Posted inଜାତୀୟ

ସୀମା ଉପରେ ରହିଛି କଡ଼ା ନଜର, ସୂଚନା ଦେଲା ବିଏସ୍‌ଏଫ୍‌…

ଶ୍ରୀନଗର,୧୩।୯: ଆଫଗାନିସ୍ତାନରେ ତାଲିବାନ୍‌ କ୍ଷମତା ଦଖଲ ପରେ ଜମ୍ମୁ-କଶ୍ମୀରର ଭାରତ ପାକିସ୍ତାନ ନିୟନ୍ତ୍ରଣ ରେଖାରେ କଡ଼ା ନଜର ରଖାଯାଇଛି। ଏନେଇ ବିଏସ୍‌ଏଫ୍‌ ପକ୍ଷରୁ କୁହାଯାଇଛି। ଭାରତରେ ଅନୁପ୍ରବେଶ ପାଇଁ ପାକିସ୍ତାନର ଷଡ଼ଯନ୍ତ୍ରକୁ ରୋକିବା ପାଇଁ ମିଳିତ ସୁରକ୍ଷା କର୍ମୀ ସଜାଗ ରହିଛନ୍ତି। ଏହା ସହିତ ସୁରକ୍ଷାକର୍ମୀଙ୍କୁ କେତେକ ତାଲିମ ଦେବାକୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଥିବା । ବିଏସ୍‌ଏଫ୍‌ ଇନସ୍ପେକ୍ଟର ଜେନେରାଲ ଏନ୍‌.ଏସ୍‌. ଜମାଓ୍ବାଲ ସୂଚନା ଦେଇଛନ୍ତି।

ଜମ୍ମୁ-କଶ୍ମୀରରେ ସମ୍ଭାବ୍ୟ ତାଲିବାନ ଅନୁପ୍ରବେଶକୁ ରୋକିବା ପାଇଁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ମଧ୍ୟ ଏବଂ ଦକ୍ଷିଣ ଏସିଆର ନୂତନ ରାଜନୈତିକ ସ୍ଥିତିର ପରିବର୍ତ୍ତନ ଦ୍ୱାରା ଭାରତର ସୀମା ତଥା ଆଭ୍ୟନ୍ତରୀଣ ସୁରକ୍ଷା ଉପରେ ପ୍ରଭାବ ପଡ଼ିବାର ଆଶଙ୍କା ରହିଥିବାରୁ ଏନେଇ ପୂର୍ବ ପ୍ରସ୍ତୁତି ଆରମ୍ଭ କରାଯାଇଥିବା ସେ କହିଛନ୍ତି।

କିଛି ଦିନ ପୂର୍ବରୁ ସୁରକ୍ଷା ଏଜେନ୍ସିଙ୍କ ଦ୍ୱାରା ଜାରି କରାଯାଇଥିବା ନିର୍ଦ୍ଦେଶାବଳୀରେ ସତର୍କ ସୂଚନା କାରି କରାଯାଇଥିଲା ଯେ ଭାରତର ପଶ୍ଚିମ ଏବଂ ପୂର୍ବ ଭାଗର ଖୋଲା ସୀମା ଦେଇ ପାକିସ୍ତାନରୁ ଅନୁପ୍ରବେଶ ବୃଦ୍ଧି ପାଇବାର ଆଶଙ୍କା ରହିଛି।

ତାଲିବାନ ଆଫଗାନିସ୍ତାନ ଦଖଲ କରିବା ପରେ ପାକିସ୍ତାନ ସୀମାରେ କେତେକ ଆଙ୍କବାଦୀ ସଂଗଠନ ସକ୍ରିୟ ହୋଇଯାଇଛନ୍ତିି। କେନ୍ଦ୍ରୀୟ ସୁରକ୍ଷା ବାହିନୀ ଏବଂ ଏହାର ଗୋଇନ୍ଦା ବିଭାଗ ପକ୍ଷଣଉ ସ୍ବୀକାର କରାଯାଇଛି ଯେ ବିଏସଏଫ, ଏସଏସବି, ଏବଂ ସିଆର୍‌ପିଏଫ୍‌ର ସୀମା ପରିଚାଳନାକୁ ପରିବର୍ତ୍ତନ କରିବା ଆବଶ୍ୟକ।

ତାଲିବାନ୍‌ର ଯୁଦ୍ଧ ପଦ୍ଧତିକୁ ଦୃଷ୍ଟିରେ ରଖି ଭାରତ ଯୁଦ୍ଧ ନୀତିକୁ ନବୀକରଣ କରିବାକୁ ପଡିବ ବୋଲି ରିପୋର୍ଟରେ ପରାମର୍ଶ ଦିଆଯାଇଥିଲା। ଗୋଇନ୍ଦା ବିଭାଗର ସତର୍କ ସୂଚନା ଆଧାରରେ ପଦକ୍ଷେପ ଗ୍ରହଣ କରାଯାଇଥିବା ଇନସ୍ପେକ୍ଟର ଜେନେରାଲ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରିଜ୍‌ ଉପରେ ସେଲ୍‌ଫି ନେଉନେଉ ନଦୀକୁ ଖସିପଡ଼ିଲେ ଯୁବତୀ, ଆଉ ତା’ ପରେ…

ବଲାଙ୍ଗୀର/ସଇଁନ୍ତଳା,୧୫ା୮(ସୁନିଲ କୁମାର ମହାନ୍ତି/ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁନ୍ତଳା ଥାନା ଅନ୍ତର୍ଗତ ବେଲଗାଁ ବ୍ରିଜ ଉପରେ ଜଣେ ଯୁବତୀ ସେଲ୍‌ଫି ନେଉଥିଲେ। ଏହି ସମୟରେ ହଠାତ୍‌…

ସୁଭଦ୍ରା ସହ ମଧୁବାବୁ ପେନସନ୍ ଯୋଜନାରେ ମିଳିବ ଅଧିକ ଲାଭ, ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା…

ଭୁବନେଶ୍ୱର,୧୫।୮: ୮୦ତମ ସ୍ୱାଧୀନତା ଦିବସରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୫ଟି ବଡ଼ ଘୋଷଣା କରିଛନ୍ତି। ଏହି ଘୋଷଣା ମଧ୍ୟରେ ସାମିଲ ଅଛି ସୁଭଦ୍ରା ଯୋଜନାଠୁ ନେଇ…

ଧାର୍ମିକ ପତାକା ଅସମ୍ମାନକୁ ନେଇ ୨ ସମ୍ପ୍ରଦାୟ ମଧ୍ୟରେ ଉତ୍ତେଜନା

ଖଇରା,୧୫ା୮(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ତୁଡିଗଡ଼ିଆ ବଜାରରେ ସଂଖ୍ୟାଲଘୁ ସମ୍ପ୍ରଦାୟର ଧାର୍ମିକ ପତାକାକୁ ଅନ୍ୟ ଏକ ସମ୍ପ୍ରଦାୟର କିଛି ଯୁବକ ଅସମ୍ମାନ ପ୍ରଦର୍ଶନ…

ରାଇକିଆରେ ୮୦ତମ ସ୍ବାଧୀନତା ଦିବସ

ରାଇକିଆ,୧୫ା୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆଠାରେ ଶନିବାର ୮୦ତମ ବ୍ଲକସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ପ୍ରତିକୂଳ ପାଗ ସତ୍ତ୍ବେ ବିଜୟ ହାଇସ୍କୁଲଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ରାଇକିଆ…

ଏମିତି ସର୍ଟ ମାରିଲେ ରାହୁଲ, ଶ୍ରୀଲଙ୍କା ଖେଳାଳିଙ୍କ ମୁଣ୍ଡରେ ବାଜିଲା: ଆଉ ତା’ପରେ ଘଟିଲା…

ଗାଲେ,୧୫।୮: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ଗାଲେରେ ଚାଲିଛି। ଟିମ ଇଣ୍ଡିଆ ଏହି ମ୍ୟାଚରେ ପ୍ରଥମେ ବ୍ୟାଟିଂ କରୁଛି। ଅଧିନାୟକ ଶୁବମନ…

ଶିକ୍ଷକ ନିଯୁକ୍ତି ନେଇ ମୋହନ କଲେ ବଡ଼ ଘୋଷଣା, ଏତେଜଣଙ୍କୁ ମିଳିବ ଚାକିରି…

ଭୁବନେଶ୍ୱର,୧୫।୮: ଭୁବନେଶ୍ୱର ମହାତ୍ମା ଗାନ୍ଧୀ ମାର୍ଗରେ ୮୦ତମ ସ୍ୱାଧୀନତା ଦିବସ ଅବସରରେ ତ୍ରିରଙ୍ଗା ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ । ସ୍ୱାଧୀନତା ଦିବସ ଅବସରରେ ଓଡ଼ିଶାବାସୀ ଓ…

କର୍ଲାମୁଣ୍ଡାର ବିଭିନ୍ନ ଅନୁଷ୍ଠାନରେ ସ୍ବାଧୀନତା ଦିବସ, କୃତୀ ଛାତ୍ରୀଛାତ୍ରଙ୍କୁ…

କର୍ଲାମୁଣ୍ଡା,୧୫ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ପରେଡ୍‌ ପଡ଼ିଆଠାରେ…

OAS ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର, ମୁଖ୍ୟମନ୍ତ୍ରୀ କଲେ ବଡ଼ ଘୋଷଣା

ଭୁବନେଶ୍ୱର,୧୫।୮: ୮୦ତମ ସ୍ୱାଧୀନତା ଦିବସରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୫ଟି ବଡ଼ ଘୋଷଣା କରିଛନ୍ତି। ଏହି ଘୋଷଣା ମଧ୍ୟରେ ସାମିଲ ଅଛି ସୁଭଦ୍ରା ଯୋଜନାଠୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri