ବୁଷ୍ଟର ଡୋଜ୍‌ ଆରମ୍ଭ…

ନୂଆଦିଲ୍ଲୀ, ୧୦।୪ : ଦେଶରେ ବୃଦ୍ଧି ପାଉଥିବା କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଦେଶରେ ୧୮ ବର୍ଷରୁ ଅଧିକ ବୟସ୍କଙ୍କୁ କରୋନା ଟିକାର ତୃତୀୟ ଡୋଜ ଭାବେ ବୁଷ୍ଟର ଡୋଜ୍‌ ପ୍ରଦାନ ରବିବାରଠାରୁ ଆରମ୍ଭ ହୋଇଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏହାକୁ ପ୍ରତିଷେଧକ ଡୋଜ( ପ୍ରିକ୍ୱେଶନ ଡୋଜ) ଭାବେ ନାମିତ କରାଯାଇଛି। ଏସମ୍ପର୍କରେ କେନ୍ଦ୍ରୀୟ ସ୍ବାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡବ୍ୟ କହିଛନ୍ତିି ଯେ, ଏହି ବୁଷ୍ଟର ଡୋଜ୍‌ ଆବଶ୍ୟକ ଫି ପୈଠ କରି ଲୋକେ ଘରୋଇ ହସ୍ପିଟାଲରୁ ନେଇ ପାରିବେ।

ଦେଶରେ କରୋନା ମହାମାରୀର ଏକ୍‌ଇ ଭାରିଆଣ୍ଟ୍‌ ସଂକ୍ରମଣ ବୃଦ୍ଦି ପାଉଥିବାରୁ ସୁରକ୍ଷା ଦୃଷ୍ଟିରୁ ବୁଷ୍ଟର ଡୋଜ୍‌ ଜରୁରୀ। ସ୍ବାସ୍ଥ୍ୟକର୍ମୀ ଏବଂ ୬୦ ବୟସରୁ ଅଧିକ ବୟସ୍କଙ୍କୁ ଏହା ମାଗଣାରେ ଦିଆଯିବ। ମାତ୍ର ଅନ୍ୟମାନଙ୍କୁ ଏଥିପାଇଁ ଆବଶ୍ୟକ ଦେୟ ପୈଠ କରିବାକୁ ପଡ଼ିବ। ଏହା ଘରୋଇ ହସ୍ପିଟାଲରେ ଉପଲବ୍ଧ ହେବ। ୧୮ ବୟସରୁ ଅଧିକ ବୟସ୍କ ଯେଉଁମାନେ ୯ ମାସ ତଳେ ଦ୍ୱିତୀୟ ଡୋଜ ନେଇଛନ୍ତି ସେମାନେ ତୃତୀୟ ଡୋଜ ଭାବେ ବୁଷ୍ଟର ନେଇ ପାରିବେ। ଉଭୟ କୋଭିଶିଲ୍ଡ ଏବଂ କୋଭାକ୍ସିନ ପ୍ରତିଷେଧକ ଡୋଜ ବା ବୁଷ୍ଟର ଡୋଜ ଦାମ ଘରୋଇ ହସ୍ପିଟାଲରେ ୨୨୫ ଟଙ୍କାରେ ମିଳିବ। ଏହା ଉପରେ ୧୫୦ ଟଙ୍କାର ସର୍ଭିସ ଚାର୍ଜ ମଧ୍ୟ ରହିବ।


Enter your email to get our daily news in your inbox.

All Right Reserved By Dharitri.Com

ଡିଜିଟାଲ ଆରେଷ୍ଟ, ସାଇବର କ୍ରାଇମ୍‌ ନେଇ ସଚେତନ

ପୁରୁଷୋତ୍ତମପୁର,୨୯ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପୋଲିସ ସବ୍‌ଡିଭିଜିନ ପକ୍ଷରୁ ବରିଷ୍ଠ ନାଗରିକଙ୍କୁ ଡିଜିଟାଲ ଆରେଷ୍ଟ ଓ ସାଇବର ଅପରାଧ ସମ୍ପର୍କରେ ସଚେତନତା କାର୍ଯ୍ୟକ୍ରମ ଏସ୍‌ଡିପିଓ ସୁଜିତ…

ମାର୍ଶାଘାଇରେ ଚାଞ୍ଚଲ୍ୟ: ଘର ଆଗରେ ହାତଗୋଡ଼ ବନ୍ଧା ଅବସ୍ଥାରେ ଯୁବକଙ୍କ ମୃତଦେହ, ପୋଲିସ ଜବତ କରି…

