‘ଗାଁରେ ବୁଲିବ ବୁଷ୍ଟର ଟିକା ଭ୍ୟାନ୍‌’

ଭୁବନେଶ୍ୱର, ୮।୮(ବ୍ୟୁରୋ): ରାଜ୍ୟରେ ଜାରି ରହିଛି ମାଗଣା ବୁଷ୍ଟର ଡୋଜ୍‌ ଟିକାକରଣ। ତେବେ ଟିକାକରଣକୁ ନେଇ ପରିବାର କଲ୍ୟାଣ ନିର୍ଦ୍ଦେଶକ ଡା. ବିଜୟ ପାଣିଗ୍ରାହୀ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଟିକାକରଣକୁ ବଢ଼ାଇବା ଉପରେ ସ୍ବାସ୍ଥ୍ୟ ବିଭାଗ ଗୁରୁତ୍ୱ ଦେଉଛି। ଏହା ସହ ଟିକାକରଣ କେନ୍ଦ୍ର ମଧ୍ୟ ବଢ଼ାଇବା ପାଇଁ ସବୁ ଜିଲାକୁ ନିର୍ଦ୍ଦେଶ ଦିଆଯାଇଛି। ସେହିପରି ପ୍ରତି ବ୍ଲକରେ ୪ଟି ମୋବାଇଲ ଭ୍ୟାନ୍‌ର ମଧ୍ୟ ବ୍ୟବସ୍ଥା କରାଯାଇଛି। ଗାଁ ଗାଁ ବୁଲି ବୁଷ୍ଟର ଡୋଜ୍‌ ଦିଆଯିବ। ବର୍ତ୍ତମାନ ଆଉ ରାଜ୍ୟରେ ଟିକାର ଅଭାବ ନାହିଁ। ଏଯାଏ ରାଜ୍ୟରେ ୪୬ ଲକ୍ଷ ୬୬ ହଜାର ବୁଷ୍ଟର ଡୋଜ୍‌ ନେଇ ସାରିଛନ୍ତି। ଯାହାକି ମୋଟ ଲୋକଙ୍କର ୧୪ପ୍ରତିଶତ ଅଟେ। ବାକି ଲୋକଙ୍କୁ ଖୁବ୍‌ ଶୀଘ୍ର ଟିକାକରଣ କରାଯିବ। ଏବେ ୯ ଲକ୍ଷ କୋଭିସିଲ୍ଡ ଟିକା ଆସିଛି। ଏହାସହ ୧୦ ତାରିଖ ଦିନ ଆଉ ୬ ଲକ୍ଷ କୋଭିସିଲ୍ଡ ଟିକା ଆସିବ ବୋଲି ପରିବାର କଲ୍ୟାଣ ନିର୍ଦ୍ଦେଶକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ

ଭୁବନେଶ୍ୱର,୨୬ା୪: ଓଡ଼ିଶାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ ପାଇଛି। ମେ’ ୨୦ରେ ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ।

ଭାଜପା ରାଜ୍ୟ ସମ୍ପାଦକ ଦଳ ଛାଡ଼ିଲେ, ଆଜି ବିଜେଡିରେ ମିଶିବେ

ଭଞ୍ଜନଗର/ସୋରଡ଼ା,୨୬।୪(ବାବୁଲା ପ୍ରଧାନ/ଲମ୍ବୋଦର ପାଣିଗ୍ରାହୀ): ଗଞ୍ଜାମ ଜିଲା ସୋରଡ଼ା ନିର୍ବାଚନ ମଣ୍ଡଳୀର ପୂର୍ବତନ ଭାଜପା ବିଧାୟକ ପ୍ରାର୍ଥୀ ତଥା ବର୍ତ୍ତମାନର ଭାଜପା ରାଜ୍ୟ କୃଷକ ମୋର୍ଚ୍ଚା ସମ୍ପାଦକ...

୨୦୧୯ରେ ମିଳିଥିଲା ୩୪% ଭୋଟ୍, ୨୦୨୪ରେ ଗଠନ ହେବ ସରକାର: କାର୍ଯ୍ୟକର୍ତ୍ତାଙ୍କୁ ଶାହାଙ୍କ ଗୁରୁମନ୍ତ୍ର

ଭୁବନେଶ୍ୱର,୨୬ା୪: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାର ବରିଷ୍ଠ ନେତା ତଥା ସଦସ୍ୟମାନଙ୍କୁ ଆତ୍ମବିଶ୍ୱାସର ସହ କାର୍ଯ୍ୟ କରିବାକୁ ଉତ୍ସାହିତ କରିଛନ୍ତି। ଏହାସହ କହିଛନ୍ତି...

୩ ଜଣଙ୍କୁ ଚାପିଦେଲା ଟ୍ରକ୍‌

ସୁନ୍ଦରଗଡ଼,୨୬ା୪: ସୁନ୍ଦରଗଡ଼ ଜିଲା ଭସ୍ମା ଥାନା ଅନ୍ତର୍ଗତ ଦର୍ଲିପାଲି ଏନ୍‌ଟିପିସି ପାଓ୍ବାର ପ୍ଲାଣ୍ଟ ନିକଟରେ ଏକ ଟ୍ରକ୍‌ ୩ ବାଇକ୍‌ ଆରୋହୀଙ୍କ ଉପରେ ମାଡ଼ିଯିବାରୁ ଘଟଣାସ୍ଥଳରେ...

ଲଢ଼େଇରେ ନୂଆ ବନାମ ଅଭିଜ୍ଞ

ରାଜକନିକା,୨୬ା୪(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲାର ଶେଷ ସୀମା ହେଉଛି ଆଳି ନିର୍ବାଚନମଣ୍ଡଳୀ। ରାଜକନିକାର ୨୯ଟି ପଞ୍ଚାୟତ ଓ ଆଳିର ୩୪ଟି ପଞ୍ଚାୟତକୁ ମିଶାଇ ଆଳି...

‘ପାଣ୍ଡିଆନ୍‌ଙ୍କୁ ଜେଡ୍‌ କାଟେଗୋରି ସୁରକ୍ଷା କାହିଁକି ମିଳୁଛି’

ଭୁବନେଶ୍ୱର, ୨୬।୪(ସୁନିତ୍‌ ମିଶ୍ର):କୌଣସି ସାମ୍ବିଧାନିକ ପଦପଦବୀରେ ନାହାନ୍ତି। ସେ ଏମ୍‌ପି କି ବିଧାୟକ କିମ୍ବା କୌଣସି ଦଳୀୟ ନେତା ବି ନୁହନ୍ତି। ସେ ଜଣେ ବିଜେଡିର...

ସରକାରୀ ହସ୍ପିଟାଲ ପରିସରରେ ଥିବା ଘରୋଇ ଔଷଧ ଦୋକାନ ହେବ ବନ୍ଦ

ଭୁବନେଶ୍ୱର, ୨୬।୪(ବନ୍ଦନା ସେଠୀ):ରାଜ୍ୟର ସରକାରୀ ଡାକ୍ତରଖାନା ପରିସରରେ ରହିଥିବା ଘରୋଇ ଔଷଧ ଷ୍ଟୋର୍‌ ବନ୍ଦ ହେବ। ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ଏପରି କଡ଼ା...

ଘରେ ପଶି ମା’- ଦେଢ଼ ବର୍ଷର ପୁଅଙ୍କୁ ବୀଭତ୍ସ ହତ୍ୟା

ସମ୍ବଲପୁର,୨୬ା୪: ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା ଦଲକିବାହାଲ ଗାଁରେ ଗୁରୁବାର ବିଳମ୍ବିତ ରାତିରେ ଏକ ଅଭାବନୀୟ କାଣ୍ଡ ଘଟିଛି। ଘରେ ପଶି ମା’-ପୁଅଙ୍କୁ ହତ୍ୟା କରିଛନ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri