ଓମିକ୍ରନ୍‌ ବିରୋଧରେ କାମ ଦେଉନି ବୁଷ୍ଟର ଡୋଜ୍‌

ସିଙ୍ଗାପୁର,୧୦।୧୨: କରୋନାର ନୂଆ ଭାରିଆଣ୍ଟ ସାରା ବିଶ୍ୱରେ ଆତଙ୍କ ସୃଷ୍ଟି କରିଛି। ଏବେ କରୋନାର ବୁଷ୍ଟର ଡୋଜ୍‌ ଟିକି ନେବା ପାଇଁ ମଧ୍ୟ ଚର୍ଚ୍ଚା ହେଉଛି। କିନ୍ତୁ ଏହି ବୁଷ୍ଟର ଡୋଜ୍‌ ଓମିକ୍ରନ୍‌ ବିରୋଧରେ ସଫଳ ସାବ୍ୟସ୍ତ ହେଉନାହିଁ। ନିକଟରେ ସିଙ୍ଗାପୁରରେ ବୁଷ୍ଟର୍‌ ଡୋଜ୍‌ ନେଇଥିବା ଦୁଇ ବ୍ୟକ୍ତି ଓମିକ୍ରନ ଆକ୍ରାନ୍ତ ହୋଇଛନ୍ତି। ସିଙ୍ଗାପୁର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ କହିଛି ଯେ, ବିମାନବନ୍ଦରରେ ପରୀକ୍ଷା ସମୟରେ ୨୪ ବର୍ଷୀୟା ଯୁବତୀଙ୍କ ପ୍ରାରମ୍ଭିକ ରିପୋର୍ଟ ଓମିକ୍ରନ ନିଶ୍ଚିତ କରିଛି। ଏଥିସହିତ, ୬ ଡିସେମ୍ବରରେ ଜର୍ମାନୀରୁ ଫେରିଥିବା ଜଣେ ଯାତ୍ରୀଙ୍କଠାରେ ଓମିକ୍ରନ ମଧ୍ୟ ଦେଖିବାକୁ ମିଳିଛି। ଏହି ଦୁଇଜଣ କୋଭିଡ -୧୯ ଟିକାର ବୁଷ୍ଟର ଡୋଜ୍‌ ନେଇଥିଲେ।
ସିଙ୍ଗାପୁରର ସୱାସ୍ଥ୍ୟ ମନ୍ତ୍ରଣାଳୟ କହିଛି ଯେ ସମଗ୍ର ବିଶ୍ୱରେ ଓମିକ୍ରନ ଭାରିଆଣ୍ଟ୍ର ସଂକ୍ରମଣ ଦେଖି ଦେଶରେ ଓମିକ୍ରନ୍‌ର ଅନ୍ୟ ମ୍ୟୁଟେସନ୍‌ ମଧ୍ୟ ହୋଇପାରେ ବୋଲି ଆଶଙ୍କା କରାଯାଉଛି। ମନ୍ତ୍ରଣାଳୟ ଦ୍ୱାରା ଜାରି ଏକ ବିବୃତ୍ତିରେ କୁହାଯାଇଛି ଯେ ଓମିକ୍ରନର ଲକ୍ଷଣ ଦେଖାଯିବା ପରେ ଉଭୟ ସଂକ୍ରମିତ ଲୋକଙ୍କୁ ଜାତୀୟ ସଂକ୍ରାମକ ରୋଗ କେନ୍ଦ୍ରରେ ରଖାଯାଇଛି। ଏଥି ସହିତ, ତାଙ୍କ ସହ ଯୋଗାଯୋଗ କରିଥିବା ଲୋକଙ୍କୁ ୧୦ ଦିନ ପାଇଁ ଅଲଗା ରଖାଯାଇଛି।
ବିଶ୍ୱର ସର୍ବୋତ୍ତମ ଟିକାକରଣ ଅଭିଯାନରେ ସିଙ୍ଗାପୁର ଭଲ ପ୍ରଦର୍ଶନ କରିଛି। ଏଠାରେ ୮୭ ପ୍ରତିଶତ ଲୋକଙ୍କୁ ସମ୍ପୂର୍ଣ୍ଣ ଟିକା ଦିଆଯାଇଛି। ଏଥି ସହିତ, ପ୍ରାୟ ୨୯ ପ୍ରତିଶତ ଲୋକଙ୍କୁ ବୁଷ୍ଟର୍‌ ଡୋଜ ମଧ୍ୟ ଦିଆଯାଇଛି। ସରକାର ଖୁବ ଶୀଘ୍ର ପାଞ୍ଚରୁ ୧୧ ବର୍ଷର ପିଲାମାନଙ୍କ ପାଇଁ କରୋନାର ଟିକା ଆରମ୍ଭ କରିବାକୁ ଯାଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରକ୍‌ ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

ଚାକିରି ନାଁରେ ଠକେଇ: ଖୋର୍ଦ୍ଧା କୋର୍ଟରେ ଜାମିନ ଆବେଦନ କଲେ ଗିରଫ ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା, ୨୦ରେ… 

ହାଟଡିହୀ,୧୭l୨(ଶୁଭକାନ୍ତ ନାୟକ): ୨୨ ଲକ୍ଷ ଟଙ୍କା  ଠକେଇ ମାମଲାରେ ଗିରଫ ହୋଇଥିବା ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଗିରଫ ପରେ ଜାମିନ ପାଇଁ ଖୋର୍ଦ୍ଧା…

ଜାତୀୟ ରାଜପଥରେ ପଡି ରହିଛି ପୋଡ଼ା କାର୍‌: ନିଆଁ ଲଗାଇ ଦିଆଯାଇଥିବା ସନ୍ଦେହ

ଧୂଷୁରୀ,୧୭।୨(ଦୀପ୍ତି ରଞ୍ଜନ ନାୟକ): ଧୂଷୁରୀ ଥାନା ଆରଡି ଫାଣ୍ଡି ଅଧୀନ ସାଠିବାଙ୍କୁଡା ନିକଟରେ ୨୦ ନମ୍ବର ଜାତୀୟ ରାଜପଥ ପାଶର୍‌ବରେ ଏକ କାର୍‌ ପୋଡିଯାଇ ପଡି ରହିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri