Posted inଜାତୀୟ

କର୍ନାଟକ ସହ ସୀମା ବିବାଦ: ମହାରାଷ୍ଟ୍ର ବିଧାନସଭାରେ ପ୍ରସ୍ତାବ ପାରିତ

ବେଙ୍ଗାଲୁରୁ,୨୭।୧୨: କର୍ନାଟକ ସହ ସୀମା ବିବାଦକୁ ନେଇ ମହାରାଷ୍ଟ୍ର ସରକାର ମଙ୍ଗଳବାର ବିଧାନସଭାରେ ଏକ ପ୍ରସ୍ତାବ ଆଗତ କରିଛନ୍ତି। ସର୍ବସମ୍ମତି କ୍ରମେ ଏହା ପାରିତ ହୋଇଛି। ଆଜି ବିଧାନସଭାରେ ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ପ୍ରସ୍ତାବ ଉପସ୍ଥାପନ କରିଛନ୍ତି। ଖୁବ ଶୀଘ୍ର ଏହି ପ୍ରସ୍ତାବ କେନ୍ଦ୍ର ସରକାରଙ୍କ ନିକଟକୁ ପଠାଯିବ। ଯେକୌଣସି ପରିସ୍ଥିତିରେ ମହାରାଷ୍ଟ୍ରର ୮୬୫ ମରାଠୀ ଭାଷା ଗ୍ରାମକୁ ଅନ୍ତର୍ଭୁକ୍ତ କରିବା ପାଇଁ ସୁପ୍ରିମକୋର୍ଟରେ ସମସ୍ତ ଆବଶ୍ୟକ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସେ କହିଛନ୍ତି। ପ୍ରସ୍ତାବରେ କୁହାଯାଇଛି ଯେ, ସୀମା ବିବାଦ ଗ୍ରାମରେ ରହୁଥିବା ଲୋକଙ୍କ ସହ ମହାରାଷ୍ଟ୍ର ସରକାର ସମ୍ପୂର୍ଣ୍ଣ ବଳ ସହ ଠିଆ ହେବେ।
ସୂଚନାଯୋଗ୍ୟ, କର୍ନାଟକ ବିଧାନସଭାରେ ସର୍ବସମ୍ମତି କ୍ରମେ ରାଜ୍ୟର ସ୍ବାର୍ଥ ରକ୍ଷା ପାଇଁ ମୁଖ୍ୟମନ୍ତ୍ରୀ ବାସଭାରାଜ ବୋମ୍ମାଇ ସୀମା ବିବାଦ ଉପରେ ଏକ ପ୍ରସ୍ତାବ ପାରିତ କରିଛନ୍ତି। ଭାଷା ଭିତ୍ତିରେ ଦୁଇ ରାଜ୍ୟର ପୁନର୍ଗଠନ ପରେ ସୀମା ପ୍ରସଙ୍ଗ ୧୯୫୭ରୁ ଆରମ୍ଭ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଜନ୍ତର-ମନ୍ତର ଭଳି ପୁଣି ଆନ୍ଦୋଳନର ଚେତାବନୀ ଦେଲା CJP, ଏହିଦିନ ଯୁବବର୍ଗ….

ନୂଆଦିଲ୍ଲୀ,୨୩।୮: ଜନ୍ତର ମନ୍ତରରେ ଚାଲିଥିବା ବିରୋଧ ପ୍ରଦର୍ଶନ ସମୟରେ କେନ୍ଦ୍ର ସରକାର ଦେଇଥିବା ପ୍ରତିଶ୍ରୁତି ପୂରଣ କରିବାକୁ ଦାବି କରିଛି କକ୍ରୋଚ ଜନତା ପାର୍ଟି (CJP) ।…

ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗ: ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ବଞ୍ଚୋ,୨୩ା୮(ପ୍ରଦୋଷ ବିଶ୍ୱାଳ): ଜଣେ ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗରେ ରାମଚନ୍ଦ୍ରପୁର ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି ପୋକ୍ସୋ କୋର୍ଟକୁ ପଠାଇଛି। ଏନେଇ ରାମଚନ୍ଦ୍ରପୁର…

କେନ୍ଦ୍ରୀୟ କର୍ମଚାରୀଙ୍କ ବଢିବ ଦରମା, ରାକ୍ଷୀରେ ଆସିବ DA!

ନୂଆଦିଲ୍ଲୀ,୨୩।୮: ଦେଶବ୍ୟାପୀ ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନଶନଭୋଗୀ ଅଷ୍ଟମ ବେତନ ଆୟୋଗ (8th Pay Commission) ଗଠନକୁ ଅପେକ୍ଷା କରିଥିବା ବେଳେ, ବର୍ତ୍ତମାନ ସେମାନଙ୍କ…

ସାଇବର ଠକେଇର ଶିକାରଙ୍କୁ ୪୫ ଲକ୍ଷ ଟଙ୍କା ଫେରାଇଲା ସମ୍ବଲପୁର ପୋଲିସ

ସମ୍ବଲପୁର, ୨୩।୮ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ବଢ଼ୁଥିବା ସାଇବର ଅପରାଧ ଓ ଆର୍ଥିକ ଠକେଇ ବିରୋଧରେ ସମ୍ବଲପୁର ପୋଲିସକୁ ବଡ଼ ସଫଳତା ମିଳିଛି। ସାଇବର ଥାନା…

ୱାଘା ବର୍ଡର ବନ୍ଦ ପରେ ବି ଭାରତ ଆସିଲେ ୧୫୦ ପାକିସ୍ତାନୀ ବଧୂ! କଲେ ବିବାହ, ଜାଣନ୍ତୁ କିପରି

ନୂଆଦିଲ୍ଲୀ,୨୩।୮: ଅପରେଶନ ସିନ୍ଦୂର ପରେ ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ବଢ଼ିବା ସହ ଅଟାରୀ-ୱାଘା ବର୍ଡର ବନ୍ଦ କରାଯାଇଥିଲା। ଏହାର ପ୍ରଭାବରେ ଦୁଇ ଦେଶରେ ବିବାହ ପାଇଁ ଅପେକ୍ଷା…

ଡିଫେନ୍ସ ମିନିଷ୍ଟ୍ରିରେ କରୁଥିଲେ ଚାକିରି, ହଠାତ୍‌ ୩ ମାସର ଗର୍ଭବତୀବସ୍ଥାରେ କଲେ ଆତ୍ମହତ୍ୟା; ରାଜଧାନୀରେ ଚାଞ୍ଚଲ୍ୟ…

ନୂଆଦିଲ୍ଲୀ,୨୩।୮: ଦିଲ୍ଲୀରେ ପ୍ରତିରକ୍ଷା ମନ୍ତ୍ରଣାଳୟ (ଡିଫେନ୍ସ ମିନିଷ୍ଟ୍ରି) ରେ କାର୍ଯ୍ୟରତ ଜଣେ ୩ ମାସର ଗର୍ଭବତୀ ମହିଳା ଆତ୍ମହତ୍ୟା କରିଛନ୍ତି। ଅଭିଯୋଗ ହୋଇଛି ଯେ ଶାଶୂଘର ଲୋକେ…

କାନ୍ଥରୁ ଲିଭିନି ‘ଶୁଭ ବିବାହ: ଭାଇ ହାତରେ ରାଖୀ ବାନ୍ଧିବାକୁ ଚାହିଁ ରହିଥିଲା ଭଉଣୀ , ହେଲେ ବିଧିର ବିଧାନ କିଛି ଅଲଗା ଫେରୁଛି ଶବ

ଖଲ୍ଲିକୋଟ, ୨୩/୮ (ପ୍ରଶାନ୍ତ କୁମାର ମିଶ୍ର/ବିଦ୍ୟାଧର ସାହୁ): ଗଞ୍ଜାମରେ ସରୁନି ଦାଦନ ଦୁଃଖ। ଭଉଣୀ ହାତରେ ରହିଗଲା ରାଖୀ, ଦୁବାଇରୁ ଆସିଲା ଭାଇଙ୍କ ମୃତଦେହ। ସରକାର ବଦଳୁଛି,…

ବାଂଲାଦେଶରେ ପୁଣି ହିନ୍ଦୁମାନଙ୍କୁ କରାଯାଉଛି କି ଟାର୍ଗେଟ? ଛାତ ଉପରେ ବାପା, ସିଡ଼ିରେ ମାଆ-ଝିଅ, ଖଟ ତଳେ ମିଳିଲା ୧୨ ବର୍ଷ ପୁଅର ମୃତଦେହ

ଢାକା,୨୩।୮: ବାଂଲାଦେଶର ରଙ୍ଗପୁର ସହରରେ ଏକ ବନ୍ଦ ଘର ଭିତରେ ପରିବାରର ଚାରି ଜଣଙ୍କ ମୃତଦେହ ମିଳିବା ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ମୃତକଙ୍କ ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri