ସ୍ବିଡେନ ପ୍ରଧାନମନ୍ତ୍ରୀଙ୍କ ପାଇଁ ବୋରିସ ଜନ୍‌ସନ୍‌ ଚଳାଇଲେ ଡଙ୍ଗା

ଲଣ୍ଡନ,୧୨ା୫: ୟୁକ୍ରେନ ସଙ୍କଟ ମଧ୍ୟରେ ସ୍ବିଡେନ ଏବଂ ଫିନଲାଣ୍ଡ ଭବିଷ୍ୟତରେ ବିପଦକୁ ଦୃଷ୍ଟିରେ ରଖି ନାଟୋରେ ଯୋଗଦେବାକୁ ଇଚ୍ଛା ପ୍ରକାଶ କରିଛନ୍ତି। ଏହି ସମୟରେ ବ୍ରିଟେନର ପ୍ରଧାନମନ୍ତ୍ରୀ ବୋରିସ ଜନ୍‌ସନ୍‌ର ରୁଷିଆର ଆକ୍ରମଣ ଘଟଣାରେ ସ୍ବିଡେନ ଏବଂ ଫିନଲାଣ୍ଡକୁ ସହାୟତା ପ୍ରଦାନ କରିବାକୁ ପ୍ରତିଶ୍ରୁତି ଦେଇଛନ୍ତି। ଜନସନ କହିଛନ୍ତି, ବ୍ରିଟେନକୁ ନାଟୋର ସଦସ୍ୟତା ଦେବା ସପକ୍ଷରେ ଅଛି। ସେ ଏହି ପ୍ରସଙ୍ଗରେ ଭୋଟ ଦେବାରେ ସମର୍ଥନ କରିବେ।

ବୁଧବାର ବ୍ରିଟେନର ପ୍ରଧାନମନ୍ତ୍ରୀ ବୋରିସ ଜନସନ ସ୍ବିଡେନର ପ୍ରଧାନମନ୍ତ୍ରୀ ମାଗଡାଲେନା ଆଣ୍ଡରସନଙ୍କୁ ଭେଟିଥିଲେ। ଏହି ସାକ୍ଷାତ ସମୟରେ ଉଭୟଙ୍କ ମଧ୍ୟରେ ଦ୍ୱିପାକ୍ଷିକ ପ୍ରସଙ୍ଗ ଉପରେ ଆଲୋଚନା କରାଯାଇଥିଲା। ଏହା ପରେ ବୋରିସ ଜନ୍‌ସନ୍‌ ମଧ୍ୟ ମାଗଡାଲେନା ଆଣ୍ଡର୍‌ସନ୍‌ଙ୍କ ସହ ବୋଟିଂ କରିଥିଲେ।

ଦ୍ୱିପାକ୍ଷିକ ସମ୍ମିଳନୀ ପରେ ଉଭୟେ ମିଳିତ ସୁରକ୍ଷା ଘୋଷଣାନାମାରେ ଦସ୍ତଖତ କରିଛନ୍ତି। ସୁରକ୍ଷା ଏବଂ ସହଯୋଗ, ଗୁପ୍ତଚର ବଣ୍ଟନ ଏବଂ ମିଳିତ ନୌସେନା ବ୍ୟାୟାମ ରୁଟିନ ପାଇଁ ସମର୍ଥନ କରିଛନ୍ତି। ରୁଷିଆ ଯଦି ସ୍ବିଡେନ ଉପରେ ଆକ୍ରମଣ କରେ ତେବେ ବ୍ରିଟେନ କ’ଣ କରିବ ବୋଲି ପଚରାଯାଇଥିବା ପ୍ରଶ୍ନରେ ବୋରିସ କହିଛନ୍ତି, ଯଦି ଦୁଇଟି ଉଦାରବାଦୀ ଗଣତାନ୍ତ୍ରିକ ରାଷ୍ଟ୍ର ଉପରେ ଆକ୍ରମଣ ହୁଏ, ତେବେ ବ୍ରିଟେନ ଏବଂ ସ୍ବିଡେନ ପରସ୍ପରକୁ ସାହାଯ୍ୟ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଧନୁଯାତ୍ରା ରାଜ ଦରବାରରେ ଉଚ୍ଚଶିକ୍ଷା, ସଂସ୍କୃତି ମନ୍ତ୍ରୀ କହିଲେ ଅସ୍ମିତାର କଥା…

ମଥୁରାନଗରୀ,୨୮।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ଚତୁର୍ଥ ଦିବସରେ ଗୋପପୁର ଦୃଶ୍ୟାଭନିନୟ ଗୁଡ଼ିକ ଚିତ୍ତାକର୍ଷକ ଥିଲା। କୃଷ୍ଣଙ୍କ ବାଲ୍ୟଲୀଳା ଦେଖିବାକୁ ନାହିଁ...

ଚୋରକୁ କାବୁ କରି ବିଦ୍ୟୁତ୍‌ ଖୁଣ୍ଟରେ ବାନ୍ଧିଲେ ଲୋକେ, ପ୍ରବଳ ମାଡ଼ ମାରିବା ପରେ…

ଭଦ୍ରକ,୨୮ା୧୨(ସନାତନ ରାଉତ): ଚୋରି କରୁଥିବାବେଳେ ଜଣେ ନିଶାଡ଼ି ଯୁବକଙ୍କୁ କାବୁ କରି ବିଦ୍ୟୁତ୍‌ ଖୁଣ୍ଟରେ ବାନ୍ଧି ଦେଲେ ଗ୍ରାମବାସୀ। ପ୍ରବଳ ମାଡ଼ ମାରିବା ପରେ ପୋଲିସକୁ...

ଡ୍ରାଇଭର ମହାସଂଘର ଉପସଭାପତି ସନ୍ତୋଷଙ୍କୁ ଝୁରୁଛନ୍ତି ଅଞ୍ଚଳବାସୀ, କଂଗ୍ରେସ ପତାକା ଉପରେ ଢାଙ୍କି ଦେଇ ନେତା…

ଦାରିଙ୍ଗବାଡ଼ି,୨୮ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଓଡ଼ିଶା ଡ୍ରାଇଭର ମହାସଂଘର ଉପସଭାପତି ସନ୍ତୋଷ ଦିଗାଲଙ୍କ ବିୟୋଗରେ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ପ୍ରକାଶ ଯେ,...

ପ୍ରଧାନମନ୍ତ୍ରୀଙ୍କ ‘ମନ୍‌ କି ବାତ୍‌’ରେ ପାର୍ବତୀ ଗିରିଙ୍କୁ ପ୍ରଶଂସା ସହ ବଖାଣିଲେ ୨୦୨୫ର ଏସବୁ ସଫଳତା

ନୂଆଦିଲ୍ଲୀ,୨୮ା୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୧୨୯ ତମ ‘ମନ କି ବାତ୍‌’ କାର୍ଯ୍ୟକ୍ରମରେ ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି। ୨୦୨୫ର ଅନେକ ସଫଳତା ବିଷୟରେ କହିଛନ୍ତି ପ୍ରଧାନମନ୍ତ୍ରୀ।...

ମା’ ହେଲା ବାଘୁଣୀ ‘ଜୟଶ୍ରୀ’: ୨ ଛୁଆ ମୃତ, ୧ ଜୀବିତ

ବାରଙ୍ଗ,୨୮ା୧୨: ନନ୍ଦନକାନନରେ ମା’ ହୋଇଛି ବାଘୁଣୀ ‘ଜୟଶ୍ରୀ’। ଜନ୍ମ ଦେଇଥିବା ୩ ଛୁଆ ମଧ୍ୟରୁ ୨ଟି ମୃତ୍ୟୁବରଣ କରିଥିବାବେଳେ ଗୋଟିଏ ଜୀବିତ ରହିଛି। ୩ ବର୍ଷୀୟ...

ପୁରୀ, ଭୁବନେଶ୍ୱରରେ ରେଳ ଚଳାଚଳ ଦୁଇଗୁଣା ବଢ଼ିବ

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ଆସନ୍ତା ୫ ବର୍ଷରେ ଅର୍ଥାତ୍‌ ୨୦୩୦ ସୁଦ୍ଧା ଭୁବନେଶ୍ୱର, ପୁରୀ ଏବଂ ବିଶାଖାପାଟଣାରେ ରେଳ ଚଳାଚଳ କ୍ଷମତା ଦ୍ୱିଗୁଣା କରାଯିବ। ଏଥିପାଇଁ ପ୍ରମୁଖ...

୧୦ମ ଶ୍ରେଣୀ ଇତିହାସ, ରାଜନୀତି ବିଜ୍ଞାନ ବହିରେ ଭୁଲ୍‌ ତଥ୍ୟ

ଭଦ୍ରକ,୨୮।୧୨(ସନାତନ ରାଉତ): ୨୦୧୩ ମସିହାରେ ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ମୁଦ୍ରିତ ଓ ପ୍ରକାଶିତ ୧୦ମ ଶ୍ରେଣୀ ଇତିହାସ ଓ ରାଜନୀତି ବିଜ୍ଞାନ ବହିରେ...

ସରକାରଙ୍କ ବଡ଼ ଘୋଷଣା, ଅନ୍‌ଲାଇନରେ ହେବନି…

କଟକ,୨୮।୧୨(କାର୍ତ୍ତିକ ସାହୁ): ଏଣିକି ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆର୍‌ଟିଓ)ରେ ମୋଟରଯାନ ନିୟମ ଉଲ୍ଲଂଘନରେ ଜାରି ହୋଇଥିବା ଇ-ଚାଲାଣ ବାବଦରେ ନଗଦ ଅର୍ଥ ଅଫ୍‌ଲାଇନରେ ଗ୍ରହଣ କରାଯିବ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri