ବୁଷ୍ଟର ଡୋଜ୍‌ ପ୍ରଦାନରେ ଅବ୍ୟବସ୍ଥା

ଅନୁଗୋଳ ଅଫିସ,୧୧।୧ କୋଭିଡ୍‌ ସଂକ୍ରମଣ ଦ୍ରୁତଗତିରେ ମାଡ଼ୁଥିବା ବେଳେ ସୋମବାରଠାରୁ ସ୍ବାସ୍ଥ୍ୟକର୍ମୀ, ସମ୍ମୁଖ ଯୋଦ୍ଧା ଓ ୬୦ ବର୍ଷରୁ ଊର୍ଦ୍ଧ୍ୱ ବହୁବିଧ ରୋଗରେ ପୀଡ଼ିତଙ୍କୁ ବୁଷ୍ଟର ଡୋଜ୍‌ ପ୍ରଦାନ ଆରମ୍ଭ ହୋଇଛି। ଅନୁଗୋଳ ଜିଲାରେ ଏଥିପାଇଁ ମୋଟ୍‌ ୪୪ଟି କେନ୍ଦ୍ର କରାଯାଇଥିବା ବେଳେ ପ୍ରଥମ ଦିନରେ ଜିଲା ମୁଖ୍ୟ ଚିକିତ୍ସାଳୟରେ ଅବ୍ୟବସ୍ଥା ଦେଖିବାକୁ ମିଳିଛି। ଫଳରେ ଦୀର୍ଘ ସମୟ ଧରି ଧାଡ଼ିରେ ଛିଡ଼ା ହୋଇଥିବା ବହୁ ବରିଷ୍ଠ ନାଗରିକ ଡୋଜ୍‌ ପାଇ ନ ପାରି ଅସନ୍ତୋଷ ପ୍ରକାଶ କରିଛନ୍ତି।
ଜିଲା ମୁଖ୍ୟ ଚିକିତ୍ସାଳୟରେ ମୋଟ୍‌ ୨ଶହ ଡୋଜ୍‌ ପ୍ରଦାନ ପାଇଁ ଲକ୍ଷ୍ୟ ରଖାଯାଇଥିଲା। ତଦନୁଯାୟୀ ପୋର୍ଟାଲରେ ନାମ ପଞ୍ଜୀକରଣ କରିଥିବା ବରିଷ୍ଠ ନାଗରିକମାନଙ୍କ ନିକଟକୁ ମୋବାଇଲ ମେସେଜ ପଠାଯାଇଥିଲା। ପୂର୍ବାହ୍ନ ୯ଟାରୁ ଅପରାହ୍ନ ୧ଟା ପର୍ଯ୍ୟନ୍ତ ଏଥିପାଇଁ ସମୟ ଧାର୍ଯ୍ୟ ହୋଇଥିବାରୁ ବରିଷ୍ଠ ନାଗରିକମାନେ ଏଥିପାଇଁ ଲାଇନ୍‌ ଲଗାଇଥିଲେ। ହେଲେ ୧୦୧ ଜଣଙ୍କ ପରେ ଡୋଜ୍‌ ସରିଯାଇଥିବା ଜଣାପଡ଼ିବାରୁ ଅପେକ୍ଷାରତ ବରିଷ୍ଠ ନାଗରିକମାନେ ଅସନ୍ତୋଷ ବ୍ୟକ୍ତ କରିଥିଲେ। ଜିଲା ମୁଖ୍ୟ ଚିକିତ୍ସାଳୟରେ ଡୋଜ୍‌ ପ୍ରଦାନରେ ପ୍ରିୟାପ୍ରୀତି ତୋଷଣ କରାଯାଇଥିବା ସେମାନେ ଅଭିଯୋଗ କରିଥିଲେ। ଏ ସମ୍ପର୍କରେ ଦାୟିତ୍ୱରେ ଥିବା ଡାକ୍ତର ଦିଲୀପ ପଟ୍ଟନାୟକ କହିଛନ୍ତି, କେତେଜଣ ସ୍ବାସ୍ଥ୍ୟକର୍ମୀଙ୍କୁ ଏଠାରେ ବୁଷ୍ଟର ଡୋଜ୍‌ ପ୍ରଦାନ କରାଯାଇଛି। ବରିଷ୍ଠ ନାଗରିକଙ୍କ ଅସନ୍ତୋଷ ସମ୍ପର୍କରେ ଖବର ମିଳିଛି। ଆଗାମୀ ଦିନରେ ସମସ୍ୟା ପ୍ରତି ଦୃଷ୍ଟି ଦିଆଯିବ। ଅପରପକ୍ଷରେ ପ୍ରଥମ ଦିନରେ ଜିଲାରେ ୧୧୨୬ଜଣଙ୍କୁ ବୁଷ୍ଟର ଡୋଜ୍‌ ଦିଆଯାଇଥିବା ବେଳେ ୧୫ରୁ ୧୮ ବର୍ଷର ୨୭୮୭ ଜଣ କିଶୋରୀକିଶୋର ଟିକା ନେଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ୱାମୀ-ବର୍ଷକର ପୁଅ ଆଖି ଆଗରେ ଚାଲିଗଲା ମା’ର ଜୀବନ! ବାଲି ବୋଝେଇ ଟ୍ରାକ୍ଟର ଧକ୍କାରେ ମହିଳାଙ୍କ ମୃତ୍ୟୁ,ଅପରାହ୍ନରୁ ଅଟକିଛି…

କୋକସରା, ୩୦ା୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥ କୋକସରା ଥାନା ମୋଟେର ନିକଟରେ ବୁଧବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଲି…

ଶିକ୍ଷା ବିଭାଗର ସମନ୍ୱୟ ଅଭାବ: ଷାଣ୍ମାସିକ ପରୀକ୍ଷା ବେଳେ ଜିଲାସ୍ତରୀୟ କ୍ରୀଡ଼ା, ପରୀକ୍ଷାରୁ ବଞ୍ଚିତ ହେଲେ ଛାତ୍ରଛାତ୍ରୀ

ଅମରପାଲି, ୩୦ା୯(ପୀତାମ୍ବର ସାହୁ): ସରକାର ଶିକ୍ଷାକୁ ସାର୍ବଜନୀନ ଓ ବାଧ୍ୟତାମୂଳକ କରିଥିବା ବେଳେ ଶିକ୍ଷା ବିଭାଗରେ ସମନ୍ୱୟର ଅଭାବକୁ ନେଇ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକରେ ଗମ୍ଭୀର…

କାଗଜପତ୍ରରେ ବଦଳିଲା, ନାମଫଳକରେ ନାହିଁ: ବରଗଡ଼ର ଇଂରାଜୀ ବନାନକୁ ନେଇ ଦ୍ୱନ୍ଦ୍ୱରେ ଜିଲାବାସୀ

ବରଗଡ଼, ୩୦ା୯(ପ୍ରେମାନନ୍ଦ ଖମାରୀ): ରାଜ୍ୟର ବିଭିନ୍ନ ଜିଲା, ଉପଖଣ୍ଡ, ତହସିଲ, ବ୍ଲକ ଏବଂ ସହରାଞ୍ଚଳଗୁଡ଼ିକର ଅଶୁଦ୍ଧ ତଥା ଅପଭ୍ରଂଶ ଇଂରାଜୀ ବନାନକୁ ସଂଶୋଧନ କରି ଓଡ଼ିଶାର ଭାଷାଗତ…

ଫସଲ କ୍ଷୟକ୍ଷତି ଆକଳନ ସହ ତୁରନ୍ତ କ୍ଷତିପୂରଣ ପ୍ରଦାନ ଦାବି

ଛତ୍ରପୁର,୩୦ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଲଘୁଚାପଜନିତ ବର୍ଷାରେ ଗଞ୍ଜାମ ଜିଲାର ବହୁ ଚାଷୀ କ୍ଷତିଗ୍ରସ୍ତ ହୋଇଥିବାରୁ କ୍ଷୟକ୍ଷତିର ସଠିକ୍‌ ଆକଳନ ସହ ତୁରନ୍ତ କ୍ଷତିପୂରଣ ପ୍ରଦାନ ଦାବି କରିଛି…

ବାଲିଗୁଡ଼ାରେ ଓଡ଼ିଶା ବନ୍ଦ ଡାକରା ବିଫଳ: ଖୋଲା ରହିଲା ଦୋକାନ ବଜାର, ଗଡ଼ିଲା ଗାଡ଼ିମୋଟର

ବାଲିଗୁଡ଼ା,୩୦ା୯(ସଞ୍ଜୟ କୁମାର ପାଣିଗ୍ରାହୀ): ନବ ନିର୍ମାଣ କୃଷକ ସଂଗଠନ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକର ପ୍ରଭାବ ବାଲିଗୁଡ଼ାରେ ପରିଲକ୍ଷିତ ହୋଇନାହିଁ। ବନ୍ଦ ସତ୍ତ୍ୱେ ସହରରେ ସ୍ବାଭାବିକ…

ପୋତି ହୋଇଗଲାଣି ଶିଳାନ୍ୟାସ ଫଳକ, ମହାଗୁଡ଼ା-ସରପଡ଼ା ସେତୁ କାମ ସରିବାର ନାଁ ଧରୁନି

ଭଞ୍ଜନଗର,୩୦ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧୀନରେ ଲୋହରାଖଣ୍ଡି ନଦୀ ଉପରେ ନିର୍ମାଣାଧୀନ ମହାଗୁଡ଼ା-ସରପଡ଼ା ସେତୁ କାମ ମନ୍ଥର ଗତିରେ ଚାଲିଛି। ନିର୍ଦ୍ଧାରିତ…

ତାଳପତ୍ର କୁଡ଼ିଆରେ ବିତୁଛି ମା’ଙ୍କ ସହ ଦୁଇ ଝିଅ-ପୁଅଙ୍କ ଜୀବନ, ସହାୟତାର ହାତ ବଢ଼ାଇଲେ…

ଗଞ୍ଜାମ,୩୦ା୯(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଖଣ୍ଡଦେଉଳୀ ପଞ୍ଚାୟତର ଖଣ୍ଡ ଦେଉଳୀ ଗ୍ରାମର ବିଧବା ମହିଳା ଏସ୍‌ ରୀନା। ପରିବାର କହିଲେ ପୁଅ ଓ ଝିଅ। ସ୍ବାମୀ ଏସ୍‌…

ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ରୋଷେୟାଙ୍କୁ ଗିରଫ କଲା ପୋଲିସ, ସ୍ତ୍ରୀ ବିଦ୍ୟାଭାରତୀଙ୍କର…

ଗଜପତି,୩୦ା୯(ଗିରିଧାରୀ ପରିଚ୍ଛା): ବହୁଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ଅନ୍ୟତମ ଅଭିଯୁକ୍ତ ରୋଷେୟା ମନ୍ମଥ କୁମ୍ଭଙ୍କୁ ପାରଳାଖେମୁଣ୍ଡି ପୋଲିସ ଗିରଫ କରିଛି। ଏସ୍‌ଡିଜେଏମ୍‌ ପାରଳାଖେମୁଣ୍ଡିଙ୍କ ଅଦାଲତରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?