ମାର୍ଶାଘାଇ,୨୯ା୮(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ବେରୁହାଁ ପଞ୍ଚାୟତର ହଳଦିଆ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ସ୍ଥାନୀୟ ଅଶୋକ ଦାସଙ୍କ ପୁଅ…

କାର୍‌ ଶୋ’ ରୁମ୍‌ରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୧୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ଗାଡ଼ି

ବ୍ରହ୍ମପୁର,୨୯ା୮(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଉପକଣ୍ଠ ହଳଦିଆ ପଦର ବସ୍‌ ଟର୍ମିନାଲ୍‌ସ ନିକଟରେ ଥିବା ଏକ କାର୍‌ ଶୋ’ ରୁମ୍‌ରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଶୋ’ରୁମ୍‌ ଭିତରେ…

ସରକାରୀ ନିର୍ଦ୍ଦେଶ ପରେ ବି ହେଉନି ପଦବୀ ପୂରଣ: ୧୨ ସ୍କୁଲରେ ଜଣେ ଲେଖାଏ ଶିକ୍ଷକ, ତୁରନ୍ତ ନିଯୁକ୍ତି ଦାବି କରି…

ଅମରପାଲି,୨୯ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର ୧୨ଟି ପ୍ରାଥମିକ ବିଦ୍ୟାଳୟରେ ଏବେ ବି ଜଣେ ଲେଖାଏ ଶିକ୍ଷକ ବାଲ୍‌ବାଟିକାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ୬ଟି ଶ୍ରେଣୀର…

୧ ସେପ୍ଟେମ୍ୱରରୁ ବଦଳିଯିବ LPG ଗ୍ୟାସ ସିଲିଣ୍ଡରର ୭ ବଡ଼ ନିୟମ! Indane, HP ଓ Bharat Gas ଗ୍ରାହକ ସାବଧାନ; କଟିଯିବ ଗ୍ୟାସ କନେକ୍ସନ…

ନୂଆଦିଲ୍ଲୀ,୨୯।୮: ମାସର ପ୍ରଥମ ଦିନ ରୋଷେଇ ଏବଂ ପକେଟ ବଜେଟ ପାଇଁ ବହୁତ ଖାସ ହୋଇଥାଏ। ୧ ସେପ୍ଟେମ୍ୱର ୨୦୨୬ ରୁ ଏଲପିଜି (LPG) ଏବଂ ପିଏନଜିି…

ଏମିତି ଫିଲ୍ମ କରିବାକୁ ଚାହୁଁଛନ୍ତି ତାପସୀ

ଅଭିନେତ୍ରୀ ତାପସୀ ପନ୍ନୁ ପ୍ରତିବର୍ଷ କମ ଫିଲ୍ମ କରନ୍ତି। କିନ୍ତୁ ତାଙ୍କ ଫିଲ୍ମକୁ ସବୁବେଳେ ସକାରାତ୍ମକ ପ୍ରତିକ୍ରିୟା ମିଳେ। ବକ୍ସ ଅଫିସରେ ଫିଲ୍ମଗୁଡ଼ିକ ଭଲ ପ୍ରଦର୍ଶନ ନ…

ଯୁକ୍ତ ୨ ପରୀକ୍ଷାକୁ ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ବଡ଼ ନିଷ୍ପତ୍ତି : ଏଣିକି ହେବ…

ଭୁବନେଶ୍ୱର,୨୯।୮: ଯୁକ୍ତ ୨ ପରୀକ୍ଷାକୁ ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ବଡ଼ ନିଷ୍ପତ୍ତି ନେଇଛି। ଏଣିକି ଏକ୍ସ ରେଗୁଲାର ପରୀକ୍ଷାର୍ଥୀ ଦେବେ ଇଣ୍ଟରନାଲ ପରୀକ୍ଷା। ଥରେ…

ବୁର୍ଲାରେ ଫୁଟିଲା ଗୁଳି: ମାଂସ ବ୍ୟବସାୟୀଙ୍କ ଚାଲିଗଲା ଜୀବନ, ପରକୀୟା ପ୍ରୀତି …

ସମ୍ବଲପୁର,୨୯ା୮(ପ୍ରମୋଦ ବହିଦାର): ବୁର୍ଲା ଥାନା ଅନ୍ତର୍ଗତ ଅତ୍ୟନ୍ତ ବ୍ୟସ୍ତବହୁଳ ଅଞ୍ଚଳ କିର୍ବା ଛକରେ ଶନିବାର ପୂର୍ବାହ୍ନରେ ଦିନଦ୍ୱିପ୍ରହରରେ ଗୁଳିକାଣ୍ଡ ଘଟିଛି। ଏଥିରେ କିର୍ବା ଛକରେ ମାଂସ ଦୋକାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri