ସୀମା ବିବାଦର ଶାନ୍ତିପୂର୍ଣ୍ଣ ସମାଧାନ ଆବଶ୍ୟକ: ଚାଇନା…

ବେଜିଂ,୨୫।୪ : ଭାରତ ଏବଂ ଚାଇନା ମଧ୍ୟରେ ୧୮ ତମ ରାଉଣ୍ଡ କର୍ପସ କମାଣ୍ଡର ବୈଠକ ପରେ ଚାଇନା ପ୍ରତିରକ୍ଷା ମନ୍ତ୍ରଣାଳୟ ପକ୍ଷରୁ ବିବୃତ୍ତି ଦିଆଯାଇଛି। ବୈଠକରେ ସମ୍ପର୍କରେ କୁହାଯାଇଛି , ସୀମା ଅଞ୍ଚଳରେ ଶାନ୍ତି ବଜାୟ ରଖିବାକୁ ଉଭୟ ଚାଇନା ଏବଂ ଭାରତ ସହମତ ହୋଇଛନ୍ତି।

ଏହା ସହିତ, ଏହା ମଧ୍ୟ ସହମତ ହୋଇଛି, ପୂର୍ବ ଲଦାଖରେ ଦୀର୍ଘ ଦିନ ଧରି ଚାଲିଆସୁଥିବା ଅବରୋଧ ସହ ଜଡିତ ପ୍ରସଙ୍ଗଗୁଡିକ ଶୀଘ୍ର ସମାଧାନ କରାଯିବ। ଏପ୍ରିଲ ୨୩ରେ, ଚୁସୁଲ-ମୋଲଡୋ ସୀମା ବୈଠକରେ ଚାଇନା-ଇଣ୍ଡିଆ କର୍ପସ କମାଣ୍ଡର ସ୍ତରର ବୈଠକ ଅନୁଷ୍ଠିତ ହୋଇଥିଲା।

୫ ମାସ ପରେ ଦୁଇ ଦେଶ ମଧ୍ୟରେ ଏହି ବୈଠକ ଅନୁଷ୍ଠିତ ହୋଇଥିଲା। ଫାୟାର ଫ୍ୟୁରି କର୍ପସ କମାଣ୍ଡର ଲ୍ୟୁଟନାଟ ଜେନେରାଲ ରସିମ ବାଲି ଭାରତରୁ ଏଥିରେ ଭାଗ ନେଇଥିଲେ।
ଏହି ବୈଠକକୁ ନେଇ ପିପୁଲ୍ସ ଲିବରେସନ ଆର୍ମି (ପିଏଲଏ) ର ବିବୃତ୍ତିରେ ଆସିଛି, ଉଭୟ ପକ୍ଷ ମଧ୍ୟରେ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଖୋଲାଖୋଲି ଆଲୋଚନା ହୋଇଥିଲା। ଏଥିସହ ମତ ବିନିମୟ ହୋଇଥିଲା। ବିଶେଷ କଥା ହେଉଛି ୨୭ ଏବଂ ୨୮ ଏପ୍ରିଲରେ ଭାରତରେ ଅନୁଷ୍ଠିତ ହେବାକୁ ଥିବା ସାଂଘାଇ ସହଯୋଗ ସଂଗଠନ ସମ୍ମିଳନୀ ପୂର୍ବରୁ ଏହି ବୈଠକ ଅନୁଷ୍ଠିତ ହୋଇଛି ଯେଉଁଥିରେ ଚାଇନା ପ୍ରତିରକ୍ଷା ମନ୍ତ୍ରୀ ଲି ଶାଙ୍ଗଫୁ ମଧ୍ୟ ଅଂଶଗ୍ରହଣ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?