ଏଜେଣ୍ଟଙ୍କୁ ମାଡ଼, ବୁଥ୍‌ ଜବରଦଖଲ

ଢେଙ୍କାନାଳ ଅଫିସ, ୧୯ ।୨

ଢେଙ୍କାନାଳ ସଦର ବ୍ଲକ ଚନ୍ଦ୍ରଶେଖରପ୍ରସାଦ ପଞ୍ଚାୟତରେ ବିରୋଧୀ ଦଳର ପ୍ରାର୍ଥୀ ବୁଥ୍‌ ଜବରଦଖଲ କରିଥିବା ଶାସକ ବିଜେଡି ପକ୍ଷରୁ ଅଭିଯୋଗ ହୋଇଛି। ଏ ସଂକ୍ରାନ୍ତରେ ଜୋନ୍‌-୩ ଜିଲା ପରିଷଦ ପ୍ରାର୍ଥୀ ଅଶୋକ ପରିଡ଼ା ଶୁକ୍ରବାର ଅପରାହ୍ନରେ ଜିଲାପାଳଙ୍କ ନିକଟରେ ଅଭିଯୋଗ କରିଛନ୍ତି।
ଅଶୋକ ଅଭିଯୋଗରେ ଦର୍ଶାଇଛନ୍ତି, ଚନ୍ଦ୍ରଶେଖରପ୍ରସାଦ ପଞ୍ଚାୟତରୁ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ଜଣେ ସରପଞ୍ଚ ପ୍ରାର୍ଥୀ ବଳପୂର୍ବକ ୧ରୁ ୭ନଂ ବୁଥ୍‌ ଜବରଦଖଲ କରିଛନ୍ତି। ମୃତବ୍ୟକ୍ତି ଏବଂ ବାହାରେ ରହୁଥିବା ଭୋଟରଙ୍କ ନାମରେ ସେ ଜବରଦସ୍ତ ଭୋଟ ଦେଇଥିଲେ। ସେହିପରି ଅନ୍ୟ ଜଣେ ସରପଞ୍ଚ ପ୍ରାର୍ଥୀଙ୍କ ଏଜେଣ୍ଟଙ୍କୁ ସମ୍ପୃକ୍ତ ସରପଞ୍ଚ ପ୍ରାର୍ଥୀ ମାଡ଼ ମାରିବା ସହିତ ଏଜେଣ୍ଟ ଫର୍ମ ଚିରିଦେଇଥିବା ଅଭିଯୋଗରେ ଦର୍ଶାଯାଇଛି। ଏ ସଂକ୍ରାନ୍ତରେ ସେ ମାଜିଷ୍ଟ୍ରେଟ ଦାୟିତ୍ୱରେ ଥିବା ସଦର ଅତିରିକ୍ତ ତହସିଲଦାରଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ଏହାର ବିଧିବଦ୍ଧ ତଦନ୍ତ କରି ଅଭିଯୁକ୍ତଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଲାଗି ଅଶୋକ ଜିଲାପାଳଙ୍କୁ ଜଣାଇଛନ୍ତି। ଜିଲାପାଳଙ୍କ ସହିତ ଏ ସଂକ୍ରାନ୍ତରେ ଆଲୋଚନା ସମୟରେ ରାଜ୍ୟ ବିଜେଡି ସମ୍ପାଦକ ହର୍ଷବର୍ଦ୍ଧନ ସିଂଦେଓ ମଧ୍ୟ ଉପସ୍ଥିତ ଥିଲେ।
ସେହିପରି ସରପଞ୍ଚ ପ୍ରାର୍ଥୀ ସୁନୀଲ ପରିଡ଼ାଙ୍କ ଦ୍ୱାରା ନିଯୁକ୍ତ ପ୍ରତିନିଧି ରାଜେନ୍ଦ୍ର ପ୍ରସାଦ ନାୟକଙ୍କୁ ପ୍ରତିପକ୍ଷ ଦଳର ସରପଞ୍ଚ ପ୍ରାର୍ଥୀ ଏବଂ ତାଙ୍କ ସମର୍ଥକ ସଂଘବଦ୍ଧ ଭାବେ ଆକ୍ରମଣ କରିଥିବା ନେଇ ଜିଲାପାଳଙ୍କ ନିକଟରେ ଅଭିଯୋଗ ହୋଇଛି। ଏଭଳି ହିଂସାରେ ଜଡ଼ିତ ବ୍ୟକ୍ତିଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସୁନୀଲ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଗଛ, ଉଡ଼ିଲା ଆଜ୍‌ବେଷ୍ଟସ୍‌

କୋରାପୁଟ,୩।୪(ଅମିତାଭ ବେହେରା): କୋରାପୁଟ ସହରରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ଅଞ୍ଚଳର ବିଭିନ୍ନ ସ୍ଥାନରେ ଝଡ଼ତୋଫାନ ହୋଇଛି। ଝଡ଼ତୋଫାନରେ କୋରାପୁଟ-ରାୟଗଡ଼ା ସଂଯୋଗ କରୁଥିବା…

ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍‌ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା  ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…

ମାମୁଁ ଘରକୁ ଆସି ଗତକାଲିଠୁ ଥିଲେ ନିଖୋଜ: ଆଜି କେନାଲରୁ ମିଳିଲା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ପଟ୍ଟାମୁଣ୍ଡାଇ ୩।୪(କଳ୍ପତରୁ ନାୟକ) କେନ୍ଦ୍ରାପଡା ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗୁରୁବାର ପୂର୍ବାହ୍ନରୁ ନିଖୋଜ ଥିବା ଜଣେ ୭ ବର୍ଷୀୟ ନାବାଳିକା ସ୍କୁଲ…

୮ ତାରିଖ ଯାଏ ଛେଚିବ: ଆସନ୍ତାକାଲି ପାଇଁ ଏହି ୧୨ ଜିଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା! ୱାର୍ନିଂ ଜାରି କଲା…

ଭୁବନେଶ୍ୱର,୩।୪: ରାଜ୍ୟରେ ୮ ତାରିଖ ଯାଏ ବର୍ଷା ନେଇ ପାଣିପାଗ ବିଭାଗ ଚେତାବନୀ ଜାରି କରିଛି। ବିଜୁଳି, ଘଡ଼ଘଡ଼ି ସହ ବର୍ଷା ନେଇ ଆସନ୍ତାକାଲି ପାଇଁ ୧୨…

ଗାଁ ରେ ମା ’ ବୁଢ଼ୀ ଠାକୁରାଣୀ ଯାତ୍ରା: ଏପଟେ ତାଲାଭାଙ୍ଗି ନେଇଗଲେ ସୁନା,ରୁପା ଅଳଙ୍କାର

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଜଗନ୍ନାଥ ମନ୍ଦିର ସାହିରେ ରହୁଥିବା ରାଜମିସ୍ତ୍ରୀ ପିଣ୍ଟୁ ସାହୁଙ୍କ ଘର ତାଲା ଭାଙ୍ଗି ଦୁର୍ବୃତ୍ତମାନେ କଳାକନା…

ବାଣ ତିଆରି ବେଳେ ଭୟଙ୍କର ବିସ୍ଫୋରଣ: ୬ ଗୁରୁତର

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ସାହୁ): ନୟାଗଡ଼ ଜିଲା ନୂଆଗାଁ ଥାନା ଅଞ୍ଚଳରେ ବାଣ ତିଆରି କରୁଥିବା ବେଳେ ଶୁକ୍ରବାର ଏକ ଭୟଙ୍କର ବିସ୍ଫୋରଣ ଘଟିଛି। ବିସ୍ଫୋରଣ ଜଣ ୬…

ଦବିଲା ପୋଲ, କାର୍ଯ୍ୟାନୁଷ୍ଠାନ ଦାବି କରି ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ସଭାପତି କହିଲେ…

ମୋରଡ଼ା,୩ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚିତ୍ରଡ଼ା-ମୋରଡ଼ା ମୁଖ୍ୟ ରାସ୍ତାର ଶିଳଦା ନିକଟରେ ଥିବା ଜମ୍ଭୀରା ପୋଲ ନିକଟରେ ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ଜିଲା ସଭାପତି…

ଟ୍ରେନ୍‌ ଟ୍ରାକ୍‌ରେ ପଡ଼ିଛି ଯୁବତୀଙ୍କ କ୍ଷତାକ୍ତ ମୃତଦେହ, ହାତରେ ଲେଖା ଅଛି ଏମିତି, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର,୩ା୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଖୁଜେନପାଲି ରେଳ ଫାଟକ ନିକଟରେ ଜଣେ ଯୁବତୀଙ୍କ କ୍ଷତାକ୍ତ ଅବସ୍ଥାରେ ମୃତଦେହ ପଡ଼ିଥିବା ଶୁକ୍ରବାର ଦେଖାଯାଇଛି। ମୃତ ଯୁବତୀଙ୍କ ପରିଚୟ ମିଳିଥିବା ବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri