ଦୁଇ ଜିଲା ମଧ୍ୟରେ ସୀମା ବିବାଦ: ପୋଡ଼ାଜଳା ସହ ଭଙ୍ଗାରୁଜା, ୨୦ରୁ ଊର୍ଦ୍ଧ୍ୱ ଲୋକ ମେଡିକାଲରେ

ହାଟଡିହୀ,୧୬।୪(ଡି.ଏନ୍‌.ଏ.): କେନ୍ଦୁଝର ଏବଂ ଭଦ୍ରକ ଜିଲା ମଧ୍ୟରେ ସୀମା ବିବାଦ ଏବେ ଉଗ୍ରରୂପ ଧାରଣ କରିଛି । କେନ୍ଦୁଝର ଜିଲା ନନ୍ଦିପଦା ଥାନା ଓରାଳି ଏବଂ ଭଦ୍ରକ ଜିଲା ବନ୍ତ ଥାନା ଅଧୀନ ଆପଣ୍ଡା ଦୁଇ ଗ୍ରାମ ମଧ୍ୟରେ ବିବାଦ ଘଟି ଗୋଷ୍ଠୀ ସଂଘର୍ଷ ହୋଇଛି । ଦୁଇ ଗ୍ରାମ ମଧ୍ୟରେ ଶନିବାର ବିଳମ୍ବିତ ରାତିରେ ଗୋଷ୍ଠୀ ସଂଘର୍ଷ ଘଟି ଏଥିରେ ୨୦ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି। ଓରାଳି ବଜାରରେ ଥିବା ଦୋକାନ ଗୁଡିକ ଭଙ୍ଗାରୁଜା ହେବା ସହ କେତେକ ଦୋକାନକୁ ପୋଡ଼ି ଦିଆଯାଇଛି । ୨ କାର ଏବଂ ୩ ଟି ମୋଟର ସାଇକେଲକୁ ମଧ୍ୟ ଜାଳି ଦିଆଯାଇଛ। ଏ ନେଇ ଓରାଳିରେ ରାସ୍ତା ଅବରୋଧ କରାଯାଇ ଯାନବାହନ ଚଳାଚଳ ବନ୍ଦ କରାଯାଇଛି । ଘଟଣାସ୍ଥଳରେ ପ୍ରବଳ ଉତ୍ତେଜନା ଲାଗି ରହିଛି । କୌଣସି ପରିସ୍ଥିତିରେ ବଡ଼ ଧରଣର ଅଘଟଣା ଘଟିବା ଆଶଙ୍କା କରାଯାଉଛି। ନନ୍ଦିପଦା ଏବଂ ବନ୍ତ ପୋଲିସ ପରିସ୍ଥିତିକୁ ଆୟତ୍ତ କରିବା ପାଇଁ ଘଟଣାସ୍ଥଳରେ ଫୋର୍ସ ସହ ମୃତୟନ କରିଛି। ଘଟଣାସ୍ଥଳରେ ଉପସ୍ଥିତ ଥିବା ପୋଲିସ ଏସ୍‌ଆଇ ପ୍ରସାଦ କୁମାର ଜେନା କହିଛନ୍ତି, ସୀମା ବିବାଦକୁ ନେଇ ଏପରି ଘଟଣା ଘଟିଛ। ଦୋକାନ ପୋଡା ଜଳା ସହ ବହୁ ବ୍ୟକ୍ତି ଆହତ ହୋଇ ଆଗରପଡା ମେଡିକାଲରେ ଚିକିତ୍ସିତ ହେଉଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଜିତୁଙ୍କୁ ବଡ଼ ଦାୟିତ୍ୱ ଦେଲେ ନବୀନ: ସମର୍ଥକଙ୍କ ମହଲରେ ଉତ୍ସାହ

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ର ଯୁବନେତା ଅମରନାଥ ଭୋଇ(ଜିତୁ)ଙ୍କୁ ବିଜେଡ଼ି ବଡ଼ ଦାୟିତ୍ୱ ଦେଇଛି। ତାଙ୍କୁ ବିଜୁ ଯୁବ ଜନତା ଦଳର ଉପସଭାପତି(ବରିଷ୍ଠ)ଭାବେ ମନୋନୀତ କରିଛି। ଯୁବନେତା ଜିତୁଙ୍କୁ...

ସାମୁଦ୍ରିକ କ୍ଷମତା ବଢ଼ାଉଛି ଚାଇନା

ବେଜିଂ,୩୦ା୧୨:ତାଇଓ୍ବାନକୁ ଚାଇନା ନିଜ ଅଞ୍ଚଳ ବୋଲି ଦାବି କରିଆସୁଥିବାବେଳେ ଏହାକୁ ନେଇ ଜାପାନ ସହ ବେଜିଂର କୂଟନୈତିକ ଉତ୍ତେଜନା ଦେଖାଦେଇଛି। ଏଭଳି ସମୟରେ ଚାଇନା ସେନା...

ଭିଜିବ ନୂଆ ବର୍ଷ, ୫ ରାଜ୍ୟକୁ ଚେତାବନୀ ଜାରି କଲା ପାଣିପାଗ ବିଭାଗ

ନୂଆଦିଲ୍ଲୀ,୩୦।୧୨: ଦେଶରେ ପ୍ରବଳ ଥଣ୍ଡା ମଧ୍ୟରେ ନୂଆ ବର୍ଷ ଆସିବାକୁ ଯାଉଛି। ଏହି ସମୟରେ, ଭାରତୀୟ ପାଣିପାଗ ବିଭାଗ (IMD) ନୂତନ ବର୍ଷର ଗୋଟିଏ ଦିନ...

ନୀରବ ଘାତକ

ବାୟୁ ପ୍ରଦୂଷଣ କୋଭିଡ୍‌ ପରବର୍ତ୍ତୀ କାଳରେ ଭାରତର ସବୁଠାରୁ ଗମ୍ଭୀର ଜନସ୍ବାସ୍ଥ୍ୟ ସଙ୍କଟ ବୋଲି ଜଣାପଡ଼ିଛି। ଚିକିତ୍ସା ବିଶେଷଜ୍ଞମାନେ ସତର୍କ କରାଇଛନ୍ତି ଯେ, ଜରୁରୀ ଓ...

୮୦ ବର୍ଷରେ ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲେଦା ଜିଆଙ୍କ ପରଲୋକ

ଢାକା,୩୦।୧୨: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲେଦା ଜିଆଙ୍କ ୮୦ ବର୍ଷ ବୟସରେ ପରଲୋକ ହୋଇଛି। ସେ କିଛି ଦିନ ଧରି ଅସୁସ୍ଥ ଥିଲେ। ତାଙ୍କୁ ନଭେମ୍ବର...

ଟିପିଡବ୍ଲୁଓଡିଏଲ୍‌ର ଗ୍ରାହକ ମାରଣ ନୀତିର ପ୍ରତିବାଦ, କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ

ବାରକୋଟ,୩୦|୧୨(ଶଶାଙ୍କ ଶେଖର ଝାଙ୍କର): ଟିପିଡବ୍ଲୁଓଡିଏଲ୍ (ବିଦ୍ୟୁତ ବିଭାଗ)ର ଗ୍ରାହକ ମାରଣ ନୀତିର ତୀବ୍ର ବିରୋଧ କରି ଦେବଗଡ ଜିଲା କଂଗ୍ରେସ କମିଟି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ...

ଖୁସିଖବର: କର୍ତ୍ତବ୍ୟ ପଥରେ ଗଡ଼ିବ ଓଡ଼ିଶାର ପ୍ରଜ୍ଞାପନ ମେଢ଼

ଭୁବନେଶ୍ୱର,୩୦।୧୨(ସୌମ୍ୟରଞ୍ଜନ ରାଉତ):ଆସନ୍ତା ସାଧାରଣତନ୍ତ୍ର ଦିବସ ଅବସରରେ ନୂଆଦିଲୀର କର୍ତ୍ତବ୍ୟ ପଥରେ ଓଡ଼ିଶାର ପ୍ରଜ୍ଞାପନ ମେଢ଼ ପ୍ରଦର୍ଶନ ହେବ। ସ୍ବଦେଶୀ ସାମଗ୍ରୀ ଉତ୍ପାଦନ ମାଧ୍ୟମରେ ସାମ୍ପ୍ରତିକ ଭାରତକୁ...

୨୦୩୦ ସୁଦ୍ଧା ଭାରତ ହେବ ବିଶ୍ୱର ତୃତୀୟ ବୃହତ୍ତମ ଅର୍ଥନୀତି; ୭.୩ ଟ୍ରିଲିୟନ ଡଲାରରେ ପହଞ୍ଚିବ GDP

ବେଙ୍ଗାଲୁରୁ,୨୯।୧୨: ଭାରତୀୟ ଅର୍ଥନୀତି ଏକ ନୂତନ ମାଇଲଖୁଣ୍ଟ ଅତିକ୍ରମ କରିଛି। ସୋମବାର ଜାରି ହୋଇଥିବା ଏକ ସରକାରୀ ବିବୃତ୍ତି ଅନୁଯାୟୀ, ୪.୧୮ ଟ୍ରିଲିୟନ ଡଲାର GDP...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri