ସ୍ବାସ୍ଥ୍ୟକର୍ମୀଙ୍କ ପାଇଁ ବୁଷ୍ଟର ଡୋଜ୍‌…

ନୂଆଦିଲ୍ଲୀ,୮।୯: କରୋନା ମହାମାରୀରୁ କରୋନା ଯୋଦ୍ଧାଙ୍କୁ ସୁରକ୍ଷା ଦେବା ପାଇଁ ଖୁବ୍‌ ଶୀଘ୍ର କେନ୍ଦ୍ର ସରକାର ନିଷ୍ପତ୍ତିି ଗ୍ରହଣ କରିବେ। ଏହି ଯୋଜନା ଅନ୍ତର୍ଗତ ଦେଶର ସମସ୍ତ ସ୍ବାସ୍ଥ୍ୟକର୍ମୀଙ୍କୁ କରୋନା ସଂକ୍ରମଣରୁ ଦୂରେଇ ରଖିବା ଲାଗି ବୁଷ୍ଟର ଡୋଜ୍‌ ଦିଆଯିବ ବୋଲି ବିଚାର କରାଯାଉଛି। ଏନେଇ ଖୁବ ଶୀଘ୍ର କେନ୍ଦ୍ର ସରକାର ଚୂଡ଼ାନ୍ତ ନିଷ୍ପତ୍ତି ନେବେ।

ମେଡିକାଲ ଜର୍ନାଲ ନେଚରରେ ବୈଜ୍ଞାନିକମାନଙ୍କ ମିଳିତ ଅଧ୍ୟୟନରୁ ମିଳିଥିବା ପ୍ରକାଶିତ ରିପୋର୍ଟରେ କୁହାଯାଇଛି ଯେ କରୋନା ଟିକା ନେବା ପରେ ମଧ୍ୟ ଡେଲ୍ଟା ଭାରିଆଣ୍ଟରେ ସ୍ବାସ୍ଥ୍ୟକର୍ମୀମାନେ ସଂକ୍ରମଣ ହେବାର ଆଶଙ୍କା ରହିଛି। ଏହି ରିପୋର୍ଟକୁ ନେଇ ନୂଆଦିଲ୍ଲୀ ସ୍ଥିତ ଆଇଜିଆଇବି ନିର୍ଦ୍ଦେଶକ ଡ. ଅନୁରାଗ ଅଗ୍ରୱାଲ କହିଛନ୍ତି, ସ୍ବାସ୍ଥ୍ୟ କର୍ମଚାରୀଙ୍କ ସମ୍ଭାବ୍ୟ ସଂକ୍ରମଣରୁ ଦୂରେଇ ରଖିବା ପାଇଁ ସେମାନଙ୍କୁ ଶୀଘ୍ର ବୁଷ୍ଟର ଡୋଜ ଦେବା ଆବଶ୍ୟକ।

ଏଥି ସହିତ, ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ଜଣେ ବରିଷ୍ଠ ଅଧିକାରୀଙ୍କ ଅନୁଯାୟୀ, ବୁଷ୍ଟର ଡୋଜ ପ୍ରଦାନ ଉପରେ ଭାରତୀୟ ପରିଷଦ ମେଡିକାଲ ରିସର୍ଚ୍ଚ (ଆଇସିଏମଆର)ର ଏକ ଟିମ କାର୍ଯ୍ୟ କରୁଛି।

ଜାତୀୟ ବୈଷୟିକ ପରାମର୍ଶଦାତା କମିଟିର ଜଣେ ସଦସ୍ୟ ଏହା ମଧ୍ୟ କହିଛନ୍ତି ଯେ କୋଭିଶିଲ୍ଡ ଏବଂ କୋଭାକ୍ସିନର ବୁଷ୍ଟର ଡୋଜ ଉପରେ ଆଲୋଚନା ଚାଲିଛି। ବୈଜ୍ଞାନିକ ପ୍ରମାଣକୁ ଆଧାର କରି ଟିକାକରଣର ୬ ମାସ ପରେ ସ୍ବାସ୍ଥ୍ୟକର୍ମୀଙ୍କୁ ବୁଷ୍ଟର ଡୋଜ ଦେବା ପାଇଁ ନିଷ୍ପତ୍ତି ନିଆଯାଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

ସାମ୍ନାକୁ ଆସିଲା ବଡ଼ ଘୋଟାଲା, କମିଶନ୍‌ ନେଇ ୨୦୦ କୋଟିର ନକଲି ବିଲ୍‌ ପାସ୍‌

ନୂଆଦିଲ୍ଲୀ, ୨୬।୦୭: କରୋନା ସମୟରେ ୨୦୦ କୋଟି ଟଙ୍କାର ଏକ ବଡ ଦୁର୍ନୀତିର ଖୁଲାସା କରିଛି ଦୁର୍ନୀତି ନିବାରଣ ବ୍ୟୁରୋ ବା ଏସିବି । ଏହି...

ପ୍ରକାଶ ପାଇଲା ନିଟ୍‌ର ସଂଶୋଧିତ ତାଲିକା, ୬୭ରୁ ୧୭କୁ ଖସିଲେ ଟପ୍ପର

ନୂଆଦିଲ୍ଲୀ, ୨୬।୦୭: ଗତ କିଛିଦିନ ଧରି ବିବାଦରେ ରହିଥିବା ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି ବା ଏନ୍‌ଟିଏ ମେଡିକାଲ୍‌ ପ୍ରବେଶିକା ପରୀକ୍ଷା ନିଟ୍‌-ୟୁଜିର ଫାଇନାଲ୍‌ ରେଜଲ୍ଟ ପ୍ରକାଶ...

୯୯ରେ ସାପ କାମୁଡ଼େ, କଂଗ୍ରେସକୁ ଏମିତି କହିଦେଲେ କେନ୍ଦ୍ରମନ୍ତ୍ରୀ

ନୂଆଦିଲ୍ଲୀ, ୨୬।୦୭: ବରିଷ୍ଠ ଜନତା ଦଳ ୟୁନାଇଟେଡ (ଜେଡିୟୁ) ନେତା ତଥା କେନ୍ଦ୍ର ମନ୍ତ୍ରୀ ରାଜୀବ ରଂଜନ (ଲଲନ ସିଂ) ଶୁକ୍ରବାର ଦିନ କଂଗ୍ରେସକୁ ଟାର୍ଗେଟ୍‌...

ମନୀଷ ସିସୋଦିଆଙ୍କୁ ପୁଣି କୋର୍ଟ ଝଟ୍‌କା, ବଢ଼ିଲା ନ୍ୟାୟିକ ହେପାଜତ ଅବଧି

ନୂଆଦିଲ୍ଲୀ, ୨୬।୦୭: ଦିଲ୍ଲୀ ମଦ ଦୁର୍ନୀତି ସହ ଜଡ଼ିତ ସିବିଆଇ ମାମଲାରେ ଆଜି ପୁଣିଥରେ କୋର୍ଟ ଶୁଣାଣି କରିଛନ୍ତି । ରାଉଜ ଆଭେନ୍ୟୁ କୋର୍ଟ ଦିଲ୍ଲୀର...

‘ଦିଲ୍ଲୀରୁ ଗୋଟିଚାଳନା ସରିଛି, ଉତ୍ତରପ୍ରଦେଶରେ କିଛି ବଡ଼ ହେବାକୁ ଯାଉଛି’

ନୂଆଦିଲ୍ଲୀ,୨୬।୭: ଆମ ଆଦମୀ ପାର୍ଟି(ଏଏପି)ର ଏମ୍‌ପି ସଞ୍ଜୟ ସିଂ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ନେଇ ଏକ ବଡ଼ ଦାବି କରିଛନ୍ତି। ସଞ୍ଜୟ ଶୁକ୍ରବାର କହିଛନ୍ତି...

ରାହୁଲ ଗାନ୍ଧୀଙ୍କ ନୂଆ ଠିକଣା: ବଙ୍ଗଳା ନମ୍ବର-୫, ସୁନ୍‌ହେରୀ ବାଗ୍‌ ରୋଡ…

ନୂଆଦିଲ୍ଲୀ,୨୬।୭: କଂଗ୍ରେସ ନେତା ଏବଂ ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଠିକଣା ବଦଳିବାକୁ ଯାଉଛି। ସୁନ୍‌ହରୀ ବାଗ୍‌ ରୋଡ୍‌, ବଙ୍ଗଳା ନମ୍ବର-୫...

ଗୁଗୁଲ ସିଇଓ ସୁନ୍ଦର ପିଚାଇଙ୍କୁ ଭାରତରୁ ମିଳିଲା ବଡ଼ ଉପାଧି, କହିଲେ…

ନୂଆଦିଲ୍ଲୀ, ୨୬।୦୭: ଲୋକପ୍ରିୟ ସର୍ଚ୍ଚ ଇଞ୍ଜିନ୍‌ ଗୁଗୁଲର ସିଇଓ ସୁନ୍ଦର ପିଚାଇଙ୍କୁ ନିଜେ ପଢ଼ୁଥିବା ଅନୁଷ୍ଠାନରୁ ବଡ଼ ଉପାଧି ମିଳିଛି । ଆଇଆଇଟି ଖଡ଼ଗପୁରରୁ ସେ...

ଫିଟିଗଲା ଗୁମର, କଂଗ୍ରେସ ସହ ହୋଇଛି ଭିତିରି ମେଣ୍ଟ!

ନୂଆଦିଲ୍ଲୀ,୨୬।୭:ନିର୍ବାଚନରେ ହାରିବା ଏବଂ ମୁଖ୍ୟମନ୍ତ୍ରୀ ପଦ ହରାଇବା ପରେ ଜଗନମୋହନ ରେଡ୍ଡୀଙ୍କ ଅଡୁଆ ବଢିବାରେ ଲାଗିଛି। ଚନ୍ଦ୍ରବାବୁ ନାଇଡୁ ଆନ୍ଧ୍ରପ୍ରଦେଶର ସିଏମ ହୋଇଛନ୍ତି ଏବଂ ଦାୟିତ୍ୱ...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri