍ରିଲ ୨୩ ରେ ଜାରି କରାଯାଇଥିବା...

ଭିକ୍ଷୁକମୁକ୍ତ ହୋଇପାରୁନି ସ୍ମାର୍ଟସିଟି

ଭୁବନେଶ୍ୱର,୨୯।୪ (ବନ୍ଦନା ସେଠୀ): ସ୍ମାର୍ଟସିଟି ଭୁବନେଶ୍ୱରକୁ ଭିକାରୀ ଏବଂ ଯାଯାବର (ବଞ୍ଜାରା)ମୁକ୍ତ କରିବାକୁ ଅଭିଯାନ ଆରମ୍ଭ କରିଥିଲା ବିଏମ୍‌ସି। ଯଦିଓ ପୂର୍ବଭଳି ସବୁ ମନ୍ଦିର ଆଗରେ...

ଅଲ୍‌ ନ୍ୟୁ ଇଣ୍ଟ୍ରା ଭି-୭୦ର ଅନାବରଣ

ଭୁବନେଶ୍ୱର,୨୯।୪:ଦେଶର ପ୍ରମୁଖ ବାଣିଜି୍ୟକ ଯାନ କମ୍ପାନୀ ତଥା ଟାଟା ମୋଟର୍ସ ଲିମିଟେଡ୍‌ର ଅଲ ନ୍ୟୁ ଇଣ୍ଟ୍ରା ଭି-୭୦ର ଅନାବରଣ ସର୍ବଭାରତୀୟସ୍ତରରେ ହୋଇଯାଇଛି। ଏପରିକି କମ୍ପାନୀର ଓଡ଼ିଶା...

ଚେକିଂବେଳେ ଥାନାଧିକାରୀଙ୍କୁ ଚାପୁଡ଼ା

ଭୁବନେଶ୍ୱର,୨୯।୪(ସୂର୍ଯ୍ୟକାନ୍ତ ବେହେରା): ମଦ୍ୟପ ଗାଡ଼ି ଚାଳକଙ୍କ ଉନ୍ମତ୍ତକାଣ୍ଡ। ଚେକିଂ ବେଳେ ପୋଲିସ କର୍ମଚାରୀଙ୍କୁ ଗାଳିଗୁଳଜ କରିବା ସହ ଥାନା ଅଧିକାରୀଙ୍କୁ ଚାପୁଡା ମାରିଲେ। ରାଜଧାନୀ ଭୁବନେଶ୍ୱରରେ...

ତନିସ୍କର ବିବାହ ସମ୍ଭାର ‘ରିଭା’

ଭୁବନେଶ୍ୱର,୨୯।୪:ତନିସ୍କର ବହୁ ପ୍ରତୀକ୍ଷିତ ତଥା ସୂକ୍ଷ୍ମ କାରିଗରିରେ ନିର୍ମିତ ବିବାହ ସମ୍ଭାର ‘ରିଭା’ ନିକଟରେ ଉନ୍ମୋଚିତ ହୋଇଯାଇଛି। ଏପରିକି ଏକ ଉତ୍ସର୍ଗୀକୃତ ବିବାହ ଅଳଙ୍କାର ଉପ-ବ୍ରାଣ୍ଡ୍‌...

ପ୍ରକାଶ ପାଇଲା ତୃତୀୟ ପର୍ଯ୍ୟାୟ ନିର୍ବାଚନ ବିଜ୍ଞପ୍ତି

ଭୁବନେଶ୍ୱର,୨୯ା୪: ଓଡ଼ିଶାର ୩ୟ ପର୍ଯ୍ୟାୟ ନିର୍ବାଚନ ଲାଗି ସୋମବାର ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି ପର୍ଯ୍ୟାୟରେ ରାଜ୍ୟର ୬ଟି ଲୋକ ସଭା କ୍ଷେତ୍ର ଏବଂ...

ପାଣ୍ଡିଆନଙ୍କ ସହ ଅଧିକାରୀଙ୍କ ଗସ୍ତ ନେଇ ପ୍ରଶ୍ନ ଉଠାଇଲା ଭାଜପା

ଭୁବନେଶ୍ୱର, ୨୯ା୪(ସୁନିତ୍‌ ମିଶ୍ର):ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ଶନିବାର ପୁରୀ ଗସ୍ତ ବେଳେ ବିଳମ୍ବିତ ରାତିରେ ତାଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ସ୍ବତନ୍ତ୍ର ସଚିବ ଭିନିଲ୍‌...

ପ୍ରଚାରରେ ପିଲାଙ୍କୁ ଲଗାଇବା ମନା

ଭୁବନେଶ୍ୱର,୨୯ା୪ (ପି.ଟି.):ନିର୍ବାଚନୀ ସଭା ଓ ରାଲିରେ ପିଲାମାନଙ୍କୁ ନିୟୋଜିତ ନ କରିବା ପାଇଁ ନିର୍ବାଚନ କମିଶନ ଓଡ଼ିଶାର ରାଜନୈତିକ ଦଳଗୁଡ଼ିକୁ ନିର୍ଦ୍ଦେଶ ଦେଇଛନ୍ତି। ବିଭିନ୍ନ ଦଳର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri