Posted inଖେଳ

ବୋରାସମ୍ବର କ୍ରିକେଟ କପ୍‌ : ସେମିରେ ପହଞ୍ଚିଲା ଭୁବନେଶ୍ୱର ବାପୁଜୀ କ୍ଲବ

ପଦ୍ମପୁର,୧୮।୧(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ରାଜବୋଡାସମ୍ବର ଖେଳପଡ଼ିଆରେ ବୋରାସମ୍ବର ସ୍ପୋର୍ଟିଂ ପକ୍ଷରୁ ଚାଲିଥିବା ୨୮ତମ ସର୍ବଭାରତୀୟ ବୋରାସମ୍ବର କ୍ରିକେଟ କପ୍‌ର ଗ୍ରୁପ୍‌ ‘ବି’ର ଦ୍ୱିତୀୟ ମ୍ୟାଚ୍‌ ବାପୁଜୀ କ୍ରିକେଟ କ୍ଲବ ଭୁବନେଶ୍ୱର ଏବଂ ଗୁଲବର୍ଗା ସିଟି ଇଲେଭେନ (କର୍ନାଟକ) ମଧ୍ୟରେ ହୋଇଥିଲା। ଗୁଲବର୍ଗା ଦଳ ପ୍ରଥମେ ଟସ୍‌ ଜିତି ଫିଲ୍ଡିଂ କରିଥିଲା। ବାପୁଜୀ ଦଳ ବ୍ୟାଟିଂ କରି ୨୯.୫ ଓଭରରେ ସମସ୍ତ ଉଇକେଟ ହରାଇ ୨୫୪ ରନ୍‌ ସଂଗ୍ରହ କରିଥିଲା। ଦଳ ପକ୍ଷରୁ ଦେବାଂଶ ପଟ୍ଟନାୟକ ୮୮(୫୭) ରନ୍‌ କରିଥିବା ବେଳେ ଅୟଶ୍ରୀ ଡି. ଭଟ୍ଟ ୫୦ରନ୍‌ କରିଥିଲେ। ଗୁଲବର୍ଗା ସିଟି ପକ୍ଷରୁ ନୀତିଶ ନିକ୍ୟଲ ୩ଟି ଉଇକେଟ୍‌ ନେଇଥିଲେ। ୨୫୫ ରନ୍‌ ଲକ୍ଷ୍ୟ ନେଇ ଗୁଲବର୍ଗା ଦଳ ୧୮.୩ ଓଭରରେ ସମସ୍ତ ଉଇକେଟ ହରାଇ ମାତ୍ର ୯୮ରନ ସଂଗ୍ରହ କରି ୧୫୬ ରନରେ ପରାଜିତ ହୋଇଥିଲା। ଦଳ ପକ୍ଷରୁ ଅଭିଷେକ ୨୪ ରନ୍‌ କରିଥିଲେ। ବାପୁଜୀ ଦଳ ପକ୍ଷରୁ ସାୟେଦ ଯକି ୩ ଓ ସତ୍ୟଜିତ ସବତ ୨ଟି ଉଇକେଟ୍‌ ନେଇଥିଲେ।

ପୁରସ୍କାର ବିତରଣୀ ଉତ୍ସବରେ ପଦ୍ମପୁର ଆର୍‌. ବି. ହାଇସ୍କୁଲର ପ୍ରଧାନ ଶିକ୍ଷୟିତ୍ରୀ ଲୋଭାଦିନୀ ସାହୁ ଯୋଗଦେଇ ମ୍ୟାନ୍‌ ଅଫ୍‌ ଦି ମ୍ୟାଚ୍‌ ଭାବେ ଦେବାଂଶ ପଟ୍ଟନାୟକଙ୍କୁ ପୁରସ୍କାର ପ୍ରଦାନ କରିଥିଲେ। ଅମ୍ପାୟାର ଭାବେ ଅମୀୟ ଭୂଷଣ ସାହୁ ଓ ବିଶ୍ୱମ୍ବର ମହାକୁଡ ମ୍ୟାଚ୍‌ ପରିଚାଳନା କରିଥିଲେ। ସ୍କୋରର ଅମରେଶ ବେହେରା, ରିଙ୍କୁ ବରିହା ଓ ଦିବ୍ୟ ପଣ୍ଡା, ରୋହିଣୀ ପାଣ୍ଡେ, ଏସ୍‌. ଜୟକିଶନ, କୁମାର ଆନନ୍ଦ ପ୍ରମୁଖ ଧାରା ବିବରଣୀ ପ୍ରଦାନ କରିଥିଲେ। ଶୁକ୍ରବାର ଗ୍ରୁପ୍‌ ‘ବି’ର ମ୍ୟାଚ୍‌ ଖୋର୍ଦ୍ଧା ଇଷ୍ଟକୋଷ୍ଟ ରେଳୱେ ଓ ବିଳାସପୁର ସାଉଥ୍‌ ଇଷ୍ଟ ସେଣ୍ଟ୍ରାଲ ରେଲୱେ ମଧ୍ୟରେ ଅନୁଷ୍ଠିତ ହେବ ବୋଲି ଆୟୋଜକ ଅନୁଷ୍ଠାନ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକାଙ୍କୁ ବ୍ଲାକମେଲିଂ: ଫେକ ଆକାଉଣ୍ଟ ଖୋଲି ଛାଡୁଥିଲେ…

ଜଗତ୍‌ସିଂହପୁର,୩୧ା୧(ପ୍ରମୋଦ କୁମାର ନାୟକ): ଜଗତ୍‌ସିଂହପୁର ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ବ୍ଲାକ ମେଲିଂ ଅଭିଯୋଗରେ ଜଣେ ଯୁବକ ଗିରଫ ହୋଇଛନ୍ତି। ସେ ହେଲେ କେନ୍ଦୁଝର ଜିଲା ନନ୍ଦିପଡ଼ା…

୧୯ବର୍ଷରୁ କମ୍‌ ସାଫ୍‌ ମହିଳା ଫୁଟ୍‌ବଲ: ବିଜୟ ସହ ଭାରତର ଅଭିଯାନ ଆରମ୍ଭ

ପୋଖରା, ୩୧ା୧:ସ୍ଥାନୀୟ ପୋଖାରା ରଙ୍ଗଶାଂଳା ଷ୍ଟାଡିୟମରେ ଆୟୋଜକ ନେପାଳ ବିପକ୍ଷରେ ୧-୦ ଗୋଲ୍‌ରେ ବିଜୟ ହାସଲ କରି ଭାରତ ୧୯ ବର୍ଷରୁ କମ୍‌ ସାଫ୍‌ ମହିଳା ଫୁଟ୍‌ବଲ…

ଇଶାନଙ୍କ ବିସ୍ଫୋରକ ଶତକ: ୪-୧ରେ ଭାରତର ସିରିଜ ବିଜୟ

ଥିରୁଭାନନ୍ତପୁରମ,୩୧ା୧- ଇଶାନ କିଶନଙ୍କ ବିସ୍ଫୋରକ ଶତକ ଓ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ସହ ଦ୍ରୁତ ୧୩୭ ରନର ଭାଗୀଦାରି ଏବଂ ଅର୍ଶଦୀପଙ୍କ ୫ ଉଇକେଟ ସଫଳତାକୁ ପାଥେୟ…

ଖଣି ଭୁଶୁଡ଼ି ଚାଲିଗଲା ୨୦୦ ଲୋକଙ୍କ ଜୀବନ, ପଶି ରହିଛନ୍ତି ଅନେକ…

ଗୋମା(କଙ୍ଗୋ),୩୧ା୧ପୂର୍ବ କଙ୍ଗୋର କୋଲଟାନ ଖଣି ଅଞ୍ଚଳରେ କେତେକ ଖଣି ଭୁଶୁଡ଼ିପଡ଼ିବାରୁ ଅନୂ୍ୟନ ୨୦୦ ଲୋକଙ୍କ ମୃତ୍ୟୁ ଘଟିଥିବା ଶନିବାର ବିଦ୍ରୋହୀ କର୍ତ୍ତୃପକ୍ଷଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ଏମ୍‌୨୩…

ଖାଦ୍ୟ ପରିବେଷଣରେ ବିଳମ୍ବ ହେବାରୁ ସଂଘର୍ଷ: ଗଡ଼ିଲା ୨ ମୁଣ୍ଡ

ଗାଜିଆବାଦ,୩୧ା୧: ଗାଜିଆବାଦର ଏକ ଭୋଜନାଳୟରେ ଖାଦ୍ୟ ପରିବେଷଣରେ ବିଳମ୍ବକୁ ନେଇ ବିବାଦ ଦେଖାଦେବା ସହ ଛୁରାମାଡ଼ରେ ୨ ଜଣଙ୍କ ମୃତ୍ୟୁ ଘଟିଛି। ଏଥିରେ ଅନ୍ୟ ଜଣେ ଗୁରୁତର…

ଦାଦନ ସାଜିଲା କାଳ: କେରଳରୁ ଫେରିବା ବେଳେ ଯୁବକ ନିଖୋଜ, ମୁକ୍ତି ପାଇଁ ମଗାଯାଉଛି ଟଙ୍କା,ଶୁଖୁ ନାହିଁ…

ଥୁଆମୂଳ ରାମପୁର, ୩୧।୧ (ଦୁର୍ଗା କୀର୍ତ୍ତି): ପେଟର ଭୋକ ଆଉ ପରିବାର ପ୍ରତିପୋଷଣର ଚିନ୍ତା ଜଣେ ଗରିବ ଯୁବକଙ୍କୁ ସୁଦୂର କେରଳକୁ ଟାଣି ନେଇଥିଲା। କିନ୍ତୁ ସେହି…

ବାଇକ୍‌କୁ ଧକ୍କା ଦେଇ ଘୋଷାଡ଼ି ନେଲା ବୋଲେରୋ: ଚାଲିଗଲା ସ୍ବାମୀଙ୍କ ଜୀବନ, ସ୍ତ୍ରୀ ଗୁରୁତର

ଗୋଡ଼ଭଗା,୩୧ା୧(ସୁରେଶ ଦାଶ): ଗୋଡ଼ଭଗା ଫାଣ୍ଡି ଅନ୍ତର୍ଗତ ଗୋଡ଼ଭଗା ମାରୱାଡି ଧର୍ମଶାଳା ପାଖରେ ଶୁକ୍ରବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ କଳାମାଟି ପଞ୍ଚାୟତ ମାଉଲିଭାଗର ହେମସାଗର…

ସୀମାନ୍ତ ଗ୍ରାମରେ ଗୋଷ୍ଠୀ କେନ୍ଦ୍ର ଉଦଘାଟନ କଲା ବ୍ଲକ ପ୍ରଶାସନ 

ପଟ୍ଟାଙ୍ଗି,୩୧।୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତର ସୀମାନ୍ତ ନେରିଡିବାଲସା ଗ୍ରାମରେ ବ୍ଲକ ପ୍ରଶାସନ ପକ୍ଷରୁ ନବନିର୍ମିତ ଗୋଷ୍ଠୀ କେନ୍ଦ୍ର ଗୃହକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri