Posted inଖେଳ

ବୋରାସମ୍ବର କ୍ରିକେଟ କପ୍‌ : ସେମିରେ ପହଞ୍ଚିଲା ଭୁବନେଶ୍ୱର ବାପୁଜୀ କ୍ଲବ

ପଦ୍ମପୁର,୧୮।୧(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ରାଜବୋଡାସମ୍ବର ଖେଳପଡ଼ିଆରେ ବୋରାସମ୍ବର ସ୍ପୋର୍ଟିଂ ପକ୍ଷରୁ ଚାଲିଥିବା ୨୮ତମ ସର୍ବଭାରତୀୟ ବୋରାସମ୍ବର କ୍ରିକେଟ କପ୍‌ର ଗ୍ରୁପ୍‌ ‘ବି’ର ଦ୍ୱିତୀୟ ମ୍ୟାଚ୍‌ ବାପୁଜୀ କ୍ରିକେଟ କ୍ଲବ ଭୁବନେଶ୍ୱର ଏବଂ ଗୁଲବର୍ଗା ସିଟି ଇଲେଭେନ (କର୍ନାଟକ) ମଧ୍ୟରେ ହୋଇଥିଲା। ଗୁଲବର୍ଗା ଦଳ ପ୍ରଥମେ ଟସ୍‌ ଜିତି ଫିଲ୍ଡିଂ କରିଥିଲା। ବାପୁଜୀ ଦଳ ବ୍ୟାଟିଂ କରି ୨୯.୫ ଓଭରରେ ସମସ୍ତ ଉଇକେଟ ହରାଇ ୨୫୪ ରନ୍‌ ସଂଗ୍ରହ କରିଥିଲା। ଦଳ ପକ୍ଷରୁ ଦେବାଂଶ ପଟ୍ଟନାୟକ ୮୮(୫୭) ରନ୍‌ କରିଥିବା ବେଳେ ଅୟଶ୍ରୀ ଡି. ଭଟ୍ଟ ୫୦ରନ୍‌ କରିଥିଲେ। ଗୁଲବର୍ଗା ସିଟି ପକ୍ଷରୁ ନୀତିଶ ନିକ୍ୟଲ ୩ଟି ଉଇକେଟ୍‌ ନେଇଥିଲେ। ୨୫୫ ରନ୍‌ ଲକ୍ଷ୍ୟ ନେଇ ଗୁଲବର୍ଗା ଦଳ ୧୮.୩ ଓଭରରେ ସମସ୍ତ ଉଇକେଟ ହରାଇ ମାତ୍ର ୯୮ରନ ସଂଗ୍ରହ କରି ୧୫୬ ରନରେ ପରାଜିତ ହୋଇଥିଲା। ଦଳ ପକ୍ଷରୁ ଅଭିଷେକ ୨୪ ରନ୍‌ କରିଥିଲେ। ବାପୁଜୀ ଦଳ ପକ୍ଷରୁ ସାୟେଦ ଯକି ୩ ଓ ସତ୍ୟଜିତ ସବତ ୨ଟି ଉଇକେଟ୍‌ ନେଇଥିଲେ।

ପୁରସ୍କାର ବିତରଣୀ ଉତ୍ସବରେ ପଦ୍ମପୁର ଆର୍‌. ବି. ହାଇସ୍କୁଲର ପ୍ରଧାନ ଶିକ୍ଷୟିତ୍ରୀ ଲୋଭାଦିନୀ ସାହୁ ଯୋଗଦେଇ ମ୍ୟାନ୍‌ ଅଫ୍‌ ଦି ମ୍ୟାଚ୍‌ ଭାବେ ଦେବାଂଶ ପଟ୍ଟନାୟକଙ୍କୁ ପୁରସ୍କାର ପ୍ରଦାନ କରିଥିଲେ। ଅମ୍ପାୟାର ଭାବେ ଅମୀୟ ଭୂଷଣ ସାହୁ ଓ ବିଶ୍ୱମ୍ବର ମହାକୁଡ ମ୍ୟାଚ୍‌ ପରିଚାଳନା କରିଥିଲେ। ସ୍କୋରର ଅମରେଶ ବେହେରା, ରିଙ୍କୁ ବରିହା ଓ ଦିବ୍ୟ ପଣ୍ଡା, ରୋହିଣୀ ପାଣ୍ଡେ, ଏସ୍‌. ଜୟକିଶନ, କୁମାର ଆନନ୍ଦ ପ୍ରମୁଖ ଧାରା ବିବରଣୀ ପ୍ରଦାନ କରିଥିଲେ। ଶୁକ୍ରବାର ଗ୍ରୁପ୍‌ ‘ବି’ର ମ୍ୟାଚ୍‌ ଖୋର୍ଦ୍ଧା ଇଷ୍ଟକୋଷ୍ଟ ରେଳୱେ ଓ ବିଳାସପୁର ସାଉଥ୍‌ ଇଷ୍ଟ ସେଣ୍ଟ୍ରାଲ ରେଲୱେ ମଧ୍ୟରେ ଅନୁଷ୍ଠିତ ହେବ ବୋଲି ଆୟୋଜକ ଅନୁଷ୍ଠାନ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସହାୟତାର ହାତ ବଢାଇଲେ ବବିତା

ସିଂହପୁର,୨।୮(ଅନଙ୍ଗ ଉଦୟ ବେଉରିଆ): ବିଞ୍ଝାରପୁର ବ୍ଲକ ଅଧୀନ ରଣପୁର ପଞ୍ଚାୟତ ବନ୍ୟା ବିପନ୍ନଙ୍କୁ ରିଲିଫ ସାମଗ୍ରୀ ବଣ୍ଟନ କରାଯାଇଛି। ବିଞ୍ଝାରପୁର ଭାଜପା ନେତ୍ରୀ ବବିତା ମଲ୍ଲିକ ବନ୍ୟା…

ହୃଦଘାତରେ ଚାଲିଗଲା ପରମବ୍ରହ୍ମ ଯୋଶୀଙ୍କ ଜୀବନ, କଳାହାଣ୍ଡିରେ ଶୋକର ଛାୟା

ଭବାନୀପାଟଣା,୨।୮(ଉତ୍ତମ କୁମାର ଦାଶ): ବରିଷ୍ଠ ପ୍ରଶାସନିକ ଅଧିକାରୀ ତଥା କଳାହାଣ୍ଡି ଜିଲା ଜୁନାଗଡ଼ର ପୂର୍ବତନ ବିଡ଼ିଓ ପରମ ବ୍ରହ୍ମ ଯୋଶୀ (୬୭)ଙ୍କ ଶନିବାର ଅପରାହ୍ନରେ ହୃଦଘାତରେ ପରଲୋକ…

ବନ୍ୟା ବିପନ୍ନଙ୍କ ପାଖରେ ପହଞ୍ଚିଲା ରିଲିଫ୍‌, ସାଉଣ୍ଟିଲେ ପ୍ରଶଂସା

ଚାନ୍ଦବାଲି,୨।୮(କିଷାନ ପାତ୍ର): ଭଦ୍ରକ ଜିଲା ଭାଜପା ମହିଳା ମୋର୍ଚ୍ଚା ସମ୍ପାଦିକା ସ୍ବାଗତିକା ପଲାଇଙ୍କ ନେତୃତ୍ୱରେ ଚାନ୍ଦବାଲି ବ୍ଲକର ବନ୍ୟା ପ୍ରଭାବିତ ମାଧପୁର, ଭୂଇଁବୃତ୍ତି, ଘଟପୁର, ଆରଡ଼ି, ଓଲଗ,…

ଦାରିଙ୍ଗବାଡିରେ ବ୍ୟବସାୟୀଙ୍କ ଘରୁ ଲୁଟ୍ ଘଟଣା, ସନ୍ଧାନୀ କୁକୁର ପହଞ୍ଚି…

ଦାରିଙ୍ଗବାଡି,୨।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଦାରିଙ୍ଗବାଡି ବଜାରର ଲୁଗା ବ୍ୟବସାୟୀ ଅଶୋକ କୁମାର ସାହୁଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା ଗହଣା ଲୁଟ୍ ଚର୍ଚ୍ଚାର…

କ୍ଷୀରରେ ବରିଷ୍ଠ କଂଗ୍ରେସ ନେତାଙ୍କ ପାଦ ଧୋଇଲେ କର୍ମୀ, ସୋସିଆଲ ମିଡିଆରେ ଝଡ଼

ମୁମ୍ବାଇ,୨।୮: ମହାରାଷ୍ଟ୍ରର ପୂର୍ବତନ କଂଗ୍ରେସ ଅଧ୍ୟକ୍ଷ ଏବଂ ବିଧାୟକ ନାନା ପାଟୋଲେ ପୁଣି ଥରେ ବିବାଦ ଘେରକୁ ଆସିଛନ୍ତି । ଦଳୀୟ କର୍ମୀମାନେ କ୍ଷୀରରେ ତାଙ୍କ ପାଦ…

ମଦ ଦୋକାନରୁ ଚୋରି, ଭାଇରାଲ ହେଉଛି ସିସିଟିଭି ଫୁଟେଜ୍‌

ଛତ୍ରପୁର,୨ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ଥାନା ବଉଳ ଗାଁରେ ଥିବା ବିଦେଶୀ ମଦ ଦୋକାନରୁ ଶନିବାର ବିଳମ୍ବିତ ରାତିରେ ତାଲା ଭାଙ୍ଗି ଚୋରି ହୋଇଛି।…

ଘରେ ପଶି ମହିଳାଙ୍କ ମୁଣ୍ଡକୁ ଧରି ଘୋଷାଡ଼ି ଆଣିଲା ବାଘ, ଚିତ୍କାର ଶୁଣି….

ଭୋପାଳ,୨।୮: କାନ୍ହା ଜାତୀୟ ଉଦ୍ୟାନର ବଫର ଜୋନରୁ ଏକ ଛାତିଥରା ଘଟଣା ସାମ୍ନାକୁ ଆସିଛି । ମଧ୍ୟପ୍ରଦେଶର ବାଲାଘାଟ ଜିଲାର ବୈହାର ଅଞ୍ଚଳରେ ଶନିବାର ରାତିରେ ବାଘ…

ବଜାରରେ ହଲଚଲ୍! ଫୁଡ୍ ଡେଲିଭରି ବଜାରକୁ ଏଣ୍ଟ୍ରି କରିବ ଫ୍ଲିପକାର୍ଟ, Zomato-Swiggyକୁ କଡ଼ା ଟକ୍କର

ନୂଆଦିଲ୍ଲୀ,୨।୮:ଇ-କମର୍ସ କମ୍ପାନୀ ଫ୍ଲିପକାର୍ଟ ବର୍ତ୍ତମାନ ଖାଦ୍ୟ ବିତରଣ (ଫୁଡ୍ ଡେଲିଭରି) ବ୍ୟବସାୟକୁ ଓହ୍ଲାଇବା ପାଇଁ ପ୍ରସ୍ତୁତି ଚଳାଇଛି। କମ୍ପାନୀ ପାଖାପାଖି ଅଗଷ୍ଟ ୧୫ ତାରିଖରୁ ବେଙ୍ଗାଲୋରରୁ ନିଜର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri