Posted inଜାତୀୟ

ଟଙ୍କା ଯାଉ ପଛେ ନାକ ନ କଟୁ: ସୀମା ବିବାଦ ପାଲଟିଛି ସମ୍ମାନର ପ୍ରଶ୍ନ, ଦିନକୁ ନ୍ୟାୟିକ ଟିମ୍‌ଙ୍କୁ ୬୦ ଲକ୍ଷ ଫି ଦେବେ ବୋମ୍ମାଇ ସରକାର…

ବେଙ୍ଗାଲୁରୁ,୨୪।୧ : ସୁପ୍ରିମକୋର୍ଟରେ ମହାରାଷ୍ଟ୍ର ସହ ସୀମା ବିବାଦ ସହ ଜଡିତ ମାମଲାର ମୁକାବିଲା ପାଇଁ କର୍ନାଟକ ସରକାର ଜୋରସୋର ଉଦ୍ୟମ କରୁଛନ୍ତି। ସୀମା ବିବାଦ ପାଲଟିଛି ସମ୍ମାନର ପ୍ରଶ୍ନ ପାଲଟିଛି। ମୁଖ୍ୟମନ୍ତ୍ରୀ ବାସଭରାଜ ବୋମ୍ମାଇ ଚିନ୍ତା କରୁଛନ୍ତି ଯେ, ଟଙ୍କା ଯାଉ ପଛେ ନାକ ନ କଟୁ।

ଏହି ମର୍ମରେ ରାଜ୍ୟ ସରକାର ମୁକୁଲ ରୋହତଗୀଙ୍କ ସମେତ ବରିଷ୍ଠ ଆଇନଜୀବୀ ଦଳ ପାଇଁ ଦିନକୁ ପ୍ରାୟ ୬୦ ଲକ୍ଷ ଟଙ୍କା ବୃତ୍ତିଗତ ଫି ଦେବାକୁ ସ୍ଥିର କରିଛନ୍ତି। ସୀମା ବିବାଦ ଉପରେ ମହାରାଷ୍ଟ୍ର ସରକାରଙ୍କ ଦ୍ୱାରା ଦାଖଲ ହୋଇଥିବା ମୂଳ ମକଦ୍ଦମା ନମ୍ବର ୪/୨୦୦୪ ରେ ସୁପ୍ରିମକୋର୍ଟରେ କର୍ନାଟକର ପ୍ରତିନିଧିତ୍ୱ କରିବାକୁ ନ୍ୟାୟିକ ଦଳ ପାଇଁ ସର୍ତ୍ତ ଏବଂ ବୃତ୍ତିଗତ ଶୁଳ୍କ ଲାଗି ଆଇନ ବିଭାଗର ଏକ ନିର୍ଦ୍ଦେଶ ସ୍ଥିର ହୋଇଛି।

ଜାନୁଆରୀ ୧୮ର ଆଦେଶ ଅନୁଯାୟୀ, ବରିଷ୍ଠ ଆଇନଜୀବୀ ମୁକୁଲ ରୋହତଗୀଙ୍କୁ ସର୍ବୋଚ୍ଚ ଅଦାଲତରେ ହାଜର ହେବା ପାଇଁ ପ୍ରତିଦିନ ୨୨ ଲକ୍ଷ ଟଙ୍କା ଏବଂ ଆଲୋଚନା ତଥା ଅନ୍ୟାନ୍ୟ କାର୍ଯ୍ୟ ପାଇଁ ପ୍ରତିଦିନ୫.୫ ଲକ୍ଷ ଟଙ୍କା ଦିଆଯିବ। ଅନ୍ୟ ଜଣେ ଓକିଲ ଶ୍ୟାମ ଦେୱାନଙ୍କୁ କୋର୍ଟରେ ହାଜର ହେବା ପାଇଁ ବୈନିକ ୬ ଲକ୍ଷ ଟଙ୍କା, ପରୀକ୍ଷା ପ୍ରସ୍ତୁତି ତଥା ଅନ୍ୟାନ୍ୟ କାର୍ଯ୍ୟ ପାଇଁ ଦିନକୁ ୧.୫ ଲକ୍ଷ ଟଙ୍କା ଏବଂ ଆଉଟଷ୍ଟେଶନ ଯାତ୍ରା ପାଇଁ ଦିନ ପିଛା ୧୦ ଲକ୍ଷ ଟଙ୍କା ପ୍ରଦାନ କରାଯିବ। ହୋଟେଲ ସୁବିଧା ଏବଂ ବ୍ୟବସାୟ ଶ୍ରେଣୀର ବିମାନ ଯାତ୍ରା ଖର୍ଚ୍ଚ ସରକାର ବହନ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କୁ ୧୭ଥର ଛୁରି ଭୁସିଲେ ସହଯୋଗୀ: ଆଉ ତା’ପରେ ଘଟିଲା…

ନୂଆଦିଲ୍ଲୀ,୧୨ା୯ :ପୂର୍ବ ଦିଲ୍ଲୀର ମାଣ୍ଡଓ୍ବାଲି ଅଞ୍ଚଳରେ ଜଣେ ୨୨ ବର୍ଷୀୟ ଯୁବକଙ୍କୁ ୧୭ ଥର ଛୁରାମାଡ଼ ହେବାରୁ ତାଙ୍କର ମୃତ୍ୟୁ ଘଟିଥିବା ଶୁକ୍ରବାର ପୋଲିସ କହିଛି। ପୋଲିସ…

BRICS Summit: ବିଦେଶୀ ନେତା ଓ ତାଙ୍କ ବଡ଼ ଟିମ୍‌ର ଖର୍ଚ୍ଚ ଉଠାଏ କିଏ? କାହା ପକେଟରୁ ଯାଏ କୋଟି କୋଟି ଟଙ୍କା, ଜାଣନ୍ତୁ…

ନୂଆଦିଲ୍ଲୀ,୧୨।୯: ରାଜଧାନୀ ଦିଲ୍ଲୀ ସେପ୍ଟେମ୍ୱର ୧୨ ଏବଂ ୧୩ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ବ୍ରିକ୍ସ (BRICS) ଶିଖର ସମ୍ମିଳନୀର ଆୟୋଜନ ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ। ରୁଷିଆ…

ଆଲୁମିନି କନେକ୍ଟ କ୍ୟାମ୍ପେନ ଉଦ୍‌ଘାଟିତ: ପୁରାତନ ଛାତ୍ରୀଙ୍କୁ ଦୃଢ଼ ନେଟୱର୍କରେ ଯୋଡ଼ିବା ଲକ୍ଷ୍ୟ

ଭଞ୍ଜନଗର,୧୧।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ନିର୍ଦ୍ଦେଶକ୍ରମେ ‘ଆମ ଗୌରବ ଆମ କଲେଜ ପରିଚାଳନା ସଂଗଠନ’ ଆନୁକୂଲ୍ୟରେ ଆଲୁମିନି…

ମହେନ୍ଦ୍ରତନୟା ଗାଧୋଇବାକୁ ଯାଇଥିଲେ ଦୁର୍ଗା: ହଠାତ୍‌ ଘଟିଲା…

ପାରଳାଖେମୁଣ୍ଡି,୧୨।୯(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଅମରା ନିକଟ ମହେନ୍ଦ୍ରତନୟା ନଦୀରେ ଗାଧୋଇବାବେଳେ ଜଣେ ବୃଦ୍ଧ ଭାସିଯାଇ ନିଖୋଜ ହୋଇଛନ୍ତି। ସେ ହେଲେ ଦୁର୍ଗା ପ୍ରସାଦ ପାଣିଗ୍ରାହୀ…

ଭାରତରେ ନିଜ ଟଏଲଟ୍‌ ଧରି ବୁଲୁଛନ୍ତି ସି ଜିନପିଙ୍ଗ୍‌, କାରଣ ଜାଣିଲେ ହୋସ୍‌ ଉଡିବ

ନୂଆଦିଲ୍‌ଲୀ,୧୨।୯: ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଯେତେବେଳେ କୌଣସି ବିଦେଶ ଗସ୍ତରେ ଯାଆନ୍ତି, ସେତେବେଳେ ତାଙ୍କର ସୁରକ୍ଷା ବ୍ୟବସ୍ଥା ତାଙ୍କ ଦୈନନ୍ଦିନ ଜୀବନର ସବୁଠାରୁ ବ୍ୟକ୍ତିଗତ ଦିଗ…

ଆଜି ବ୍ରିକ୍ସ ସମ୍ମିଳନୀ: ଦିଲ୍ଲୀରେ ପହଞ୍ଚିଲେ ବିଶ୍ୱ ନେତା

ନୂଆଦିଲ୍ଲୀ,୧୨ା୯ (ପି.ଟି.):ନୂଆଦିଲ୍ଲୀର ପ୍ରଗତି ମଇଦାନସ୍ଥିତ ଭାରତ ମଣ୍ଡପମ୍‌ଠାରେ ଶନିବାରଠାରୁ ୨ ଦିନ ଧରି ୧୮ତମ ବ୍ରିକ୍ସ ସମ୍ମିଳନୀ ଅନୁଷ୍ଠିତ ହେବାକୁ ଯାଉଛି। ଏଥିପାଇଁ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର…

ରୋଗ ଯନ୍ତ୍ରଣାଠୁ ବଳିଯାଉଛି ଧାଡ଼ି ଯନ୍ତ୍ରଣା: ଡାକ୍ତରଖାନାରେ ବିକଳ ଚିତ୍ର

ପଦ୍ମପୁର,୧୨ା୯(ପ୍ରଦୀପ୍ତ ଦାଶ):କିଏ କାଖେଇ ଧରିଛି, କିଏ ଆଣ୍ଠେଇ ପଡ଼ିଛି, ଆଉ କିଏ ଯନ୍ତ୍ରଣାରେ ଭୂଇଁରେ ଲୋଟୁଛି। ବୃଦ୍ଧାବୃଦ୍ଧମାନେ ବାଡ଼ି ସାହାଯ୍ୟରେ ଘଣ୍ଟା ଘଣ୍ଟା ଧରି ଡାକ୍ତରଙ୍କୁ ଅପେକ୍ଷା…

ମହିଳାଙ୍କୁ ସ୍ବାବଲମ୍ବୀ ହେବାର ବାଟ ଦେଖାଇଛି ଖଲିଦନା: ଜଣେ ମହିଳା ମାସକୁ ରୋଜଗାର କରୁଛନ୍ତି…

ନୂଆପଡ଼ା,୧୨ା୯ (ମକାରୁ ବେମାଲ):ବହୁଳ ପ୍ଲାଷ୍ଟିକ ବ୍ୟବହାର ଯୋଗୁ ପରିବେଶ ପ୍ରଦୂଷଣ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ରୋକିବା ପାଇଁ ନୂଆପଡ଼ା ଜିଲା ପ୍ରଶାସନ ପକ୍ଷରୁ ଏକକ ବ୍ୟବହାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?