ଏଜେଣ୍ଟଙ୍କୁ ମାଡ଼, ବୁଥ୍‌ ଜବରଦଖଲ

ଢେଙ୍କାନାଳ ଅଫିସ, ୧୯ ।୨

ଢେଙ୍କାନାଳ ସଦର ବ୍ଲକ ଚନ୍ଦ୍ରଶେଖରପ୍ରସାଦ ପଞ୍ଚାୟତରେ ବିରୋଧୀ ଦଳର ପ୍ରାର୍ଥୀ ବୁଥ୍‌ ଜବରଦଖଲ କରିଥିବା ଶାସକ ବିଜେଡି ପକ୍ଷରୁ ଅଭିଯୋଗ ହୋଇଛି। ଏ ସଂକ୍ରାନ୍ତରେ ଜୋନ୍‌-୩ ଜିଲା ପରିଷଦ ପ୍ରାର୍ଥୀ ଅଶୋକ ପରିଡ଼ା ଶୁକ୍ରବାର ଅପରାହ୍ନରେ ଜିଲାପାଳଙ୍କ ନିକଟରେ ଅଭିଯୋଗ କରିଛନ୍ତି।
ଅଶୋକ ଅଭିଯୋଗରେ ଦର୍ଶାଇଛନ୍ତି, ଚନ୍ଦ୍ରଶେଖରପ୍ରସାଦ ପଞ୍ଚାୟତରୁ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ଜଣେ ସରପଞ୍ଚ ପ୍ରାର୍ଥୀ ବଳପୂର୍ବକ ୧ରୁ ୭ନଂ ବୁଥ୍‌ ଜବରଦଖଲ କରିଛନ୍ତି। ମୃତବ୍ୟକ୍ତି ଏବଂ ବାହାରେ ରହୁଥିବା ଭୋଟରଙ୍କ ନାମରେ ସେ ଜବରଦସ୍ତ ଭୋଟ ଦେଇଥିଲେ। ସେହିପରି ଅନ୍ୟ ଜଣେ ସରପଞ୍ଚ ପ୍ରାର୍ଥୀଙ୍କ ଏଜେଣ୍ଟଙ୍କୁ ସମ୍ପୃକ୍ତ ସରପଞ୍ଚ ପ୍ରାର୍ଥୀ ମାଡ଼ ମାରିବା ସହିତ ଏଜେଣ୍ଟ ଫର୍ମ ଚିରିଦେଇଥିବା ଅଭିଯୋଗରେ ଦର୍ଶାଯାଇଛି। ଏ ସଂକ୍ରାନ୍ତରେ ସେ ମାଜିଷ୍ଟ୍ରେଟ ଦାୟିତ୍ୱରେ ଥିବା ସଦର ଅତିରିକ୍ତ ତହସିଲଦାରଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ଏହାର ବିଧିବଦ୍ଧ ତଦନ୍ତ କରି ଅଭିଯୁକ୍ତଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଲାଗି ଅଶୋକ ଜିଲାପାଳଙ୍କୁ ଜଣାଇଛନ୍ତି। ଜିଲାପାଳଙ୍କ ସହିତ ଏ ସଂକ୍ରାନ୍ତରେ ଆଲୋଚନା ସମୟରେ ରାଜ୍ୟ ବିଜେଡି ସମ୍ପାଦକ ହର୍ଷବର୍ଦ୍ଧନ ସିଂଦେଓ ମଧ୍ୟ ଉପସ୍ଥିତ ଥିଲେ।
ସେହିପରି ସରପଞ୍ଚ ପ୍ରାର୍ଥୀ ସୁନୀଲ ପରିଡ଼ାଙ୍କ ଦ୍ୱାରା ନିଯୁକ୍ତ ପ୍ରତିନିଧି ରାଜେନ୍ଦ୍ର ପ୍ରସାଦ ନାୟକଙ୍କୁ ପ୍ରତିପକ୍ଷ ଦଳର ସରପଞ୍ଚ ପ୍ରାର୍ଥୀ ଏବଂ ତାଙ୍କ ସମର୍ଥକ ସଂଘବଦ୍ଧ ଭାବେ ଆକ୍ରମଣ କରିଥିବା ନେଇ ଜିଲାପାଳଙ୍କ ନିକଟରେ ଅଭିଯୋଗ ହୋଇଛି। ଏଭଳି ହିଂସାରେ ଜଡ଼ିତ ବ୍ୟକ୍ତିଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସୁନୀଲ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଭୋଟ ପାଇଁ ନାମାଙ୍କନ ଶେଷ

ଭୁବନେଶ୍ୱର,୨୬ା୪(ଅନିଲ ଦାସ): ରାଜ୍ୟର ପ୍ରଥମ ପର୍ଯ୍ୟାୟ(ଦେଶର ଚତୁର୍ଥ ପର୍ଯ୍ୟାୟ) ନିର୍ବାଚନ ପାଇଁ ଗୁରୁବାର ନାମାଙ୍କନ ଦାଖଲ ପ୍ରକ୍ରିୟା ଶେଷ ହୋଇଛି। ଏପ୍ରିଲ ୧୮ରୁ ୨୪ ତାରିଖ...

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri