ଦୁଇ ଜିଲା ମଧ୍ୟରେ ସୀମା ବିବାଦ: ପୋଡ଼ାଜଳା ସହ ଭଙ୍ଗାରୁଜା, ୨୦ରୁ ଊର୍ଦ୍ଧ୍ୱ ଲୋକ ମେଡିକାଲରେ

ହାଟଡିହୀ,୧୬।୪(ଡି.ଏନ୍‌.ଏ.): କେନ୍ଦୁଝର ଏବଂ ଭଦ୍ରକ ଜିଲା ମଧ୍ୟରେ ସୀମା ବିବାଦ ଏବେ ଉଗ୍ରରୂପ ଧାରଣ କରିଛି । କେନ୍ଦୁଝର ଜିଲା ନନ୍ଦିପଦା ଥାନା ଓରାଳି ଏବଂ ଭଦ୍ରକ ଜିଲା ବନ୍ତ ଥାନା ଅଧୀନ ଆପଣ୍ଡା ଦୁଇ ଗ୍ରାମ ମଧ୍ୟରେ ବିବାଦ ଘଟି ଗୋଷ୍ଠୀ ସଂଘର୍ଷ ହୋଇଛି । ଦୁଇ ଗ୍ରାମ ମଧ୍ୟରେ ଶନିବାର ବିଳମ୍ବିତ ରାତିରେ ଗୋଷ୍ଠୀ ସଂଘର୍ଷ ଘଟି ଏଥିରେ ୨୦ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି। ଓରାଳି ବଜାରରେ ଥିବା ଦୋକାନ ଗୁଡିକ ଭଙ୍ଗାରୁଜା ହେବା ସହ କେତେକ ଦୋକାନକୁ ପୋଡ଼ି ଦିଆଯାଇଛି । ୨ କାର ଏବଂ ୩ ଟି ମୋଟର ସାଇକେଲକୁ ମଧ୍ୟ ଜାଳି ଦିଆଯାଇଛ। ଏ ନେଇ ଓରାଳିରେ ରାସ୍ତା ଅବରୋଧ କରାଯାଇ ଯାନବାହନ ଚଳାଚଳ ବନ୍ଦ କରାଯାଇଛି । ଘଟଣାସ୍ଥଳରେ ପ୍ରବଳ ଉତ୍ତେଜନା ଲାଗି ରହିଛି । କୌଣସି ପରିସ୍ଥିତିରେ ବଡ଼ ଧରଣର ଅଘଟଣା ଘଟିବା ଆଶଙ୍କା କରାଯାଉଛି। ନନ୍ଦିପଦା ଏବଂ ବନ୍ତ ପୋଲିସ ପରିସ୍ଥିତିକୁ ଆୟତ୍ତ କରିବା ପାଇଁ ଘଟଣାସ୍ଥଳରେ ଫୋର୍ସ ସହ ମୃତୟନ କରିଛି। ଘଟଣାସ୍ଥଳରେ ଉପସ୍ଥିତ ଥିବା ପୋଲିସ ଏସ୍‌ଆଇ ପ୍ରସାଦ କୁମାର ଜେନା କହିଛନ୍ତି, ସୀମା ବିବାଦକୁ ନେଇ ଏପରି ଘଟଣା ଘଟିଛ। ଦୋକାନ ପୋଡା ଜଳା ସହ ବହୁ ବ୍ୟକ୍ତି ଆହତ ହୋଇ ଆଗରପଡା ମେଡିକାଲରେ ଚିକିତ୍ସିତ ହେଉଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

୧୫ ଦିନ ହେଲା ନିଖୋଜ ଥିଲେ ଯୁବକ, ପରିତ୍ୟକ୍ତକୁ ଘରୁ ମିଳିଲା…

କଟକ,୨୫।୮(ପ୍ରଭୁ କଲ୍ୟାଣ ପାଲ୍‌): ବାରଙ୍ଗ ଥାନା ଗୋଡ଼ିସାହିର ଏକ ପରିତ୍ୟକ୍ତ ଘରୁ ମଙ୍ଗଳବାର ପୋଲିସ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଜବତ କରିଛି। ଯୁବକ ଜଣକ ବାରଙ୍ଗ…

ବିଧିର ବିଚିତ୍ର ବିଧାନ: ରାତିରେ ଶୋଇଥିଲେ ଅଜା- ନାତି ସକାଳକୁ ଦେଖିଲାବେଳକୁ ….

ବଣାଇଁ, ୨୫।୮ (ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ଟିକାୟତପାଲୀ ଥାନା ଅନ୍ତର୍ଗତ ତିଲେଇମାଳ ଗ୍ରାମରେ ବିଷାକ୍ତ ସାପ କାମୁଡ଼ାରେ ଅଜା ଓ ନାତିଙ୍କ ମୃତ୍ୟୁ ଘଟିଛି। ଏହି…

ଗୁଣିଆଙ୍କ ଔଷଧ ଖାଇ ଚାଲିଗଲା ନିଃସନ୍ତାନ ଦମ୍ପତିଙ୍କ ଜୀବନ

ଫୁଲବାଣୀ,୨୫।୮: କନ୍ଧମାଳ ଜିଲା ଗୋଚ୍ଛାପଡ଼ା ଥାନା ନେଡ଼ିପଙ୍ଗାରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଗୁଣିଆଙ୍କ ନିକଟରୁ ଔଷଧ ଖାଇ ନିଃସନ୍ତାନ ଦମ୍ପତିଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି।…

ଏନସିସି ଆର୍ମି ୱିଙ୍ଗର କ୍ୟାଡେଟ ଚୟନ ଶିବିର: ଛାତ୍ରୀଛାତ୍ରଙ୍କ ମଧ୍ୟରେ ବୃଦ୍ଧି ପାଉଛି ଆଗ୍ରହ

ଭଞ୍ଜନଗର, ୨୫।୮ (ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ମଙ୍ଗଳବାର ଏନସିସି ଆର୍ମି ୱିଙ୍ଗର କ୍ୟାଡେଟ ଚୟନ ଶିବିର ଅନୁଷ୍ଠିତ…

ବ୍ୟବସାୟୀଙ୍କ ଘରୁ ଚୋରି ଘଟଣାରେ ୬ ଗିରଫ: ସୁନା-ରୁପା ଜବତ

କେସିଙ୍ଗା,୨୫।୮(ତୁମେଶ୍ୱର ସାହୁ) : କେସିଙ୍ଗା ସହର ୱାର୍ଡ ନଂ-୩ର ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତ ଜୁଲାଇ ୨୧ ତାରିଖରେ ତାଲା ଭାଙ୍ଗି ସୁନା, ରୁପା ଓ…

ସ୍ବାମୀଙ୍କ ଆଗରେ ଚାଲିଗଲା ସାବିତ୍ରୀଙ୍କ ଜୀବନ: ନାତୁଣୀ ଜନ୍ମଦିନ ସାରି ଫେରୁଥିବାବେଳେ ଘଟିଲା…

ତାଳଚେର,୨୫।୮(ମନୋଜ ନନ୍ଦ): ଅନୁଗୋଳ ଜିଲା ତାଳଚେର ଚାଇଁପାଳ ଓଭର ବ୍ରିଜ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଠାରେ ଏକ ସ୍କୁଟିକୁ ଧକ୍କା ଦେଇଛି ଟ୍ରକ।…

ଡଙ୍ଗା ଚଢୁଥିଲେ ପରେଶ୍ୱର,ଟାଣିନେଲା କୁମ୍ଭୀର: ଆଉ ତା’ପରେ ଘଟିଲା…

ରାଜକନିକା,୨୫।୮(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକ ତ୍ରୈଲୋକ୍ୟପୁର ପଞ୍ଚାୟତ ଗଙ୍ଗାଧର ପ୍ରସାଦ ଡିଆ ଗାଁ ସନ୍ନିକଟ ଖରସ୍ରୋତା ନଦୀର ଭରାନଦୀରେ ମଙ୍ଗଳବାର ସକାଳେ ସମୟରେ…

ବିଧାୟକଙ୍କ ଉପସ୍ଥିତିରେ ଆପୋଷ ବୁଝାମଣାରେ ତୁଟିଲା ଉଠାଦୋକାନୀ ବିବାଦ

ଛତ୍ରପୁର,୨୫।୮(ଦିଲ୍ଲୀପ ସାମଲ): ଛତ୍ରପୁର ସହର ବାଳିକା ଉଚ୍ଚ ବିଦ୍ୟାଳୟ ନିକଟ ପରିବା ବଜାର ଉଠାଦୋକାନୀ ମଙ୍ଗଳବାର ବନ୍ଦ ଡାକରା ଦେଇଥିବା ବେଳେ ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri