Posted inଖେଳ

ଆରମ୍ଭରୁ ଧରାଶାୟୀ: ପ୍ରଥମ ଇନିଂସରେ ୧୫୦ରେ ଅଲଆଉଟ୍ ଭାରତ

ଭୁବନେଶ୍ୱର,୨୨।୧୧: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଚାଲିଥିବା ୫ ମ୍ୟାଚ୍ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ୍ ଶୁକ୍ରବାର ପର୍ଥରେ ଆରମ୍ଭ ହୋଇଛି। ଭାରତୀୟ ଦଳର ଅଧିନାୟକ ଜସପ୍ରୀତ ବୁମ୍ରା ଏହି ମ୍ୟାଚରେ ଟସ୍ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲେ। କିନ୍ତୁ ଏହି ମ୍ୟାଚରେ ଭାରତୀୟ ଦଳ ୧୫୦ ରନରେ ଧରାଶାୟୀ ହୋଇଯାଇଛି।

୫୯ ବଲରେ ନୀତୀଶ ରେଡ୍ଡୀ ସର୍ବାଧିକ ୪୧ ରନ୍ ସ୍କୋର କରିଥିଲେ, ଯେଉଁଥିରେ ୬ ଟି ଚୌକ ଓ ଗୋଟିଏ ଛକା ସାମିଲ ଥିଲା। ୱିକେଟ୍ କିପର ବ୍ୟାଟ୍ସମ୍ୟାନ୍ ଋଷଭ ପନ୍ତ ୩୭ ରନ୍ ଏବଂ କେ.ଏଲ୍ ରାହୁଲ ୨୬ ରନ୍ ଯୋଗଦାନ କରିଥିଲେ। ଏହି ତିନି ଜଣଙ୍କ ବ୍ୟତୀତ କେବଳ ଧ୍ରୁଭ ଜୁରେଲ (୧୧ ରନ୍) ଦୁଇ ଅଙ୍କରେ ପହଞ୍ଚି ପାରିଥିଲେ। ଅଷ୍ଟ୍ରେଲିଆ ପାଇଁ ପ୍ୟାଟ୍ କମିନ୍ସ, ମିଚେଲ ଷ୍ଟାର୍କ ଏବଂ ମିଚେଲ ମାର୍ଶ ଦୁଇଟି ଲେଖାଏଁ ୱିକେଟ୍ ନେଇଥିଲେ। ଯେଉଁଠାରେ ହାଜଲେଉଡ୍ ସର୍ବାଧିକ ଚାରିଟି ସଫଳତା ପାଇଥିଲେ। ଅଷ୍ଟ୍ରେଲିଆ ପାଇଁ ସମସ୍ତ ୧୦ ୱିକେଟ୍ ଦ୍ରୁତ ବୋଲରଙ୍କ ଦ୍ୱାରା ନିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଭାରତ-ନ୍ୟୁଜିଲାଣ୍ଡ ପ୍ରଥମ ଟି୨୦: ସୂର୍ଯ୍ୟକୁମାରଙ୍କ ଉପରେ ସମସ୍ତଙ୍କ ନଜର

ନାଗପୁର,୨୧ା୧: ସ୍ଥାନୀୟ ବିଦର୍ଭ କ୍ରିକେଟ ଆସୋସିଏଶନ ଷ୍ଟାଡିୟମରେ ବୁଧବାର ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ୫ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ।...

ଲକ୍ଷ୍ମୀସାଗର ବୁଦ୍ଧନଗର ଅଞ୍ଚଳରେ ଯୁବତୀଙ୍କୁ ଦୁଷ୍କର୍ମ, ଭଡ଼ାଘରେ ରହି…

ଭୁବନେଶ୍ୱର,୨୧ା୧ : ରାଜଧାନୀ ଭୁବନେଶ୍ବରରେ ଯୁବତୀଙ୍କୁ ବଳାତ୍କାର ହୋଇଥିବା ଅଭିଯୋଗ ସାମ୍ନାକୁ ଆସିଛି । ପୀଡ଼ିତାଙ୍କ ଅଭିଯୋଗ ଆଧାରରେ ପୋଲିସ ତଦନ୍ତ କରି ଜଣେ ଯୁବକଙ୍କୁ...

ଆମ ଟିମ ନ୍ୟୁଜିଲାଣ୍ଡ ଠାରୁ ଅଧିକ ମଜଭୁତ, ଟି ୨୦ ସିରିଜ ଜିତିବ, ଜାଣନ୍ତୁ କାହାର ବୟାନ ହେଉଛି ଭାଇରାଲ

ନୂଆଦିଲ୍ଲୀ,୨୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚ ବୁଧବାର ନାଗପୁରରେ ଖେଳାଯିବାକୁ ଯାଉଛି। ଏହି ମ୍ୟାଚକୁ ନେଇ...

IPL 2026: ହେଲା ବଡ଼ ଘୋଷଣା! ଏହି ୧୮ ପଡ଼ିଆରେ ଖେଳାଯିବ IPL ମ୍ୟାଚ, ରହିଛି ଗୋଟିଏ ବିବାଦୀୟ ଗ୍ରାଉଣ୍ଡ

ନୂଆଦିଲ୍ଲୀ,୨୧।୧: ଇଣ୍ଡିଆନ ପ୍ରିମିୟର ଲିଗ ୨୦୨୬ ସମ୍ପର୍କରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଏହି ସିଜିନରେ ମ୍ୟାଚ ଖେଳାଯିବ ବୋଲି ସ୍ଥାନ ଘୋଷଣା କରାଯାଇଛି।...

ହଠାତ୍‌ କ୍ରିକେଟ୍‌କୁ ବାଏ ବାଏ କଲେ ଏହି କିମ୍ବଦନ୍ତୀ କ୍ରିକେଟର୍‌: ଭାବପ୍ରବଣ ହୋଇ କହିଲେ…

ନୂଆଦିଲ୍ଲୀ,୨୧।୧: କିମ୍ବଦନ୍ତୀ ପାକିସ୍ତାନୀ କ୍ରିକେଟର ଶୋଏବ ମଲିକ ୪୩ ବର୍ଷ ବୟସରେ ପାକିସ୍ତାନ ସୁପର ଲିଗରୁ ଅବସର ନେଇଛନ୍ତି। ସେ ୨୦୧୬ରେ ଏହାର ଉଦଘାଟନୀ ସିଜିନରୁ...

ବିରାଟ-ରୋହିତଙ୍କ କଟିବ ଦରମା! କିଏ କେଉଁ କାଟାଗୋରୀରେ ରହିବେ? ସେଣ୍ଟ୍ରାଲ କଣ୍ଟ୍ରାକ୍ଟକୁ ନେଇ BCCIର ବଡ଼ ବୟାନ

ନୂଆଦିଲ୍ଲୀ,୨୧।୧: ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡ (BCCI) ପୁରୁଷ କ୍ରିକେଟ ପାଇଁ କେନ୍ଦ୍ରୀୟ ଚୁକ୍ତିନାମା ତାଲିକାକୁ ସୁଗମ କରିବାକୁ ପ୍ରସ୍ତୁତ ହେଉଛି। ଖେଳାଳିଙ୍କ କେନ୍ଦ୍ରୀୟ ଚୁକ୍ତିନାମାକୁ...

ନଏଡା ଦୁର୍ଘଟଣା

ଘନକୁହୁଡ଼ି ଯୋଗୁ ଦିଲ୍ଲୀ ପାଖ ତଥା ଉତ୍ତରପ୍ରଦେଶ ରାଜ୍ୟର ନ୍ୟୁ ଓଖଲା ଇଣ୍ଡଷ୍ଟ୍ରିଆଲ ଡେଭଲପ୍‌ମେଣ୍ଟ ଅଥରିଟି (ନଏଡା)ର ସେକ୍ଟର ୧୫୦ ନିକଟରେ ୧୬ ଜାନୁଆରୀ ୨୦୨୬...

ICCର ଅଲ୍ଟିମେଟମ୍‌ ପରେ ବି ସୁଧୁରିଲାନି ବାଂଲାଦେଶ, ସିଧା ସିଧା ଶୁଣାଇଦେଲା ‘ଆମେ…’

ଢାକା,୨୧।୧: ଆସନ୍ତା ୭ ତାରିଖରୁ ହେବାକୁଥିବା ଟି୨୦ ବିଶ୍ୱକପ୍‌ରେ ଭାଗ ନେବା ପାଇଁ ବାଂଲାଦେଶ ଦଳ କୌଣସି ପରିସ୍ଥିତିରେ ଭାରତ ଯିବନାହିଁ। ୨୧ ତାରିଖ ସୁଦ୍ଧା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri