ଆଜିଠୁ ବୁଷ୍ଟର ଡୋଜ୍‌

ଭୁବନେଶ୍ୱର,୧୦।୧(ବ୍ୟୁରୋ): ଓଡ଼ିଶା ସମେତ ସାରା ଦେଶରେ କରୋନା ସ୍ଥିତି ଧୀରେ ଧୀରେ ବିଗିଡ଼ିବାରେ ଲାଗିଛି। ସରକାର ଟିକାକରଣ ସମେତ ଟ୍ରାକିଂ, ଟ୍ରେସିଂ ଓ ଟେଷ୍ଟିଂକୁ ଗୁରୁତ୍ୱ ଦେଉଥିଲେ ମଧ୍ୟ ସଂକ୍ରମଣ ରୋକିବାର ନାଁ ଧରୁନି। ଏପରିକି ଡବଲ୍‌ ଡୋଜ୍‌ ଟିକା ନେବା ପରେ ବି ଲୋକେ କରୋନାରେ ଆକ୍ରାନ୍ତ ହେଉଛନ୍ତି। ଟିକାର ପ୍ରଭାବ ୬ ମାସ ରହୁଥିବା ଗବେଷଣା କହୁଛି। ଏପରିସ୍ଥଳେ ସଂକ୍ରମଣକୁ ପ୍ରତିହତ କରିବା ପାଇଁ ଟିକାର ବୁଷ୍ଟର ଡୋଜ୍‌ ବା ପ୍ରିକସନ ଡୋଜ୍‌ ବର୍ତ୍ତମାନ ସମୟରେ କରୋନା ଲଢ଼େଇର ବିକଳ୍ପ ଅସ୍ତ୍ର ହୋଇଛି। ତ୍ୱରିତ ପଦକ୍ଷେପ ସ୍ବରୂପ ସୋମବାରଠାରୁ ସାରା ଦେଶରେ ବୁଷ୍ଟର ଡୋଜ୍‌ ଟିକାକରଣ ଆରମ୍ଭ ହେଉଥିବାବେଳେ ଏଥିପାଇଁ ରବିବାରଠାରୁ ପଞ୍ଜୀକରଣ ଆରମ୍ଭ ହୋଇଛି। ପ୍ରାରମ୍ଭିକ ପର୍ଯ୍ୟାୟରେ ମୁଖ୍ୟତଃ ସ୍ବାସ୍ଥ୍ୟକର୍ମୀଙ୍କ ସ୍ବାସ୍ଥ୍ୟ ସୁରକ୍ଷାକୁ ଗୁରୁତ୍ୱ ଦିଆଯାଇ ଥିବାବେଳେ ଅନ୍ୟ ସମ୍ମୁଖ ଯୋଦ୍ଧା ଓ ବରିଷ୍ଠ ନାଗରିକଙ୍କୁ ଏହି ବୁଷ୍ଟର ଡୋଜ୍‌ ଟିକା ଦିଆଯିବ। ଡବଲ ଡୋଜ୍‌ ପରେ ବୁଷ୍ଟର ଡୋଜ୍‌ ଫଳପ୍ରଦ ହେବ ବୋଲି ସ୍ବାସ୍ଥ୍ୟ ବିଶେଷଜ୍ଞମାନେ ଆଶା କରିଛନ୍ତି।

ଓଡ଼ିଶାରେ ମଧ୍ୟ ଏହି ବୁଷ୍ଟର ଡୋଜ୍‌ ଟିକାକରଣ ସୋମବାରଠାରୁ ଆରମ୍ଭ ହେବ। ଏଥିପାଇଁ ସ୍ବାସ୍ଥ୍ୟ ବିଭାଗ ସମସ୍ତ ପ୍ରସ୍ତୁତି କରିଥିବା ସୂଚନା ଦିଆଯାଇଛି। ପୂର୍ବଭଳି ଯେତୋଟି ଟିକାକରଣ କେନ୍ଦ୍ରରେ ଟିକାଦାନ କରାଯାଉଥିଲା ତାହା ବଳବତ୍ତର ରହିବ। ଏହି ଟିକା ଅପରାହ୍ନ ୩ଟାରୁ ସନ୍ଧ୍ୟା ୬ଟା ମଧ୍ୟରେ ଦିଆଯିବ। ଦ୍ୱିତୀୟ ଡୋଜ୍‌ ଓ ବୁଷ୍ଟର ଡୋଜ୍‌ ମଧ୍ୟରେ ୯ ମାସର ବ୍ୟବଧାନ ରହିଥିବା ଜରୁରୀ। ବୁଷ୍ଟର ଡୋଜ୍‌ ପାଇଁ ଦ୍ୱିତୀୟ ଡୋଜ୍‌ ସାର୍ଟିଫିକେଟ୍‌ ଆବଶ୍ୟକ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

ରାଜସ୍ବ ନିରୀକ୍ଷକଙ୍କୁ କାର୍ଯ୍ୟାଳୟରୁ ଘୋଷାଡି ଆକ୍ରମଣ: ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଧାରଣା

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ରାଜସ୍ବ ନିରୀକ୍ଷକ ଇନ୍ଦ୍ର କୁମାର ବାଦିଙ୍କୁ ସୋମବାର ତାଙ୍କ କାର୍ଯ୍ୟାଳୟ ଭିତରେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଏ ନେଇ…

ରାଜ୍ୟ ବ୍ୟାଡମିଣ୍ଟନ ଚାମ୍ପିୟନସିପ୍‌ରେ କୁନି ସେଠୀ ଚାମ୍ପିୟନ: ଛୁଟୁଛି ଶୁଭେଚ୍ଛାର ସୁଅ

ଦିଗପହଣ୍ଡି,୨୮।୯(ଅଶେଷ ନାଥ ମିଶ୍ର): ରାୟଗଡ଼ାଠାରେ ଚାଲିଥିବା ରାଜ୍ୟସ୍ତରୀୟ ବ୍ୟାଡମିଣ୍ଟନ ଚାମ୍ପିୟନସିପ୍‌ରେ ୧୭ ବର୍ଷରୁ କମ ବାଳିକା ବିଭାଗରେ ଦିଗପହଣ୍ଡିର କୁନି ସେଠୀ ଚାମ୍ପିୟନ ହୋଇଛନ୍ତି। ଦିଗପହଣ୍ଡିର ନରେଶ…

ହୀରାକୁଦର ୩୦ ଗେଟ୍‌ ଖୋଲିଲା

ସମ୍ବଲପୁର,୨୮ା୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ହଠାତ୍‌ ୬ ଲକ୍ଷ ଘନଫୁଟ୍‌ରୁ ଊର୍ଦ୍ଧ୍ୱରେ ପହଞ୍ଚିବା ପରେ ସୋମବାର ପୁଣି ୨ଟି ସ୍ଲୁଇସ୍‌ ଗେଟ୍‌କୁ ଖୋଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?