ସ୍ବାସ୍ଥ୍ୟକର୍ମୀଙ୍କ ପାଇଁ ବୁଷ୍ଟର ଡୋଜ୍‌…

ନୂଆଦିଲ୍ଲୀ,୮।୯: କରୋନା ମହାମାରୀରୁ କରୋନା ଯୋଦ୍ଧାଙ୍କୁ ସୁରକ୍ଷା ଦେବା ପାଇଁ ଖୁବ୍‌ ଶୀଘ୍ର କେନ୍ଦ୍ର ସରକାର ନିଷ୍ପତ୍ତିି ଗ୍ରହଣ କରିବେ। ଏହି ଯୋଜନା ଅନ୍ତର୍ଗତ ଦେଶର ସମସ୍ତ ସ୍ବାସ୍ଥ୍ୟକର୍ମୀଙ୍କୁ କରୋନା ସଂକ୍ରମଣରୁ ଦୂରେଇ ରଖିବା ଲାଗି ବୁଷ୍ଟର ଡୋଜ୍‌ ଦିଆଯିବ ବୋଲି ବିଚାର କରାଯାଉଛି। ଏନେଇ ଖୁବ ଶୀଘ୍ର କେନ୍ଦ୍ର ସରକାର ଚୂଡ଼ାନ୍ତ ନିଷ୍ପତ୍ତି ନେବେ।

ମେଡିକାଲ ଜର୍ନାଲ ନେଚରରେ ବୈଜ୍ଞାନିକମାନଙ୍କ ମିଳିତ ଅଧ୍ୟୟନରୁ ମିଳିଥିବା ପ୍ରକାଶିତ ରିପୋର୍ଟରେ କୁହାଯାଇଛି ଯେ କରୋନା ଟିକା ନେବା ପରେ ମଧ୍ୟ ଡେଲ୍ଟା ଭାରିଆଣ୍ଟରେ ସ୍ବାସ୍ଥ୍ୟକର୍ମୀମାନେ ସଂକ୍ରମଣ ହେବାର ଆଶଙ୍କା ରହିଛି। ଏହି ରିପୋର୍ଟକୁ ନେଇ ନୂଆଦିଲ୍ଲୀ ସ୍ଥିତ ଆଇଜିଆଇବି ନିର୍ଦ୍ଦେଶକ ଡ. ଅନୁରାଗ ଅଗ୍ରୱାଲ କହିଛନ୍ତି, ସ୍ବାସ୍ଥ୍ୟ କର୍ମଚାରୀଙ୍କ ସମ୍ଭାବ୍ୟ ସଂକ୍ରମଣରୁ ଦୂରେଇ ରଖିବା ପାଇଁ ସେମାନଙ୍କୁ ଶୀଘ୍ର ବୁଷ୍ଟର ଡୋଜ ଦେବା ଆବଶ୍ୟକ।

ଏଥି ସହିତ, ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ଜଣେ ବରିଷ୍ଠ ଅଧିକାରୀଙ୍କ ଅନୁଯାୟୀ, ବୁଷ୍ଟର ଡୋଜ ପ୍ରଦାନ ଉପରେ ଭାରତୀୟ ପରିଷଦ ମେଡିକାଲ ରିସର୍ଚ୍ଚ (ଆଇସିଏମଆର)ର ଏକ ଟିମ କାର୍ଯ୍ୟ କରୁଛି।

ଜାତୀୟ ବୈଷୟିକ ପରାମର୍ଶଦାତା କମିଟିର ଜଣେ ସଦସ୍ୟ ଏହା ମଧ୍ୟ କହିଛନ୍ତି ଯେ କୋଭିଶିଲ୍ଡ ଏବଂ କୋଭାକ୍ସିନର ବୁଷ୍ଟର ଡୋଜ ଉପରେ ଆଲୋଚନା ଚାଲିଛି। ବୈଜ୍ଞାନିକ ପ୍ରମାଣକୁ ଆଧାର କରି ଟିକାକରଣର ୬ ମାସ ପରେ ସ୍ବାସ୍ଥ୍ୟକର୍ମୀଙ୍କୁ ବୁଷ୍ଟର ଡୋଜ ଦେବା ପାଇଁ ନିଷ୍ପତ୍ତି ନିଆଯାଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡ଼ି ନେତା ଭୃଗୁ ବକ୍ସିପାତ୍ରଙ୍କ ହୁମ୍ମା ରେଳ ଷ୍ଟେଶନ ଗ୍ରସ୍ତ, ଯାତ୍ରୀଙ୍କ ବିଭିନ୍ନ ସମସ୍ୟା ନେଇ କଲେ ଆଲୋଚନା

ଗଞ୍ଜାମ,୪।୭,(ବିଦ୍ୟାଧର ସାହୁ ): ବରିଷ୍ଟ ବିଜେଡ଼ି ନେତା ତଥା ରାଜ୍ୟ ବିଜେଡ଼ି ସାଧାରଣ ସମ୍ପାଦକ ଭୃଗୁ ବକ୍ସିପାତ୍ର ହୁମ୍ମା ରେଳ ଷ୍ଟେଶନରେ ପହଞ୍ଚି ଯାତ୍ରୀଙ୍କ ସୁବିଧା ଏବଂ…

ନିର୍ମାଣାଧୀନ କାନ୍ଥ ପଡ଼ି ଜଣେ ଶ୍ରମିକ ମୃତ, ଜଣେ ଗୁରୁତର

କେନ୍ଦୁଝର,୪।୭, (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅନ୍ତର୍ଗତ ସରାସ ଗ୍ରାମରେ ନବ ନିର୍ମିତ ଏକ ଘରର ଛାତ ଉପର କାନ୍ଥ ଭୁଶୁଡ଼ି ପଡ଼ିବାରୁ ଜଣେ…

ଡାକ୍ତର ଆନ୍ଦୋଳନ ସ୍ଥଗିତ, ସୂଚନା ଦେଇ ସ୍ବାସ୍ଥ୍ୟମନ୍ତ୍ରୀ କହିଲେ ଆଜିଠୁ…

ଭୁବନେଶ୍ୱର,୪ା୭: ରାଜ୍ୟରେ ଚାଲିଥିବା ଡାକ୍ତରମାନଙ୍କ ଆନ୍ଦୋଳନକୁ ସ୍ଥଗିତ ରଖାଯାଇଛି। ଏନେଇ ସୂଚନା ଦେଇଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ। ଶନିବାରଠାରୁ ଡାକ୍ତରମାନେ କାର୍ଯ୍ୟରେ ଯୋଗ ଦେବେ ବୋଲି ମନ୍ତ୍ରୀ…

Parliament Monsoon Session: ଜୁଲାଇ ୨୦ରୁ ଅଗଷ୍ଟ ୧୩ ପର୍ଯ୍ୟନ୍ତ ଚାଲିବ ସଂସଦର ମୌସୁମୀ ଅଧିବେଶନ, ମିଳିଲା ରାଷ୍ଟ୍ରପତିଙ୍କ ଅନୁମୋଦନ

ନୂଆଦିଲ୍ଲୀ,୪।୭: ସଂସଦର ମୌସୁମୀ ଅଧିବେଶନ ଜୁଲାଇ ୨୦ରେ ଆରମ୍ଭ ହେବ। କେନ୍ଦ୍ର ମନ୍ତ୍ରୀ କିରେନ ରିଜିଜୁ X ରେ ଏକ ପୋଷ୍ଟରେ କହିଛନ୍ତି ଯେ, ଭାରତ ସରକାରଙ୍କ…

‘କକ୍ରୋଚ ଜନତା ପାର୍ଟି’ର ପ୍ରତିବାଦକୁ ସମର୍ଥନ କଲେ ମହୁଆ ମୋଇତ୍ରା

ନୂଆଦିଲ୍ଲୀ,୪।୭: ତୃଣମୂଳ କଂଗ୍ରେସ (ଟିଏମସି) ଏମପି ମହୁଆ ମୋଇତ୍ରା ଶୁକ୍ରବାର ଜନ୍ତରମନ୍ତରରେ ଚାଲିଥିବା ପ୍ରତିବାଦରେ ଯୋଗ ଦେଇ କର୍ମୀ ସୋନମ ୱାଙ୍ଗଚୁକଙ୍କ ସମର୍ଥନରେ ସ୍ବର ଉଠାଇଥିଲେ। ଶିକ୍ଷା…

IND vs ENG 2nd T20: ବୈଭବ ସୂର୍ଯ୍ୟବଂଶୀଙ୍କୁ ଭୟ କରୁଛି ଇଂଲଣ୍ଡ? ତାଙ୍କୁ ମୁକାବିଲା କରିବା ପାଇଁ ଯୋଜନା ପ୍ରସ୍ତୁତ

ନୂଆଦିଲ୍ଲୀ,୪।୭: ବୈଭବ ସୂର୍ଯ୍ୟବଂଶୀ କେବେ ତାଙ୍କର ଅନ୍ତର୍ଜାତୀୟ କ୍ରିକେଟରେ ଡେବ୍ୟୁ କରିବେ? ଏହି ପ୍ରଶ୍ନ ବର୍ତ୍ତମାନ କ୍ରିକେଟ ଜଗତରେ ଚର୍ଚ୍ଚାର ବିଷୟ। ବୈଭବ ନିକଟରେ ଏକ ଇନଷ୍ଟାଗ୍ରାମ…

ଚର୍ଚ୍ଚା ସୃଷ୍ଟି କଲାଣି ବୈଭବ ସୂର୍ଯ୍ୟବଂଶୀଙ୍କ ‘New Chapter’ ଷ୍ଟୋରୀ, ଏହା ଡେବ୍ୟୁର ଏକ ସଙ୍କେତ ନା ଏକ ନୂଆ ସରପ୍ରାଇଜ? ଜାଣନ୍ତୁ…

ନୂଆଦିଲ୍ଲୀ,୪।୭: ସମସ୍ତେ ଜାଣିବାକୁ ଚାହାଁନ୍ତି ଯେ ଭାରତର ପ୍ରତିଭାବାନ ଯୁବ ବ୍ୟାଟସମ୍ୟାନ ବୈଭବ ସୂର୍ଯ୍ୟବଂଶୀ କେବେ ଟିମ ଇଣ୍ଡିଆ ପାଇଁ ଡେବ୍ୟୁ କରିବେ। ଏହି ଶନିବାର ମାଞ୍ଚେଷ୍ଟରରେ…

ଭଞ୍ଜନଗର ପୋଲିସକୁ ବଡ଼ ସଫଳତା: ସୁନା-ରୁପା ଅଳଙ୍କାର ଜବତ, ୪ ଡକାୟତଙ୍କୁ ଗିରଫ କରି…

ଭଞ୍ଜନଗର,୪ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ବିଗତ କିଛି ମାସ ହେବ ଚୋରି, ଡକାୟତି ବଢ଼ିଯାଇଛି। ଯାହାକୁ ନେଇ ଲୋକଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଉଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri